Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 1:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ବହୁଳ ରୂପେ ଜଙ୍ଗମ ପ୍ରାଣୀବର୍ଗରେ ପ୍ରାଣୀମୟ ହେଉ ଓ ପୃଥିବୀର ଉପରିସ୍ଥ ଆକାଶମଣ୍ଡଳରେ ପକ୍ଷୀଗଣ ଉଡ଼ନ୍ତୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଏଥିଉତ୍ତାରୁ ପରମେଶ୍ଵର କହିଲେ, ଜଳ ବହୁଳ ରୂପେ ଜଙ୍ଗମ ପ୍ରାଣୀବର୍ଗରେ ପ୍ରାଣୀମୟ ହେଉ ଓ ପୃଥିବୀର ଉପରିସ୍ଥ ଆକାଶମଣ୍ତଳରେ ପକ୍ଷୀଗଣ ଉଡ଼ନ୍ତୁ।

Gade chapit la Kopi

ଓଡିଆ ବାଇବେଲ

20 ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ବହୁଳ ରୂପେ ଜଙ୍ଗମ ପ୍ରାଣୀବର୍ଗରେ ପ୍ରାଣୀମୟ ହେଉ ଓ ପୃଥିବୀର ଉପରିସ୍ଥ ଆକାଶମଣ୍ଡଳରେ ପକ୍ଷୀଗଣ ଉଡ଼ନ୍ତୁ।”

Gade chapit la Kopi

ପବିତ୍ର ବାଇବଲ

20 ଏହା ପରେ ପରମେଶ୍ୱର କହିଲେ, “ଜଳ ଜୀବିତ ପ୍ରାଣୀରେ ପୂର୍ଣ୍ଣ ହେଉ ଏବଂ ପକ୍ଷୀମାନେ ପୃଥିବୀ ଉପରେ ଓ ଆକାଶ ତୋରଣ ତଳେ ଉଡ଼ନ୍ତୁ।”

Gade chapit la Kopi




ଆଦି ପୁସ୍ତକ 1:20
17 Referans Kwoze  

ଆଉ ସଦାପ୍ରଭୁ ପରମେଶ୍ୱର ଭୂମିରୁ ବିଲର ପଶୁଗଣ ଓ ଖେଚର ପକ୍ଷୀଗଣ ନିର୍ମାଣ କରି ଆଦମ ସେମାନଙ୍କୁ କି ନାମ ଦେବେ, ଏହା ଜାଣିବା ପାଇଁ ସମସ୍ତଙ୍କୁ ତାଙ୍କ ନିକଟକୁ ଆଣିଲେ। ତହିଁରେ ଆଦମ ସେହି ପ୍ରାଣୀବର୍ଗ ମଧ୍ୟରୁ ଯାହାକୁ ଯେଉଁ ନାମ ଦେଲେ, ତାହାର ସେହି ନାମ ହେଲା।


ପୁଣି, ସେ ଲିବାନୋନର ଏରସ ବୃକ୍ଷଠାରୁ ପ୍ରାଚୀରରେ ଉତ୍ପନ୍ନ ଏସୋବ ତୃଣ ପର୍ଯ୍ୟନ୍ତ ବୃକ୍ଷମାନର ବର୍ଣ୍ଣନା କଲେ; ସେ ପଶୁ ଓ ପକ୍ଷୀ ଓ ଉରୋଗାମୀ ପ୍ରାଣୀ ଓ ମତ୍ସ୍ୟମାନଙ୍କର ମଧ୍ୟ ବର୍ଣ୍ଣନା କଲେ।


ବନ୍ୟ ଓ ସକଳ ଗ୍ରାମ୍ୟ ପଶୁ; ଉରୋଗାମୀ ଓ ଉଡ୍ଡୀୟମାନ ପକ୍ଷୀଗଣ;


ପୁଣି, ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଉରୋଗାମୀ ଜନ୍ତୁ, ଏହି ସମସ୍ତ ପ୍ରାଣୀଙ୍କ ଭକ୍ଷ୍ୟ ନିମନ୍ତେ ଆମ୍ଭେ ସବୁ ହରିତ୍‍ ଶାକ ଦେଲୁ,” ତହିଁରେ ସେହିପରି ହେଲା।


ପୁଣି, ଆପଣା ସଙ୍ଗେ ଥିବା ପଶୁ, ପକ୍ଷୀ ଓ ଭୂଚର, ଉରୋଗାମୀ ଆଦି ସବୁ ଜୀବଜନ୍ତୁ ବାହାରକୁ ଘେନିଯାଅ; ସେମାନେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ, ପୁଣି, ପୃଥିବୀରେ ପ୍ରଜାବନ୍ତ ଓ ବହୁବଂଶ ହେଉନ୍ତୁ।”


ପୁଣି, ପରମେଶ୍ୱର ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ପ୍ରଜାବନ୍ତ ଓ ବହୁବଂଶ ହୋଇ ସମୁଦ୍ରର ଜଳ ପରିପୂର୍ଣ୍ଣ କର, ଆଉ ପୃଥିବୀରେ ପକ୍ଷୀଗଣ ବହୁସଂଖ୍ୟକ ହେଉନ୍ତୁ।”


