Biblia Todo Logo
Bib sou entènèt

- Piblisite -




ଗାଲାତୀୟ 3:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଅତଏବ, ଯେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଦାନ କରନ୍ତି, ଆଉ ତୁମ୍ଭମାନଙ୍କ ମଧ୍ୟରେ ମହତର କାର୍ଯ୍ୟ ସାଧନ କରନ୍ତି, ସେ କି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ହେତୁ ତାହା କରନ୍ତି ନା ବିଶ୍ୱାସରେ ସୁସମାଚାର ଶୁଣିବା ହେତୁ କରନ୍ତି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଅତଏବ, ଯେ ତୁମ୍ଭମାନଙ୍କୁ ଆତ୍ମା ଦାନ କରନ୍ତି, ଆଉ ତୁମ୍ଭମାନଙ୍କ ମଧ୍ୟରେ ଶକ୍ତିର କାର୍ଯ୍ୟ ସାଧନ କରନ୍ତି, ସେ କି ବ୍ୟବସ୍ଥାର କ୍ରିୟାକର୍ମ ହେତୁ ତାହା କରନ୍ତି ନା ବିଶ୍ଵାସରେ ଶୁଣିବା ହେତୁ କରନ୍ତି?

Gade chapit la Kopi

ଓଡିଆ ବାଇବେଲ

5 ଅତଏବ, ଯେ ତୁମ୍ଭମାନଙ୍କୁ ଆତ୍ମା ଦାନ କରନ୍ତି, ଆଉ ତୁମ୍ଭମାନଙ୍କ ମଧ୍ୟରେ ମହତର କାର୍ଯ୍ୟ ସାଧନ କରନ୍ତି, ସେ କି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ହେତୁ ତାହା କରନ୍ତି ନା ବିଶ୍ୱାସରେ ଶୁଣିବା ହେତୁ କରନ୍ତି ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ତୁମ୍ଭେମାନେ କେବଳ ବ୍ୟବସ୍ଥାରେ ବିଶ୍ୱାସ କରୁଥିବାରୁ କଅଣ ଈଶ୍ୱର ତୁମକୁ ତାଙ୍କର ଆତ୍ମା ପ୍ରଦାନ କରିଛନ୍ତି ଓ ତୁମ ମଧ୍ୟରେ ଅଲୌକିକ କାର୍ଯ୍ୟସବୁ ସାଧନ କରୁଛନ୍ତି, ନା, ତୁମ୍ଭେମାନେ ସୁସମାଚାର ଶୁଣି ସେଥିରେ ବିଶ୍ୱାସ କରୁଛ ବୋଲି?

Gade chapit la Kopi

ପବିତ୍ର ବାଇବଲ

5 ସେ ସବୁ ବିଫଳ ହୋଇ ନାହିଁ। ତୁମ୍ଭେମାନେ ବ୍ୟବସ୍ଥା ପାଳନ କର ବୋଲି କ’ଣ ପରମେଶ୍ୱର ତୁମ୍ଭମାନଙ୍କୁ ପବିତ୍ରଆତ୍ମା ପ୍ରଦାନ କରିଛନ୍ତି? ନା! ତୁମ୍ଭମାନଙ୍କ ମଧ୍ୟରେ ପରମେଶ୍ୱର ଯେଉଁ ଆଶ୍ଚର୍ଯ୍ୟକର୍ମମାନ କରିଛନ୍ତି, ତାହା କ’ଣ ବ୍ୟବସ୍ଥା ପାଳନ ପାଇଁ କରାଯାଇଥିଲା? ନା! ବରଂ ତୁମ୍ଭେମାନେ ସୁସମାଗ୍ଭର ଶୁଣି ସେଗୁଡ଼ିକରେ ବିଶ୍ୱାସ କଲ ବୋଲି, ପରମେଶ୍ୱର ତୁମ୍ଭମାନଙ୍କୁ ତାଙ୍କର ଆତ୍ମା ପ୍ରଦାନ କରି ତୁମ୍ଭମାନଙ୍କ ମଧ୍ୟରେ ଆଶ୍ଚର୍ଯ୍ୟଜନକ କର୍ମମାନ କରିଛନ୍ତି।

Gade chapit la Kopi




ଗାଲାତୀୟ 3:5
14 Referans Kwoze  

ମୁଁ ତୁମ୍ଭମାନଙ୍କଠାରୁ କେବଳ ଏହା ଜାଣିବାକୁ ଇଚ୍ଛା କରେ, ତୁମ୍ଭେମାନେ କଅଣ ମୋଶାଙ୍କ ବ୍ୟବସ୍ଥାର କର୍ମ ହେତୁ ନା ବିଶ୍ୱାସରେ ସୁସମାଚାର ଶୁଣିବା ହେତୁ ପବିତ୍ର ଆତ୍ମା ପାଇଥିଲ?


