Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 14:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେହି ସୀଦ୍ଦୀମ ପଦାରେ ମାଟିଆ ତୈଳର ଅନେକ ଖାତ ଥିଲା; ସଦୋମ ଓ ହମୋରାର ରାଜାଗଣ ପଳାଇ ଯାଉ ଯାଉ ତହିଁ ମଧ୍ୟରେ ପଡ଼ିଲେ, ପୁଣି, ଯେଉଁମାନେ ଅବଶିଷ୍ଟ ରହିଲେ, ସେମାନେ ପର୍ବତକୁ ପଳାଇଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସେହି ସୀଦ୍ଦୀମ ପଦାରେ ମାଟିଆ ତୈଳର ଅନେକ ଖାତ ଥିଲା; ସଦୋମ ଓ ହମୋରାର ରାଜଗଣ ପଳାଇ ଯାଉ ଯାଉ ତହିଁ ମଧ୍ୟରେ ପଡ଼ିଲେ, ପୁଣି ଯେଉଁମାନେ ଅବଶିଷ୍ଟ ରହିଲେ, ସେମାନେ ପର୍ବତକୁ ପଳାଇ ଗଲେ।

Gade chapit la Kopi

ଓଡିଆ ବାଇବେଲ

10 ସେହି ସୀଦ୍ଦୀମ ପଦାରେ ମାଟିଆ ତୈଳର ଅନେକ ଖାତ ଥିଲା; ସଦୋମ ଓ ହମୋରାର ରାଜାଗଣ ପଳାଇ ଯାଉ ଯାଉ ତହିଁ ମଧ୍ୟରେ ପଡ଼ିଲେ, ପୁଣି, ଯେଉଁମାନେ ଅବଶିଷ୍ଟ ରହିଲେ, ସେମାନେ ପର୍ବତକୁ ପଳାଇ ଗଲେ।

Gade chapit la Kopi

ପବିତ୍ର ବାଇବଲ

10 ସେହି ସୀଦ୍ଦୀମ ପଦାରେ ମାଟିଆ ତୈଳର ଅନେକ ଗାତ ଥିଲା ସଦୋମର ରାଜା ଓ ଗମୋରାର ରାଜା ପଳାୟନ କଲାବେଳେ ସେଠାରେ ପଡ଼ିଗଲେ ଏବଂ ଅବଶିଷ୍ଟ ସୈନ୍ୟମାନେ ପର୍ବତକୁ ପଳାଇ ଗଲେ।

Gade chapit la Kopi




ଆଦି ପୁସ୍ତକ 14:10
12 Referans Kwoze  

ଏହିରୂପେ ସେମାନଙ୍କୁ ବାହାର କରି ଆଣିଲା ଉତ୍ତାରେ ସେମାନଙ୍କ ମଧ୍ୟରୁ ଜଣେ ଲୋଟକୁ କହିଲା, “ପ୍ରାଣରକ୍ଷା ନିମନ୍ତେ ପଳାଅ; ପଛଆଡ଼କୁ ଦୃଷ୍ଟି କର ନାହିଁ ଓ ଏହି ସମସ୍ତ ପ୍ରାନ୍ତର ମଧ୍ୟରେ ହେଁ ରୁହ ନାହିଁ; ପର୍ବତକୁ ପଳାଇ ଯାଅ; ନୋହିଲେ ବିନଷ୍ଟ ହେବ।”


ଏଥିଉତ୍ତାରେ ଲୋଟ ସୋୟରରେ ବାସ କରିବାକୁ ଭୟ କରି ସେଠାରୁ ବାହାରି ଆପଣାର ଦୁଇ କନ୍ୟାଙ୍କୁ ଘେନି ପର୍ବତରେ ବାସ କଲା; ତହିଁରେ ସେ ଓ ତାହାର ଦୁଇ କନ୍ୟା ଗିରି କନ୍ଦରରେ ବାସ କଲେ।


ଯେ ତ୍ରାସରୁ ପଳାଏ, ସେ ଖାତରେ ପଡ଼ିବ ଓ ଯେ ଖାତରୁ ଉଠି ରକ୍ଷା ପାଏ, ସେ ଫାନ୍ଦରେ ଧରା ପଡ଼ିବ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର ଉପରେ, ହଁ, ମୋୟାବର ଉପରେ ପ୍ରତିଫଳ ଦାନର ବର୍ଷ ଆଣିବା।


