Biblia Todo Logo
Bib sou entènèt

- Piblisite -




ଗାଲାତୀୟ 5:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 କାରଣ, ହେ ଭାଇମାନେ, ତୁମ୍ଭେମାନେ ସ୍ୱାଧୀନତା ନିମନ୍ତେ ଆହୂତ ହୋଇଅଛ; କେବଳ ତୁମ୍ଭର ସ୍ୱାଧୀନତାକୁ ଶାରୀରିକ ଅଭିଳାଷ ପୂରଣ ନିମନ୍ତେ ସୁଯୋଗ ସ୍ୱରୂପେ ବ୍ୟବହାର ନ କର, ବରଂ ପ୍ରେମରେ ପରସ୍ପରର ସେବା କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 କାରଣ, ହେ ଭାଇମାନେ, ତୁମ୍ଭେମାନେ ସ୍ଵାଧୀନତା ନିମନ୍ତେ ଆହୂତ ହୋଇଅଛ; କେବଳ ତୁମ୍ଭର ସ୍ଵାଧୀନତାକୁ ଶାରୀରିକ ଅଭିଳାଷ ପୂରଣ ନିମନ୍ତେ ସୁଯୋଗ ସ୍ଵରୂପେ ବ୍ୟବହାର ନ କର, ବରଂ ପ୍ରେମରେ ପରସ୍ପର ଦାସ ହୁଅ।

Gade chapit la Kopi

ଓଡିଆ ବାଇବେଲ

13 କାରଣ, ହେ ଭାଇମାନେ, ତୁମ୍ଭେମାନେ ସ୍ୱାଧୀନତା ନିମନ୍ତେ ଆହୂତ ହୋଇଅଛ; କେବଳ ତୁମ୍ଭର ସ୍ୱାଧୀନତାକୁ ଶାରୀରିକ ଅଭିଳାଷ ପୂରଣ ନିମନ୍ତେ ସୁଯୋଗ ସ୍ୱରୂପେ ବ୍ୟବହାର ନ କର, ବରଂ ପ୍ରେମରେ ପରସ୍ପରର ସେବା କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ଭାଇମାନେ, ତୁମ୍ଭେମାନେ ସ୍ୱାଧୀନ ହେବା ନିମନ୍ତେ ଆହୂତ ହୋଇଥିଲ। କିନ୍ତୁ ସାବଧାନ, କେବଳ ଶାରୀରିକ ଲାଳସା ଚରିତାର୍ଥ କରିବା ପାଇଁ ସେହି ସ୍ୱାଧୀନତା ଯେପରି ବାହାନା ରୂପେ ବ୍ୟବହାର ନ କର। ବରଂ ପ୍ରେମ ଦ୍ୱାରା ପରିଚାଳିତ ହୋଇ ତୁମ୍ଭେମାନେ ପରସ୍ପରର ସେବା କର।

Gade chapit la Kopi

ପବିତ୍ର ବାଇବଲ

13 ମୋ’ ଭାଇ ଓ ଭଉଣୀମାନେ! ପରମେଶ୍ୱର ତୁମ୍ଭମାନଙ୍କୁ ସ୍ୱାଧୀନ ରହିବା ପାଇଁ ବାଛିଛନ୍ତି। କିନ୍ତୁ ଏହି ସ୍ୱାଧୀନତାକୁ ତୁମ୍ଭେମାନେ ନିଜ ନିଜର ପାପମୟ ସ୍ୱଭାବର ଇଚ୍ଛା ପୂରଣ ନିମନ୍ତେ ବ୍ୟବହାର କର ନାହିଁ। ବରଂ ଏକଆରେକର ପ୍ରେମ ପୂର୍ବକ ସେବା କର।

Gade chapit la Kopi




ଗାଲାତୀୟ 5:13
31 Referans Kwoze  

ତୁମ୍ଭେମାନେ ସ୍ୱାଧୀନ ହେଲେ ହେଁ ତୁମ୍ଭମାନଙ୍କର ସ୍ୱାଧୀନତାକୁ ଦୁଷ୍ଟତାର ଆବରଣ ସ୍ୱରୂପେ ବ୍ୟବହାର ନ କରି ବରଂ ଈଶ୍ବରଙ୍କ ଦାସ ହୋଇ ସତ୍କର୍ମ କର।


