Biblia Todo Logo
Bib sou entènèt

- Piblisite -




ଗାଲାତୀୟ 3:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଯିହୁଦୀ କି ଗ୍ରୀକ୍‍, ଦାସ କି ସ୍ୱାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ଯିହୁଦୀ କି ଗ୍ରୀକ୍, ଦାସ କି ସ୍ଵାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ,।

Gade chapit la Kopi

ଓଡିଆ ବାଇବେଲ

28 ଯିହୂଦୀ କି ଗ୍ରୀକ୍‍, ଦାସ କି ସ୍ୱାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

28 ତେଣୁ ଇହୁଦୀ ଓ ଅଣଇହୁଦୀ, କ୍ରୀତଦାସ ଓ ସ୍ୱାଧୀନ ନାଗରିକ, ପୁରୁଷ କିମ୍ବା ସ୍ତ୍ରୀ ମଧ୍ୟରେ ଆଉ କୌଣସି ପାର୍ଥକ୍ୟ ନାହିଁ। ତୁମେ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ଏକ ହୋଇଅଛ।

Gade chapit la Kopi

ପବିତ୍ର ବାଇବଲ

28 ଅତଏବ ଖ୍ରୀଷ୍ଟଙ୍କଠାରେ ତୁମ୍ଭେ ସମସ୍ତେ ଏକ ହୋଇଥିବା କାରଣରୁ ଯିହୂଦୀ ଓ ଗ୍ରୀକ୍, ଦାସ ଓ ସ୍ୱାଧୀନଲୋକ, ପୁରୁଷ ଓ ମହିଳା କାହାରି ଭିତରେ କୌଣସି ଭେଦ ରହିଲା ନାହିଁ।

Gade chapit la Kopi




ଗାଲାତୀୟ 3:28
31 Referans Kwoze  

ଏପରି ସ୍ଥଳେ ଗ୍ରୀକ୍‍ ଓ ଯିହୁଦୀ, ସୁନ୍ନତି ଓ ଅସୁନ୍ନତି, ବର୍ବର, ସ୍କୁଥୀୟ, ଦାସ, ସ୍ୱାଧୀନ ବ୍ୟକ୍ତି, ଏମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କିନ୍ତୁ ଖ୍ରୀଷ୍ଟ ସବୁରେ ସବୁ ଅଟନ୍ତି, ପୁଣି, ସମସ୍ତଙ୍କଠାରେ ବାସ କରନ୍ତି।


ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ୱାସ ହିଁ ସାର।


ଯେଉଁ ମେଷଗୁଡ଼ିକ ଏହି ମେଷଶାଳାର ନୁହଁନ୍ତି, ମୋହର ଏପରି ଅନ୍ୟ ମେଷଗୁଡ଼ିକ ଅଛନ୍ତି, ସେମାନଙ୍କୁ ମଧ୍ୟ ମୋତେ ଆଣିବାକୁ ହେବ, ପୁଣି, ସେମାନେ ମୋହର ସ୍ୱର ଶୁଣିବେ; ସେଥିରେ ଗୋଟିଏ ପଲ ଓ ଗୋଟିଏ ପାଳକ ହେବେ।


ଏକ ଶରୀର ଓ ଏକ ଆତ୍ମା, ଯେଉଁ ରୂପେ ତୁମ୍ଭେମାନେ ତୁମ୍ଭମାନଙ୍କ ଆହ୍ୱାନର ଏକ ଭରସାରେ ମଧ୍ୟ ଆହୂତ ହୋଇଅଛ;


ସେଥିନିମନ୍ତେ ତ ସେ କେବଳ ଯିହୁଦୀମାନଙ୍କ ମଧ୍ୟରୁ ନୁହେଁ, ମାତ୍ର ଅଣଯିହୁଦୀମାନଙ୍କ ମଧ୍ୟରୁ ସୁଦ୍ଧା ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି,


କାରଣ ମୁଁ ସୁସମାଚାର ସମ୍ବନ୍ଧରେ ଲଜ୍ଜାବୋଧ କରେ ନାହିଁ, ଯେଣୁ ତାହା ବିଶ୍ୱାସ କରୁଥିବା ପ୍ରତ୍ୟେକଙ୍କ ପକ୍ଷରେ ପରିତ୍ରାଣ ନିମନ୍ତେ ଈଶ୍ବରଙ୍କ ଶକ୍ତି ଅଟେ, ପ୍ରଥମତଃ ଯିହୁଦୀ ପକ୍ଷରେ, ଆଉ ମଧ୍ୟ ଗ୍ରୀକ୍‍ ପକ୍ଷରେ।


ସୁନ୍ନତ କିଛି ନୁହେଁ, ପୁଣି, ଅସୁନ୍ନତ କିଛି ନୁହେଁ, କେବଳ ଈଶ୍ବରଙ୍କ ଆଜ୍ଞା ପାଳନ ହିଁ ସାର।


ଆଉ କେବଳ ସେହି ଜାତି ନିମନ୍ତେ ନୁହେଁ, ମାତ୍ର ଈଶ୍ବରଙ୍କ ଛିନ୍ନଭିନ୍ନ ସନ୍ତାନମାନଙ୍କୁ ମଧ୍ୟ ସଂଗ୍ରହ କରି ଏକ କରିବା ନିମନ୍ତେ ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ଏଥିସକାଶେ ଏହି ଭାବବାଣୀ କହିଲେ।


