Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 12:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭେ ଆପଣା ଦେଶ ଓ ଜ୍ଞାତି କୁଟୁମ୍ବ ଓ ପୈତୃକ ଗୃହ ପରିତ୍ୟାଗ କରି, ଆମ୍ଭେ ଯେଉଁ ଦେଶ ତୁମ୍ଭକୁ ଦେଖାଇବା, ସେହି ଦେଶକୁ ଯାଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଏଉତ୍ତାରୁ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, ତୁମ୍ଭେ ଆପଣା ଦେଶ ଓ ଜ୍ଞାତି କୁଟୁମ୍ଵ ଓ ପୈତୃକ ଗୃହ ପରିତ୍ୟାଗ କରି, ଆମ୍ଭେ ଯେଉଁ ଦେଶ ତୁମ୍ଭକୁ ଦେଖାଇବା, ସେହି ଦେଶକୁ ଯାଅ।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭେ ଆପଣା ଦେଶ ଓ ଜ୍ଞାତି କୁଟୁମ୍ବ ଓ ପୈତୃକ ଗୃହ ପରିତ୍ୟାଗ କରି, ଆମ୍ଭେ ଯେଉଁ ଦେଶ ତୁମ୍ଭକୁ ଦେଖାଇବା, ସେହି ଦେଶକୁ ଯାଅ।

Gade chapit la Kopi

ପବିତ୍ର ବାଇବଲ

1 ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭର ଦେଶ ଓ ତୁମ୍ଭର ଲୋକମାନଙ୍କୁ ପରିତ୍ୟାଗ କର। ତୁମ୍ଭର ପିତାଙ୍କ ପରିବାର ଛାଡ଼। ମୁଁ ତୁମ୍ଭକୁ ଯେଉଁ ଦେଶ ଦେଖାଇବି ସେହି ଦେଶକୁ ଯାଅ।

Gade chapit la Kopi




ଆଦି ପୁସ୍ତକ 12:1
20 Referans Kwoze  

ବିଶ୍ୱାସ ଦ୍ୱାରା ଅବ୍ରହାମ ଆହ୍ୱାନ ପ୍ରାପ୍ତ ହୁଅନ୍ତେ, ଯେଉଁ ଦେଶ ସେ ଅଧିକାରସ୍ୱରୂପେ ପାଇବାକୁ ଯାଉଥିଲେ, ଆଜ୍ଞାବହ ହୋଇ ସେଠାକୁ ବାହାରିଗଲେ, ପୁଣି, ସେ କେଉଁଠାକୁ ଯାଉଅଛନ୍ତି, ତାହା ନ ଜାଣି ସୁଦ୍ଧା ବାହାରିଗଲେ।


ତୁମ୍ଭେ ହିଁ ସଦାପ୍ରଭୁ ପରମେଶ୍ୱର ଅଟ, ତୁମ୍ଭେ ଅବ୍ରାମଙ୍କୁ ମନୋନୀତ କଲ ଓ କଲ୍‍ଦୀୟମାନଙ୍କ ଊର ଦେଶରୁ ତାହାକୁ ବାହାର କରି ଆଣି ଅବ୍ରହାମ ନାମ ଦେଲ;


ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମ ପ୍ରତି ଓ ତୁମ୍ଭମାନଙ୍କ ପ୍ରସବକାରିଣୀ ସାରା ପ୍ରତି ଦୃଷ୍ଟି କର; କାରଣ ସେ ଏକାକୀ ଥିବା ବେଳେ ଆମ୍ଭେ ତାହାକୁ ଆହ୍ୱାନ କଲୁ ଓ ଆମ୍ଭେ ଆଶୀର୍ବାଦ କରି ତାହାକୁ ବହୁବଂଶ କଲୁ।


ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ କହିଲେ, “ଯେ ତୁମ୍ଭର ଅଧିକାର ନିମନ୍ତେ ଏହି ଦେଶ ଦେବା ପାଇଁ କଲ୍‍ଦୀୟମାନଙ୍କ ଊରଠାରୁ ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ।”


“ହେ ମନୁଷ୍ୟ-ସନ୍ତାନ, ଯେଉଁମାନେ ଇସ୍ରାଏଲ ଦେଶର, ସେହି ସକଳ ଉତ୍ସନ୍ନ ସ୍ଥାନରେ ବାସ କରନ୍ତି, ସେମାନେ କହୁଅଛନ୍ତି, ଅବ୍ରହାମ ଏକମାତ୍ର ଥିଲେ, ଆଉ ସେ ଦେଶ ଅଧିକାର କଲେ; ମାତ୍ର ଆମ୍ଭେମାନେ ଅନେକ ଲୋକ; ଆମ୍ଭମାନଙ୍କୁ ଏହି ଦେଶ ଅଧିକାରାର୍ଥେ ଦତ୍ତ ହୋଇଅଛି।


ଏଣୁ ପ୍ରଭୁ ଏହା କହନ୍ତି, “ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ବାହାରି ଆସ, ଆଉ ପୃଥକ ହୁଅ, ଆଉ, ଅଶୁଚି ପଦାର୍ଥ ସ୍ପର୍ଶ କର ନାହିଁ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା”


