Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 1:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳର ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ ଓ ସ୍ଥଳ ପ୍ରକାଶ ହେଉ,” ତହିଁରେ ସେହିରୂପ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଅନନ୍ତର ପରମେଶ୍ଵର କହିଲେ, ଆକାଶମଣ୍ତଳର ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ ଓ ସ୍ଥଳ ପ୍ରକାଶ ହେଉ; ତହିଁରେ ସେହିରୂପ ହେଲା।

Gade chapit la Kopi

ଓଡିଆ ବାଇବେଲ

9 ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳର ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ ଓ ସ୍ଥଳ ପ୍ରକାଶ ହେଉ,” ତହିଁରେ ସେହିରୂପ ହେଲା।

Gade chapit la Kopi

ପବିତ୍ର ବାଇବଲ

9 ଏହା ପରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳ ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ, ଯଦ୍ଦ୍ୱାରା ଭୂମି ଶୁଖିଲା ଦେଖାଯିବ” ଏବଂ ଏହିପରି ହେଲା।

Gade chapit la Kopi




ଆଦି ପୁସ୍ତକ 1:9
17 Referans Kwoze  

ସେମାନେ ଜାଣି ଜାଣି ଭୁଲିଯାଆନ୍ତି ଯେ, ପୁରାକାଳରେ ଆକାଶମଣ୍ଡଳ ଓ ଈଶ୍ବରଙ୍କ ବାକ୍ୟ ଦ୍ୱାରା ଜଳରୁ ନିର୍ଗତ ଓ ଜଳରେ ଅବସ୍ଥିତ ପୃଥିବୀ ଥିଲା,


ତହିଁରେ ସେ ସେମାନଙ୍କୁ କହିଲେ, “ମୁଁ ଜଣେ ଏବ୍ରୀୟ; ପୁଣି, ଯେ ସମୁଦ୍ର ଓ ଶୁଷ୍କ ଭୂମିର ସୃଷ୍ଟି କରିଅଛନ୍ତି, ସେହି ସ୍ୱର୍ଗସ୍ଥ ପରମେଶ୍ୱର ସଦାପ୍ରଭୁଙ୍କୁ ମୁଁ ଭୟ କରେ।”


ସଦାପ୍ରଭୁ କହନ୍ତି, ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳ ଧ୍ୱନି କରେ, ତଥାପି ସୀମା ଅତିକ୍ରମ କରିପାରେ ନାହିଁ।


ସମୁଦ୍ର ମଧ୍ୟ ତାହାଙ୍କର, ସେ ତାହା ସୃଷ୍ଟି କଲେ; ପୁଣି, ଶୁଷ୍କ ଭୂମି ତାହାଙ୍କ ହସ୍ତନିର୍ମିତ।


ନଦୀସବୁ ସମୁଦ୍ରକୁ ବହିଯାଆନ୍ତି, ତଥାପି ସମୁଦ୍ର ପୂର୍ଣ୍ଣ ହୁଏ ନାହିଁ; ନଦୀସବୁ ଆପଣା ଆପଣା ଗମନ ସ୍ଥାନକୁ ପୁନର୍ବାର ଗମନ କରନ୍ତି।


ସେ ସମୁଦ୍ରର ଜଳସମୂହକୁ ରାଶି ତୁଲ୍ୟ ଏକତ୍ର କରନ୍ତି; ସେ ବାରିଧିସମୂହକୁ ଭଣ୍ଡାରରେ ସଞ୍ଚୟ କରନ୍ତି।


ସେ ଦୀପ୍ତି ଓ ଅନ୍ଧକାରର ପ୍ରାନ୍ତ ପର୍ଯ୍ୟନ୍ତ ଜଳରାଶି ଉପରେ ସୀମା ନିର୍ଣ୍ଣୟ କରିଅଛନ୍ତି।


ଯେ ସ୍ୱର୍ଗ, ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସମସ୍ତ ବିଷୟ ସୃଷ୍ଟି କରିଅଛନ୍ତି, ସେହି ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, ଆଉ ବିଳମ୍ବ ନାହିଁ;


ତୁମ୍ଭେ ଜଳରାଶି ଉପରେ ଆପଣା କୋଠରିର କଡ଼ିକାଠ ପକାଇଅଛ; ତୁମ୍ଭେ ମେଘମାଳକୁ ଆପଣା ରଥ କରିଥାଅ; ତୁମ୍ଭେ ବାୟୁର ପକ୍ଷ ଉପରେ ଗମନାଗମନ କରୁଅଛ।


ସେ ଶୂନ୍ୟ ଉପରେ ଉତ୍ତର-କେନ୍ଦ୍ର ପ୍ରସାରନ୍ତି ଓ ଅବସ୍ତୁ ଉପରେ ପୃଥିବୀକୁ ଝୁଲାନ୍ତି।


ଆଉ ପରମେଶ୍ୱର ସେହି ଶୂନ୍ୟର ନାମ “ଆକାଶମଣ୍ଡଳ” ଦେଲେ। ପୁଣି, ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଦ୍ୱିତୀୟ ଦିବସ ହେଲା।


କେବଳ ତୁମ୍ଭେ ହିଁ ସଦାପ୍ରଭୁ ଅଟ; ତୁମ୍ଭେ ସ୍ୱର୍ଗ, ସ୍ୱର୍ଗର ସ୍ୱର୍ଗ ଓ ତହିଁର ସମଗ୍ର ବାହିନୀ, ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁ, ସମୁଦ୍ର ଓ ତନ୍ମଧ୍ୟସ୍ଥସକଳ ବସ୍ତୁ ନିର୍ମାଣ କରିଅଛ ଓ ତୁମ୍ଭେ ସେସବୁର ସ୍ଥିତି କରୁଅଛ ଓ ସ୍ୱର୍ଗୀୟ-ବାହିନୀ ତୁମ୍ଭକୁ ପ୍ରଣାମ କରନ୍ତି।


Swiv nou:

Piblisite


Piblisite