Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 1:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ପରମେଶ୍ୱର ଆପଣା ନିର୍ମିତ ପ୍ରତ୍ୟେକ ବସ୍ତୁ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସମସ୍ତ ଅତ୍ୟୁତ୍ତମ ହେଲା। ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଷଷ୍ଠ ଦିବସ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ପରମେଶ୍ଵର ଆପଣା ନିର୍ମିତ ପ୍ରତ୍ୟେକ ବସ୍ତୁ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସମସ୍ତ ଅତ୍ୟୁତ୍ତମ। ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଷଷ୍ଠ ଦିବସ ହେଲା।

Gade chapit la Kopi

ଓଡିଆ ବାଇବେଲ

31 ପରମେଶ୍ୱର ଆପଣା ନିର୍ମିତ ପ୍ରତ୍ୟେକ ବସ୍ତୁ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସମସ୍ତ ଅତ୍ୟୁତ୍ତମ ହେଲା। ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଷଷ୍ଠ ଦିବସ ହେଲା।

Gade chapit la Kopi

ପବିତ୍ର ବାଇବଲ

31 ପରମେଶ୍ୱର ଆପଣା ନିର୍ମିତ ସମସ୍ତ ବସ୍ତୁ ପ୍ରତି ଦୃଷ୍ଟି ଦେଲେ। ଏହା ପରମେଶ୍ୱରଙ୍କ ଦୃଷ୍ଟିରେ ଅତି ଉତ୍ତମ ଦିଶିଥିଲା। ଏହା ପରେ ସନ୍ଧ୍ୟା ଓ ତା'ପରେ ସକାଳ ହେଲା। ଏହା ଷଷ୍ଠ ଦିବସ ଥିଲା।

Gade chapit la Kopi




ଆଦି ପୁସ୍ତକ 1:31
21 Referans Kwoze  

କାରଣ ଈଶ୍ବରଙ୍କ ସମସ୍ତ ସୃଷ୍ଟ ବସ୍ତୁ ଉତ୍ତମ, ପୁଣି, ଧନ୍ୟବାଦ ସହ ଗ୍ରହଣ କଲେ କୌଣସି ବିଷୟ ଅଗ୍ରହଣୀୟ ନୁହେଁ,


ହେ ସଦାପ୍ରଭୋ, ତୁମ୍ଭର କାର୍ଯ୍ୟସକଳ କିପରି ବହୁବିଧ! ତୁମ୍ଭେ ଜ୍ଞାନରେ ସେସବୁ ନିର୍ମାଣ କରିଅଛ; ପୃଥିବୀ ତୁମ୍ଭ ସମ୍ପତ୍ତିରେ ପରିପୂର୍ଣ୍ଣ।


ଯେହେତୁ ସଦାପ୍ରଭୁ ଆକାଶମଣ୍ଡଳ ଓ ପୃଥିବୀ ଓ ସମୁଦ୍ର ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଛଅ ଦିନରେ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କଲେ; ଏହେତୁ ସଦାପ୍ରଭୁ ବିଶ୍ରାମ ଦିନକୁ ଆଶୀର୍ବାଦ କରି ପବିତ୍ର କରିଅଛନ୍ତି।


ସଦାପ୍ରଭୁଙ୍କ ଗୌରବ ଅନନ୍ତକାଳ ଥାଉ; ସଦାପ୍ରଭୁ ଆପଣା କାର୍ଯ୍ୟସକଳରେ ଆନନ୍ଦ କରନ୍ତୁ।


ସର୍ବୋପରିସ୍ଥଙ୍କ ମୁଖରୁ ଅମଙ୍ଗଳ ଓ ମଙ୍ଗଳ କି ନିର୍ଗତ ହୁଏ ନାହିଁ?


ଓ ପରମେଶ୍ୱରଙ୍କ ଦୂତଗଣ ଆନନ୍ଦରେ ଜୟଧ୍ୱନି କରିବା ବେଳେ କିଏ ତହିଁର କୋଣ-ପ୍ରସ୍ତର ବସାଇଲା?


