Biblia Todo Logo
Bib sou entènèt

- Piblisite -




ଗାଲାତୀୟ 4:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତେବେ ତୁମ୍ଭମାନଙ୍କର ସେହି ଆନନ୍ଦ କାହିଁ? କାରଣ ମୁଁ ତୁମ୍ଭମାନଙ୍କ ପକ୍ଷରେ ସାକ୍ଷ୍ୟ ଦେଉଅଛି ଯେ, ସମ୍ଭବ ହୋଇଥିଲେ ତୁମ୍ଭେମାନେ ଆପଣା ଆପଣାର ଚକ୍ଷୁ ଉତ୍ପାଟନ କରି ମୋତେ ଦେଇଥାଆନ୍ତ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ତେବେ ତୁମ୍ଭମାନଙ୍କର ସେହି ଆନନ୍ଦ କାହିଁ? କାରଣ ମୁଁ ତୁମ୍ଭମାନଙ୍କ ପକ୍ଷରେ ସାକ୍ଷ୍ୟ ଦେଉଅଛି ଯେ, ସମ୍ଭବ ହୋଇଥିଲେ ତୁମ୍ଭେମାନେ ଆପଣା ଆପଣାର ଚକ୍ଷୁ ଉତ୍ପାଟନ କରି ମୋତେ ଦେଇଥାଆନ୍ତ।

Gade chapit la Kopi

ଓଡିଆ ବାଇବେଲ

15 ତେବେ ତୁମ୍ଭମାନଙ୍କର ସେହି ଆନନ୍ଦ କାହିଁ ? କାରଣ ମୁଁ ତୁମ୍ଭମାନଙ୍କ ପକ୍ଷରେ ସାକ୍ଷ୍ୟ ଦେଉଅଛି ଯେ, ସମ୍ଭବ ହୋଇଥିଲେ ତୁମ୍ଭେମାନେ ଆପଣା ଆପଣାର ଚକ୍ଷୁ ଉତ୍ପାଟନ କରି ମୋତେ ଦେଇଥାଆନ୍ତ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ତୁମ୍ଭେମାନେ କେତେ ଆନନ୍ଦିତ ହୋଇ ନ ଥିଲ! କିନ୍ତୁ ବର୍ତ୍ତମାନ କ’ଣ ହୋଇଛି? ତୁମ୍ଭମାନଙ୍କ ସମ୍ପର୍କରେ ମୁଁ ଏ କଥା ଦୃଢ଼ଭାବେ କହିପାରେ ଯେ, ସମ୍ଭବ ହୋଇଥିଲେ, ତୁମ୍ଭେମାନେ ନିଜ ନିଜର ଚକ୍ଷୁ କାଢ଼ି ଆସି ମୋତେ ଦେଇଥା’ନ୍ତ।

Gade chapit la Kopi

ପବିତ୍ର ବାଇବଲ

15 ତୁମ୍ଭେମାନେ ସେତେବେଳେ ଅତ୍ୟଧିକ ଆନନ୍ଦିତ ଥିଲ। ଏବେ ସେ ଆନନ୍ଦ କୁଆଡ଼େ ଗଲା? ମୋର ମନେ ପଡ଼େ, ତୁମ୍ଭେମାନେ ତୁମ୍ଭମାନଙ୍କର ସାଧ୍ୟମତେ ମୋତେ ସାହାଯ୍ୟ କରିବା ପାଇଁ ଆଗେଇ ଆସିଥିଲ। ସମ୍ଭବ ହୋଇଥିଲେ, ତୁମ୍ଭେମାନେ ନିଜର ଆଖି ମଧ୍ୟ ତାଡ଼ି ମୋତେ ପ୍ରଦାନ କରି ଦେଇଥାଆନ୍ତ।

Gade chapit la Kopi




ଗାଲାତୀୟ 4:15
17 Referans Kwoze  

ଯେଉଁ ଅନୁଗ୍ରହର ଅବସ୍ଥା ମଧ୍ୟରେ ଆମ୍ଭେମାନେ ଅଛୁ, ସେଥିରେ ତାହାଙ୍କ ଦ୍ୱାରା ବିଶ୍ୱାସରେ ପ୍ରବେଶ ମଧ୍ୟ କରିଅଛୁ; ପୁଣି, ଆମ୍ଭେମାନେ ଈଶ୍ବରଙ୍କ ଗୌରବର ଭରସାରେ ଦର୍ପ କରୁଅଛୁ।


କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ପୁଣି, ଲାଅଦିକିଆ ଓ ହିଏରାପଲି ନିବାସୀମାନଙ୍କ ନିମନ୍ତେ ଯେ ଅଧିକ କଷ୍ଟ ସ୍ୱୀକାର କରୁଅଛନ୍ତି, ତାହାଙ୍କ ପକ୍ଷରେ ମୁଁ ଏହି ସାକ୍ଷ୍ୟ ଦେଉଅଛି।


ପୁଣି, ସେମାନଙ୍କ କାର୍ଯ୍ୟ ସକାଶେ ସେମାନଙ୍କୁ ପ୍ରେମରେ ଅତ୍ୟନ୍ତ ଆଦର କର। ପରସ୍ପର ସଙ୍ଗରେ ଶାନ୍ତିରେ ରୁହ।


ସେହି ପ୍ରକାରେ ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ସ୍ନେହ ଥିବାରୁ ଆମ୍ଭେମାନେ ତୁମ୍ଭମାନଙ୍କୁ ଈଶ୍ବରଙ୍କ ସୁସମାଚାର କେବଳ ନୁହେଁ, ମାତ୍ର ଆପଣା ପ୍ରାଣ ଦେବାକୁ ସୁଧା ଇଚ୍ଛୁକ ଥିଲୁ, କାରଣ ତୁମ୍ଭେମାନେ ଆମ୍ଭମାନଙ୍କ ପ୍ରିୟପାତ୍ର ହୋଇଥିଲ।