କାରଣ ଯେପରି ମୁଁ ଅଧିକ ସଂଖ୍ୟକ ଲୋକ ଲାଭ କରିପାରେ, ଏଥିପାଇଁ ମୁଁ କାହାରି ଅଧୀନ ନ ହେଲେ ହେଁ ନିଜକୁ ସମସ୍ତଙ୍କ ଦାସ କଲି।


କିନ୍ତୁ ସାବଧାନ, କାଳେ ତୁମ୍ଭମାନଙ୍କର ଏହି ଅଧିକାର ଦୁର୍ବଳମାନଙ୍କର ଝୁଣ୍ଟିବାର କାରଣ ହୁଏ।


କାରଣ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଏହି ଗୋଟିଏ ବାକ୍ୟରେ ସିଦ୍ଧ ହୁଏ, “ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।”


ଆଉ ଖ୍ରୀଷ୍ଟଙ୍କୁ ଭୟ କରି ପରସ୍ପରର ବଶୀଭୂତ ହୁଅ।


ପରସ୍ପରର ଭାର ବହନ କର; ଏହି ପ୍ରକାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବ୍ୟବସ୍ଥା ସଫଳ କରିବ।


ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋʼ ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;


କାରଣ ପ୍ରାଚୀନ ଶାସ୍ତ୍ରମାନଙ୍କରେ ଦଣ୍ଡର ପାତ୍ର ବୋଲି ବର୍ଣ୍ଣିତ ହୋଇଥିବା କେତେକ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଗୁପ୍ତରେ ପ୍ରବେଶ କରିଅଛନ୍ତି; ସେମାନେ ଅଧାର୍ମିକ, ଆମ୍ଭମାନଙ୍କ ଈଶ୍ବରଙ୍କ ଅନୁଗ୍ରହକୁ ବିପରୀତ ଭାବରେ କାମୁକତାରେ ବ୍ୟବହାର କରନ୍ତି, ପୁଣି, ଆମ୍ଭମାନଙ୍କର ଏକମାତ୍ର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଅସ୍ୱୀକାର କରନ୍ତି।


ସେମାନେ ସେମାନଙ୍କୁ ସ୍ୱାଧୀନତାର ପ୍ରତିଜ୍ଞା ଦିଅନ୍ତି, କିନ୍ତୁ ନିଜେ ବିନାଶର ଦାସ ଅଟନ୍ତି; କାରଣ ଯେ ଯାହା ଦ୍ୱାରା ପରାସ୍ତ ହୁଏ, ସେ ସେଥିର ଦାସ।


କାରଣ ଆମ୍ଭେମାନେ ଆପଣା ଆପଣାକୁ ପ୍ରଚାର କରୁ ନାହୁଁ, ମାତ୍ର ଖ୍ରୀଷ୍ଟ ଯୀଶୁ ଯେ ପ୍ରଭୁ, ପୁଣି, ଯୀଶୁଙ୍କ ସକାଶେ ଆମ୍ଭେମାନେ ଯେ ତୁମ୍ଭମାନଙ୍କର ସେବକ, ଏହା ପ୍ରଚାର କରୁ।


ଏହି ପ୍ରକାରେ ପରିଶ୍ରମ କରି ଦୁର୍ବଳମାନଙ୍କୁ ସାହାଯ୍ୟ କରିବା, ପୁଣି, “ଗ୍ରହଣ କରିବା ଅପେକ୍ଷା ଦାନ କରିବା ଅତି ଉତ୍ତମ,” ଏହି ଯେଉଁ କଥା ପ୍ରଭୁ ଯୀଶୁ ସ୍ୱୟଂ କହିଅଛନ୍ତି, ତାହା ସ୍ମରଣ କରିବା ତୁମ୍ଭମାନଙ୍କର ଯେ ଉଚିତ, ଏହି ସମସ୍ତ ବିଷୟରେ ମୁଁ ତୁମ୍ଭମାନଙ୍କୁ ଆଦର୍ଶ ଦେଖାଇଅଛି।


କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା,


“ପ୍ରଭୁଙ୍କ ଆତ୍ମା ମୋʼଠାରେ ଅଧିଷ୍ଠିତ, ଯେଣୁ ଦୀନହୀନମାନଙ୍କ ପାଖରେ ସୁସମାଚାର ପ୍ରଚାର କରିବା ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି, ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ ପୁଣି, ଅତ୍ୟାଚାର ପାଉଥିବା ଲୋକମାନଙ୍କୁ ମୁକ୍ତ କରିବାକୁ,


କାରଣ ପବିତ୍ର ଶାସ୍ତ୍ରରେ ଲେଖାଅଛି, ଅବ୍ରହାମଙ୍କର ଦୁଇଟି ପୁତ୍ର ଥିଲେ, ଜଣେ ଦାସୀଠାରୁ ଓ ଆଉ ଜଣେ ସ୍ୱାଧୀନା ସ୍ତ୍ରୀଠାରୁ ଜାତ।


ଆମ୍ଭମାନଙ୍କ ପ୍ରାର୍ଥନାରେ ତୁମ୍ଭମାନଙ୍କ ନାମ ଉଲ୍ଲେଖପୂର୍ବକ ସମସ୍ତଙ୍କ ନିମନ୍ତେ ସର୍ବଦା ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛୁ;


ଆଉ, ମୁଁ ତୁମ୍ଭମାନଙ୍କ ଆତ୍ମା ନିମନ୍ତେ ମହାନନ୍ଦରେ ବ୍ୟୟ କରିବି, ହଁ, ମୋହର ପ୍ରାଣ ସୁଦ୍ଧା ବ୍ୟୟ କରିବି। ମୁଁ ତୁମ୍ଭମାନଙ୍କୁ ଅଧିକ ପ୍ରଚୁରଭାବେ ପ୍ରେମ କରୁଅଛି ବୋଲି କଅଣ ଊଣା ପ୍ରେମ ପ୍ରାପ୍ତ ହେଉଅଛି?


ପ୍ରଭୁ ଆତ୍ମା ଅଟନ୍ତି; ଆଉ ଯେଉଁଠାରେ ପ୍ରଭୁଙ୍କ ଆତ୍ମା ସେଠାରେ ସ୍ୱାଧୀନତା।


ଆମ୍ଭମାନଙ୍କ ମଧ୍ୟକୁ ଆନୀତ କେତେ ଜଣ ଭଣ୍ଡ ଭ୍ରାତା ସକାଶେ ଏପରି ହେଲା; ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କର ଯେଉଁ ସ୍ୱାଧୀନତା ଅଛି, ଚର ସ୍ୱରୂପେ ସେଥିର ଛିଦ୍ର ଅନ୍ୱେଷଣ କରି ଆମ୍ଭମାନଙ୍କୁ ଦାସତ୍ୱର ବନ୍ଧନରେ ଆବଦ୍ଧ କରିବା ନିମନ୍ତେ ସେମାନେ ଗୁପ୍ତରେ ପ୍ରବେଶ କରିଥିଲେ;


ସ୍ୱାଧୀନତା ନିମନ୍ତେ ଖ୍ରୀଷ୍ଟ ଆମ୍ଭମାନଙ୍କୁ ମୁକ୍ତ କରିଅଛନ୍ତି; ଅତଏବ ସ୍ଥିର ହୋଇ ରୁହ ଏବଂ ଦାସତ୍ୱ ଜୁଆଳିରେ ଆଉ ଥରେ ଯୋଚା ନ ଯାଅ।


ଅତଏବ, ତାହା ପ୍ରତି ପ୍ରେମ ବ୍ୟବହାର ସ୍ଥାପନ କରିବାକୁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି।


Swiv nou:

Piblisite


Piblisite