Biblia Todo Logo
Bib sou entènèt

- Piblisite -




ଗାଲାତୀୟ 5:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

24 ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 ଯେଉଁମାନେ ଯୀଶୁ ଖ୍ରୀଷ୍ଟଙ୍କର, ସେମାନେ ସମସ୍ତ ଲାଳସା ଓ କାମନାସକ୍ତ ମନୁଷ୍ୟ ପ୍ରକୃତିକୁ କ୍ରୁଶବିଦ୍ଧ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

24 ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ନିଜର ମନର ଆବେଗ ଓ ପାପମୟ ସ୍ୱଭାବକୁ କ୍ରୁଶରେ ବିଦ୍ଧ କରିଛନ୍ତି। ସେମାନେ ନିଜର ସ୍ୱାର୍ଥପର ମନୋଭାବ ଓ ମନ୍ଦକାର୍ଯ୍ୟ ସବୁକୁ ତ୍ୟାଗ କରିଛନ୍ତି।

Gade chapit la Kopi




ଗାଲାତୀୟ 5:24
20 Referans Kwoze  

ଯେପରି ଆମ୍ଭେମାନେ ଆଉ ପାପର ଦାସତ୍ୱରେ ନ ରହୁ, ଏଥିପାଇଁ ପାପର ଶରୀର ବିନଷ୍ଟ ହେବା ନିମନ୍ତେ ଆମ୍ଭମାନଙ୍କର ପୁରାତନ ସ୍ୱଭାବ ଯେ ତାହାଙ୍କ ସହିତ କ୍ରୁଶରେ ହତ ହୋଇଅଛି,


ପୁଣି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବସ୍ତ୍ରରୂପେ ପରିଧାନ କର, ଆଉ କୁଅଭିଳାଷ ତୃପ୍ତି କରିବା ସକାଶେ ଶରୀର ନିମନ୍ତେ ଆୟୋଜନ କର ନାହିଁ।


କାରଣ ଯଦି ଶାରୀରିକ ଭାବାନୁସାରେ ତୁମ୍ଭେମାନେ ଜୀବନଯାପନ କର, ତେବେ ଅବଶ୍ୟ ମରିବ, କିନ୍ତୁ ଯଦି ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଶରୀରର କର୍ମସବୁକୁ ବିନାଶ କର, ତେବେ ଜୀବିତ ହେବ।


କିନ୍ତୁ ଈଶ୍ବରଙ୍କ ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତାହାହେଲେ ତୁମ୍ଭେମାନେ ଶରୀରର ବଶରେ ନାହଁ, ମାତ୍ର ଆତ୍ମାଙ୍କ ବଶରେ ଅଛ। ଯଦି କେହି ଖ୍ରୀଷ୍ଟଙ୍କ ଆତ୍ମା ପାଇ ନ ଥାଏ, ତେବେ ସେ ତାହାଙ୍କର ନୁହେଁ।


କିନ୍ତୁ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର କ୍ରୁଶ ବ୍ୟତୀତ ଆଉ କାହିଁରେ ଦର୍ପ କରିବା ମୋʼଠାରୁ ଦୂରେ ଥାଉ; ତାହାଙ୍କ ଦ୍ୱାରା ଜଗତ ମୋʼ ପ୍ରତି ଓ ମୁଁ ଜଗତ ପ୍ରତି କ୍ରୁଶରେ ହତ ହୋଇଅଛି।


ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ିକରୁ ବିମୁଖ ହୁଅ, ସେଗୁଡ଼ିକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ।


ଏବଂ ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ପୁଣି, ଖ୍ରୀଷ୍ଟ ଈଶ୍ବରଙ୍କର।


ତୁମ୍ଭେମାନେ ବାହ୍ୟ ବିଷୟସବୁ ଦେଖୁଅଛ। ଯଦି କେହି ଆପଣାକୁ ଖ୍ରୀଷ୍ଟଙ୍କର ବୋଲି ବିଶ୍ୱାସ କରେ, ତେବେ ସେ ଯେପରି ଖ୍ରୀଷ୍ଟଙ୍କର, ଆମ୍ଭେମାନେ ମଧ୍ୟ ଯେ ସେହିପରି ଖ୍ରୀଷ୍ଟଙ୍କର, ଏହା ସେ ପୁଣି, ଆପେ ବିବେଚନା କରୁ।


ଆଉ ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ତେବେ ତୁମ୍ଭେମାନେ ତ ଅବ୍ରହାମଙ୍କ ବଂଶ, ପ୍ରତିଜ୍ଞା ଅନୁସାରେ ଉତ୍ତରାଧିକାରୀ।


