Biblia Todo Logo
Bib sou entènèt

- Piblisite -




ଗାଲାତୀୟ 5:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 କିନ୍ତୁ ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା,

Gade chapit la Kopi

ଓଡିଆ ବାଇବେଲ

22 କିନ୍ତୁ ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁୁତା, ପରୋପକାରିତା,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22-23 ପବିତ୍ର ଆତ୍ମାଙ୍କ ଦାନ ହେଉଛି; ପ୍ରେମ, ଆନନ୍ଦ, ଶାନ୍ତି, ଧୈର୍ଯ୍ୟ, ଦୟା, ସଦାଚାର, ବିଶ୍ୱସ୍ତତା, ନମ୍ରତା ଏବଂ ଆତ୍ମସଂଯମ। ଏହିପରି ଶ୍ରେୟସ୍କର ବିଷୟ ବିରୁଦ୍ଧରେ ବ୍ୟବସ୍ଥାର କୌଣସି ବିରୋଧ ନାହିଁ।

Gade chapit la Kopi

ପବିତ୍ର ବାଇବଲ

22 ମାତ୍ର ପବିତ୍ରଆତ୍ମା ଆମ୍ଭକୁ ଏହିଗୁଡ଼ିକ ପ୍ରଦାନ କରନ୍ତି: ପ୍ରେମ, ଆନନ୍ଦ, ଶାନ୍ତି, ଧୈର୍ଯ୍ୟ, ଦୟାଭାବ, ଉଦାରତା, ବିଶ୍ୱସ୍ତତା,

Gade chapit la Kopi




ଗାଲାତୀୟ 5:22
44 Referans Kwoze  

ମୁଁ ଦ୍ରାକ୍ଷାଲତା, ତୁମ୍ଭେମାନେ ଶାଖା; ଯେ ମୋʼ ଠାରେ ରହେ ଓ ମୁଁ ଯାହାଠାରେ ରହେ, ସେ ପ୍ରଚୁର ଫଳ ଫଳେ; କାରଣ ମୋʼ ବିନା ତୁମ୍ଭେମାନେ କିଛି କରିପାର ନାହିଁ।


ମୋʼ ଠାରେ ଥିବା ଯେକୌଣସି ଶାଖା ଫଳ ନ ଫଳେ, ତାହା ସେ କାଟିପକାନ୍ତି; ଆଉ, ଯେକୌଣସି ଶାଖା ଫଳ ଫଳେ, ଅଧିକ ଫଳ ଫଳିବା ନିମନ୍ତେ ସେ ତାହା ପରିଷ୍କାର କରନ୍ତି।


(କାରଣ ସମସ୍ତ ପ୍ରକାର ଉତ୍ତମତା, ଧାର୍ମିକତା ଓ ସତ୍ୟ ଆଲୋକର ଫଳ ସ୍ୱରୂପ),


ଯେଉଁ ବୃକ୍ଷ ଜଳସ୍ରୋତ ନିକଟରେ ରୋପିତ, ଯେ ସ୍ୱସମୟରେ ଫଳ ଉତ୍ପନ୍ନ କରେ, ଯାହାର ପତ୍ର ହିଁ ମଳିନ ହୁଏ ନାହିଁ, ଏପରି ବୃକ୍ଷ ସଦୃଶ ସେ ହେବ; ପୁଣି, ସେ ଯାହା କରେ, ତାହା ସଫଳ ହେବ।


ତୁମ୍ଭେମାନେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରିଅଛି, ଆଉ ତୁମ୍ଭେମାନେ ଯେପରି ଯାଇ ଫଳ ଉତ୍ପନ୍ନ କର ଓ ତୁମ୍ଭମାନଙ୍କର ଫଳ ସ୍ଥାୟୀ ହୁଏ, ଏଥିନିମନ୍ତେ ତୁମ୍ଭମାନଙ୍କୁ ନିଯୁକ୍ତ କରିଅଛି। ସେଥିରେ ତୁମ୍ଭେମାନେ ମୋʼ ନାମରେ ପିତାଙ୍କୁ ଯାହା କିଛି ମାଗିବ, ସେ ତାହା ତୁମ୍ଭମାନଙ୍କୁ ଦେବେ;


ଏଣୁ ହେ ମୋହର ଭାଇମାନେ, ଖ୍ରୀଷ୍ଟଙ୍କ ଶରୀର ଦ୍ୱାରା ତୁମ୍ଭେମାନେ ମଧ୍ୟ ମୋଶାଙ୍କ ବ୍ୟବସ୍ଥା ପ୍ରତି ମୃତ ହୋଇଅଛ, ଯେପରି ତୁମ୍ଭେମାନେ ଅନ୍ୟ ସହିତ ସଂଯୁକ୍ତ ହୁଅ, ଅର୍ଥାତ୍‍ ଆମ୍ଭେମାନେ ଈଶ୍ବରଙ୍କ ନିମନ୍ତେ ଫଳ ଉତ୍ପନ୍ନ କରିବା ପାଇଁ ଯେ ମୃତ୍ୟୁରୁ ଉତ୍ଥାପିତ ହୋଇଅଛନ୍ତି, ତାହାଙ୍କ ସହିତ ସଂଯୁକ୍ତ ହୁଅ।


ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର;


“ଗଛକୁ ଭଲ କୁହ ଓ ତାହାର ଫଳକୁ ଭଲ କୁହ ନ ହେଲେ ଗଛକୁ ମନ୍ଦ କୁହ ଓ ତାହାର ଫଳକୁ ମନ୍ଦ କୁହ, କାରଣ ଫଳ ଦ୍ୱାରା ଗଛ ଚିହ୍ନାଯାଏ।


ଅତଏବ ବିଶ୍ୱାସ, ଭରସା, ପ୍ରେମ, ଏହି ତିନି ସ୍ଥାୟୀ ଅଟେ, ଆଉ ଏମାନଙ୍କ ମଧ୍ୟରେ ପ୍ରେମ ଉତ୍କୃଷ୍ଟ।


ସେଥିରେ ପରିପୂର୍ଣ୍ଣ ହୋଇ ଖ୍ରୀଷ୍ଟଙ୍କ ଦିନରେ ଶୁଦ୍ଧ ଓ ଅନିନ୍ଦନୀୟ ହୁଅ।


ସମସ୍ତ ଆତ୍ମିକ ଜ୍ଞାନ ଓ ବୁଦ୍ଧିରେ ପ୍ରଭୁଙ୍କୁ ସର୍ବପ୍ରକାରେ ସନ୍ତୁଷ୍ଟ କରିବା ନିମନ୍ତେ ତାହାଙ୍କ ଯୋଗ୍ୟ ଆଚରଣ କର, ଅର୍ଥାତ୍‍, ଈଶ୍ବରଙ୍କ ତତ୍ତ୍ୱଜ୍ଞାନରେ ବଢ଼ି ସମସ୍ତ ଉତ୍ତମକର୍ମର ଫଳରେ ଫଳବାନ ହୁଅ


କାରଣ, ହେ ଭାଇମାନେ, ତୁମ୍ଭେମାନେ ସ୍ୱାଧୀନତା ନିମନ୍ତେ ଆହୂତ ହୋଇଅଛ; କେବଳ ତୁମ୍ଭର ସ୍ୱାଧୀନତାକୁ ଶାରୀରିକ ଅଭିଳାଷ ପୂରଣ ନିମନ୍ତେ ସୁଯୋଗ ସ୍ୱରୂପେ ବ୍ୟବହାର ନ କର, ବରଂ ପ୍ରେମରେ ପରସ୍ପରର ସେବା କର।


ପୁଣି, ତୁମ୍ଭମାନଙ୍କ ମନରେ ନୂତନୀକୃତ ହୋଇ,


ସେମାନେ ବୃଦ୍ଧ ବୟସରେ ହେଁ ଫଳ ଉତ୍ପନ୍ନ କରିବେ; ସେମାନେ ରସ ଓ ତେଜରେ ପୂର୍ଣ୍ଣ ହେବେ;


କିନ୍ତୁ ଏବେ ପାପର ଅଧୀନତାରୁ ମୁକ୍ତ ହୋଇ ଈଶ୍ବରଙ୍କ ଦାସ ହେବାରୁ ତୁମ୍ଭେମାନେ ପବିତ୍ରତା ଉଦ୍ଦେଶ୍ୟରେ ଫଳ ପାଉଅଛ, ଆଉ ଏଥିର ପରିଣାମ ଅନନ୍ତ ଜୀବନ।


ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେ ହେଁ ତାହାଙ୍କଠାରେ ବିଶ୍ୱାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେ


ତୁମ୍ଭର ଯୌବନ ଅବସ୍ଥା ସକାଶେ କେହି ତୁମ୍ଭକୁ ତୁଚ୍ଛ ନ କରୁ, କିନ୍ତୁ ବାକ୍ୟରେ, ଆଚରଣରେ, ପ୍ରେମରେ, ବିଶ୍ୱାସରେ ଓ ପବିତ୍ରତାରେ ବିଶ୍ଵାସୀମାନଙ୍କର ଉଦାହରଣସ୍ୱରୂପ ହୁଅ।


କାରଣ ଖ୍ରୀଷ୍ଟ ମଧ୍ୟ ଆପଣାର ସୁଖ ଚେଷ୍ଟା କରି ନ ଥିଲେ; କିନ୍ତୁ ଯେପରି ଲେଖାଅଛି, ତୁମ୍ଭ ନିନ୍ଦକମାନଙ୍କର ନିନ୍ଦା ମୋʼ ଉପରେ ପଡ଼ିଲା।


ଈଶ୍ବରଙ୍କ ସତ୍ୟ ଅନୁଗ୍ରହ ଯେ ଏହି ପ୍ରକାର, ଏହି ବିଷୟରେ ସାକ୍ଷ୍ୟ ଦେଇ ତୁମ୍ଭମାନଙ୍କୁ ଉତ୍ସାହ ଦେବା ନିମନ୍ତେ ସିଲ୍ୱାନଙ୍କ ଦ୍ୱାରା ମୁଁ ସଂକ୍ଷେପରେ ପତ୍ର ଲେଖିଲି; ମୋʼ ବୋଧରେ ସେ ଜଣେ ବିଶ୍ୱସ୍ତ ଭ୍ରାତା। ତୁମ୍ଭେମାନେ ଏହି ଅନୁଗ୍ରହରେ ସୁସ୍ଥିର ହୋଇଥାଅ।


