Biblia Todo Logo
Bib sou entènèt

- Piblisite -




ଗାଲାତୀୟ 4:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ମୋଶାଙ୍କ ବ୍ୟବସ୍ଥାର ଅଧୀନ ହେବାକୁ ଇଚ୍ଛା କରୁଅଛ ଯେ ତୁମ୍ଭେମାନେ, ମୋତେ କୁହ ତ, ତୁମ୍ଭେମାନେ କଅଣ ମୋଶାଙ୍କ ବ୍ୟବସ୍ଥାର ବାକ୍ୟ ଶୁଣୁ ନାହଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ବ୍ୟବସ୍ଥାର ଅଧୀନ ହେବାକୁ ଇଚ୍ଛା କରୁଅଛ ଯେ ତୁମ୍ଭେମାନେ, ମୋତେ କୁହ ତ, ତୁମ୍ଭେମାନେ କଅଣ ବ୍ୟବସ୍ଥାର ବାକ୍ୟ ଶୁଣୁ ନାହଁ?

Gade chapit la Kopi

ଓଡିଆ ବାଇବେଲ

21 ମୋଶାଙ୍କ ବ୍ୟବସ୍ଥାର ଅଧିନ ହେବାକୁ ଇଚ୍ଛା କରୁଅଛ ଯେ ତୁମ୍ଭେମାନେ, ମୋତେ କୁହ ତ, ତୁମ୍ଭେମାନେ କ'ଣ ମୋଶାଙ୍କ ବ୍ୟବସ୍ଥାର ବାକ୍ୟ ଶୁଣୁ ନାହଁ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ଯେଉଁମାନେ ବ୍ୟବସ୍ଥାର ବଶବର୍ତ୍ତୀ ହୋଇ ରହିବାକୁ ଚାହାନ୍ତି, ମୁଁ ସେମାନଙ୍କୁ ପଚାରେ, ବ୍ୟବସ୍ଥାରେ କ’ଣ ଉଲ୍ଲେଖ ଅଛି, ତାହା ତୁମ୍ଭେମାନେ ଜାଣି ନାହଁ?

Gade chapit la Kopi

ପବିତ୍ର ବାଇବଲ

21 ଏବେ ମଧ୍ୟ ତୁମ୍ଭମାନଙ୍କ ଭିତରୁ କେତେକ ବ୍ୟବସ୍ଥା ଅଧୀନରେ ରହିବାକୁ ଇଚ୍ଛା କରୁଛ। ତୁମ୍ଭେମାନେ ଜାଣ କି ବ୍ୟବସ୍ଥା କ’ଣ କୁହେ?

Gade chapit la Kopi




ଗାଲାତୀୟ 4:21
16 Referans Kwoze  

କାରଣ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ କରନ୍ତି, ସେମାନେ ଶାପଗ୍ରସ୍ତ, ଯେଣୁ ଲେଖାଅଛି, “ଯେ କେହି ମୋଶାଙ୍କ ବ୍ୟବସ୍ଥା ପୁସ୍ତକରେ ଲିଖିତ ସମସ୍ତ କଥା ପାଳନ କରିବା ପାଇଁ ସେଥିରେ ନିତ୍ୟ ପ୍ରବୃତ୍ତ ନ ହୁଏ, ସେ ଶ୍ରାପଗ୍ରସ୍ତ।”


ଆଉ, ଆମ୍ଭେମାନେ ତ ଜାଣୁ ଯେ, ମୋଶାଙ୍କ ବ୍ୟବସ୍ଥା ଯାହା ଯାହା କୁହେ, ସେହିସବୁ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ କୁହେ, ଯେପରି ପ୍ରତ୍ୟେକ ମୁଖ ବନ୍ଦ କରାଯିବ ଓ ସମସ୍ତ ଜଗତ ଈଶ୍ବରଙ୍କ ବିଚାରରେ ଦଣ୍ଡନୀୟ ହେବ;


କିନ୍ତୁ ଏବେ ଈଶ୍ବରଙ୍କ ପରିଚୟ ପାଇଅଛ; ବରଂ ଈଶ୍ବରଙ୍କ ଦ୍ୱାରା ପରିଚିତ ହୋଇଅଛ, ତେବେ କିପରି ଆଉ ଥରେ ଦୁର୍ବଳ ଓ ଅକିଞ୍ଚନ ମୌଳିକ ବିଷୟଗୁଡ଼ିକ ପ୍ରତି ଫେରିଯାଇ ପୁନର୍ବାର ସେହି ସବୁର ଦାସ ହେବାକୁ ଇଚ୍ଛା କରୁଅଛ?


କାରଣ ପାପ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ ନାହିଁ, ଯେଣୁ ତୁମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୁହଁ, ମାତ୍ର ଅନୁଗ୍ରହର ଅଧୀନ ଅଟ।


‘ମାତ୍ର ସେମାନେ ଅକାରଣରେ ମୋତେ ଘୃଣା କଲେ,’ ସେମାନଙ୍କ ବ୍ୟବସ୍ଥାରେ ଲିଖିତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ଏପରି ଘଟୁଅଛି।


ସେଥିରେ ଲୋକସମୂହ ତାହାଙ୍କୁ ଉତ୍ତର ଦେଲେ, ଖ୍ରୀଷ୍ଟ ଅନନ୍ତକାଳ ରହିବେ ବୋଲି ଆମ୍ଭେମାନେ ବ୍ୟବସ୍ଥାରୁ ଶୁଣିଅଛୁ, ତେବେ ମନୁଷ୍ୟପୁତ୍ର ଅବଶ୍ୟ ଊର୍ଦ୍ଧ୍ୱକୁ ଉତ୍ଥିତ ହେବେ ବୋଲି ତୁମ୍ଭେ କିପରି କହୁଅଛ? ଏହି ମନୁଷ୍ୟପୁତ୍ର କିଏ?


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭମାନଙ୍କ ବ୍ୟବସ୍ଥାରେ ଏହା କଅଣ ଲେଖା ନାହିଁ, ଆମ୍ଭେ କହିଲୁ, ତୁମ୍ଭେମାନେ ଈଶ୍ବରଗଣ?


କିନ୍ତୁ ଅବ୍ରହାମ କହିଲେ, ‘ସେମାନଙ୍କ ନିକଟରେ ମୋଶା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଅଛି, ସେମାନେ ସେମାନଙ୍କର କଥା ଶୁଣନ୍ତୁ।’


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୋଶା ତୁମ୍ଭମାନଙ୍କୁ କି ଆଜ୍ଞା ଦେଇଅଛନ୍ତି?”


Swiv nou:

Piblisite


Piblisite