Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 14:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏହିରୂପେ ଅବ୍ରାମ କଦର୍ଲାୟୋମରକୁ ଓ ତାଙ୍କର ସହାୟ ରାଜାଗଣକୁ ଜୟ କରି ବାହୁଡ଼ିଲା ଉତ୍ତାରେ, ସଦୋମର ରାଜା ତାଙ୍କ ସହିତ ସାକ୍ଷାତ କରିବାକୁ ଶାବୀ ପଦା, ଅର୍ଥାତ୍‍, ରାଜାର ପଦାକୁ ଗମନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଏହିରୂପେ ଅବ୍ରାମ କଦର୍ଲାୟୋମରକୁ ଓ ତାଙ୍କର ସହାୟ ରାଜଗଣକୁ ଜୟ କରି ବାହୁଡ଼ିଲା ଉତ୍ତାରେ, ସଦୋମର ରାଜା ତାଙ୍କ ସହିତ ସାକ୍ଷାତ କରିବାକୁ ଶାବୀ ପଦା, ଅର୍ଥାତ୍, ରାଜାର ପଦାକୁ ଗମନ କଲେ।

Gade chapit la Kopi

ଓଡିଆ ବାଇବେଲ

17 ଏହିରୂପେ ଅବ୍ରାମ କଦର୍ଲାୟୋମରକୁ ଓ ତାଙ୍କର ସହାୟ ରାଜାଗଣକୁ ଜୟ କରି ବାହୁଡ଼ିଲା ଉତ୍ତାରେ, ସଦୋମର ରାଜା ତାଙ୍କ ସହିତ ସାକ୍ଷାତ କରିବାକୁ ଶାବୀ ପଦା, ଅର୍ଥାତ୍‍, ରାଜାର ପଦାକୁ ଗମନ କଲେ।

Gade chapit la Kopi

ପବିତ୍ର ବାଇବଲ

17 ତା'ପରେ ଅବ୍ରାମ କଦର୍ଲାୟୋମରକୁ ଓ ତାଙ୍କର ସହାୟ ରାଜାଗଣଙ୍କୁ ଜୟ କରି ବାହୁଡ଼ିବା ପରେ ସଦୋମର ରାଜା ତାଙ୍କ ସହିତ ସାକ୍ଷାତ କରିବାକୁ ଶାବୀ ପଦା, ଅର୍ଥାତ୍ ରାଜାର ପଦାକୁ ଗମନ କଲେ।

Gade chapit la Kopi




ଆଦି ପୁସ୍ତକ 14:17
9 Referans Kwoze  

ଅବଶାଲୋମ ବଞ୍ଚିଥିବା ବେଳେ ରାଜାଙ୍କର ତଳଭୂମିରେ ଏକ ସ୍ତମ୍ଭ ନିର୍ମାଣ କରି ଆପଣା ପାଇଁ ସ୍ଥାପନ କରିଥିଲା; କାରଣ ସେ କହିଥିଲା, “ମୋʼ ନାମ ସ୍ମରଣରେ ରଖିବାକୁ ମୋହର ପୁତ୍ର ନାହିଁ;” ଏହେତୁ ସେ ଆପଣା ନାମାନୁସାରେ ସେହି ସ୍ତମ୍ଭର ନାମ ରଖିଲା; ସେହି ଦିନଠାରୁ ଅାଜି ପର୍ଯ୍ୟନ୍ତ ଅବଶାଲୋମର ସ୍ମରଣାର୍ଥକ ସ୍ତମ୍ଭ ବୋଲି ତହିଁର ନାମ ରହିଅଛି।


ଏହି ମଲ୍‍କୀଷେଦକ ଶାଲେମର ରାଜା ଓ ପରାତ୍ପର ଈଶ୍ବରଙ୍କ ଯାଜକ ଥିଲେ। ସେ ଅବ୍ରହାମ, ରାଜାମାନଙ୍କୁ ସଂହାର କରି ପ୍ରତ୍ୟାବର୍ତ୍ତନ କରିବା ସମୟରେ, ସେ ତାହାଙ୍କ ସଙ୍ଗେ ସାକ୍ଷାତ କରି ଆଶୀର୍ବାଦ କରିଥିଲେ;


