Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 14:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ସେମାନେ ସେହି ସ୍ଥାନରୁ ବାହୁଡ଼ି ଐଣ୍‍ମିସ୍‍ପଟ୍‍, ଅର୍ଥାତ୍‍, କାଦେଶକୁ ଯାଇ ଅମାଲେକୀୟ ଲୋକମାନଙ୍କର ସମସ୍ତ ଦେଶ ଓ ହତ୍‍-ସସୋନ୍‍-ତାମର ନିବାସୀ ଇମୋରୀୟ ଲୋକମାନଙ୍କୁ ପରାସ୍ତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ପୁଣି ସେମାନେ ସେ ସ୍ଥାନରୁ ବାହୁଡ଼ି ଐଣ୍ମିସ୍ପଟ୍, ଅର୍ଥାତ୍, କାଦେଶକୁ ଯାଇ ଅମାଲେକୀୟ ଲୋକମାନଙ୍କର ସମସ୍ତ ଦେଶ ଓ ହତ-ସସୋନ୍-ତାମର ନିବାସୀ ଇମୋରୀୟ ଲୋକମାନଙ୍କୁ ପରାସ୍ତ କଲେ।

Gade chapit la Kopi

ଓଡିଆ ବାଇବେଲ

7 ପୁଣି, ସେମାନେ ସେହି ସ୍ଥାନରୁ ବାହୁଡ଼ି ଐଣ୍‍ମିସ୍‍ପଟ୍‍, ଅର୍ଥାତ୍‍, କାଦେଶକୁ ଯାଇ ଅମାଲେକୀୟ ଲୋକମାନଙ୍କର ସମସ୍ତ ଦେଶ ଓ ହତ୍‍-ସସୋନ୍‍-ତାମର ନିବାସୀ ଇମୋରୀୟ ଲୋକମାନଙ୍କୁ ପରାସ୍ତ କଲେ।

Gade chapit la Kopi

ପବିତ୍ର ବାଇବଲ

7 ଏହା ପରେ ରାଜା କଦର୍ଲାୟୋମଠାରୁ ଫେରି ଐ‌ଣ୍‌ମି‌ସ୍‌ପଟ୍ ଅର୍ଥାତ କାଦେଶକୁ ଯାଇ ଅମାଲେକୀୟ ଲୋକମାନଙ୍କର ସମସ୍ତ ଦେଶ ଏବଂ ହତ୍-ସସୋନ୍ ତାମର ନିବାସୀ ଇମୋରୀୟ ଲୋକମାନଙ୍କୁ ପରାସ୍ତ କଲେ।

Gade chapit la Kopi




ଆଦି ପୁସ୍ତକ 14:7
19 Referans Kwoze  

ଏଥିରେ କେତେକ ଲୋକ ଯିହୋଶାଫଟ୍‍ଙ୍କୁ ସମ୍ବାଦ ଦେଇ କହିଲେ, “ସମୁଦ୍ର ସେପାରିସ୍ଥ ଅରାମ ଦେଶରୁ ଏକ ମହାଜନତା ଆପଣଙ୍କ ପ୍ରତିକୂଳରେ ଆସୁଅଛନ୍ତି; ଆଉ ଦେଖନ୍ତୁ, ସେମାନେ ହତ୍‍-ସସୋନ୍‍-ତାମରରେ ଅଛନ୍ତି, (ଏହାକୁ ଐନଗଦୀ କହନ୍ତି)।”


ଏଥିଉତ୍ତାରେ ଅବ୍ରହାମ ସେଠାରୁ ଦକ୍ଷିଣ ଦେଶକୁ ଯାତ୍ରା କରି କାଦେଶ ଓ ଶୂରର ମଧ୍ୟସ୍ଥାନରେ ଥାଇ ଗରାରରେ ପ୍ରବାସ କଲେ।


ଏଣୁ ସେହି କୂପର ନାମ ବେର-ଲହୟ-ରୋୟୀ ରଖାଗଲା। ସେହି କୂପ କାଦେଶ ଓ ବେରଦ ମଧ୍ୟରେ ଅଛି।


ଓ ନିବ୍‍ଶନ୍‍ ଓ ଲବଣ ନଗର ଓ ଐନଗଦୀ; ଏସବୁ ଗ୍ରାମ ସମେତ ଛଅ ନଗର।


ତହିଁରେ ତୁମ୍ଭେମାନେ କାଦେଶରେ ବାସ କରି ସେହି ସ୍ଥାନରେ ବହୁ ବର୍ଷ ରହିଲ।


ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞାନୁସାରେ ଆମ୍ଭେମାନେ ହୋରେବଠାରୁ ଯାତ୍ରା କଲୁ, ପୁଣି ଇମୋରୀୟମାନଙ୍କ ପର୍ବତମୟ ଦେଶକୁ ଯିବା ପଥରେ ତୁମ୍ଭେମାନେ ଯେଉଁ ବିସ୍ତୀର୍ଣ୍ଣ ଓ ଭୟଙ୍କର ପ୍ରାନ୍ତର ଦେଖିଲ, ତହିଁର ମଧ୍ୟଦେଇ ଯାଇ କାଦେଶ-ବର୍ଣ୍ଣେୟରେ ପହଞ୍ଚିଲୁ।