କିନ୍ତୁ ପ୍ରତ୍ୟେକ ଜଣ ଆପଣା କର୍ମ ପରୀକ୍ଷା କରୁ, ତେବେ ସେ ଅନ୍ୟ ସହିତ ଆପଣାକୁ ତୁଳନା କରିବା ଦ୍ୱାରା ଦର୍ପ ନ କରି କେବଳ ନିଜଠାରେ ଦର୍ପର କାରଣ ପାଇବ;


କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା,


ହେ ମୋହର ପିଲାମାନେ, ଯେପର୍ଯ୍ୟନ୍ତ ତୁମ୍ଭମାନଙ୍କଠାରେ ଖ୍ରୀଷ୍ଟ ମୂର୍ତ୍ତିମାନ ହୋଇ ନାହାନ୍ତି, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କ ସକାଶେ ମୁଁ ପୁନର୍ବାର ପ୍ରସବ ବେଦନାରେ ବ୍ୟଥିତ ହେଉଅଛି।


ଏଥିପାଇଁ ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଅଭିଶପ୍ତ ହୋଇ ମୋଶାଙ୍କ ବ୍ୟବସ୍ଥାର ଅଭିଶାପରୁ ଆମ୍ଭମାନଙ୍କୁ ମୂଲ୍ୟ ଦେଇ ମୁକ୍ତ କଲେ; କାରଣ ଯେପରି ପବିତ୍ର ଶାସ୍ତ୍ରରେ ଲେଖାଅଛି, ଯେ କେହି ଖୁଣ୍ଟରେ ଟଙ୍ଗାଯାଏ, ସେ ଅଭିଶପ୍ତ।


କାରଣ ମୁଁ ସାକ୍ଷ୍ୟ ଦେଉଅଛି ଯେ, ସେମାନଙ୍କ ଶକ୍ତି ଅନୁସାରେ, ବରଂ ସେମାନଙ୍କ ଶକ୍ତିର ଅତିରିକ୍ତ ଭାବରେ ସେମାନେ ଦାନ କଲେ;


ସେହି ଭରସାର ଈଶ୍ବର ତୁମ୍ଭମାନଙ୍କୁ ବିଶ୍ୱାସ ଦ୍ୱାରା ସମସ୍ତ ଆନନ୍ଦ ଓ ଶାନ୍ତିରେ ପରିପୂର୍ଣ୍ଣ କରନ୍ତୁ, ଯେପରି ତୁମ୍ଭେମାନେ ପବିତ୍ର ଆତ୍ମାଙ୍କ ଶକ୍ତିରେ ଭରସାର ପ୍ରଚୁରତା ଅନୁଭବ କର।


କାରଣ ଈଶ୍ବରଙ୍କ ବିଷୟରେ ଯେ ସେମାନଙ୍କର ଉଦ୍‌ଯୋଗ ଅଛି, ଏହା ମୁଁ ସେମାନଙ୍କ ସପକ୍ଷରେ ସାକ୍ଷ୍ୟ ଦେଉଅଛି, କିନ୍ତୁ ସେହି ଉଦ୍‍ଯୋଗ ଜ୍ଞାନଯୁକ୍ତ ନୁହେଁ।


କାରଣ ଯେଉଁମାନେ ଶାରୀରିକ ଭାବେ ମୋହର ଆତ୍ମୀୟ, ଏପରି ମୋହର ଭାଇମାନଙ୍କ ନିମନ୍ତେ ମୁଁ ନିଜେ ଖ୍ରୀଷ୍ଟଙ୍କଠାରୁ ପୃଥକ୍ ରହି ଶାପଗ୍ରସ୍ତ ହେବା ପାଇଁ ଇଚ୍ଛା କରିପାରନ୍ତି।


ପୁଣି, ଯେଉଁମାନେ ପଥର ଉପରେ ଅଛନ୍ତି, ସେମାନେ ବାକ୍ୟ ଶୁଣି ଆନନ୍ଦରେ ଗ୍ରହଣ କରନ୍ତି; କିନ୍ତୁ ସେମାନଙ୍କର ଚେର ନ ଥିବାରୁ ସେମାନେ ଅଳ୍ପ ସମୟ ବିଶ୍ୱାସ କରନ୍ତି ଓ ପରୀକ୍ଷା ସମୟରେ ଧର୍ମତ୍ୟାଗୀ ହୁଅନ୍ତି।


ଆଉ, ତୁମ୍ଭମାନଙ୍କ ପରୀକ୍ଷା ସ୍ୱରୂପ ମୋହର ଶାରୀରିକ ଅବସ୍ଥା ତୁମ୍ଭେମାନେ ତୁଚ୍ଛ କଲ ନାହିଁ ବା ଘୃଣା କଲ ନାହିଁ, କିନ୍ତୁ ତୁମ୍ଭେମାନେ ଈଶ୍ବରଙ୍କ ଜଣେ ଦୂତ ସ୍ୱରୂପେ, ଏପରିକି ଖ୍ରୀଷ୍ଟ ଯୀଶୁଙ୍କ ସ୍ୱରୂପେ ମୋତେ ଗ୍ରହଣ କଲ।


ଅତଏବ ମୁଁ ତୁମ୍ଭମାନଙ୍କୁ ସତ୍ୟ କହିବାରୁ କି ତୁମ୍ଭମାନଙ୍କର ଶତ୍ରୁ ହୋଇଅଛି?


Swiv nou:

Piblisite


Piblisite