Biblia Todo Logo
Bib sou entènèt

- Piblisite -




ଗାଲାତୀୟ 5:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଯଦି ଆମ୍ଭେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଜୀବନ ପ୍ରାପ୍ତ କରିଅଛୁ, ତେବେ ପବିତ୍ର ଆତ୍ମାଙ୍କ ଦ୍ୱାରା ମଧ୍ୟ ଆଚରଣ କରୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଯଦି ଆମ୍ଭେମାନେ ଆତ୍ମାଙ୍କ ଦ୍ଵାରା ଜୀବନ ପ୍ରାପ୍ତ ହୋଇଅଛୁ, ତେବେ ଆତ୍ମାଙ୍କ ଦ୍ଵାରା ମଧ୍ୟ ଆଚରଣ କରୁ।

Gade chapit la Kopi

ଓଡିଆ ବାଇବେଲ

25 ଯଦି ଆମ୍ଭେମାନେ ଆତ୍ମାଙ୍କ ଦ୍ୱାରା ଜୀବନ ପ୍ରାପ୍ତ ହୋଇଅଛୁ, ତେବେ ଆତ୍ମାଙ୍କ ଦ୍ୱାରା ମଧ୍ୟ ଆଚରଣ କରୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ପବିତ୍ର ଆତ୍ମା ଆମ୍ଭମାନଙ୍କୁ ଜୀବନ ଦାନ କରି ଅଛନ୍ତି, ସେ ଆମ୍ଭମାନଙ୍କର ଜୀବନକୁ ମଧ୍ୟ ନିୟନ୍ତ୍ରଣ କରନ୍ତୁ।

Gade chapit la Kopi

ପବିତ୍ର ବାଇବଲ

25 ସେହି ଆତ୍ମାଙ୍କଠାରୁ ଆମ୍ଭେ ନୂତନ ଜୀବନ ପାଇଅଛୁ। ଅତଏବ ଆମ୍ଭେ ଆତ୍ମାଙ୍କର ଅନୁସରଣ କରିବା ଉଚିତ୍।

Gade chapit la Kopi




ଗାଲାତୀୟ 5:25
10 Referans Kwoze  

ମୋହର ଭାବ ଏହି, ଆତ୍ମାଙ୍କ ଦ୍ୱାରା ଆଚରଣ କର, ତାହାହେଲେ ତୁମ୍ଭେମାନେ ଶରୀରର ଅଭିଳାଷ ପୂର୍ଣ୍ଣ କରିବ ନାହିଁ।


ଆତ୍ମା ଜୀବନଦାୟକ; ମାଂସ କୌଣସି ଉପକାର କରେ ନାହିଁ; ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବାକ୍ୟ କହିଅଛି, ସେହିସବୁ ଆତ୍ମା ଓ ଜୀବନ ଅଟେ।


କାରଣ ଜୀବନଦାୟକ ଆତ୍ମା ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ତୁମ୍ଭକୁ ପାପ ଓ ମୃତ୍ୟୁଦାୟକ ବ୍ୟବସ୍ଥାରୁ ମୁକ୍ତ କରିଅଛି।


ସେ ତ ଆମ୍ଭମାନଙ୍କୁ ଅକ୍ଷରର ସେବକ କରି ନାହାନ୍ତି, ମାତ୍ର ପବିତ୍ର ଆତ୍ମାଙ୍କ, ଅର୍ଥାତ୍‍ ନୂତନ ନିୟମର ସେବକ ହେବାକୁ ସାମର୍ଥ୍ୟ ଦେଇଅଛନ୍ତି; କାରଣ ଅକ୍ଷର ମୃତ୍ୟୁଦାୟକ, ମାତ୍ର ପବିତ୍ର ଆତ୍ମା ଜୀବନଦାୟକ;


କାରଣ ଏହି ଉଦ୍ଦେଶ୍ୟରେ ମୃତମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାରିତ ହେଲା, ଯେପରି ସେମାନେ ମନୁଷ୍ୟମାନଙ୍କ ସଦୃଶ ଶରୀରରେ ବିଚାରିତ ହେଲେ ହଁ ଈଶ୍ବରଙ୍କ ସଦୃଶ ଆତ୍ମାରେ ସଜୀବ ହେବେ।


କିନ୍ତୁ ଯଦି ଖ୍ରୀଷ୍ଟ ତୁମ୍ଭମାନଙ୍କଠାରେ ଥାଆନ୍ତି, ତାହାହେଲେ ଶରୀର ପାପ ହେତୁ ମୃତ ଅଟେ, ମାତ୍ର ଆତ୍ମା ଧାର୍ମିକତା ହେତୁ ଜୀବିତ ଅଟେ।


ଏହିପରି ଶାସ୍ତ୍ରରେ ମଧ୍ୟ ଲେଖାଅଛି, ପ୍ରଥମ ମନୁଷ୍ୟ ଆଦମ ଜୀବିତ ପ୍ରାଣୀ ହେଲେ ଶେଷ ଆଦମ ଜୀବନଦାୟକ ଆତ୍ମା ହେଲେ।


ସାଢ଼େ ତିନି ଦିନ ଉତ୍ତାରେ ଈଶ୍ବରଙ୍କଠାରୁ ଜୀବନ-ବାୟୁ ଆସି ସେମାନଙ୍କଠାରେ ପ୍ରବେଶ କଲେ, ସେଥିରେ ସେମାନେ ପାଦରେ ଭରା ଦେଇ ଠିଆ ହେଲେ, ଆଉ ସେମାନଙ୍କୁ ଦେଖିବା ଲୋକମାନେ ଅତ୍ୟନ୍ତ ଭୟଭୀତ ହେଲେ।


କାରଣ ଆମ୍ଭେମାନେ ପ୍ରକୃତରେ ସୁନ୍ନତ ପ୍ରାପ୍ତ, ଆମ୍ଭେମାନେ ଈଶ୍ବରଙ୍କ ଆତ୍ମାରେ ଉପାସନା କରୁ, ପୁଣି, ବାହ୍ୟିକ ବିଷୟ ଉପରେ ନିର୍ଭର ନ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରୁ।


Swiv nou:

Piblisite


Piblisite