Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 15:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସେତେବେଳେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭର ସନ୍ତାନଗଣ ଚାରି ଶହ ବର୍ଷ ଅନ୍ୟ ଦେଶରେ ପ୍ରବାସୀ ହୋଇ ଦାସ୍ୟକର୍ମ କରି କ୍ଳେଶ ଭୋଗ କରିବେ; ଏହା ନିଶ୍ଚିତ ଜାଣିବ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ସେତେବେଳେ ସେ ଅବ୍ରାମଙ୍କୁ କହିଲେ, ତୁମ୍ଭର ସନ୍ତାନଗଣ ଚାରିଶହ ବର୍ଷ ଅନ୍ୟ ଦେଶରେ ପ୍ରବାସୀ ହୋଇ ଦାସ୍ୟକର୍ମ କରି କ୍ଳେଶ ଭୋଗ କରିବେ; ଏହା ନିଶ୍ଚିତ ଜାଣିବ;

Gade chapit la Kopi

ଓଡିଆ ବାଇବେଲ

13 ସେତେବେଳେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭର ସନ୍ତାନଗଣ ଚାରିଶହ ବର୍ଷ ଅନ୍ୟ ଦେଶରେ ପ୍ରବାସୀ ହୋଇ ଦାସ୍ୟକର୍ମ କରି କ୍ଳେଶ ଭୋଗ କରିବେ; ଏହା ନିଶ୍ଚିତ ଜାଣିବ;

Gade chapit la Kopi

ପବିତ୍ର ବାଇବଲ

13 ତା'ପରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭେ ଏ ବିଷୟରେ ନିଶ୍ଚିତ ହୋଇ ପାରିବ, ତୁମ୍ଭର ବଂଶଧର ବିଦେଶରେ ପ୍ରବାସୀ ହେବେ ଏବଂ କ୍ରୀତଦାସ ହେବେ ଏବଂ 400 ବର୍ଷ ପର୍ଯ୍ୟନ୍ତ କ୍ଳେଶ ଭୋଗ କରିବେ।

Gade chapit la Kopi




ଆଦି ପୁସ୍ତକ 15:13
26 Referans Kwoze  

ଏଥିଉତ୍ତାରେ ସେମାନେ ଭାର ବହନ ଦ୍ୱାରା ସେମାନଙ୍କୁ କ୍ଳେଶ ଦେବା ପାଇଁ ସେମାନଙ୍କ ଉପରେ କାର୍ଯ୍ୟଶାସକମାନଙ୍କୁ ନିଯୁକ୍ତ କଲେ, ପୁଣି, ସେମାନଙ୍କ ଦ୍ୱାରା ଫାରୋଙ୍କ ନିମନ୍ତେ ଭଣ୍ଡାରର ନଗର, ଅର୍ଥାତ୍‍, ପିଥୋମ୍‍ ଓ ରାମିଷେଷ୍‍ ନିର୍ମାଣ କରାଇଲେ।


କିନ୍ତୁ ଈଶ୍ବର ଅବ୍ରହାମଙ୍କ ନିକଟରେ ଯେଉଁ ପ୍ରତିଜ୍ଞା କରିଥିଲେ, ସେହି ପ୍ରତିଜ୍ଞା ସଫଳ ହେବା ସମୟ ସନ୍ନିକଟ ହୁଅନ୍ତେ, ଲୋକମାନେ ମିସରରେ ବୃଦ୍ଧି ପାଇ ବହୁସଂଖ୍ୟକ ହୋଇ ଉଠିଲେ।


ମୋହର ଭାବ ଏହି, ଯେଉଁ ନିୟମ ଈଶ୍ବରଙ୍କ କର୍ତ୍ତୃକ ପୂର୍ବରୁ ସ୍ଥିରୀକୃତ ହୋଇଥିଲା, ଚାରି ଶହ ତିରିଶ ବର୍ଷ ପରେ ଦିଆଯାଇଥିବା ମୋଶାଙ୍କ ବ୍ୟବସ୍ଥା ତାହା ବ୍ୟର୍ଥ କରେ ନାହିଁ, ଯେପରି ତଦ୍ୱାରା ପ୍ରତିଜ୍ଞା ନିଷ୍ଫଳ କରାଯାଏ।


ଯେପରି ତୁମ୍ଭମାନଙ୍କର ସ୍ୱଦେଶୀୟ ଲୋକ ସେପରି ତୁମ୍ଭମାନଙ୍କ ସହବାସୀ ବିଦେଶୀୟ ଲୋକ ତୁମ୍ଭମାନଙ୍କ ପ୍ରତି ହେବ, ପୁଣି ତୁମ୍ଭେ ତାହାକୁ ଆତ୍ମତୁଲ୍ୟ ପ୍ରେମ କରିବ; କାରଣ ମିସର ଦେଶରେ ତୁମ୍ଭେମାନେ ବିଦେଶୀ ଥିଲ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।


ପୁଣି, ତୁମ୍ଭେ ଏବେ ଏହି ଯେଉଁ କିଣାନ ଦେଶରେ ପ୍ରବାସ କରୁଅଛ, ତହିଁର ସମୁଦାୟ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ଭବିଷ୍ୟତ ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଦେବା ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।”


