Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 11:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ପୂର୍ବେ ସମୁଦାୟ ପୃଥିବୀରେ ଏକ ଭାଷା ଓ ଏକରୂପ ଉଚ୍ଚାରଣ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ପୂର୍ବେ ସମୁଦାୟ ପୃଥିବୀରେ ଏକ ଭାଷା ଓ ଏକ ରୂପ ଉଚ୍ଚାରଣ ଥିଲା।

Gade chapit la Kopi

ଓଡିଆ ବାଇବେଲ

1 ପୂର୍ବେ ସମୁଦାୟ ପୃଥିବୀରେ ଏକ ଭାଷା ଓ ଏକ ରୂପ ଉଚ୍ଚାରଣ ଥିଲା।

Gade chapit la Kopi

ପବିତ୍ର ବାଇବଲ

1 ବନ୍ୟା ପରେ ପୃଥିବୀରେ ଏକ ପ୍ରକାର ଭାଷା କହୁଥିଲେ। ସମସ୍ତ ଲୋକ ଏକ ପ୍ରକାର ଶବ୍ଦ ବ୍ୟବହାର କରୁଥିଲେ।

Gade chapit la Kopi




ଆଦି ପୁସ୍ତକ 11:1
6 Referans Kwoze  

ଆଉ, ସେହି ଶବ୍ଦ ହୁଅନ୍ତେ, ବହୁ ଜନତା ଏକାଠି ହୋଇ ପ୍ରତ୍ୟେକ ଜଣ ଆପଣା ଆପଣା ଭାଷାରେ ସେମାନଙ୍କୁ କଥା କହୁଥିବା ଶୁଣିବାରୁ ଅବାକ୍ ହୋଇଗଲେ।


ଯେହେତୁ ଗୋଷ୍ଠୀଗଣ ଯେପରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବେ ଓ ଏକ ମନରେ ତାହାଙ୍କର ସେବା କରିବେ, ଏଥିପାଇଁ ସେହି ସମୟରେ ଆମ୍ଭେ ସେମାନଙ୍କୁ ଏକ ବିଶୁଦ୍ଧ ଭାଷା ଦେବା।


ସେହି ଦିନ ମିସର ଦେଶ ମଧ୍ୟରେ ପାଞ୍ଚ ନଗର କିଣାନୀୟ ଭାଷାବାଦୀ ହେବେ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଶପଥ କରିବେ, ଏକ ନଗର ଉତ୍ପାଟନ ନଗର ବୋଲି ଖ୍ୟାତ ହେବ।


ଆପଣା ଆପଣା ଗୋଷ୍ଠୀରେ ସେମାନଙ୍କ ବଂଶାବଳୀ ଅନୁସାରେ ଏମାନେ ନୋହଙ୍କର ସନ୍ତାନଗଣର ବଂଶ ଥିଲେ; ପୁଣି, ଜଳପ୍ଳାବନ ଉତ୍ତାରେ ଏମାନଙ୍କଠାରୁ ଉତ୍ପନ୍ନ ନାନା ଗୋଷ୍ଠୀ ପୃଥିବୀରେ ବିଭକ୍ତ ହେଲେ।


ଆଉ ଘଟଣାକ୍ରମେ ଲୋକମାନେ ପୂର୍ବ ଦିଗରେ ଭ୍ରମଣ କରୁ କରୁ ଶିନୀୟର ଦେଶରେ ଏକ ପ୍ରାନ୍ତର ପାଇ ସେଠାରେ ବସତି କଲେ।


ପୁଣି, ସଦାପ୍ରଭୁ କହିଲେ, “ଦେଖ, ଏହି ଲୋକ ସମସ୍ତେ ଏକ ଓ ଏମାନଙ୍କର ଭାଷା ହିଁ ଏକ, ଆଉ ଏବେ ଏମାନେ ଏହି କାର୍ଯ୍ୟରେ ପ୍ରବୃତ୍ତ ହେଉଅଛନ୍ତି; ଏଥିଉତ୍ତାରେ ଯାହା ଯାହା କରିବାକୁ ମନସ୍ଥ କରନ୍ତି, ତହିଁରୁ ନିବାରିତ ହେବେ ନାହିଁ।


Swiv nou:

Piblisite


Piblisite