ଆଉ ହେ ମୋହର ଭାଇମାନେ, ତୁମ୍ଭେମାନେ ଯେ ଆପେ ଆପେ ଉତ୍ତମତା ଓ ସମସ୍ତ ଜ୍ଞାନରେ ପରିପୂର୍ଣ୍ଣ; ପୁଣି, ପରସ୍ପରକୁ ଚେତନା ଦେବା ନିମନ୍ତେ ମଧ୍ୟ ସକ୍ଷମ, ଏହା ମୁଁ ନିଜେ ସୁଦ୍ଧା ତୁମ୍ଭମାନଙ୍କ ବିଷୟରେ ନିଶ୍ଚୟ ବୋଧ କରୁଅଛି।


ଆଉ ପରେ ଫଳ ହୁଏତ ଭଲ, ନୋହିଲେ ତାହାକୁ ହାଣିପକାଇବେ।’”


ସେହି ପ୍ରକାରେ ସ୍ତ୍ରୀମାନଙ୍କର ମଧ୍ୟ ପରନିନ୍ଦାକାରିଣୀ ନ ହୋଇ ଗମ୍ଭୀର, ମିତାଚାରିଣୀ ଓ ସମସ୍ତ ବିଷୟରେ ବିଶ୍ୱସ୍ତ ହେବା ଆବଶ୍ୟକ।


ଇଫ୍ରୟିମ କହିବ, “ପ୍ରତିମାଗଣରେ ମୋର ଆଉ କି କାର୍ଯ୍ୟ?” ଆମ୍ଭେ ଉତ୍ତର ଦେଇଅଛୁ ଓ ତାହା ବିଷୟରେ ମନୋଯୋଗ କରିବା; ଆମ୍ଭେ ସତେଜ ଦେବଦାରୁ ବୃକ୍ଷ ତୁଲ୍ୟ; ଆମ୍ଭଠାରୁ ତୁମ୍ଭର ଫଳପ୍ରାପ୍ତି ହୁଏ।


ପୁଣି, ଯେପରି ଆମ୍ଭେମାନେ ଅବିବେଚକ ଓ ଦୁଷ୍ଟ ଲୋକମାନଙ୍କଠାରୁ ଉଦ୍ଧାର ପାଇବୁ; କାରଣ ସମସ୍ତଙ୍କର ବିଶ୍ୱାସ ନାହିଁ।


କାର୍ଯ୍ୟର ଆରମ୍ଭ ଅପେକ୍ଷା ତହିଁର ସମାପ୍ତି ଭଲ; ପୁଣି, ଆତ୍ମାରେ ଗର୍ବୀ ହେବା ଅପେକ୍ଷା ଆତ୍ମାରେ ଧୀର ହେବା ଭଲ।


ଦେଖ, ଆମ୍ଭେ ଏହି ନଗର ପ୍ରତି ସ୍ୱାସ୍ଥ୍ୟ ଆଉ ଆରୋଗ୍ୟ ଆଣିବା, ଆମ୍ଭେ ଲୋକମାନଙ୍କୁ ଆରୋଗ୍ୟ କରିବା; ପୁଣି, ଆମ୍ଭେ ସେମାନଙ୍କ ପ୍ରତି ପ୍ରଚୁର ଶାନ୍ତି ଓ ସତ୍ୟତା ପ୍ରକାଶ କରିବା।


କାରଣ ଯେଉଁମାନେ ଶାରୀରିକମନା, ସେମାନେ ଶାରୀରିକ ବିଷୟରେ ମନୋଯୋଗ କରନ୍ତି, କିନ୍ତୁ ଯେଉଁମାନେ ଆତ୍ମିକମନା, ସେମାନେ ଆତ୍ମିକ ବିଷୟରେ ମନୋଯୋଗ କରନ୍ତି।


କାରଣ ଈଶ୍ବରଙ୍କ ରାଜ୍ୟ ଭୋଜନପାନ ନୁହେଁ, କିନ୍ତୁ ଧାର୍ମିକତା, ଶାନ୍ତି ଓ ପବିତ୍ର ଆତ୍ମାଙ୍କଠାରେ ଆନନ୍ଦ ଅଟେ।


ହେ ଭାଇମାନେ, ମୁଁ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ହେତୁ ଓ ଆତ୍ମାଙ୍କ ପ୍ରେମ ହେତୁ ମୋʼ ନିମନ୍ତେ ଈଶ୍ବରଙ୍କ ନିକଟରେ ମୋʼ ସହିତ ଯତ୍ନ ସହକାରେ ପ୍ରାର୍ଥନା କରିବା ପାଇଁ ତୁମ୍ଭମାନଙ୍କୁ ବିନତି କରୁଅଛି,


Swiv nou:

Piblisite


Piblisite