Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 12:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏଥିଉତ୍ତାରେ ଅବ୍ରାମ ସଦାପ୍ରଭୁଙ୍କ ଏହି ବାକ୍ୟାନୁସାରେ ପ୍ରସ୍ଥାନ କଲେ, ପୁଣି, ଲୋଟ ତାଙ୍କ ସଙ୍ଗରେ ଗଲେ; ହାରଣଠାରୁ ପ୍ରସ୍ଥାନ କରିବା ସମୟରେ ଅବ୍ରାମଙ୍କର ବୟସ ପଞ୍ଚସ୍ତରି ବର୍ଷ ହୋଇଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଅନନ୍ତର ଅବ୍ରାମ ସଦାପ୍ରଭୁଙ୍କ ଏହି ବାକ୍ୟାନୁସାରେ ପ୍ରସ୍ଥାନ କଲେ, ପୁଣି ଲୋଟ ତାଙ୍କ ସଙ୍ଗରେ ଗଲେ; ହାରଣଠାରୁ ପ୍ରସ୍ଥାନ କରିବା ସମୟରେ ଅବ୍ରାମଙ୍କର ବୟସ ପଞ୍ଚସ୍ତରି ବର୍ଷ ହୋଇଥିଲା।

Gade chapit la Kopi

ଓଡିଆ ବାଇବେଲ

4 ଏଥିଉତ୍ତାରେ ଅବ୍ରାମ ସଦାପ୍ରଭୁଙ୍କ ଏହି ବାକ୍ୟାନୁସାରେ ପ୍ରସ୍ଥାନ କଲେ, ପୁଣି, ଲୋଟ ତାଙ୍କ ସଙ୍ଗରେ ଗଲେ; ହାରଣଠାରୁ ପ୍ରସ୍ଥାନ କରିବା ସମୟରେ ଅବ୍ରାମଙ୍କର ବୟସ ପଞ୍ଚୋସ୍ତରି ବର୍ଷ ହୋଇଥିଲା।

Gade chapit la Kopi

ପବିତ୍ର ବାଇବଲ

4 ସଦାପ୍ରଭୁଙ୍କର ବାକ୍ୟାନୁସାରେ ଅବ୍ରାମ ହାରୋଣକୁ ପରିତ୍ୟାଗ କଲେ ଏବଂ ଲୋଟ ମଧ୍ୟ ତାଙ୍କ ସଙ୍ଗରେ ଗଲେ। ହାରୋଣଠାରୁ ପ୍ରସ୍ଥାନ କରିବା ସମୟରେ ଅବ୍ରାମଙ୍କର ବୟସ ପଞ୍ଚସ୍ତରି ବର୍ଷ ହୋଇଥିଲା।

Gade chapit la Kopi




ଆଦି ପୁସ୍ତକ 12:4
10 Referans Kwoze  

ବିଶ୍ୱାସ ଦ୍ୱାରା ଅବ୍ରହାମ ଆହ୍ୱାନ ପ୍ରାପ୍ତ ହୁଅନ୍ତେ, ଯେଉଁ ଦେଶ ସେ ଅଧିକାରସ୍ୱରୂପେ ପାଇବାକୁ ଯାଉଥିଲେ, ଆଜ୍ଞାବହ ହୋଇ ସେଠାକୁ ବାହାରିଗଲେ, ପୁଣି, ସେ କେଉଁଠାକୁ ଯାଉଅଛନ୍ତି, ତାହା ନ ଜାଣି ସୁଦ୍ଧା ବାହାରିଗଲେ।


ଏଥିଉତ୍ତାରେ ତେରହ ଆପଣା ପୁତ୍ର ଅବ୍ରାମଙ୍କୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ, ପୁଣି, ଅବ୍ରାମଙ୍କ ଭାର୍ଯ୍ୟା ସାରୀ ନାମ୍ନୀ ପୁତ୍ରବଧୂଙ୍କୁ ସଙ୍ଗରେ ନେଲେ; ଆଉ ସେମାନେ ସମସ୍ତେ କଲ୍‍ଦୀୟମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି ହାରଣ ନଗରରେ ଉତ୍ତରି ବସତି କଲେ।


ତେରହର ବଂଶାବଳୀ। ତେରହ ଅବ୍ରାମ ଓ ନାହୋର ଓ ହାରଣକୁ ଜାତ କଲା। ପୁଣି, ସେହି ହାରଣ ଲୋଟକୁ ଜାତ କଲା;


ସେଥିରେ କଲଦୀୟମାନଙ୍କ ଦେଶରୁ ବାହାରି ସେ ହାରଣରେ ବାସ କଲେ, ପୁଣି, ତାହାଙ୍କ ପିତାଙ୍କ ମୃତ୍ୟୁ ଉତ୍ତାରେ ସେଠାରୁ, ଆପଣମାନେ ଏବେ ଯେଉଁ ଦେଶରେ ବାସ କରୁଅଛନ୍ତି, ଏହି ଦେଶକୁ ଈଶ୍ବର ତାହାଙ୍କୁ ନେଇ ଆସିଲେ,


ଆଉ ଏହି ପ୍ରକାରେ ଦୀର୍ଘସହିଷ୍ଣୁ ହୋଇ ଅବ୍ରହାମ ପ୍ରତିଜ୍ଞାର ଫଳପ୍ରାପ୍ତ ହୋଇଥିଲେ।


ଅବ୍ରାମ କିଣାନ ଦେଶରେ ଦଶ ବର୍ଷ ବାସ କଲା ଉତ୍ତାରେ ତାଙ୍କର ଭାର୍ଯ୍ୟା ସାରୀ ଆପଣା ମିସରୀୟା ଦାସୀ ହାଗାରକୁ ନେଇ ଆପଣା ସ୍ୱାମୀ ଅବ୍ରାମ ସହିତ ବିବାହ ଦେଲେ।


ଅବ୍ରାମଙ୍କର ଛୟାଅଶୀ ବର୍ଷ ବୟସରେ ହାଗାର ଅବ୍ରାମଙ୍କ ନିମନ୍ତେ ଇଶ୍ମାୟେଲକୁ ପ୍ରସବ କଲା।


ଅବ୍ରହାମଙ୍କର ଆୟୁର ପରିମାଣ ଶହେ ପଞ୍ଚସ୍ତରି ବର୍ଷ; ସେ ଏତେ ବର୍ଷ ପର୍ଯ୍ୟନ୍ତ ଜୀବିତ ଥିଲେ।


ଏଥିଉତ୍ତାରେ ଯାକୁବ ବେର୍‍ଶେବାରୁ ବାହାରି ହାରଣ ଆଡ଼କୁ ଯାତ୍ରା କଲା।


ପୁଣି, ଅବ୍ରାମଙ୍କର ସଙ୍ଗୀ ଲୋଟଙ୍କର ମଧ୍ୟ ଅନେକ ଅନେକ ମେଷ, ଗୋରୁ ଓ ତମ୍ବୁ ଥିଲା।


Swiv nou:

Piblisite


Piblisite