Biblia Todo Logo
Bib sou entènèt

- Piblisite -




ଗାଲାତୀୟ 4:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଯେପରି ସେ ମୂଲ୍ୟ ଦେଇ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ ମୁକ୍ତ କରନ୍ତି, ପୁଣି, ଆମ୍ଭେମାନେ ପୁତ୍ରତ୍ୱର ଅଧିକାରପ୍ରାପ୍ତ ହେଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଯେପରି ସେ ମୂଲ୍ୟ ଦେଇ ବ୍ୟବସ୍ଥାଧୀନ ଲୋକମାନଙ୍କୁ ମୁକ୍ତ କରନ୍ତି, ପୁଣି ଆମ୍ଭେମାନେ ପୁତ୍ରତ୍ଵର ଅଧିକାର ପ୍ରାପ୍ତ ହେଉ।

Gade chapit la Kopi

ଓଡିଆ ବାଇବେଲ

5 ଯେପରି ସେ ମୂଲ୍ୟ ଦେଇ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ ମୁକ୍ତ କରନ୍ତି, ପୁଣି, ଆମ୍ଭେମାନେ ପୁତ୍ରତ୍ୱର ଅଧିକାରପ୍ରାପ୍ତ ହେଉ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 କିନ୍ତୁ ଆବଶ୍ୟକୀୟ ମୂଲ୍ୟ ଦେଇ ସେହି ବ୍ୟବସ୍ଥାର ବନ୍ଧନରୁ ଅନ୍ୟମାନଙ୍କୁ ମୁକ୍ତ କରାଇବା ଓ ସେମାନଙ୍କୁ ଈଶ୍ୱରଙ୍କ ପୁତ୍ର ହେବାର ସୁଯୋଗ ଦେବା ତାଙ୍କ ଜୀବନର ଉଦ୍ଦେଶ୍ୟ ଥିଲା।

Gade chapit la Kopi

ପବିତ୍ର ବାଇବଲ

5 ବ୍ୟବସ୍ଥାର ଅଧୀନରେ ଥିବା ଲୋକମାନଙ୍କୁ ମୁକ୍ତ କରିବା ପାଇଁ ଓ ଆମ୍ଭମାନଙ୍କୁ ପରମେଶ୍ୱରଙ୍କ ସନ୍ତାନ ରୂପେ ଗଢ଼ି ତୋଳିବା ନିମନ୍ତେ ସେ ଏପରି କରିଥିଲେ।

Gade chapit la Kopi




ଗାଲାତୀୟ 4:5
26 Referans Kwoze  

ଆଉ ଏହି କାରଣରୁ ସେ ନୂତନ ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ଯେପରି ପ୍ରଥମ ନିୟମକାଳୀନ ଅପରାଧ ମାର୍ଜନାର୍ଥେ ମୃତ୍ୟୁଭୋଗ କରିଯାଇଥିବାରୁ ଈଶ୍ବରଙ୍କ ଆହୂତ ଲୋକମାନେ ଅନନ୍ତ ଅଧିକାର ସମ୍ବନ୍ଧୀୟ ପ୍ରତିଜ୍ଞାର ଫଳପ୍ରାପ୍ତ ହୁଅନ୍ତି।


ପୁଣି, ଈଶ୍ବର ଆମ୍ଭମାନଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ନିମନ୍ତେ ପୁତ୍ର କରିବାକୁ ଆପଣା ସ୍ୱଚ୍ଛନ୍ଦ ଇଚ୍ଛାନୁସାରେ ଆମ୍ଭମାନଙ୍କୁ ପ୍ରେମରେ ପୂର୍ବରୁ ନିରୂପଣ କଲେ;


ଈଶ୍ବରଙ୍କ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କଠାରେ ଖ୍ରୀଷ୍ଟ ଯୀଶୁଙ୍କ ରକ୍ତ ଦ୍ୱାରା ମୁକ୍ତି, ଅର୍ଥାତ୍‍ ଅପରାଧ ସବୁର କ୍ଷମା ପ୍ରାପ୍ତ ହୋଇଅଛୁ।


ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, “ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ସର୍ବବଂଶ ଓ ସର୍ବଜାତିମାନଙ୍କ ମଧ୍ୟରୁ ଈଶ୍ବରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,


ମାତ୍ର ଆପଣାର ରକ୍ତ ଘେନି ଏକାଥରକେ ମହାପବିତ୍ର ସ୍ଥାନରେ ପ୍ରବେଶ କରି ଅନନ୍ତ ମୁକ୍ତି ସାଧନ କରିଅଛନ୍ତି।


ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅବ୍ରହାମଙ୍କର ଆଶୀର୍ବାଦ ଯେପରି ଅଣଯିହୁଦୀମାନଙ୍କ ପ୍ରତି ବର୍ତ୍ତେ, ପୁଣି ଆମ୍ଭେମାନେ ଯେପରି ବିଶ୍ୱାସ ହେତୁ ପ୍ରତିଜ୍ଞାତ ଆତ୍ମା ପ୍ରାପ୍ତ ହେଉ,


ଆଉ କେବଳ ତାହା ନୁହେଁ, କିନ୍ତୁ ପ୍ରଥମ ଫଳ ସ୍ୱରୂପେ ଆତ୍ମାଙ୍କୁ ପାଇଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ନିଜେ ନିଜେ ମଧ୍ୟ ପୁତ୍ରତ୍ୱ, ଅର୍ଥାତ୍‍ ଆପଣା ଆପଣା ଶରୀରର ମୁକ୍ତି ନିମନ୍ତେ ଅପେକ୍ଷା କରୁ କରୁ ଆପଣା ଆପଣା ଅନ୍ତରରେ ଆର୍ତ୍ତନାଦ କରୁଅଛୁ।


