Biblia Todo Logo
Bib sou entènèt

- Piblisite -




ଗାଲାତୀୟ 5:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଶରୀରର କାର୍ଯ୍ୟଗୁଡ଼ାକ ତ ସ୍ପଷ୍ଟ ରୂପେ ଜଣା, ବ୍ୟଭିଚାର, ଅଶୁଚିତା

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଶରୀରର କାର୍ଯ୍ୟଗୁଡ଼ାକ ତ ସ୍ପଷ୍ଟ ରୂପେ ଜଣା : ବ୍ୟଭିଚାର, ଅଶୁଚିତା,

Gade chapit la Kopi

ଓଡିଆ ବାଇବେଲ

19 ଶରୀରର କାର୍ଯ୍ୟଗୁଡ଼ାକ ତ ସ୍ପଷ୍ଟରୂପେ ଜଣା: ବ୍ୟଭିଚାର, ଅଶୁଚିତା

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19-20 ମନୁଷ୍ୟ ପ୍ରକୃତିର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତାହା ଅନୈତିକତା, ଅଶୁଚିତା, ଅଶ୍ଲୀଳତା, ପ୍ରତିମା ପୂଜା, ଗୁଣି ଗାରୁଡ଼ି ଆଦି କୁକର୍ମରେ ପ୍ରକାଶ ପାଏ। ଲୋକମାନେ ପରସ୍ପରର ଶତ୍ରୁ ହୋଇ କଳହ କରିଥାନ୍ତି; ସେମାନେ ଈର୍ଷାପରାୟଣ, କ୍ରୋଧୀ ଓ ଦୁରାକାଂକ୍ଷୀ ହୋଇଥାନ୍ତି ଓ ସେମାନେ ବିଭିନ୍ନ ଦଳ ଓ ଉପଦଳରେ ବିଭକ୍ତ ହୋଇଥାଆନ୍ତି।

Gade chapit la Kopi

ପବିତ୍ର ବାଇବଲ

19 ଆମ୍ଭର ପାପମୟ ସ୍ୱଭାବ ଦ୍ୱାରା ହେଉଥିବା ପାପପୂର୍ଣ୍ଣ କ୍ରିୟାଗୁଡ଼ିକ ବିଷୟରେ ସମସ୍ତେ ଜାଣନ୍ତି। ସେଗୁଡ଼ିକ ହେଲା: ଯୌନ ପାପାଗ୍ଭର, ଅପବିତ୍ରତା, ଭୋଗବିଳାସ,

Gade chapit la Kopi




ଗାଲାତୀୟ 5:19
30 Referans Kwoze  

କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟ-କଳଙ୍କିତ, ନରଘାତକ, ବ୍ୟଭିଚାରୀ, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ।


ଯେଣୁ ଯେ ଆପଣା ଶରୀର ଉଦ୍ଦେଶ୍ୟରେ ବୁଣେ, ସେ ଶରୀରରୁ ଉତ୍ପନ୍ନ କ୍ଷୟଣୀୟ ଶସ୍ୟ କାଟିବ; କିନ୍ତୁ ଯେ ପବିତ୍ର ଆତ୍ମାଙ୍କ ଉଦ୍ଦେଶ୍ୟରେ ବୁଣେ, ସେ ଆତ୍ମାଙ୍କଠାରୁ ଉତ୍ପନ୍ନ ଅନନ୍ତ ଜୀବନରୂପ ଶସ୍ୟ କାଟିବ।


କାରଣ ପୂର୍ବେ ଆମ୍ଭେମାନେ ମଧ୍ୟ ନିର୍ବୋଧ, ଅବାଧ୍ୟ, ଭ୍ରାନ୍ତ ପୁଣି, ନାନା ପ୍ରକାର କୁଅଭିଳାଷ ଓ ସୁଖଭୋଗର ଦାସ ଥିଲୁ, ହିଂସା ଓ ଈର୍ଷାରେ କାଳକ୍ଷେପଣ କରୁଥିଲୁ, ଆଉ ଘୃଣାର ପାତ୍ର ହୋଇ ପରସ୍ପରକୁ ଘୃଣା କରୁଥିଲୁ।


ଯେଣୁ, ଏପର୍ଯ୍ୟନ୍ତ ତୁମ୍ଭେମାନେ ଶାରୀରିକ ଅଟ। କାରଣ ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଈର୍ଷା ଓ ବିବାଦ ରହିଅଛି, ତୁମ୍ଭେମାନେ କି ଶାରୀରିକ ନୁହଁ ଓ ମନୁଷ୍ୟର ସ୍ୱଭାବ ଅନୁସାରେ କି ଆଚରଣ କରୁ ନାହଁ?


କାରଣ ଯଦି ଶାରୀରିକ ଭାବାନୁସାରେ ତୁମ୍ଭେମାନେ ଜୀବନଯାପନ କର, ତେବେ ଅବଶ୍ୟ ମରିବ, କିନ୍ତୁ ଯଦି ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଶରୀରର କର୍ମସବୁକୁ ବିନାଶ କର, ତେବେ ଜୀବିତ ହେବ।


କାରଣ ଯେଉଁମାନେ ଶାରୀରିକମନା, ସେମାନେ ଶାରୀରିକ ବିଷୟରେ ମନୋଯୋଗ କରନ୍ତି, କିନ୍ତୁ ଯେଉଁମାନେ ଆତ୍ମିକମନା, ସେମାନେ ଆତ୍ମିକ ବିଷୟରେ ମନୋଯୋଗ କରନ୍ତି।


