Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 13:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତୁମ୍ଭ ସମ୍ମୁଖରେ କି ଏହି ସମସ୍ତ ଦେଶ ନାହିଁ? ଏହେତୁ ତୁମ୍ଭକୁ ବିନୟ କରୁଅଛି, ତୁମ୍ଭେ ମୋʼ ଠାରୁ ପୃଥକ ହୁଅ; ହୁଏତ, ତୁମ୍ଭେ ବାମକୁ ଯାଅ, ମୁଁ ଡାହାଣକୁ ଯାଏ; ନୋହିଲେ ତୁମ୍ଭେ ଡାହାଣକୁ ଯାଅ, ମୁଁ ବାମକୁ ଯିବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତୁମ୍ଭ ସମ୍ମୁଖରେ କି ଏହି ସମସ୍ତ ଦେଶ ନାହିଁ? ଏହେତୁ ତୁମ୍ଭକୁ ବିନୟ କରୁଅଛି, ତୁମ୍ଭେ ମୋʼଠାରୁ ପୃଥକ ହୁଅ; ହୁଏତ, ତୁମ୍ଭେ ବାମକୁ ଯାଅ, ମୁଁ ଦକ୍ଷିଣକୁ ଯାଏ; ନୋହିଲେ ତୁମ୍ଭେ ଦକ୍ଷିଣକୁ ଯାଅ, ମୁଁ ବାମକୁ ଯାଏ।

Gade chapit la Kopi

ଓଡିଆ ବାଇବେଲ

9 ତୁମ୍ଭ ସମ୍ମୁଖରେ କି ଏହି ସମସ୍ତ ଦେଶ ନାହିଁ ? ଏହେତୁ ତୁମ୍ଭକୁ ବିନୟ କରୁଅଛି, ତୁମ୍ଭେ ମୋ’ଠାରୁ ପୃଥକ୍ ହୁଅ; ହୁଏତ, ତୁମ୍ଭେ ବାମକୁ ଯାଅ, ମୁଁ ଡାହାଣକୁ ଯାଏ; ନୋହିଲେ ତୁମ୍ଭେ ଡାହାଣକୁ ଯାଅ, ମୁଁ ବାମକୁ ଯିବି।

Gade chapit la Kopi

ପବିତ୍ର ବାଇବଲ

9 ଏହା ଉତ୍ତମ ଯେ, ଆମ୍ଭେ ଅଲଗା ଭାବରେ ବାସ କରିବା ଉଚିତ୍। ତୁମ୍ଭର ଇଚ୍ଛା ଅନୁସାରେ ତୁମ୍ଭେ ସ୍ଥାନ ବାଛ। ତୁମ୍ଭେ ଯଦି ଉତ୍ତରକୁ ଯିବ ତେବେ ମୁଁ ଦକ୍ଷିଣକୁ ଯିବି। ତୁମ୍ଭେ ଯଦି ଦକ୍ଷିଣକୁ ଯିବ ତେବେ ମୁଁ ଉତ୍ତରକୁ ଯିବି।”

Gade chapit la Kopi




ଆଦି ପୁସ୍ତକ 13:9
11 Referans Kwoze  

ସମସ୍ତଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର, ପୁଣି, ଯେଉଁ ପବିତ୍ରତା ବିନା କେହି ପ୍ରଭୁଙ୍କ ଦର୍ଶନ ପାଇବ ନାହିଁ, ସେଥିର ଅନୁସରଣ କର,


ତାହାହେଲେ, ତୁମ୍ଭେମାନେ ଆମ୍ଭମାନଙ୍କ ସହିତ ବାସ କରିବ; ସାରା ଦେଶ ତୁମ୍ଭମାନଙ୍କର ଆଗରେ ପଡ଼ିଛି, ତହିଁରେ ବାସ କର ଓ ବାଣିଜ୍ୟ କର ଓ ଅଧିକାର କର।”


