Biblia Todo Logo
Bib sou entènèt

- Piblisite -




ଗାଲାତୀୟ 5:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଯେଉଁମାନେ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି, ସେମାନେ ସମ୍ପୂର୍ଣ୍ଣ ଅଙ୍ଗହୀନ ହେଲେ, ଭଲ ହୁଅନ୍ତା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଯେଉଁମାନେ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି, ସେମାନେ ସମ୍ପୂର୍ଣ୍ଣ ଅଙ୍ଗହୀନ ହେଲେ, ଭଲ ହୁଅନ୍ତା।

Gade chapit la Kopi

ଓଡିଆ ବାଇବେଲ

12 ଯେଉଁମାନେ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି, ସେମାନେ ସମ୍ପୂର୍ଣ୍ଣ ଅଙ୍ଗହୀନ ହେଲେ, ଭଲ ହୁଅନ୍ତା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ମୁଁ ଚାହେଁ, ଏ ସମ୍ପର୍କରେ ଯେଉଁମାନେ ତୁମ୍ଭମାନଙ୍କୁ ବିଚଳିତ କରୁଛନ୍ତି, ସେମାନେ ଆଉ ଟିକିଏ ଆଗେଇ ଯାଆନ୍ତୁ। କେବଳ ସୁନ୍ନତ ନ ହୋଇ ପୂରାପୂରି ନିଜର ଯୌନାଙ୍ଗ ଛେଦନ କରନ୍ତୁ।

Gade chapit la Kopi

ପବିତ୍ର ବାଇବଲ

12 ମୁଁ କାମନା କରେ ଯେ, ଯେଉଁମାନେ ତୁମ୍ଭମାନଙ୍କୁ ଉତ୍ତେଜିତ କରୁଛନ୍ତି, ସେମାନେ ନିଜର ସୁନ୍ନତ କରିବା ସହିତ ଚକ୍ଷୁକୁ ଇନ୍ଦ୍ରିୟହୀନ କରୁ ନାହାନ୍ତି କାହିଁକି?

Gade chapit la Kopi




ଗାଲାତୀୟ 5:12
18 Referans Kwoze  

ତୁମ୍ଭେମାନେ ଯେ ଅନ୍ୟ ପ୍ରକାର ବିଚାର କରିବ ନାହିଁ, ଏହା ମୁଁ ତୁମ୍ଭମାନଙ୍କ ବିଷୟରେ ପ୍ରଭୁଙ୍କଠାରେ ଦୃଢ଼ ବିଶ୍ୱାସ କରୁଅଛି; କିନ୍ତୁ ଯେ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛି, ସେ ଯେକେହି ହେଉ, ଆପଣାର ଦଣ୍ଡ ବହନ କରିବ।


କିନ୍ତୁ ଯେଉଁମାନେ ବାହାରେ ଅଛନ୍ତି, ସେମାନଙ୍କ ବିଚାର ଈଶ୍ବର କରିବେ। ସେହି ଦୁଷ୍ଟ ଲୋକକୁ ତୁମ୍ଭମାନଙ୍କ ମଧ୍ୟରୁ ବାହାର କରିଦିଅ।


ଯେଉଁ ଲୋକ ଭ୍ରାନ୍ତ ଶିକ୍ଷା ଦ୍ୱାରା ବିଭାଜନ କରିବାକୁ ଚେଷ୍ଟା କରନ୍ତି, ତାହାକୁ ଥରେ, ଦୁଇ ଥର ଅନୁଯୋଗ କଲା ଉତ୍ତାରେ ତାହାଠାରୁ ପୃଥକ୍ ହୋଇ ରୁହ;


ପୁଣି ଯିହୋଶୂୟ କହିଲେ, “ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ଦୁଃଖ ଦେଲ? ସଦାପ୍ରଭୁ ଆଜି ତୁମ୍ଭକୁ ଦୁଃଖ ଦେବେ।” ଏଥିରେ ସମଗ୍ର ଇସ୍ରାଏଲ ତାହାକୁ ପ୍ରସ୍ତରାଘାତ କରି ବଧ କଲେ; ପୁଣି ସେମାନେ ସେସବୁ ଅଗ୍ନିରେ ଦଗ୍ଧ କରି ପ୍ରସ୍ତରରେ ପୋତି ପକାଇଲେ।


ତୁମ୍ଭେ ସେମାନଙ୍କୁ କୁହ, ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ବଂଶ ମଧ୍ୟରେ ଯେକେହି ଅଶୁଚି ହୋଇ ଇସ୍ରାଏଲ-ସନ୍ତାନଗଣ ଦ୍ୱାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ରୀକୃତ ଦ୍ରବ୍ୟ ନିକଟକୁ ଯିବ, ସେ ପ୍ରାଣୀ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ ହେବ; ଆମ୍ଭେ ସଦାପ୍ରଭୁ ଅଟୁ।


ଯେକେହି ତହିଁ ତୁଲ୍ୟ କିଛି ପ୍ରସ୍ତୁତ କରିବ, ଅବା ଯେକେହି ଅପରିଚିତ ଲୋକର ଶରୀରରେ ତହିଁରୁ କିଛି ଲଗାଇବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।’”


ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଖାଇବ; ବିଶେଷତଃ ପ୍ରଥମ ଦିନ ଆପଣା ଆପଣା ଗୃହରୁ ତାଡ଼ି ଦୂର କରିବ, କାରଣ ଯେଉଁ ଜନ ପ୍ରଥମ ଦିନଠାରୁ ସପ୍ତମ ଦିନ ପର୍ଯ୍ୟନ୍ତ ତାଡ଼ି ମିଶ୍ରିତ ରୁଟି ଖାଇବ, ସେ ପ୍ରାଣୀ ଇସ୍ରାଏଲ ମଧ୍ୟରୁ ଉଚ୍ଛିନ୍ନ ହେବ।


ମାତ୍ର ଯାହାର ଲିଙ୍ଗାଗ୍ର ଚର୍ମର ଛେଦନ ହେବ ନାହିଁ, ଏପରି ଯେ ଅସୁନ୍ନତ ପୁରୁଷ, ସେ ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ; ସେ ଆମ୍ଭର ନିୟମ ଲଙ୍ଘନ କଲା।”


ଆମ୍ଭମାନଙ୍କ ମଧ୍ୟକୁ ଆନୀତ କେତେ ଜଣ ଭଣ୍ଡ ଭ୍ରାତା ସକାଶେ ଏପରି ହେଲା; ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କର ଯେଉଁ ସ୍ୱାଧୀନତା ଅଛି, ଚର ସ୍ୱରୂପେ ସେଥିର ଛିଦ୍ର ଅନ୍ୱେଷଣ କରି ଆମ୍ଭମାନଙ୍କୁ ଦାସତ୍ୱର ବନ୍ଧନରେ ଆବଦ୍ଧ କରିବା ନିମନ୍ତେ ସେମାନେ ଗୁପ୍ତରେ ପ୍ରବେଶ କରିଥିଲେ;


ଆମ୍ଭେମାନେ ଶୁଣିଅଛୁ ଯେ, ଆମ୍ଭେମାନେ ଯେଉଁ ଲୋକମାନଙ୍କୁ କୌଣସି ଆଜ୍ଞା ଦେଇ ନାହୁଁ, ଆମ୍ଭମାନଙ୍କ ମଧ୍ୟରୁ ଏପ୍ରକାର କେତେକ ଲୋକ କଥା ଦ୍ୱାରା ଆପଣମାନଙ୍କର ମନକୁ ଅସ୍ଥିର କରି ଆପଣମାନଙ୍କୁ ବିଚଳିତ କରିଅଛନ୍ତି;


ସେଥିରେ ପିତର ତାହାକୁ କହିଲେ, ପ୍ରଭୁଙ୍କ ଆତ୍ମାଙ୍କୁ ପରୀକ୍ଷା କରିବା ନିମନ୍ତେ ତୁମ୍ଭେମାନେ କାହିଁକି ଏକମତ ହେଲ? ଦେଖ, ଯେଉଁମାନେ ତୁମ୍ଭ ସ୍ୱାମୀକୁ ସମାଧି ଦେଇଅଛନ୍ତି, ସେମାନେ ଦ୍ୱାର ପାଖରେ ଉପସ୍ଥିତ ହେଲେଣି, ଆଉ ସେମାନେ ତୁମ୍ଭକୁ ବାହାରକୁ ବହିନେଇଯିବେ।


ଏହିସବୁ କଥା ଶୁଣି ହନନୀୟ କଚାଡ଼ି ହୋଇ ପଡ଼ି ପ୍ରାଣତ୍ୟାଗ କଲା। ସେଥିରେ ଯେତେ ଲୋକ ଏହା ଶୁଣିଲେ, ସମସ୍ତେ ଅତିଶୟ ଭୟ କଲେ।


ସେମାନେ ତାହାକୁ ଉତ୍ତର ଦେଲେ, ତୁ ତ ପୁରା ପାପରେ ଜନ୍ମ ହେଲୁ, ଆଉ ତୁ ଆମ୍ଭମାନଙ୍କୁ ଶିକ୍ଷା ଦେଉଅଛୁ? ସେଥିରେ ସେମାନେ ତାହାକୁ ବାହାର କରିଦେଲେ।


ଏଥିଲାଗି ଇସ୍ରାଏଲ-ସନ୍ତାନଗଣ ବର୍ଜିତ ହେବାରୁ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଠିଆ ହୋଇପାରୁ ନାହାନ୍ତି, ସେମାନେ ଆପଣା ଶତ୍ରୁମାନଙ୍କ ସମ୍ମୁଖରୁ ପିଠି କରି ଫେରୁ ଅଛନ୍ତି, ତୁମ୍ଭେମାନେ ଆପଣାମାନଙ୍କ ମଧ୍ୟରୁ ସେହି ବର୍ଜିତ ବସ୍ତୁ ଉତ୍ପାଟନ ନ କଲେ, ଆମ୍ଭେ ଆଉ ତୁମ୍ଭମାନଙ୍କ ସଙ୍ଗରେ ରହିବା ନାହିଁ।


ଚୂର୍ଣ୍ଣକୋଷ କିଅବା ଛିନ୍ନଲିଙ୍ଗ ବ୍ୟକ୍ତି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ।


ତହୁଁ ଲାବନ କହିଲା, “ଭଲ, ତୁମ୍ଭ କଥାନୁସାରେ ହେଉ।”


Swiv nou:

Piblisite


Piblisite