କୁକୁରମାନେ, ମାୟାବୀ, ବ୍ୟଭିଚାରୀ, ନରଘାତକ, ପ୍ରତିମାପୂଜକ ପୁଣି, ମିଥ୍ୟାପ୍ରିୟ ଓ ମିଥ୍ୟାଚାରୀମାନେ ବାହାରେ ରହିବେ।


ବ୍ୟଭିଚାରଠାରୁ ପଳାୟନ କର। ମନୁଷ୍ୟ ଅନ୍ୟ ଯେକୌଣସି ପାପ କରେ, ତାହା ଶରୀରର ବହିର୍ଭୂତ; କିନ୍ତୁ ଯେ ବ୍ୟଭିଚାର କରେ, ସେ ଆପଣା ନିଜ ଶରୀର ବିରୁଦ୍ଧରେ ପାପ କରେ।


କାରଣ ଶରୀରର ଅଭିଳାଷ ଆତ୍ମାଙ୍କ ପ୍ରତିକୂଳ, ଆଉ ଆତ୍ମାଙ୍କ ଅଭିଳାଷ ଶରୀରର ପ୍ରତିକୂଳ, ଯେଣୁ ଏହି ଦୁଇ ପରସ୍ପରର ବିପରୀତ; ଫଳତଃ ତୁମ୍ଭେମାନେ ଯାହା ଯାହା ଇଚ୍ଛା କର, ସେହିସବୁ କରିପାର ନାହିଁ।


କାରଣ, ହେ ଭାଇମାନେ, ତୁମ୍ଭେମାନେ ସ୍ୱାଧୀନତା ନିମନ୍ତେ ଆହୂତ ହୋଇଅଛ; କେବଳ ତୁମ୍ଭର ସ୍ୱାଧୀନତାକୁ ଶାରୀରିକ ଅଭିଳାଷ ପୂରଣ ନିମନ୍ତେ ସୁଯୋଗ ସ୍ୱରୂପେ ବ୍ୟବହାର ନ କର, ବରଂ ପ୍ରେମରେ ପରସ୍ପରର ସେବା କର।


କିନ୍ତୁ ଈଶ୍ବରଙ୍କ ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତାହାହେଲେ ତୁମ୍ଭେମାନେ ଶରୀରର ବଶରେ ନାହଁ, ମାତ୍ର ଆତ୍ମାଙ୍କ ବଶରେ ଅଛ। ଯଦି କେହି ଖ୍ରୀଷ୍ଟଙ୍କ ଆତ୍ମା ପାଇ ନ ଥାଏ, ତେବେ ସେ ତାହାଙ୍କର ନୁହେଁ।


କାରଣ ମୋʼ ଠାରେ, ଅର୍ଥାତ୍‍, ମୋʼ ଶରୀରରେ ଯେକୌଣସି ଉତ୍ତମ ବିଷୟ ବାସ କରେ ନାହିଁ, ଏହା ମୁଁ ଜାଣେ, ଯେଣୁ ମୁଁ ଇଚ୍ଛା କରିପାରୁଅଛି, କିନ୍ତୁ ଯାହା ଉତ୍ତମ, ତାହା କରିବା ନିମନ୍ତେ ମୋହର ସାମର୍ଥ୍ୟ ନାହିଁ।


କାରଣ ଯେତେବେଳେ ଆମ୍ଭେମାନେ ଶରୀରର ବଶରେ ଥିଲୁ, ସେତେବେଳେ ବ୍ୟବସ୍ଥା ଦ୍ୱାରା ପାପାଭିଳାଷଗୁଡ଼ାକ ଆମ୍ଭମାନଙ୍କ ଅଙ୍ଗପ୍ରତ୍ୟଙ୍ଗ ମଧ୍ୟରେ ମୃତ୍ୟୁ ନିମନ୍ତେ ଫଳ ଉତ୍ପନ୍ନ କରିବାକୁ କାର୍ଯ୍ୟ ସାଧନ କରୁଥିଲା,


ମାଂସରୁ ଯାହା ଜାତ, ତାହା ମାଂସ; ପୁଣି, ଆତ୍ମାରୁ ଯାହା ଜାତ, ତାହା ଆତ୍ମା।


ମନୁଷ୍ୟର କାର୍ଯ୍ୟ ବୁଝି ମୁଁ ତୁମ୍ଭ ଓଷ୍ଠାଧରର ବାକ୍ୟ ଦ୍ୱାରା ଦୁର୍ଜ୍ଜନର ପଥରୁ ଆପଣାକୁ ରକ୍ଷା କରିଅଛି।


ଯେଣୁ ଶରୀର ସକାଶେ ଦୁର୍ବଳ ହେବାରୁ ବ୍ୟବସ୍ଥା ଯାହା ସାଧନ କରିପାରିଲା ନାହିଁ, ତାହା ଈଶ୍ବର ଆପଣା ପୁତ୍ରଙ୍କୁ ପାପମୟ ଶରୀରର ସାଦୃଶ୍ୟରେ ପାପ ବିନାଶ ନିମନ୍ତେ ପ୍ରେରଣ କରି ଶରୀରରେ ପାପକୁ ଦଣ୍ଡାଜ୍ଞା ଦେବା ଦ୍ୱାରା କଲେ,


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଉଦ୍ଧାର ହେତୁ ଈଶ୍ବରଙ୍କର ଧନ୍ୟବାଦ ହେଉ। ଅତଏବ, ମୁଁ ନିଜେ ମନ ଦ୍ୱାରା ଈଶ୍ବରଙ୍କ ବ୍ୟବସ୍ଥାର ଦାସ, କିନ୍ତୁ ଶରୀର ଦ୍ୱାରା ପାପ ବ୍ୟବସ୍ଥାର ଦାସ ଅଟେ।


ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ବର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ।


Swiv nou:

Piblisite


Piblisite