Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 12:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏହେତୁ ଫାରୋ ଅବ୍ରାମଙ୍କୁ ଡାକି କହିଲେ, “ତୁମ୍ଭେ ଆମ୍ଭ ସହିତ ଏ କି ବ୍ୟବହାର କଲ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଏହେତୁ ଫାରୋ ଅବ୍ରାମଙ୍କୁ ଡାକି କହିଲେ, ତୁମ୍ଭେ ଆମ୍ଭ ସହିତ ଏ କି ବ୍ୟବହାର କଲ?

Gade chapit la Kopi

ଓଡିଆ ବାଇବେଲ

18 ଏହେତୁ ଫାରୋ ଅବ୍ରାମଙ୍କୁ ଡାକି କହିଲେ, “ତୁମ୍ଭେ ଆମ୍ଭ ସହିତ ଏ କି ବ୍ୟବହାର କଲ ?

Gade chapit la Kopi

ପବିତ୍ର ବାଇବଲ

18 ତେଣୁ ଫାରୋ ଅବ୍ରାମଙ୍କୁ ଡାକି କହିଲେ, “ତୁମ୍ଭେ କାହିଁକି ମୋ’ ପ୍ରତି ଏପରି ମନ୍ଦ ଆଚରଣ କଲ? ସାରୀ ତୁମ୍ଭର ସ୍ତ୍ରୀ ବୋଲି ତୁମ୍ଭେ କହି ନ ଥିଲ କାହିଁକି?

Gade chapit la Kopi




ଆଦି ପୁସ୍ତକ 12:18
15 Referans Kwoze  

ରାଜାର ଅନ୍ତଃକରଣ ସଦାପ୍ରଭୁଙ୍କ ହସ୍ତରେ ଜଳପ୍ରଣାଳୀ ତୁଲ୍ୟ ଥାଏ; ସେ ଯେଉଁଆଡ଼େ ଇଚ୍ଛା, ସେଆଡ଼େ ତାହା ଫେରାନ୍ତି।


ସେତେବେଳେ ଶାଉଲ ଯୋନାଥନକୁ କହିଲେ, “ତୁମ୍ଭେ କଅଣ କରିଅଛ, ମୋତେ ଜଣାଅ।” ତହିଁରେ ଯୋନାଥନ ତାଙ୍କୁ ଜଣାଇ କହିଲା, “ମୁଁ ଆପଣା ହାତରେ ଥିବା ଯଷ୍ଟିର ଅଗ୍ରଭାଗରେ ଅଳ୍ପ ମହୁ ନେଇ ଆସ୍ୱାଦନ କରିଅଛି ପ୍ରମାଣ; ଆଉ ଦେଖନ୍ତୁ, ମୁଁ ମରିବି।”


ତେବେ ଯିହୋଶୂୟ ଆଖନ୍‍କୁ କହିଲେ, “ହେ ମୋହର ପୁତ୍ର, ବିନୟ କରୁଅଛି, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ଗୌରବ ଦିଅ ଓ ତାହାଙ୍କ ନିକଟରେ ସ୍ୱୀକାର କର; ଆଚ୍ଛା, ତୁମ୍ଭେ କଅଣ କରିଅଛ, ମୋତେ କୁହ; ମୋʼ ଠାରୁ ତାହା ଲୁଚାଅ ନାହିଁ।”


ତହୁଁ ମୋଶା ହାରୋଣଙ୍କୁ କହିଲେ, “ଏହି ଲୋକମାନେ ତୁମ୍ଭ ପ୍ରତି କʼଣ କଲେ ଯେ, ତୁମ୍ଭେ ସେମାନଙ୍କ ଉପରେ ଏପରି ମହାପାପ ବର୍ତ୍ତାଇଅଛ?”


ତେବେ ଯୋଷେଫ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଏ କିପରି କାର୍ଯ୍ୟ କଲ? ଆମ୍ଭ ପରି ଲୋକ ଯେ ଅବଶ୍ୟ ଗଣକତା କରି ପାରିବ, ଏହା କି ତୁମ୍ଭେମାନେ ଜାଣ ନାହିଁ?”