ଏଉତ୍ତାରେ ସେ ଅମାଲେକ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, “ଅମାଲେକ ନାନା ଦେଶୀୟମାନଙ୍କ ମଧ୍ୟରେ ଅଗ୍ରଗଣ୍ୟ ଥିଲା; ମାତ୍ର ତାହାର ଶେଷାବସ୍ଥା ବିନାଶରେ ଉପସ୍ଥିତ ହେବ।”


ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ପ୍ରଥମ ମାସରେ ସୀନ୍‍ ପ୍ରାନ୍ତରରେ ଉପସ୍ଥିତ ହେଲେ ଓ ଲୋକମାନେ କାଦେଶରେ ବାସ କଲେ; ପୁଣି, ସେହି ସ୍ଥାନରେ ମରୀୟମ ମଲେ ଓ ସେଠାରେ ତାଙ୍କୁ କବର ଦିଆଗଲା।


ସେତେବେଳେ ସେହି ପର୍ବତବାସୀ ଅମାଲେକୀୟ ଓ କିଣାନୀୟ ଲୋକମାନେ ଓହ୍ଲାଇ ଆସି ସେମାନଙ୍କୁ ଆଘାତ କଲେ ଓ ସେମାନଙ୍କୁ ପରାସ୍ତ କରି ହର୍ମା ପର୍ଯ୍ୟନ୍ତ ତଡ଼ିଦେଲେ।


ଯେହେତୁ ଅମାଲେକୀୟ ଓ କିଣାନୀୟ ଲୋକମାନେ ସେଠାରେ ତୁମ୍ଭମାନଙ୍କ ସମ୍ମୁଖରେ ଅଛନ୍ତି ଓ ତୁମ୍ଭେମାନେ ଖଡ୍ଗରେ ପତିତ ହେବ; ତୁମ୍ଭେମାନେ ସଦାପ୍ରଭୁଙ୍କଠାରୁ ବିମୁଖ ହେବାରୁ ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ ନାହିଁ।”


ଏଥିଉତ୍ତାରେ ସେମାନେ ଆସି ପାରଣ ପ୍ରାନ୍ତରସ୍ଥ କାଦେଶ ନାମକ ସ୍ଥାନରେ ମୋଶା, ହାରୋଣ ଓ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ଓ ସମସ୍ତ ମଣ୍ଡଳୀକୁ ସମାଚାର ଦେଲେ ଓ ସେମାନଙ୍କୁ ସେହି ଦେଶର ଫଳ ଦେଖାଇଲେ।


ଓ ରାଜା କୋରହ ଓ ରାଜା ଗୟିତମ୍‍ ଓ ରାଜା ଅମାଲେକ୍‍; ଇଦୋମ ଦେଶରେ ଇଲୀଫସ୍‍ ବଂଶୀୟ ଏହି ରାଜଗଣ ଆଦାର ସନ୍ତାନ ଥିଲେ।


ପୁଣି, ଏଷୌର ପୁତ୍ର ଇଲୀଫସ୍‍ର ତିମ୍ନା ନାମ୍ନୀ ଏକ ଉପପତ୍ନୀ ଥିଲା, ସେ ଇଲୀଫସ୍‍ ଦ୍ଵାରା ଅମାଲେକକୁ ପ୍ରସବ କଲା; ଏମାନେ ଏଷୌର ପତ୍ନୀ ଆଦାର ସନ୍ତାନ।


ଆଉ, ତହିଁ ନିକଟରେ ମତ୍ସ୍ୟଧାରୀମାନେ ଠିଆ ହେବେ; ଐନଗଦୀଠାରୁ ଐନଇଗ୍ଳଇମ୍‍ ପର୍ଯ୍ୟନ୍ତ ଜାଲ ପ୍ରସାରିବାର ସ୍ଥାନ ହେବ ଓ ମତ୍ସ୍ୟସବୁ ସ୍ୱ ସ୍ୱ ଜାତି ଅନୁସାରେ ମହାସମୁଦ୍ରର ମତ୍ସ୍ୟନ୍ୟାୟ ସଂଖ୍ୟାରେ ଅତିଶୟ ହେବେ।


ପୁଣି, ଗାଦ୍‍ର ସୀମା ନିକଟସ୍ଥ ଦକ୍ଷିଣ ଆଡ଼େ ଦକ୍ଷିଣ ସୀମା ନିକଟରେ ତାମରଠାରୁ ମରୀବତ୍‍-କାଦେଶସ୍ଥ ଜଳ ପର୍ଯ୍ୟନ୍ତ, ଅର୍ଥାତ୍‍, ମିସରର ନଦୀ ଓ ମହାସମୁଦ୍ର ପର୍ଯ୍ୟନ୍ତ (ଦେଶର) ସୀମା ହେବ।


Swiv nou:

Piblisite


Piblisite