Biblia Todo Logo
Bib sou entènèt

- Piblisite -




ଗାଲାତୀୟ 3:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଯେଣୁ ତୁମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛ, ତୁମ୍ଭେମାନେ ସମସ୍ତେ ଖ୍ରୀଷ୍ଟଙ୍କୁ ପରିଧାନ କରିଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଯେଣୁ ତୁମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛ, ତୁମ୍ଭେମାନେ ସମସ୍ତେ ଖ୍ରୀଷ୍ଟଙ୍କୁ ପରିଧାନ କରିଅଛ।

Gade chapit la Kopi

ଓଡିଆ ବାଇବେଲ

27 ଯେଣୁ ତୁମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛ, ତୁମ୍ଭେମାନେ ସମସ୍ତେ ଖ୍ରୀଷ୍ଟଙ୍କୁ ପରିଧାନ କରିଅଛ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

27 ଜଳଦୀକ୍ଷା ଦ୍ୱାରା ତୁମ୍ଭେମାନେ ଖ୍ରୀଷ୍ଟଙ୍କ ସଙ୍ଗେ ଏକ ହୋଇଛ ଏବଂ ବର୍ତ୍ତମାନ ଯୀଶୁ ଖ୍ରୀଷ୍ଟଙ୍କ ଜୀବନଯୂପ ବସ୍ତ୍ର ପରିଧାନ କରିଅଛ।

Gade chapit la Kopi

ପବିତ୍ର ବାଇବଲ

27 ତୁମ୍ଭେ ଯେତେଲୋକ ଖ୍ରୀଷ୍ଟଙ୍କଠାରେ ବାପ୍ତିସ୍ମ ଗ୍ରହଣ କରିଛ, ତୁମ୍ଭେମାନେ ତାହାଙ୍କୁ ବସ୍ତ୍ରରୂପେ ପରିଧାନ କରିଛ।

Gade chapit la Kopi




ଗାଲାତୀୟ 3:27
20 Referans Kwoze  

ପୁଣି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବସ୍ତ୍ରରୂପେ ପରିଧାନ କର, ଆଉ କୁଅଭିଳାଷ ତୃପ୍ତି କରିବା ସକାଶେ ଶରୀର ନିମନ୍ତେ ଆୟୋଜନ କର ନାହିଁ।


ଯେଣୁ ଆମ୍ଭେମାନେ ଯିହୁଦୀ ହେଉ ବା ଗ୍ରୀକ୍‍ ହେଉ, ଦାସ ହେଉ ବା ସ୍ୱାଧୀନ ହେଉ, ସମସ୍ତେ ତ ଏକ ଆତ୍ମାଙ୍କ ଦ୍ୱାରା ଏକ ଶରୀର ହେବା ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛୁ; ଆଉ ସମସ୍ତେ ଏକ ଆତ୍ମାରୁ ପାନ କରିଅଛୁ।


ସେଥିର ପ୍ରତିରୂପ ବାପ୍ତିସ୍ମ ଅର୍ଥାତ୍‍ ଶରୀରର ମଳିନତା ଦୂରୀକରଣ ନୁହେଁ, କିନ୍ତୁ ଈଶ୍ବରଙ୍କ ନିକଟରେ ଶୁଚି ବିବେକ ପାଇବା ନିମନ୍ତେ ପ୍ରାର୍ଥନା, ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଏବେ ତୁମ୍ଭମାନଙ୍କୁ ପରିତ୍ରାଣ କରୁଅଛି;


ଓ ସେଥିର ସମସ୍ତ କର୍ମ ପରିତ୍ୟାଗ କରି ନୂତନ ସ୍ୱଭାବ ପରିଧାନ କରିଅଛ; ସେହି ନୂତନ ସ୍ୱଭାବ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତିମୂର୍ତ୍ତି ଅନୁସାରେ ସମ୍ପୂର୍ଣ୍ଣ ଜ୍ଞାନ ପ୍ରାପ୍ତି ନିମନ୍ତେ ନୂତନୀକୃତ ହେଉଅଛି;


ଯେଉଁ ନୂତନ ସ୍ୱଭାବ ଈଶ୍ବରଙ୍କ ପ୍ରତିମୂର୍ତ୍ତିରେ ଧାର୍ମିକତା ଓ ସତ୍ୟର ପବିତ୍ରତାରେ ସୃଷ୍ଟ ହୋଇଅଛି, ତାହା ପରିଧାନ କରିବାକୁ ଶିକ୍ଷିତ ହୋଇଅଛ।


ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ “ମନ-ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ କ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ।


ଅର୍ଥାତ୍‍, ଈଶ୍ବରଙ୍କର ଯେଉଁ ଧାର୍ମିକତା ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ସମସ୍ତ ବିଶ୍ୱାସୀଙ୍କ ପ୍ରତି ବର୍ତ୍ତେ, କାରଣ କୌଣସି ପ୍ରଭେଦ ନାହିଁ,


ପୁଣି, ସେ ଓ ତାହାଙ୍କର ପରିବାର ବାପ୍ତିଜିତ ହେଲା ଉତ୍ତାରେ ସେ ଆମ୍ଭମାନଙ୍କୁ ବିନତି କରି କହିଲେ, ଆପଣମାନେ ଯଦି ମୋତେ ପ୍ରଭୁଙ୍କ ନିକଟରେ ବିଶ୍ୱସ୍ତ ବୋଲି ବିଚାର କରିଥାଆନ୍ତି, ତେବେ ମୋହର ଗୃହକୁ ଆସି ବାସ କରନ୍ତୁ; ଆଉ ସେ ଆମ୍ଭମାନଙ୍କୁ ବାଧ୍ୟ କଲେ।


ମୁଁ ସଦାପ୍ରଭୁଙ୍କଠାରେ ଅତିଶୟ ଆନନ୍ଦ କରିବି; ମୋର ପ୍ରାଣ ମୋʼ ପରମେଶ୍ୱରଙ୍କଠାରେ ଉଲ୍ଲସିତ ହେବ; କାରଣ ବର ଯେପରି ଭୂଷଣରେ ଆପଣାକୁ ଭୂଷିତ କରେ ଓ କନ୍ୟା ଯେପରି ଆପଣା ରତ୍ନରେ ଆପଣାକୁ ଭୂଷିତା କରେ, ସେହିପରି ସେ ପରିତ୍ରାଣରୂପ ବସ୍ତ୍ରରେ ମୋତେ ବସ୍ତ୍ରାନ୍ୱିତ କରିଅଛନ୍ତି ଓ ଧର୍ମରୂପ ରାଜବସ୍ତ୍ରରେ ମୋତେ ଆଚ୍ଛାଦିତ କରିଅଛନ୍ତି।


ମୁଁ ଧାର୍ମିକତା ପରିଧାନ କଲି ଓ ତାହା ମୋତେ ପରିଧାନ କଲା; ମୋହର ନ୍ୟାୟ ଆବରଣ ବସ୍ତ୍ର ଓ ମୁକୁଟ ସ୍ୱରୂପ ଥିଲା।


କାରଣ ଏପର୍ଯ୍ୟନ୍ତ ସେ ସେମାନଙ୍କ ମଧ୍ୟରୁ କାହାରି ଉପରେ ଆସି ନ ଥିଲେ, କେବଳ ସେମାନେ ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହୋଇଥିଲେ।


ସେହିକ୍ଷଣି ତାହାଙ୍କ ଆଖିରୁ କାତି ପରି କଅଣ ଖସିପଡ଼ିଲା ଓ ସେ ଦୃଷ୍ଟି ପାଇଲେ; ପୁଣି, ସେ ଉଠି ବାପ୍ତିଜିତ ହେଲେ,


କିନ୍ତୁ ପିତା ଆପଣା ଦାସମାନଙ୍କୁ କହିଲେ, ସବୁଠାରୁ ଭଲ ବସ୍ତ୍ର ଶୀଘ୍ର ନେଇ ଆସି ଏହାକୁ ପିନ୍ଧାଅ, ଏହାର ହାତରେ ମୁଦି ଓ ପାଦରେ ପାଦୁକା ଦିଅ,


ଆଉ ସମସ୍ତେ ସମୁଦ୍ର ମଧ୍ୟ ଦେଇ ଗମନ କଲେ, ପୁଣି, ସମସ୍ତେ ମେଘ ଓ ସମୁଦ୍ରରେ ମୋଶାଙ୍କ ଉଦ୍ଦେଶ୍ୟରେ ବାପ୍ତିଜିତ ହେଲେ,


Swiv nou:

Piblisite


Piblisite