ପୁଣି, ଲାବନ ଯାକୁବକୁ କହିଲା, “ତୁମ୍ଭେ କାହିଁକି ଏହିପରି କର୍ମ କଲ? ମୋତେ ପ୍ରବଞ୍ଚନା କଲ, ପୁଣି, ମୋʼ କନ୍ୟାମାନଙ୍କୁ ଖଡ୍ଗଧୃତ ବନ୍ଦୀଲୋକଙ୍କ ପରି ଘେନି ଆସିଲ।


ସେ କହିଲେ, “ତୁମ୍ଭେ କଅଣ କରିଅଛ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଅଛି।


ସେତେବେଳେ ସଦାପ୍ରଭୁ ପରମେଶ୍ୱର ନାରୀଙ୍କୁ କହିଲେ, “ଏ କି କଲ?” ନାରୀ କହିଲେ, “ସର୍ପ ମୋତେ ଭୁଲାଇଲା, ତହିଁରେ ମୁଁ ଖାଇଲି।”


ସେହି ସ୍ତ୍ରୀ ତୁମ୍ଭର ଭାର୍ଯ୍ୟା, ଏ କଥା ଆମ୍ଭକୁ କାହିଁକି କହିଲ ନାହିଁ? ତାଙ୍କୁ କାହିଁକି ଆପଣାର ଭଗିନୀ ବୋଲି କହିଲ? ତହିଁରେ ଆମ୍ଭେ ତାଙ୍କୁ ବିବାହ କରିବାକୁ ନେଲୁ; ଏବେ ତୁମ୍ଭ ଭାର୍ଯ୍ୟାଙ୍କୁ ଦେଖ, ତାଙ୍କୁ ଘେନି ଚାଲିଯାଅ।”


ତହୁଁ ରାତ୍ରିକାଳରେ ପରମେଶ୍ୱର ସ୍ୱପ୍ନ ଯୋଗେ ଅବିମେଲକଙ୍କ ନିକଟକୁ ଆସି କହିଲେ, “ଦେଖ; ତୁମ୍ଭେ ମୃତକଳ୍ପ, କାରଣ ସେହି ଯେଉଁ ସ୍ତ୍ରୀକୁ ତୁମ୍ଭେ ନେଇଅଛ, ତାହାର ସ୍ୱାମୀ ଅଛି।”


ମାତ୍ର ପ୍ରଭାତ ହୁଅନ୍ତେ, ଦେଖ, ସେ ତ ଲେୟା! ତହୁଁ ଯାକୁବ ଲାବନଙ୍କୁ କହିଲା, “ତୁମ୍ଭେ ମୋʼ ସହିତ ଏ କି ବ୍ୟବହାର କରିଅଛ? ମୁଁ କʼଣ ରାହେଲ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରି ନାହିଁ; ତେବେ କାହିଁକି ମୋତେ ପ୍ରବଞ୍ଚନା କରିଅଛ?”


ଆଉ ତୁମ୍ଭେମାନେ ଏହି ଦେଶନିବାସୀମାନଙ୍କ ସହିତ କୌଣସି ନିୟମ ସ୍ଥିର କରିବ ନାହିଁ; ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦିସକଳ ଭାଙ୍ଗି ପକାଇବ;’ ମାତ୍ର ତୁମ୍ଭେମାନେ ଆମ୍ଭ ରବ ଶୁଣି ନାହଁ, କାହିଁକି ତୁମ୍ଭେମାନେ ଏହି କର୍ମ କରିଅଛ?


ଏଥିରେ ଯୋୟାବ ରାଜାଙ୍କ ନିକଟକୁ ଆସି କହିଲା, “ଆପଣ କଅଣ କଲେ? ଦେଖନ୍ତୁ, ଅବ୍‍ନର ଆପଣଙ୍କ ନିକଟକୁ ଆସିଥିଲା, ଆପଣ କାହିଁକି ତାହାକୁ ବିଦାୟ କରିଦେଲେ, ସେ ତ ଗଲାଣି?


Swiv nou:

Piblisite


Piblisite