ପରମେଶ୍ୱର ସପ୍ତମ ଦିନରେ ଆପଣାର କାର୍ଯ୍ୟ ସମାପ୍ତ କରି ସେହି ସପ୍ତମ ଦିନରେ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।


ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପଞ୍ଚମ ଦିବସ ହେଲା।


ଆଉ ପରମେଶ୍ୱର ସେହି ଶୂନ୍ୟର ନାମ “ଆକାଶମଣ୍ଡଳ” ଦେଲେ। ପୁଣି, ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଦ୍ୱିତୀୟ ଦିବସ ହେଲା।


ପୁଣି, ପରମେଶ୍ୱର ଦୀପ୍ତିର ନାମ “ଦିବସ,” ଓ ଅନ୍ଧକାରର ନାମ “ରାତ୍ରି” ଦେଲେ। ତହୁଁ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପ୍ରଥମ ଦିବସ ହେଲା।


ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଚତୁର୍ଥ ଦିବସ ହେଲା।


ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ତୃତୀୟ ଦିବସ ହେଲା।


ଯେଣୁ ଈଶ୍ବରଙ୍କ ବାକ୍ୟ ଓ ପ୍ରାର୍ଥନା ଦ୍ୱାରା ତାହା ପବିତ୍ର କରାଯାଏ।


ତାହା ଆମ୍ଭ ଓ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗୋଟିଏ ଅନନ୍ତକାଳୀନ ଚିହ୍ନ ହେବ, କାରଣ ସଦାପ୍ରଭୁ ଛଅ ଦିନରେ ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କରି ଆଶ୍ୱାସିତ ହୋଇଥିଲେ।’”


ଯାହା ତୁମ୍ଭେ ସେମାନଙ୍କୁ ଦିଅ, ତାହା ସେମାନେ ସାଉଣ୍ଟନ୍ତି। ତୁମ୍ଭେ ଆପଣା ହସ୍ତ ମେଲାଇଲେ, ସେମାନେ ଉତ୍ତମ ଦ୍ରବ୍ୟରେ ପରିତୃପ୍ତ ହୁଅନ୍ତି।


ତୁମ୍ଭେ ମଙ୍ଗଳମୟ ଓ ମଙ୍ଗଳକାରୀ; ମୋତେ ତୁମ୍ଭ ବିଧିସବୁ ଶିଖାଅ।


ସଦାପ୍ରଭୁ ପ୍ରତ୍ୟେକ ବିଷୟକୁ ତହିଁର ନିଜ ଉଦ୍ଦେଶ୍ୟ ସାଧନ ନିମନ୍ତେ କରିଅଛନ୍ତି; ଦୁଷ୍ଟକୁ ମଧ୍ୟ ଦୁର୍ଦ୍ଦିନ ନିମନ୍ତେ।


ସେ ପ୍ରତ୍ୟେକ ବିଷୟକୁ ତାହାର ସମୟରେ ଶୋଭିତ କରିଅଛନ୍ତି; ମଧ୍ୟ ସେ ସେମାନଙ୍କ ହୃଦୟରେ ଅନନ୍ତକାଳ ରଖିଅଛନ୍ତି; ତଥାପି ପରମେଶ୍ୱର ପ୍ରଥମଠାରୁ ଶେଷ ପର୍ଯ୍ୟନ୍ତ ଯେଉଁ କାର୍ଯ୍ୟ କରିଅଛନ୍ତି, ମନୁଷ୍ୟ ତହିଁର ତତ୍ତ୍ୱ ପାଇ ପାରେ ନାହିଁ।


ପୁଣି, ପରମେଶ୍ୱର ସପ୍ତମ ଦିନକୁ ଆଶୀର୍ବାଦ କରି ପବିତ୍ର କଲେ। ଯେହେତୁ ସେହି ଦିନରେ ପରମେଶ୍ୱର ସୃଷ୍ଟିକରଣରୂପ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।


ସେ ତ ଶୈଳ, ତାହାଙ୍କ କର୍ମ ସିଦ୍ଧ; କାରଣ ତାହାଙ୍କର ସକଳ ପଥ ନ୍ୟାୟ; ସେ ବିଶ୍ୱସ୍ତ ଓ ଅଧର୍ମରହିତ ପରମେଶ୍ୱର; ସେ ଧାର୍ମିକ ଓ ସରଳ ଅଟନ୍ତି।


Swiv nou:

Piblisite


Piblisite