Biblia Todo Logo
Bib sou entènèt

- Piblisite -




ଗାଲାତୀୟ 6:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 କାରଣ ସୁନ୍ନତ କିମ୍ବା ଅସୁନ୍ନତ କିଛି ନୁହେଁ, କିନ୍ତୁ ନୂତନ ସୃଷ୍ଟି ହିଁ ସାର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 କାରଣ ସୁନ୍ନତ କିମ୍ଵା ଅସୁନ୍ନତ କିଛି ନୁହେଁ, କିନ୍ତୁ ନୂତନ ସୃଷ୍ଟି ହିଁ ସାର।

Gade chapit la Kopi

ଓଡିଆ ବାଇବେଲ

15 କାରଣ ସୁନ୍ନତ କିମ୍ବା ଅସୁନ୍ନତ କିଛି ନୁହେଁ, କିନ୍ତୁ ନୂତନ ସୃଷ୍ଟି ହିଁ ସାର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 କିଏ ସୁନ୍ନତ ବା ଅସୁନ୍ନତ, ସେଥିରେ କିଛି ଯାଏ ଆସେ ନା, ନୂତନ ସୃଷ୍ଟି ହିଁ ସାର ବିଷୟ।

Gade chapit la Kopi

ପବିତ୍ର ବାଇବଲ

15 ଜଣେ ମନୁଷ୍ୟ ସୁନ୍ନତ ହେଉ ବା ଅସୁନ୍ନତ ହେଉ, ସେଥିରେ କିଛି ଗୁରୁତ୍ୱ ନାହିଁ। କେବଳ ପରମେଶ୍ୱରଙ୍କ ଦ୍ୱାରା ସୃଷ୍ଟ ନୂତନ ମନୁଷ୍ୟ ହେବା ଗୁରୁତ୍ୱପୂର୍ଣ୍ଣ।

Gade chapit la Kopi




ଗାଲାତୀୟ 6:15
14 Referans Kwoze  

ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି।


ଯେଉଁ ନୂତନ ସ୍ୱଭାବ ଈଶ୍ବରଙ୍କ ପ୍ରତିମୂର୍ତ୍ତିରେ ଧାର୍ମିକତା ଓ ସତ୍ୟର ପବିତ୍ରତାରେ ସୃଷ୍ଟ ହୋଇଅଛି, ତାହା ପରିଧାନ କରିବାକୁ ଶିକ୍ଷିତ ହୋଇଅଛ।


କାରଣ ଆମ୍ଭେମାନେ ତାହାଙ୍କ ରଚନା, ଯେ ସମସ୍ତ ସତ୍କର୍ମ ଆମ୍ଭେମାନେ କରିବୁ ବୋଲି ଈଶ୍ବର ପୂର୍ବରୁ ପ୍ରସ୍ତୁତ କରିଥିଲେ, ଆଚରଣରେ ସେହିସବୁ ସାଧନ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କଠାରେ ସୃଷ୍ଟ।


ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ୱାସ ହିଁ ସାର।


ସୁନ୍ନତ କିଛି ନୁହେଁ, ପୁଣି, ଅସୁନ୍ନତ କିଛି ନୁହେଁ, କେବଳ ଈଶ୍ବରଙ୍କ ଆଜ୍ଞା ପାଳନ ହିଁ ସାର।


କାରଣ ବାହାରେ ଯେ ଯିହୁଦୀ, ସେ ଯିହୁଦୀ ନୁହେଁ, କିଅବା ବାହାର ଶରୀରରେ ଯେ ସୁନ୍ନତ, ତାହା ସୁନ୍ନତ ନୁହେଁ;


ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ଡାଜ୍ଞା ନାହିଁ।


ପରେ ସିଂହାସନ ଉପବିଷ୍ଟ ବ୍ୟକ୍ତି କହିଲେ, ଦେଖ, ଆମ୍ଭେ ସମସ୍ତ ବିଷୟ ନୂତନ କରୁଅଛୁ। ଆଉ ସେ କହିଲେ, ଲେଖ, କାରଣ ଏହି ସମସ୍ତ ବାକ୍ୟ ବିଶ୍ୱାସଯୋଗ୍ୟ ଓ ସତ୍ୟ।


ଅତଏବ, ଯଦି ଅସୁନ୍ନତ ଲୋକ ମୋଶାଙ୍କ ବ୍ୟବସ୍ଥାର ବିଧିବିଧାନ ପାଳନ କରେ, ତେବେ ତାହାର ଅସୁନ୍ନତ କଅଣ ସୁନ୍ନତ ବୋଲି ଗଣିତ ହେବ ନାହିଁ?


ଅତଏବ, ଆମ୍ଭେମାନେ ବାପ୍ତିସ୍ମ ଦ୍ୱାରା ମରଣରେ ତାହାଙ୍କ ସହିତ ସମାଧି ପାଇଅଛୁ, ଯେପରି ଖ୍ରୀଷ୍ଟ ପିତାଙ୍କ ଗୌରବ ଦ୍ୱାରା ମୃତମାନଙ୍କ ମଧ୍ୟରୁ ଯେଉଁ ପ୍ରକାରେ ଉତ୍ଥାପିତ ହେଲେ, ଆମ୍ଭେମାନେ ମଧ୍ୟ ସେହି ପ୍ରକାରେ ଜୀବନର ନୂତନ ଭାବରେ ଆଚରଣ କରୁ;


ପୁଣି, ବିଧିବିଧାନଯୁକ୍ତ ଆଜ୍ଞାମୂଳକ ବ୍ୟବସ୍ଥାକୁ ଆପଣା ଶରୀରରେ ରହିତ କରିଅଛନ୍ତି, ଯେପରି ସେ ଶାନ୍ତି ସ୍ଥାପନ କରି ଉଭୟକୁ ଆପଣାଠାରେ ଜଣେ ନୂଆ ଲୋକ ସ୍ୱରୂପେ ସୃଷ୍ଟି କରନ୍ତି,


କାରଣ ଆମ୍ଭେମାନେ ପ୍ରକୃତରେ ସୁନ୍ନତ ପ୍ରାପ୍ତ, ଆମ୍ଭେମାନେ ଈଶ୍ବରଙ୍କ ଆତ୍ମାରେ ଉପାସନା କରୁ, ପୁଣି, ବାହ୍ୟିକ ବିଷୟ ଉପରେ ନିର୍ଭର ନ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରୁ।


ବାହାରି ଆସିଥିବା ସମସ୍ତ ଲୋକ ସୁନ୍ନତ ହୋଇଥିଲେ; ମାତ୍ର ମିସରରୁ ବାହାରି ଆସୁ ଆସୁ ଯେତେ ଲୋକ ବାଟରେ ପ୍ରାନ୍ତର ମଧ୍ୟରେ ଜନ୍ମିଥିଲେ, ସେମାନଙ୍କର ସୁନ୍ନତ ହୋଇ ନ ଥିଲା।


Swiv nou:

Piblisite


Piblisite