ଧନ ବହୁତ ମିତ୍ର ଲାଭ କରେ; ମାତ୍ର ଦରିଦ୍ର ଲୋକ ଆପଣା ମିତ୍ରଠାରୁ ଭିନ୍ନ ହୁଏ।


ଦରିଦ୍ର ଆପଣା ପ୍ରତିବାସୀର ହିଁ ଘୃଣିତ ହୁଏ; ମାତ୍ର ଧନବାନର ଅନେକ ବନ୍ଧୁ ଥାʼନ୍ତି।


ଦାଉଦ ପଲେଷ୍ଟୀୟକୁ ବଧ କରି ଫେରିଲା ବେଳେ ଲୋକମାନେ ଆସୁ ଆସୁ ଏପରି ହେଲା ଯେ, ଇସ୍ରାଏଲୀୟ ସମସ୍ତ ନଗରରୁ ସ୍ତ୍ରୀମାନେ ବାହାରି ଦାରା, ଆନନ୍ଦଧ୍ୱନି ଓ ତ୍ରିତନ୍ତ୍ରୀ ବାଦ୍ୟ ସହିତ ଗାୟନ ଓ ନୃତ୍ୟ କରୁ କରୁ ଶାଉଲ ରାଜାଙ୍କୁ ଭେଟିବା ପାଇଁ ଆସିଲେ।


ଏଥିଉତ୍ତାରେ ଯିପ୍ତହ ମିସ୍ପାରେ ଆପଣା ଗୃହକୁ ଆସିଲେ, ଆଉ ଦେଖ, ତାଙ୍କର କନ୍ୟା ତାଙ୍କୁ ଭେଟିବା ପାଇଁ ଦାରା ନେଇ ନୃତ୍ୟ କରୁ କରୁ ଆସିଲା; ସେ ତାଙ୍କର ଏକମାତ୍ର ସନ୍ତତି ଥିଲା; ତାହା ଛଡ଼ା ତାଙ୍କର ପୁତ୍ର କି କନ୍ୟା ନ ଥିଲା।


ଏଥିଉତ୍ତାରେ ଶିନୀୟରର ଅମ୍ରାଫଲ୍‍ ରାଜା ଓ ଇଲ୍ଲାସରର ଅରୀୟୋକ୍‍ ରାଜା ଓ ଏଲମ୍‍ର କଦର୍ଲାୟୋମର ରାଜା ଓ ଗୋୟିମର ତିଦୀୟଲ୍ ରାଜାଙ୍କର ଅଧିକାର ସମୟରେ,


ଏହେତୁ ଚତୁର୍ଦ୍ଦଶ ବର୍ଷରେ କଦର୍ଲାୟୋମର ରାଜା ଓ ତାଙ୍କର ସହାୟ ରାଜାଗଣ ଆସି ଅସ୍ତରୋତ୍‍ କର୍ଣ୍ଣୟିମରେ ରଫାୟୀୟ ଲୋକମାନଙ୍କୁ ଓ ହମରେ ସୁଷୀୟ ଲୋକମାନଙ୍କୁ ଓ ଶାବୀ କିରୀୟାଥୟିମ୍‍ରେ ଏମୀୟ ଲୋକମାନଙ୍କୁ,


ସେହି ସୀଦ୍ଦୀମ ପଦାରେ ମାଟିଆ ତୈଳର ଅନେକ ଖାତ ଥିଲା; ସଦୋମ ଓ ହମୋରାର ରାଜାଗଣ ପଳାଇ ଯାଉ ଯାଉ ତହିଁ ମଧ୍ୟରେ ପଡ଼ିଲେ, ପୁଣି, ଯେଉଁମାନେ ଅବଶିଷ୍ଟ ରହିଲେ, ସେମାନେ ପର୍ବତକୁ ପଳାଇଗଲେ।


Swiv nou:

Piblisite


Piblisite