ଏଣୁ ତୁମ୍ଭେ ଆଉ ଦାସ ନୁହଁ, କିନ୍ତୁ ପୁତ୍ର, ପୁଣି, ଯଦି ପୁତ୍ର, ତେବେ ଈଶ୍ବରଙ୍କ କର୍ତ୍ତୃକ ଉତ୍ତରାଧିକାରୀ।


କାରଣ ତୁମ୍ଭେମାନେ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ବରଙ୍କର ସନ୍ତାନ ହୋଇଅଛ;


ସେମାନେ ତ ଇସ୍ରାଏଲୀୟ; ପୁତ୍ରତ୍ୱ, ଗୌରବ, ନିୟମସମୂହ, ମୋଶାଙ୍କ ବ୍ୟବସ୍ଥାପ୍ରଦାନ କରାଯାଇଅଛି, ଉପାସନା ଓ ପ୍ରତିଜ୍ଞାସମୂହ ସେମାନଙ୍କର;


ମାତ୍ର ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ, ଅର୍ଥାତ୍‍, ଯେଉଁମାନେ ତାହାଙ୍କ ନାମରେ ବିଶ୍ୱାସ କଲେ, ସେ ସମସ୍ତଙ୍କୁ ସେ ଈଶ୍ବରଙ୍କ ସନ୍ତାନ ହେବା ନିମନ୍ତେ ଅଧିକାର ଦେଲେ;


ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍‌ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।


ଯେଣୁ ସୃଷ୍ଟିର ଏକାନ୍ତ ଆକାଂକ୍ଷା ଈଶ୍ବରଙ୍କ ସନ୍ତାନମାନଙ୍କର ପ୍ରକାଶ ନିମନ୍ତେ ଅପେକ୍ଷା କରୁଅଛି।


ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ୱରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର।


ମୋଶାଙ୍କ ବ୍ୟବସ୍ଥାର ଅଧୀନ ହେବାକୁ ଇଚ୍ଛା କରୁଅଛ ଯେ ତୁମ୍ଭେମାନେ, ମୋତେ କୁହ ତ, ତୁମ୍ଭେମାନେ କଅଣ ମୋଶାଙ୍କ ବ୍ୟବସ୍ଥାର ବାକ୍ୟ ଶୁଣୁ ନାହଁ?


“ଧନ୍ୟ ପ୍ରଭୁ, ଇସ୍ରାଏଲର ଈଶ୍ବର, କାରଣ ସେ କୃପାଦୃଷ୍ଟି କରି, ଆପଣା ଲୋକଙ୍କ ନିମନ୍ତେ ମୁକ୍ତି ସାଧନ କରିଅଛନ୍ତି;


ସେହି ପୁତ୍ର ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ୱର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି, ପାପ ମାର୍ଜନା କଲା ଉତ୍ତାରେ ଊର୍ଦ୍ଧ୍ୱସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବେଶନ କରିଅଛନ୍ତି,


ଯେପରି ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ପାଇଁ ମୁକ୍ତିର ମୂଲ୍ୟ ସ୍ୱରୂପେ ପ୍ରାଣ ଦେବାକୁ ଆସିଅଛନ୍ତି।”


ତୁମ୍ଭେମାନେ ନିଜ ନିଜ ବିଷୟରେ, ଆଉ ଯେଉଁ ମଣ୍ଡଳୀକୁ ଈଶ୍ବର ଆପଣା ନିଜ ରକ୍ତରେ କ୍ରୟ କରିଅଛନ୍ତି, ତାହାଙ୍କର ସେହି ମଣ୍ଡଳୀକୁ ପ୍ରତିପାଳନ କରିବା ନିମନ୍ତେ, ପବିତ୍ର ଆତ୍ମା ଯେ ତୁମ୍ଭମାନଙ୍କୁ ସମସ୍ତ ପଲ ମଧ୍ୟରେ ଅଧ୍ୟକ୍ଷ ସ୍ୱରୂପ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସାବଧାନ ହୋଇଥାଅ।


ଯେଣୁ ଆମ୍ଭମାନଙ୍କୁ ଈଶ୍ବରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ;


ସେମାନେ ସିଂହାସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ସମ୍ମୁଖରେ ଗୋଟିଏ ନୂତନ ଗୀତ ଗାନ କଲେ, ପୁଣି, ପୃଥିବୀରୁ କ୍ରୀତ ସେହି ଏକ ଲକ୍ଷ ଚୌରାଳିଶ ହଜାର ଲୋକଙ୍କ ବିନା ଆଉ କେହି ସେ ଗୀତ ଶିଖି ପାରିଲେ ନାହିଁ।


ଯେଣୁ ଯେତେ ଲୋକ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ଚାଳିତ ହୁଅନ୍ତି, ସେମାନେ ଈଶ୍ବରଙ୍କ ସନ୍ତାନ।


କାରଣ ତୁମ୍ଭେମାନେ ପୁନର୍ବାର ଭୟ କରିବା ନିମନ୍ତେ ଦାସତ୍ୱର ଆତ୍ମା ପାଇ ନାହଁ, କିନ୍ତୁ ପୁତ୍ରତ୍ୱର ଆତ୍ମା ପାଇଅଛ; ତଦ୍ୱାରା ଆମ୍ଭେମାନେ ଆବ୍ବା, ପିତଃ ବୋଲି ଡାକିଥାଉ।


କାରଣ ପ୍ରତ୍ୟେକ ବିଶ୍ୱାସୀ ପକ୍ଷରେ ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟ ବ୍ୟବସ୍ଥାର ଶେଷ ଅଟନ୍ତି।


Swiv nou:

Piblisite


Piblisite