ଆଉ, ଏପରି ଘଟିବ, କେହି ଯଦି ଭୟର ଶବ୍ଦରୁ ପଳାଏ, ସେ ଗର୍ତ୍ତରେ ପଡ଼ିବ; କେହି ଗର୍ତ୍ତ ମଧ୍ୟରୁ ଉଠି ଆସିଲେ, ସେ ଫାନ୍ଦରେ ଧରାଯିବ; କାରଣ ଊର୍ଦ୍ଧ୍ୱସ୍ଥ ଝରକାସବୁ ମୁକ୍ତ ଅଛି ଓ ପୃଥିବୀର ମୂଳସବୁ କମ୍ପମାନ ହେଉଅଛି।


ଏଥିଉତ୍ତାରେ ସେମାନେ ପରସ୍ପର କହିଲେ, “ଆସ, ଆମ୍ଭେମାନେ ଇଟା ବନାଇ ଉତ୍ତମ ରୂପେ ପୋଡ଼ି ଦେଉ।” ତହିଁରେ ଇଟା ସେମାନଙ୍କର ପ୍ରସ୍ତର ସ୍ୱରୂପ ଓ ମାଟିଆ ତେଲ ସେମାନଙ୍କର ଚୂନ ସ୍ୱରୂପ ହେଲା।


ସେମାନେ ଐନ୍‍-ଦୋର ନିକଟରେ ବିନଷ୍ଟ ହେଲେ; ସେମାନେ ଭୂମି ପାଇଁ ଖତ ସ୍ୱରୂପ ହେଲେ।


ଏହିରୂପେ ଯେଉଁ ପ୍ରାନ୍ତରରେ ଅୟ ନିବାସୀ ଲୋକମାନେ ସେମାନଙ୍କ ପଛେ ପଛେ ଗୋଡ଼ାଉଥିଲେ, ସେହି କ୍ଷେତ୍ରରେ ଇସ୍ରାଏଲ ସେମାନଙ୍କୁ ନିଃଶେଷିତ ହେବା ପର୍ଯ୍ୟନ୍ତ ବଧ କରି ସାରିଲା ଉତ୍ତାରେ ସେମାନେ ମୃତ୍ୟୁବରଣ କଲେ, ତହିଁ ଉତ୍ତାରେ ସମଗ୍ର ଇସ୍ରାଏଲ ଫେରିଆସି ଅୟରେ ଥିବା ପ୍ରତ୍ୟେକ ଜଣଙ୍କୁ ସଂହାର କଲେ।


ଏସମସ୍ତେ ସୀଦ୍ଦୀମ ପଦାରେ, ଅର୍ଥାତ୍‍, ଲବଣ ସମୁଦ୍ର ନିକଟରେ ଏକତ୍ର ହୋଇଥିଲେ।


ଏଲମ୍‍ର କଦର୍ଲାୟୋମର ରାଜା ଓ ଗୋୟିମର ତିଦୀୟଲ୍ ରାଜା ଓ ଶିନୀୟରର ଅମ୍ରାଫଲ୍‍ ରାଜା ଓ ଇଲ୍ଲାସରର ଅରୀୟୋକ୍‍ ରାଜା, ଏହି ଚାରି ରାଜାଙ୍କ ସହିତ ସୀଦ୍ଦୀମ ପଦାରେ ଯୁଦ୍ଧ କରିବାକୁ ଲାଗିଲେ।


ଏଥିନିମନ୍ତେ ସେମାନେ ସଦୋମ ଓ ହମୋରାର ସମସ୍ତ ସମ୍ପତ୍ତି ଓ ଭକ୍ଷ୍ୟଦ୍ରବ୍ୟ ଲୁଟି ନେଇ ପ୍ରସ୍ଥାନ କଲେ।


ଏହିରୂପେ ଅବ୍ରାମ କଦର୍ଲାୟୋମରକୁ ଓ ତାଙ୍କର ସହାୟ ରାଜାଗଣକୁ ଜୟ କରି ବାହୁଡ଼ିଲା ଉତ୍ତାରେ, ସଦୋମର ରାଜା ତାଙ୍କ ସହିତ ସାକ୍ଷାତ କରିବାକୁ ଶାବୀ ପଦା, ଅର୍ଥାତ୍‍, ରାଜାର ପଦାକୁ ଗମନ କଲେ।


ଏଥିଉତ୍ତାରେ ସଦୋମର ରାଜା ଅବ୍ରାମଙ୍କୁ କହିଲେ, “ତୁମ୍ଭେ ସମସ୍ତ ସମ୍ପତ୍ତି ନିଅ, ମାତ୍ର ମନୁଷ୍ୟ ସକଳ ଆମ୍ଭଙ୍କୁ ଦିଅ।”


Swiv nou:

Piblisite


Piblisite