Biblia Todo Logo
Bib sou entènèt

- Piblisite -




ଗାଲାତୀୟ 5:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଦେଖ, ମୁଁ ପାଉଲ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭମାନଙ୍କର ସୁନ୍ନତ ହୁଏ, ତେବେ ଖ୍ରୀଷ୍ଟଙ୍କ ଦ୍ୱାରା ତୁମ୍ଭମାନଙ୍କର କୌଣସି ଲାଭ ହେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଦେଖ, ମୁଁ ପାଉଲ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭମାନଙ୍କର ସୁନ୍ନତ ହୁଏ, ତେବେ ଖ୍ରୀଷ୍ଟଙ୍କ ଦ୍ଵାରା ତୁମ୍ଭମାନଙ୍କର କୌଣସି ଲାଭ ହେବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

2 ଦେଖ, ମୁଁ ପାଉଲ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭମାନଙ୍କର ସୁନ୍ନତ ହୁଏ, ତେବେ ଖ୍ରୀଷ୍ଟଙ୍କ ଦ୍ୱାରା ତୁମ୍ଭମାନଙ୍କର କୌଣସି ଲାଭ ହେବ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ମୁଁ ପାଉଲ, ଯାହା କହୁଅଛି ଶୁଣ; ତୁମ୍ଭେମାନେ ଯଦି ସୁନ୍ନତ ବିଧି ପାଳନ କର, ତା’ର ଅର୍ଥ ହେବ, ତୁମ୍ଭମାନଙ୍କ ପାଇଁ ଖ୍ରୀଷ୍ଟଙ୍କର କୌଣସି ପ୍ରୟୋଜନ ନାହିଁ।

Gade chapit la Kopi

ପବିତ୍ର ବାଇବଲ

2 ଶୁଣ! ମୁଁ ପାଉଲ କହୁଛି, ଯଦି ତୁମ୍ଭେମାନେ ସୁନ୍ନତ ହୋଇ ବ୍ୟବସ୍ଥା ନିକଟକୁ ଫେରି ଯିବ, ତା'ହେଲେ ଖ୍ରୀଷ୍ଟ ତୁମ୍ଭମାନଙ୍କ ପାଇଁ ଲାଭଦାୟକ ହେବେ ନାହିଁ।

Gade chapit la Kopi




ଗାଲାତୀୟ 5:2
16 Referans Kwoze  

ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ୱାସ ହିଁ ସାର।


ଏଥିମଧ୍ୟରେ କେତେକ ଲୋକ ଯିହୂଦିୟା ପ୍ରଦେଶରୁ ଆସି ଭାଇମାନଙ୍କୁ ଏହି ଶିକ୍ଷା ଦେବାକୁ ଲାଗିଲେ, ମୋଶାଙ୍କ ବିଧି ଅନୁସାରେ ତୁମ୍ଭମାନଙ୍କର ସୁନ୍ନତ ନ ହେଲେ ପରିତ୍ରାଣ ପାଇ ପାରିବ ନାହିଁ।


କାରଣ ସେମାନଙ୍କ ନିକଟରେ ଯେପରି, ଆମ୍ଭମାନଙ୍କ ନିକଟରେ ମଧ୍ୟ ସେହିପରି ସୁସମାଚାର ପ୍ରଚାରିତ ହୋଇଅଛି, କିନ୍ତୁ ଶ୍ରୋତାମାନେ ବିଶ୍ୱାସ ଦ୍ୱାରା ଶୁଣିଥିବା ବାକ୍ୟ ନିଜସ୍ୱ ନ କରିବାରୁ ତାହା ସେମାନଙ୍କ ପକ୍ଷରେ ଲାଭଜନକ ହେଲା ନାହିଁ।


