Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 13:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏଥିପାଇଁ ଲୋଟ ଆପଣା ନିମନ୍ତେ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ମନୋନୀତ କରି ପୂର୍ବ ଦିଗକୁ ପ୍ରସ୍ଥାନ କଲେ; ଏହିରୂପେ ସେମାନେ ଏକଆରେକଠାରୁ ପୃଥକ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଏଣୁକରି ଲୋଟ ଆପଣା ପାଇଁ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ମନୋନୀତ କରି ପୂର୍ବ ଦିଗକୁ ପ୍ରସ୍ଥାନ କଲେ; ଏହିରୂପେ ସେମାନେ ଏକଆରେକଠାରୁ ପୃଥକ ହେଲେ।

Gade chapit la Kopi

ଓଡିଆ ବାଇବେଲ

11 ଏଥିପାଇଁ ଲୋଟ ଆପଣା ନିମନ୍ତେ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ମନୋନୀତ କରି ପୂର୍ବ ଦିଗକୁ ପ୍ରସ୍ଥାନ କଲେ; ଏହିରୂପେ ସେମାନେ ଏକଆରେକଠାରୁ ପୃଥକ୍ ହେଲେ।

Gade chapit la Kopi

ପବିତ୍ର ବାଇବଲ

11 ତେଣୁ ଲୋଟ ଯର୍ଦ୍ଦନ ଉପତ୍ୟକାକୁ ବାଛିଲେ। ଏହି ଦୁଇ ଲୋକ ଅଲଗା ହୋଇଗଲେ ଓ ଲୋଟ ପୂର୍ବଦିଗକୁ ଯାତ୍ରା କଲେ।

Gade chapit la Kopi




ଆଦି ପୁସ୍ତକ 13:11
11 Referans Kwoze  

ତୁମ୍ଭ ସମ୍ମୁଖରେ କି ଏହି ସମସ୍ତ ଦେଶ ନାହିଁ? ଏହେତୁ ତୁମ୍ଭକୁ ବିନୟ କରୁଅଛି, ତୁମ୍ଭେ ମୋʼ ଠାରୁ ପୃଥକ ହୁଅ; ହୁଏତ, ତୁମ୍ଭେ ବାମକୁ ଯାଅ, ମୁଁ ଡାହାଣକୁ ଯାଏ; ନୋହିଲେ ତୁମ୍ଭେ ଡାହାଣକୁ ଯାଅ, ମୁଁ ବାମକୁ ଯିବି।”


ସମସ୍ତଙ୍କୁ ସମାଦର କର, ଭାଇମାନଙ୍କୁ ପ୍ରେମ କର, ଈଶ୍ବରଙ୍କୁ ଭୟ କର, ରାଜାଙ୍କୁ ସମାଦର କର।


ଆଉ କେହି କେହି ଯେପରି ଆମ୍ଭମାନଙ୍କ ମଣ୍ଡଳୀ ଉପାସନା ପରିତ୍ୟାଗ କରିଥାଆନ୍ତି, ଆମ୍ଭେମାନେ ସେପରି ନ କରୁ; ବରଂ ପରସ୍ପରକୁ ଉତ୍ସାହ କରିବା, ବିଶେଷ ଭାବରେ ଯେତେବେଳେ ତୁମ୍ଭେମାନେ ପ୍ରଭୁଙ୍କ ଆଗମନର ଦିନ ନିକଟବର୍ତ୍ତୀ ହୋଇ ଆସୁଅଛି ବୋଲି ଦେଖୁଅଛ।


ନିଜର ବନ୍ଧୁକୁ ଓ ପିତାର ବନ୍ଧୁକୁ ତ୍ୟାଗ କର ନାହିଁ; ପୁଣି, ତୁମ୍ଭର ବିପଦ ଦିନରେ ଆପଣା ଭାଇର ଗୃହକୁ ଯାଅ ନାହିଁ; ଦୂରସ୍ଥ ଭାଇଠାରୁ ନିକଟସ୍ଥ ପ୍ରତିବାସୀ ଭଲ।


ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି ଓ ତୁମ୍ଭ ବିଧାନସବୁ ପାଳନ୍ତି, ମୁଁ ସେହି ସମସ୍ତଙ୍କର ସଙ୍ଗୀ।


ପୃଥିବୀରେ ଯେଉଁ ପବିତ୍ର ଲୋକମାନେ ଅଛନ୍ତି, ସେମାନେ ଆଦରଣୀୟ, ସେମାନଙ୍କଠାରେ ମୋହର ପରମ ସନ୍ତୋଷ।


ଏଥିଉତ୍ତାରେ ଅବ୍ରାମଙ୍କଠାରୁ ଲୋଟ ପୃଥକ ହେଲା ଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ଏବେ ତୁମ୍ଭେ ଯେଉଁଠାରେ ଅଛ; ସେହିଠାରୁ ଅନାଇ ଉତ୍ତର, ଦକ୍ଷିଣ, ପୂର୍ବ ଓ ପଶ୍ଚିମ ଦିଗକୁ ଦୃଷ୍ଟିପାତ କର;


ଏହିରୂପେ ସେମାନଙ୍କୁ ବାହାର କରି ଆଣିଲା ଉତ୍ତାରେ ସେମାନଙ୍କ ମଧ୍ୟରୁ ଜଣେ ଲୋଟକୁ କହିଲା, “ପ୍ରାଣରକ୍ଷା ନିମନ୍ତେ ପଳାଅ; ପଛଆଡ଼କୁ ଦୃଷ୍ଟି କର ନାହିଁ ଓ ଏହି ସମସ୍ତ ପ୍ରାନ୍ତର ମଧ୍ୟରେ ହେଁ ରୁହ ନାହିଁ; ପର୍ବତକୁ ପଳାଇ ଯାଅ; ନୋହିଲେ ବିନଷ୍ଟ ହେବ।”


ସେତେବେଳେ ଲୋଟ ଅନାଇ ଦେଖିଲେ, ସୋୟର ପର୍ଯ୍ୟନ୍ତ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନ ପରି ସର୍ବତ୍ର ସଜଳ ଓ ମିସର ଦେଶ ତୁଲ୍ୟ ଅଟଇ; କାରଣ ସେହି ସମୟରେ ସଦୋମ ଓ ହମୋରା ସଦାପ୍ରଭୁଙ୍କ ଦ୍ୱାରା ବିନଷ୍ଟ ହୋଇ ନ ଥିଲା।


ତହିଁରେ ଅବ୍ରାମ କିଣାନ ଦେଶରେ ବସତି କଲେ, ପୁଣି, ଲୋଟ ସେହି ପ୍ରାନ୍ତରସ୍ଥିତ ସମସ୍ତ ନଗର ମଧ୍ୟରେ ବାସ କରି ସଦୋମ ପର୍ଯ୍ୟନ୍ତ ତମ୍ବୁ ସ୍ଥାପନ କରିବାକୁ ଲାଗିଲେ।


ଆଉ, ପୂର୍ବ ଦିଗରେ ହୌରଣ, ଦମ୍ମେଶକ ଓ ଗିଲୀୟଦ, ଆଉ ଇସ୍ରାଏଲ ଦେଶର ମଧ୍ୟବର୍ତ୍ତୀ ଯର୍ଦ୍ଦନ ହେବ; ତୁମ୍ଭେମାନେ ଉତ୍ତର ସୀମାରୁ ପୂର୍ବ ସମୁଦ୍ର ପର୍ଯ୍ୟନ୍ତ ମାପିବ। ଏହା ପୂର୍ବ ସୀମା।


Swiv nou:

Piblisite


Piblisite