ମୁଁ ଆଉ ଏ ଜଗତରେ ରହୁ ନାହିଁ, କିନ୍ତୁ ଏମାନେ ଜଗତରେ ରହୁଅଛନ୍ତି; ପୁଣି, ମୁଁ ତୁମ୍ଭ ନିକଟକୁ ଯାଉଅଛି। ପବିତ୍ର ପିତଃ, ତୁମ୍ଭ ସେହି ନାମରେ ସେମାନଙ୍କୁ ରକ୍ଷା କର ଯେଉଁ ନାମ ତୁମ୍ଭେ ମୋତେ ଦେଇଅଛ, ଯେପରି ଆମ୍ଭେମାନେ ଯେପ୍ରକାର ଏକ, ସେମାନେ ସେପ୍ରକାର ଏକ ହୁଅନ୍ତି।


କାରଣ ଅବିଶ୍ୱାସୀ ସ୍ୱାମୀ ବିଶ୍ୱାସୀ ଭାର୍ଯ୍ୟା ହେତୁ ପବିତ୍ର କରାଯାଇଅଛି, ଆଉ ଅବିଶ୍ୱାସିନୀ ଭାର୍ଯ୍ୟା ବିଶ୍ୱାସୀ ସ୍ୱାମୀ ହେତୁ ପବିତ୍ର କରାଯାଇଅଛି; ତାହା ନ ହେଲେ ତୁମ୍ଭମାନଙ୍କ ସନ୍ତାନମାନେ ଅଶୁଚି ହୁଅନ୍ତେ, କିନ୍ତୁ ଏବେ ସେମାନେ ପବିତ୍ର।


ଆଉ, ସେହି ସମୟରେ ମଧ୍ୟ ଆମ୍ଭେ ଦାସଦାସୀଗଣର ଉପରେ ଆପଣାର ଆତ୍ମା ଢାଳିବା।


ଅର୍ଥାତ୍‍, ଈଶ୍ବରଙ୍କର ଯେଉଁ ଧାର୍ମିକତା ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ସମସ୍ତ ବିଶ୍ୱାସୀଙ୍କ ପ୍ରତି ବର୍ତ୍ତେ, କାରଣ କୌଣସି ପ୍ରଭେଦ ନାହିଁ,


ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ଡାଜ୍ଞା ନାହିଁ।


ଏଥିପାଇଁ ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଅଭିଶପ୍ତ ହୋଇ ମୋଶାଙ୍କ ବ୍ୟବସ୍ଥାର ଅଭିଶାପରୁ ଆମ୍ଭମାନଙ୍କୁ ମୂଲ୍ୟ ଦେଇ ମୁକ୍ତ କଲେ; କାରଣ ଯେପରି ପବିତ୍ର ଶାସ୍ତ୍ରରେ ଲେଖାଅଛି, ଯେ କେହି ଖୁଣ୍ଟରେ ଟଙ୍ଗାଯାଏ, ସେ ଅଭିଶପ୍ତ।


କାରଣ ତୁମ୍ଭେମାନେ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ବରଙ୍କର ସନ୍ତାନ ହୋଇଅଛ;


ଆଉ, ତୁମ୍ଭମାନଙ୍କ ପରୀକ୍ଷା ସ୍ୱରୂପ ମୋହର ଶାରୀରିକ ଅବସ୍ଥା ତୁମ୍ଭେମାନେ ତୁଚ୍ଛ କଲ ନାହିଁ ବା ଘୃଣା କଲ ନାହିଁ, କିନ୍ତୁ ତୁମ୍ଭେମାନେ ଈଶ୍ବରଙ୍କ ଜଣେ ଦୂତ ସ୍ୱରୂପେ, ଏପରିକି ଖ୍ରୀଷ୍ଟ ଯୀଶୁଙ୍କ ସ୍ୱରୂପେ ମୋତେ ଗ୍ରହଣ କଲ।


ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି।


ପାଉଲ, ଈଶ୍ବରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ, ଏଫିସ ସହରରେ ଥିବା ସାଧୁ ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ବିଶ୍ୱାସୀମାନଙ୍କ ନିକଟକୁ ଲେଖୁଅଛି।


ପାଉଲ ଓ ତୀମଥି, ଖ୍ରୀଷ୍ଟ ଯୀଶୁଙ୍କର ଦୁଇ ଦାସ, ଫିଲିପ୍ପୀରେ ଥିବା ଖ୍ରୀଷ୍ଟ ଯୀଶୁଙ୍କ ଆଶ୍ରିତ ସମସ୍ତ ସାଧୁଙ୍କ ନିକଟକୁ ପୁଣି, ଅଧ୍ୟକ୍ଷ ଓ ସେବକମାନଙ୍କ ନିକଟକୁ ପତ୍ର;


କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଶ୍ୱାସ ଏବଂ ସ୍ୱର୍ଗରେ ତୁମ୍ଭମାନଙ୍କ ପାଇଁ ରଖାଯାଇଥିବା ଭରସା ସକାଶେ ସମସ୍ତ ସାଧୁଙ୍କ ପ୍ରତି ତୁମ୍ଭମାନଙ୍କର ପ୍ରେମ ବିଷୟ ଶୁଣିଅଛୁ।


ଆମ୍ଭମାନଙ୍କର ଯେଉଁ ପ୍ରଭୁ ଖ୍ରୀଷ୍ଟ ଯୀଶୁ ମୋତେ ଯୋଗ୍ୟ କରିଅଛନ୍ତି, ତାହାଙ୍କୁ ମୁଁ ଧନ୍ୟବାଦ ଦେଉଅଛି ଯେ, ସେ ମୋତେ ବିଶ୍ୱସ୍ତ ମନେ କରି ସେବକ ପଦରେ ନିଯୁକ୍ତ କରିଅଛନ୍ତି,


ପାଉଲ, ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଜୀବନ ସମ୍ବନ୍ଧୀୟ ପ୍ରତିଜ୍ଞା ଅନୁସାରେ ଈଶ୍ବରଙ୍କ ଇଚ୍ଛା ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ,


Swiv nou:

Piblisite


Piblisite