କିନ୍ତୁ ହେ ଭାଇମାନେ, ଯଦି ମୁଁ ଏବେ ସୁଦ୍ଧା ସୁନ୍ନତ ବିଧି ପ୍ରଚାର କରୁଅଛି, ତେବେ କାହିଁକି ମୁଁ ଏଯାଏଁ ତାଡ଼ନା ଭୋଗ କରୁଅଛି? ତାହାହେଲେ କ୍ରୁଶ ତ ଆଉ ବିଘ୍ନର କାରଣ ନୁହେଁ।


ତୁମ୍ଭମାନଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ମଧ୍ୟରେ ନମ୍ର, କିନ୍ତୁ ଅସାକ୍ଷାତରେ ତୁମ୍ଭମାନଙ୍କ ପ୍ରତି ସାହସିକ ଯେ ମୁଁ ପାଉଲ, ମୁଁ ନିଜେ ଖ୍ରୀଷ୍ଟଙ୍କ ମୃଦୁ ଓ କୋମଳ ଭାବ ସ୍ମରଣ କରାଇ ତୁମ୍ଭମାନଙ୍କୁ ଅନୁରୋଧ କରେ;


ଆମ୍ଭେମାନେ ଶୁଣିଅଛୁ ଯେ, ଆମ୍ଭେମାନେ ଯେଉଁ ଲୋକମାନଙ୍କୁ କୌଣସି ଆଜ୍ଞା ଦେଇ ନାହୁଁ, ଆମ୍ଭମାନଙ୍କ ମଧ୍ୟରୁ ଏପ୍ରକାର କେତେକ ଲୋକ କଥା ଦ୍ୱାରା ଆପଣମାନଙ୍କର ମନକୁ ଅସ୍ଥିର କରି ଆପଣମାନଙ୍କୁ ବିଚଳିତ କରିଅଛନ୍ତି;


ଏନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମନସ୍ଥ କରିଥିଲୁ, ବିଶେଷରେ ମୁଁ ପାଉଲ ଥରେ, ହଁ, ଦୁଇ ଥର ମନସ୍ଥ କରିଥିଲି, କିନ୍ତୁ ଶୟତାନ ଆମ୍ଭମାନଙ୍କୁ ବାଧା ଦେଲା।


ତଥାପି ମୁଁ ବୃଦ୍ଧ ପାଉଲ, ପ୍ରେମ ହେତୁ ତୁମ୍ଭକୁ ଅନୁରୋଧ କରୁଅଛି, ଖ୍ରୀଷ୍ଟ ଯୀଶୁଙ୍କ ନିମନ୍ତେ ବର୍ତ୍ତମାନ ବନ୍ଦୀ ଯେ ମୁଁ,


ମୁଁ ପାଉଲ ନିଜ ହାତରେ ଲେଖି ନମସ୍କାର ଜଣାଉଅଛି।


କିନ୍ତୁ ଫାରୂଶୀ-ଦଳର କେତେକ ଜଣ ଯେଉଁମାନେ ବିଶ୍ୱାସ କରୁଥିଲେ ଉଠି କହିଲେ, ଅଣଯିହୁଦୀ ଶିଷ୍ୟମାନଙ୍କୁ ସୁନ୍ନତ କରିବା ଓ ମୋଶାଙ୍କ ବ୍ୟବସ୍ଥା ପାଳନ କରିବା ନିମନ୍ତେ ସେମାନଙ୍କୁ ଆଜ୍ଞା ଦେବା ଆବଶ୍ୟକ।


ମୁଁ ପାଉଲ ସ୍ୱହସ୍ତରେ ଏହା ଲେଖି ଦେଉଅଛି, ମୁଁ ତାହା ପରିଶୋଧ କରିବି। ତୁମ୍ଭେ ନିଜେ ଯେ ମୋʼ ନିକଟରେ ଋଣୀ, ଏ ବିଷୟରେ ମୁଁ ଆଉ କହିବାକୁ ଇଚ୍ଛା କରୁ ନାହିଁ।


Swiv nou:

Piblisite


Piblisite