ଏଥିଉତ୍ତାରେ ପରମେଶ୍ୱର କହିଲେ, “ରାତ୍ରିରୁ ଦିବସକୁ ପୃଥକ କରିବା ପାଇଁ ଆକାଶମଣ୍ଡଳରେ ଜ୍ୟୋତିର୍ଗଣ ଉତ୍ପନ୍ନ ହେଉନ୍ତୁ; ପୁଣି, ସେ ସବୁ ଚିହ୍ନ ଓ ଋତୁ ଓ ଦିବସ ଆଉ ବର୍ଷର କାରଣ ହେଉନ୍ତୁ।


ଏହିରୂପେ ପରମେଶ୍ୱର ଶୂନ୍ୟ ନିର୍ମାଣ କରି ଶୂନ୍ୟର ଊର୍ଦ୍ଧ୍ୱସ୍ଥ ଜଳରୁ ଶୂନ୍ୟର ଅଧଃସ୍ଥ ଜଳକୁ ଭିନ୍ନ କଲେ; ତହିଁରେ ସେହିରୂପ ହେଲା।


କିଅବା ତାହାଙ୍କର କୌଣସି ଅଭାବ ଥିବାରୁ ମନୁଷ୍ୟହସ୍ତ ଦ୍ୱାରା ସେବିତ ହୁଅନ୍ତି ନାହିଁ, ଯେଣୁ ସେ ସ୍ୱୟଂ ସମସ୍ତଙ୍କୁ ଜୀବନ, ନିଶ୍ୱାସ, ଓ ସମସ୍ତ ପଦାର୍ଥ ଦାନ କରନ୍ତି।


କାରଣ ଏକ ବ୍ୟକ୍ତି ଜ୍ଞାନ, ବିଦ୍ୟା ଓ ଦକ୍ଷତା ସହିତ ପରିଶ୍ରମ କରେ; ତଥାପି ଯେଉଁ ବ୍ୟକ୍ତି ତହିଁରେ ପରିଶ୍ରମ କରି ନାହିଁ, ତାହାର ଅଧିକାର ନିମନ୍ତେ ସେ ତାହା ଛାଡ଼ିଯିବ। ଏହା ହିଁ ଅସାର ଓ ଅତି ମନ୍ଦ।


ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଚତୁର୍ଥ ଦିବସ ହେଲା।


ଆଉ ପରମେଶ୍ୱର ବୃହତ ତିମିଙ୍ଗିଳ ପ୍ରଭୃତି ଓ ସ୍ୱ ସ୍ୱ ଜାତି ଅନୁସାରେ ବହୁଳ ରୂପେ ଜଳଜ ଜଙ୍ଗମ ପ୍ରାଣୀବର୍ଗ ଓ ସ୍ୱ ସ୍ୱ ଜାତି ଅନୁସାରେ ପକ୍ଷୀଗଣର ସୃଷ୍ଟି କଲେ। ପରମେଶ୍ୱର ଏହି ସମସ୍ତ ଉତ୍ତମ ଦେଖିଲେ।


ତେଣୁ ସମଗ୍ର ଭୂଚର ପ୍ରାଣୀ ପ୍ରାଣତ୍ୟାଗ କଲେ, ଅର୍ଥାତ୍‍, ପକ୍ଷୀ, ଗ୍ରାମ୍ୟ ଓ ବନ୍ୟ ପଶୁ ଓ ପୃଥିବୀରେ ଗମନଶୀଳ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ମନୁଷ୍ୟ,


ଯେଉଁମାନେ ପେଟ ଦେଇ ଗମନ କରନ୍ତି ଓ ଯେଉଁମାନେ ଚାରି ପାଦରେ ଗମନ କରନ୍ତି, ଅବା ଯେଉଁମାନଙ୍କର ଅନେକ ପାଦ ଅଛି, ଏପରି ସମସ୍ତ ଭୂଚର ଉରୋଗାମୀ ଜନ୍ତୁକୁ ତୁମ୍ଭେମାନେ ଖାଇବ ନାହିଁ; କାରଣ ସେମାନେ ଘୃଣାଯୋଗ୍ୟ।


ତୁମ୍ଭେମାନେ ଏହିସବୁ ଭୂଚର ଉରୋଗାମୀ ଜନ୍ତୁ ଦ୍ୱାରା ଆପଣାମାନଙ୍କୁ ଘୃଣାଯୋଗ୍ୟ କରିବ ନାହିଁ, କିଅବା ତୁମ୍ଭେମାନେ ଅଶୁଚି ହେବା ନିମନ୍ତେ ସେମାନଙ୍କ ଦ୍ୱାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ।


ସଦାପ୍ରଭୁଙ୍କ ହସ୍ତ ଯେ ଏହା କରିଅଛି, ଏସକଳ ଦ୍ୱାରା କିଏ ନ ଜାଣେ?


Swiv nou:

Piblisite


Piblisite