ଆମ୍ଭେ ତୁମ୍ଭକୁ ଧରି ପୃଥିବୀର ପ୍ରାନ୍ତକୁ ଆଣିଅଛୁ ଓ ପୃଥିବୀର ସୀମାରୁ ତୁମ୍ଭକୁ ଆହ୍ୱାନ କରି କହିଅଛୁ, “ତୁମ୍ଭେ ଆମ୍ଭର ଦାସ, ଆମ୍ଭେ ତୁମ୍ଭକୁ ମନୋନୀତ କରିଅଛୁ ଓ ଦୂର କରି ନାହୁଁ;”


ପରେ ମୁଁ ସ୍ୱର୍ଗରୁ ଆଉ ଗୋଟିଏ ସ୍ୱର ଏହା କହିବାର ଶୁଣିଲି, “ହେ ଆମ୍ଭର ଲୋକମାନେ, ତୁମ୍ଭେମାନେ ଯେପରି ତାହାର ପାପର ସହଭାଗୀ ନ ହୁଅ ଓ ତାହାର କ୍ଲେଶର ଅଂଶୀ ନ ହୁଅ, ଏଥିନିମନ୍ତେ ତାହାଠାରୁ ବାହାରି ଆସ;


ଯେତେବେଳେ ପରମେଶ୍ୱର ମୋତେ ପୈତୃକ ଗୃହରୁ ଭ୍ରମଣ କରାଇଲେ, ସେତେବେଳେ ମୁଁ ତାହାକୁ କହିଲି, ‘ତୁମ୍ଭେ ମୋʼ ପ୍ରତି ଏହି ଅନୁଗ୍ରହ କରିବ, ଆମ୍ଭେମାନେ ଯେଉଁ ଯେଉଁ ସ୍ଥାନକୁ ଯିବୁ, ସେହି ସେହି ସ୍ଥାନରେ ତୁମ୍ଭେ ମୋତେ ଭାଇ ବୋଲି ପରିଚୟ ଦେବ।’”


ମାତ୍ର, ତୁମ୍ଭେ ଆମ୍ଭ ଦେଶୀୟ ଜ୍ଞାତିମାନଙ୍କ ନିକଟକୁ ଯାଇ ମୋʼ ପୁତ୍ର ଇସ୍‌ହାକ ନିମନ୍ତେ କନ୍ୟା ଆଣିବ।”


ସେତେବେଳେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ତୁମ୍ଭେ ମିସର ଦେଶକୁ ଯାଅ ନାହିଁ; ଆମ୍ଭେ ତୁମ୍ଭକୁ ଯେଉଁ ଦେଶ କହିବା, ସେଠାରେ ବାସ କର।


ମୋʼ ପିତୃଲୋକମାନେ ଯେଉଁ ଗୋଶନ, ହାରଣ, ରେତ୍ସଫ ଦେଶୀୟମାନଙ୍କୁ ଓ ତଳଃସର ନିବାସୀ ଏଦନ ସନ୍ତାନମାନଙ୍କୁ ବିନାଶ କଲେ, ସେମାନଙ୍କର ଦେବତାମାନେ କʼଣ ସେମାନଙ୍କୁ ଉଦ୍ଧାର କଲେ?


“ଯେହେତୁ ଯେଉଁ ସ୍ୱର୍ଗର ସୃଷ୍ଟିକର୍ତ୍ତା ସଦାପ୍ରଭୁ ପରମେଶ୍ୱର ମୋତେ ପୈତୃକ ଗୃହ ଓ ଜନ୍ମ ଦେଶ ମଧ୍ୟରୁ ଆଣିଅଛନ୍ତି ଓ ମୋʼ ସଙ୍ଗେ ଆଳାପ କରିଅଛନ୍ତି, ‘ପୁଣି, ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା ବୋଲି ଶପଥ କରିଅଛନ୍ତି,’ ସେ ତୁମ୍ଭ ଅଗ୍ରତେ ଆପଣା ଦୂତ ପଠାଇବେ; ତହିଁରେ ତୁମ୍ଭେ ମୋʼ ପୁତ୍ରର ବିବାହ ନିମନ୍ତେ ସେହିଠାରୁ ଗୋଟିଏ କନ୍ୟା ଆଣିବ।


ମାତ୍ର ଆମ୍ଭ ପୈତୃକ ବଂଶୀୟ ଲୋକମାନଙ୍କ ନିକଟକୁ ଯାଇ ଆମ୍ଭ ପୁତ୍ର ନିମନ୍ତେ କନ୍ୟା ଆଣିବ।’


ତହୁଁ ସେ କହିଲା, “ମୁଁ ଯିବି ନାହିଁ; ମାତ୍ର ମୁଁ ଆପଣା ନିଜ ଦେଶକୁ ଓ ଆପଣା ଜ୍ଞାତିମାନଙ୍କ ନିକଟକୁ ପ୍ରସ୍ଥାନ କରିବି।”


Swiv nou:

Piblisite


Piblisite