Biblia Todo Logo
Bib sou entènèt

- Piblisite -




ଗାଲାତୀୟ 3:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ମାତ୍ର ସେହି ବିଶ୍ୱାସ ଆସିବା ପୂର୍ବେ, ପ୍ରକାଶିତ ହେବାକୁ ଯାଉଥିବା ସେହି ବିଶ୍ୱାସ ପ୍ରାପ୍ତି ଉଦ୍ଦେଶ୍ୟରେ, ଆମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାର ଅଧୀନରେ ବନ୍ଦୀ ହୋଇ ରକ୍ଷିତ ହେଉଥିଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ମାତ୍ର ସେହି ବିଶ୍ଵାସ ଆସିବା ପୂର୍ବେ, ପ୍ରକାଶିତ ହେବାକୁ ଯାଉଥିବା ସେହି ବିଶ୍ଵାସ ପ୍ରାପ୍ତି ଉଦ୍ଦେଶ୍ୟରେ, ଆମ୍ଭେମାନେ ବ୍ୟବସ୍ଥାର ଅଧୀନରେ ବନ୍ଦୀ ହୋଇ ରକ୍ଷିତ ହେଉଥିଲୁ।

Gade chapit la Kopi

ଓଡିଆ ବାଇବେଲ

23 ମାତ୍ର ସେହି ବିଶ୍ୱାସ ଆସିବା ପୂର୍ବେ, ପ୍ରକାଶିତ ହେବାକୁ ଯାଉଥିବା ସେହି ବିଶ୍ୱାସ ପ୍ରାପ୍ତି ଉଦ୍ଦେଶ୍ୟରେ, ଆମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାର ଅଧୀନରେ ବନ୍ଦୀ ହୋଇ ରକ୍ଷିତ ହେଉଥିଲୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ବିଶ୍ୱାସର ଯୁଗ ଆସିବା ପୂର୍ବରୁ ଏବଂ ପ୍ରକାଶିତ ହେବା ପର୍ଯ୍ୟନ୍ତ ବ୍ୟବସ୍ଥା ଆମ ସମସ୍ତଙ୍କୁ ବନ୍ଦୀ କରି ରଖିଥିଲା।

Gade chapit la Kopi

ପବିତ୍ର ବାଇବଲ

23 ଏହି ବିଶ୍ୱାସ ପ୍ରକାଶ ହେବା ପର୍ଯ୍ୟନ୍ତ ଆମ୍ଭେ ବ୍ୟବସ୍ଥା ଦ୍ୱାରା ବନ୍ଦୀ ଓ ପରିଗ୍ଭଳିତ ହୋଇଥିଲୁ। ଆମ୍ଭର ସେତେବେଳେ କୌଣସି ସ୍ୱାଧୀନତା ନ ଥିଲା।

Gade chapit la Kopi




ଗାଲାତୀୟ 3:23
15 Referans Kwoze  

କିନ୍ତୁ ଯଦି ତୁମ୍ଭେମାନେ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ପରିଚାଳିତ ହୁଅ, ତେବେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୁହଁ।


ତେବେ ମୋଶାଙ୍କ ବ୍ୟବସ୍ଥା କାହିଁକି ଦିଆଗଲା? ଯେଉଁ ସନ୍ତାନଙ୍କୁ ଲକ୍ଷ୍ୟ କରି ପ୍ରତିଜ୍ଞା କରାଯାଇଥିଲା, ତାହାଙ୍କ ନ ଆସିବା ପର୍ଯ୍ୟନ୍ତ ତାହା ଆଜ୍ଞାଲଙ୍ଘନ ହେତୁ ଯୋଗ କରାଗଲା, ପୁଣି, ତାହା ଦୂତମାନଙ୍କ ଦ୍ୱାରା ଜଣେ ମଧ୍ୟସ୍ଥଙ୍କ ହସ୍ତରେ ସ୍ଥାପିତ ହୋଇଥିଲା।


କାରଣ ସମସ୍ତଙ୍କୁ ଦୟା କରିବା ନିମନ୍ତେ ଈଶ୍ବର ସମସ୍ତଙ୍କୁ ଅନାଜ୍ଞାବହତାରେ ସମର୍ପଣ କରିଅଛନ୍ତି।


ଆଉ, ଆମ୍ଭେମାନେ ତ ଜାଣୁ ଯେ, ମୋଶାଙ୍କ ବ୍ୟବସ୍ଥା ଯାହା ଯାହା କୁହେ, ସେହିସବୁ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ କୁହେ, ଯେପରି ପ୍ରତ୍ୟେକ ମୁଖ ବନ୍ଦ କରାଯିବ ଓ ସମସ୍ତ ଜଗତ ଈଶ୍ବରଙ୍କ ବିଚାରରେ ଦଣ୍ଡନୀୟ ହେବ;


ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନକୁ ସହ୍ୟ କଲେ ଏବଂ ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଈଶ୍ବରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି।


ଏସମସ୍ତେ ବିଶ୍ୱାସରେ ପ୍ରାଣତ୍ୟାଗ କଲେ; ସେମାନେ ପ୍ରତିଜ୍ଞାତ ଫଳପ୍ରାପ୍ତ ହେଲେ ନାହିଁ, ମାତ୍ର ଦୂରରୁ ତାହା ଦେଖି ଅଭିନନ୍ଦନ କଲେ ଏବଂ ପୃଥିବୀରେ ଆପଣାମାନଙ୍କୁ ବିଦେଶୀ ଓ ପ୍ରବାସୀ ବୋଲି ସ୍ୱୀକାର କଲେ।


ମୋଶାଙ୍କ ବ୍ୟବସ୍ଥାର ଅଧୀନ ହେବାକୁ ଇଚ୍ଛା କରୁଅଛ ଯେ ତୁମ୍ଭେମାନେ, ମୋତେ କୁହ ତ, ତୁମ୍ଭେମାନେ କଅଣ ମୋଶାଙ୍କ ବ୍ୟବସ୍ଥାର ବାକ୍ୟ ଶୁଣୁ ନାହଁ?


କାରଣ ଈଶ୍ବର ଯାହାକୁ ପ୍ରେରଣ କରିଅଛନ୍ତି, ସେ ଈଶ୍ବରଙ୍କ ବାକ୍ୟ କହନ୍ତି, ଯେଣୁ ସେ ପରିମିତ ଭାବରେ ପବିତ୍ର ଆତ୍ମା ପ୍ରଦାନ କରନ୍ତି ନାହିଁ।


Swiv nou:

Piblisite


Piblisite