ଏଥିଉତ୍ତାରେ ଅବିମେଲକ କହିଲେ, “ଦେଖ, ଆମ୍ଭର ଏହି ସମସ୍ତ ଦେଶ ତୁମ୍ଭ ସମ୍ମୁଖରେ ଅଛି, ତୁମ୍ଭର ଯେଉଁଠାରେ ଇଚ୍ଛା, ସେହିଠାରେ ବାସ କର।”


ତୁମ୍ଭେମାନେ ଯେ ପରସ୍ପର ବିରୁଦ୍ଧରେ ବିଚାରାଳୟରେ ଅଭିଯୋଗ କରୁଅଛ, ସେଥିରେ ତୁମ୍ଭେମାନେ ନିତାନ୍ତ ଦୋଷୀ। ବରଂ କାହିଁକି ଅନ୍ୟାୟ ସହୁ ନାହଁ? ବରଂ କାହିଁକି କ୍ଷତି ଅଙ୍ଗୀକାର କରୁ ନାହଁ?


ସମ୍ଭବ ହେଲେ, ତୁମ୍ଭର ଯେତେ ପର୍ଯ୍ୟନ୍ତ ସାଧ୍ୟ, ସମସ୍ତ ଲୋକଙ୍କ ସହିତ ଶାନ୍ତିରେ ରୁହ।


ମୁଁ ଶାନ୍ତି ଚାହେଁ; ମାତ୍ର ମୁଁ କଥା କହିଲେ, ସେମାନେ ଯୁଦ୍ଧ ଚାହାନ୍ତି।


ଏଣୁ ଅବ୍ରାମ ଲୋଟଙ୍କୁ କହିଲେ, “ମୁଁ ବିନୟ କରୁଅଛି, ତୁମ୍ଭ ଆମ୍ଭ ମଧ୍ୟରେ, ପୁଣି, ତୁମ୍ଭର ପଶୁପାଳକ ଓ ମୋହର ପଶୁପାଳକମାନଙ୍କ ମଧ୍ୟରେ ବିବାଦ ନ ହେଉ, କାରଣ ଆମ୍ଭେମାନେ ଭାଇ।


ସେତେବେଳେ ଲୋଟ ଅନାଇ ଦେଖିଲେ, ସୋୟର ପର୍ଯ୍ୟନ୍ତ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନ ପରି ସର୍ବତ୍ର ସଜଳ ଓ ମିସର ଦେଶ ତୁଲ୍ୟ ଅଟଇ; କାରଣ ସେହି ସମୟରେ ସଦୋମ ଓ ହମୋରା ସଦାପ୍ରଭୁଙ୍କ ଦ୍ୱାରା ବିନଷ୍ଟ ହୋଇ ନ ଥିଲା।


ଆଉ, ଏବେ ଦେଖ, ମୁଁ ଆଜି ତୁମ୍ଭ ହସ୍ତରେ ଥିବା ଶୃଙ୍ଖଳରୁ ତୁମ୍ଭକୁ ମୁକ୍ତ କଲି। ମୋʼ ସଙ୍ଗେ ବାବିଲକୁ ଯିବା ପାଇଁ ଯଦି ତୁମ୍ଭକୁ ଭଲ ଦିଶେ, ତେବେ ଆସ, ଆଉ ମୁଁ ଭଲ ରୂପେ ତୁମ୍ଭର ତତ୍ତ୍ୱାବଧାନ କରିବି; ମାତ୍ର ମୋʼ ସଙ୍ଗେ ବାବିଲକୁ ଯିବା ପାଇଁ ଯଦି ତୁମ୍ଭକୁ ଭଲ ନ ଦିଶେ, ତେବେ କ୍ଷାନ୍ତ ହୁଅ; ଦେଖ, ସମୁଦାୟ ଦେଶ ତୁମ୍ଭ ଆଗରେ ପଡ଼ିଛି; ଯେଉଁଠାକୁ ଯିବା ପାଇଁ ତୁମ୍ଭକୁ ଭଲ ଓ ଉପଯୁକ୍ତ ଦିଶେ, ସେଠାକୁ ଯାଅ।”


Swiv nou:

Piblisite


Piblisite