କିନ୍ତୁ ପ୍ରତ୍ୟେକ ଜଣ ଆପଣା ଆପଣା କ୍ରମାନୁସାରେ ପ୍ରଥମ ଫଳ ସ୍ୱରୂପ ଖ୍ରୀଷ୍ଟ, ପରେ ଖ୍ରୀଷ୍ଟଙ୍କ ଆଗମନ ସମୟରେ ତାହାଙ୍କ ଆଶ୍ରିତମାନେ;


କାମୁକତା, ପ୍ରତିମାପୂଜା, ନରହତ୍ୟା, କୁହୁକ, ଶତ୍ରୁତା, ବିବାଦ, ଦ୍ୱେଷ, କ୍ରୋଧ, ସ୍ୱାର୍ଥପରତା, ଦଳଭେଦ, ମତଭେଦ, ଈର୍ଷା,


ଖାଦ୍ୟ ଉଦର ନିମନ୍ତେ, ପୁଣି, ଉଦର ଖାଦ୍ୟ ନିମନ୍ତେ; କିନ୍ତୁ ଈଶ୍ବର ଉଭୟକୁ ଲୋପ କରିବେ। ଶରୀର ବ୍ୟଭିଚାର ନିମନ୍ତେ ନୁହେଁ, କିନ୍ତୁ ପ୍ରଭୁଙ୍କ ନିମନ୍ତେ, ଆଉ ପ୍ରଭୁ ଶରୀର ନିମନ୍ତେ;


ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶରେ ହତ ହୋଇଅଛି; ମୁଁ ଆଉ ଜୀବିତ ନୁହେଁ, ମାତ୍ର ଖ୍ରୀଷ୍ଟ ମୋʼ ଠାରେ ଜୀବିତ ଅଛନ୍ତି; ପୁଣି, ମୁଁ ଶରୀରରେ ଥାଇ ବର୍ତ୍ତମାନ ଯେଉଁ ଜୀବନଯାପନ କରୁଅଛି, ତାହା ବିଶ୍ୱାସରେ, ଅର୍ଥାତ୍‍, ଈଶ୍ବରଙ୍କ ପୁତ୍ର ମୋତେ ପ୍ରେମ କରି ମୋʼ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ତାହାଙ୍କଠାରେ ବିଶ୍ୱାସ କରି ଯାପନ କରୁଅଛି।


କାରଣ ତୁମ୍ଭେମାନେ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ବରଙ୍କର ସନ୍ତାନ ହୋଇଅଛ;


ଯିହୁଦୀ କି ଗ୍ରୀକ୍‍, ଦାସ କି ସ୍ୱାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ।


ଏଥିନିମନ୍ତେ ମୁଁ ପାଉଲ, ଅଣଯିହୁଦୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ସକାଶେ ଖ୍ରୀଷ୍ଟ ଯୀଶୁଙ୍କର ବନ୍ଦୀ


ଅର୍ଥାତ୍‍ ସୁସମାଚାର ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଣଯିହୁଦୀମାନେ ମଧ୍ୟ ଅଂଶାଧିକାରୀ, ଏକ ଶରୀରର ଅଙ୍ଗପ୍ରତ୍ୟଙ୍ଗ ଓ ପ୍ରତିଜ୍ଞାର ସହଭାଗୀ ଅଟନ୍ତି;


ତଦନୁସାରେ ମଣ୍ଡଳୀ ଦ୍ୱାରା ଯେପରି ତାହାଙ୍କର ବହୁବିଧ ଜ୍ଞାନ, ସ୍ୱର୍ଗରେ କର୍ତ୍ତାପଣ ଓ ଅଧିକାରପ୍ରାପ୍ତ ବ୍ୟକ୍ତିମାନଙ୍କୁ ଜ୍ଞାତ କରାଯାଏ;


ଆହୁରି ମଧ୍ୟ ତୁମ୍ଭେମାନେ ଶାରୀରିକ ସ୍ୱଭାବ ତ୍ୟାଗ କରି ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ଅହସ୍ତକୃତ ସୁନ୍ନତରେ, ଅର୍ଥାତ୍‍ ଖ୍ରୀଷ୍ଟୀୟ ସୁନ୍ନତରେ ସୁନ୍ନତ ପ୍ରାପ୍ତ ହୋଇଅଛ;


Swiv nou:

Piblisite


Piblisite