ଯେଣୁ ଯେଉଁ ଖ୍ରୀଷ୍ଟ ମୋʼ ଠାରେ କଥା କହୁଅଛନ୍ତି, ତୁମ୍ଭେମାନେ ତାହାଙ୍କର ପ୍ରମାଣ ଖୋଜୁଅଛ;


ସେମାନେ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ପ୍ରଭୁଙ୍କ ଉପରେ ନିର୍ଭର କରି ସାହସରେ ପ୍ରଚାର କଲେ; ଆଉ ସେ ସେମାନଙ୍କ ହସ୍ତ ଦ୍ଵାରା ନାନା ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧନ କରି ଆପଣା ଅନୁଗ୍ରହ ବାକ୍ୟ ସପକ୍ଷରେ ସାକ୍ଷ୍ୟ ଦେଲେ।


ଯେ ସମସ୍ତ ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି, ଶକ୍ତିର କାର୍ଯ୍ୟ ପ୍ରେରିତଙ୍କ ଲକ୍ଷଣ ସ୍ୱରୂପ, ସେହିସବୁ ପ୍ରକୃତରେ ତୁମ୍ଭମାନଙ୍କ ମଧ୍ୟରେ ସମ୍ପୂର୍ଣ୍ଣ ଧୈର୍ଯ୍ୟ ସହକାରେ ସାଧିତ ହୋଇଅଛି।


(ଯେଣୁ ଆମ୍ଭମାନଙ୍କ ଯୁଦ୍ଧର ଅସ୍ତ୍ରଶସ୍ତ୍ର ଶାରୀରିକ ନୁହେଁ, ମାତ୍ର ଦୃଢ଼ ଗଡ଼ ଭୂମିସାତ୍‍ କରିବା ନିମନ୍ତେ ଈଶ୍ବରଙ୍କ ଦୃଷ୍ଟିରେ ସେହିସବୁ ଶକ୍ତିଯୁକ୍ତ ଅଟେ);


ଏହି ପ୍ରକାରେ ଯିରୂଶାଲମଠାରୁ ଇଲ୍ଲୁରିକ ଦେଶ ପର୍ଯ୍ୟନ୍ତ ଚତୁର୍ଦ୍ଦିଗରେ ମୁଁ ଖ୍ରୀଷ୍ଟଙ୍କ ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାର କରିଅଛି,


ତେବେ ଆତ୍ମିକ ସେବାକାର୍ଯ୍ୟ କେତେ ଅଧିକ ଗୌରବଯୁକ୍ତ ନ ହେବ?


ଅନ୍ୟ ଜଣକୁ ନାନା ଶକ୍ତିର କାର୍ଯ୍ୟ ସାଧନ କରିବାର, ଆଉ ଜଣକୁ ଭାବବାଣୀ କହିବାର, ଅନ୍ୟ ଜଣକୁ ଭିନ୍ନ ଭିନ୍ନ ଆତ୍ମା ଚିହ୍ନିବାର, ଆଉ ଜଣକୁ ବିଭିନ୍ନ ପରଭାଷା କହିବାର, ଅନ୍ୟ ଜଣକୁ ଭାଷାର ଅର୍ଥ କରିବାର ଶକ୍ତି ଦାନ କରାଯାଏ।


ଅତଏବ, ବିଶ୍ୱାସ ଶ୍ରବଣରୁ ଜାତ ହୁଏ ଓ ଶ୍ରବଣ ଖ୍ରୀଷ୍ଟଙ୍କ ବାକ୍ୟ ଦ୍ୱାରା ହୁଏ।


ଆଉ, ଯେ ବୀଜବପନକାରୀକୁ ବୀଜ ଓ ଭୋଜନ ନିମନ୍ତେ ଆହାର ଯୋଗାନ୍ତି, ସେ ବୁଣିବା ନିମନ୍ତେ ତୁମ୍ଭମାନଙ୍କୁ ବୀଜ ଯୋଗାଇବେ ଓ ତାହା ବଢ଼ାଇବେ, ପୁଣି, ତୁମ୍ଭମାନଙ୍କ ଧାର୍ମିକତାର ଫଳ ବୃଦ୍ଧି କରିବେ;


କାରଣ ମୁଁ ଜାଣେ ଯେ, ତୁମ୍ଭମାନଙ୍କ ନିବେଦନ ଓ ଯୀଶୁ ଖ୍ରୀଷ୍ଟଙ୍କ ଆତ୍ମାଙ୍କ ସାହାଯ୍ୟ ଦ୍ୱାରା ଏସବୁ ମୋହର ପରିତ୍ରାଣର ଅନୁକୂଳ ହେବ,


Swiv nou:

Piblisite


Piblisite