ଏଥିପାଇଁ ତୁମ୍ଭେମାନେ ବିଦେଶୀକୁ ପ୍ରେମ କର, କାରଣ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ।


ତୁମ୍ଭେ ବିଦେଶୀ ପ୍ରତି ଅତ୍ୟାଚାର କରିବ ନାହିଁ, କାରଣ ତୁମ୍ଭେ ବିଦେଶୀର ମନ ଜାଣୁଅଛ, ଯେହେତୁ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ।


ତୁମ୍ଭେ ବିଦେଶୀ ପ୍ରତି ଅନ୍ୟାୟ ଓ ତାହା ପ୍ରତି ଉପଦ୍ରବ କରିବ ନାହିଁ, ଯେହେତୁ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ।


ପୁଣି, ତୁମ୍ଭ ବଂଶର ଚତୁର୍ଥ ପୁରୁଷ ଏହି ଦେଶକୁ ବାହୁଡ଼ି ଆସିବେ; ଯେହେତୁ ଇମୋରୀୟ ଲୋକମାନଙ୍କର ପାପ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇ ନାହିଁ।”


ସେମାନେ ଫାରୋଙ୍କୁ ଆହୁରି କହିଲେ, “ଆମ୍ଭେମାନେ ଏ ଦେଶରେ ପ୍ରବାସ କରିବାକୁ ଆସିଅଛୁ; ଯେଣୁ ଆପଣଙ୍କ ଏହି ଦାସମାନଙ୍କ ପଶୁପଲ ପାଇଁ କିଛି ଚରା ନାହିଁ; କିଣାନ ଦେଶରେ ଅତି ଭାରୀ ଦୁର୍ଭିକ୍ଷ ପଡ଼ିଅଛି; ଏହେତୁ ବିନତି କରୁଅଛୁ, ଆପଣ ଏହି ଦାସମାନଙ୍କୁ ଗୋଶନ ପ୍ରଦେଶରେ ବାସ କରିବାକୁ ଦେଉନ୍ତୁ।”


ତହିଁରେ ମିସରୀୟ ଲୋକମାନେ ନିର୍ଦ୍ଦୟ ଭାବରେ ଇସ୍ରାଏଲ ସନ୍ତାନମାନଙ୍କୁ ଦାସ୍ୟକର୍ମ କରାଇଲେ।


ତହିଁରେ ପରମେଶ୍ୱର ସେମାନଙ୍କ ଆର୍ତ୍ତସ୍ୱର ଶୁଣିଲେ, ଆଉ ଅବ୍ରହାମ ଓ ଇସ୍‌ହାକ ଓ ଯାକୁବଙ୍କ ସହିତ କୃତ ଆପଣା ନିୟମ ସ୍ମରଣ କରି,


ଏହେତୁ ମିସରୀୟ ଲୋକମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କରିବାକୁ, ପୁଣି, ସେହି ଦେଶରୁ ଉତ୍ତମ ଓ ପ୍ରଶସ୍ତ ଏକ ଦେଶକୁ; ଅର୍ଥାତ୍‍, କିଣାନୀୟ, ହିତ୍ତୀୟ, ଇମୋରୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ଥାʼନ୍ତି, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇଯିବାକୁ ଓହ୍ଲାଇ ଆସିଲୁ।


ଏଣୁ ଏବେ ଆସ, ଆମ୍ଭେ ତୁମ୍ଭକୁ ଫାରୋ ନିକଟକୁ ପ୍ରେରଣ କରିବା, ତୁମ୍ଭେ ମିସରଠାରୁ ଆମ୍ଭର ଲୋକ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବ।”


ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ମିସରର କ୍ଳେଶରୁ ଉଦ୍ଧାର କରି କିଣାନୀୟମାନଙ୍କ, ହିତ୍ତୀୟମାନଙ୍କ, ଇମୋରୀୟମାନଙ୍କ, ପରିଷୀୟମାନଙ୍କ, ହିବ୍ବୀୟମାନଙ୍କ ଓ ଯିବୂଷୀୟମାନଙ୍କର ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ନେଇଯିବୁ ବୋଲି କହିଅଛୁ।’


ତୁମ୍ଭେ ସ୍ମରଣ କରିବ ଯେ, ତୁମ୍ଭେ ମିସର ଦେଶରେ ଦାସ ହୋଇଥିଲ, ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ପରାକ୍ରାନ୍ତ ହସ୍ତ ଓ ବିସ୍ତାରିତ ବାହୁ ଦ୍ୱାରା ସେଠାରୁ ତୁମ୍ଭକୁ ବାହାର କରି ଆଣିଲେ; ଏହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବିଶ୍ରାମବାର ପାଳନାର୍ଥେ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି।


କାରଣ ସେ ଆପଣା ପବିତ୍ର ବାକ୍ୟ ଓ ଆପଣା ଦାସ ଅବ୍ରହାମଙ୍କୁ ସ୍ମରଣ କଲେ।


ପୁଣି, କାଦୁଅ, ଇଟା ଓ ବିଲର ସବୁ କର୍ମାଦି କଠିନ ଦାସ୍ୟକର୍ମ ଦ୍ୱାରା ସେମାନଙ୍କ ପ୍ରାଣକୁ ବିରକ୍ତ କରିବାକୁ ଲାଗିଲେ। ସେମାନେ ଯେଉଁ ସମସ୍ତ ଦାସ୍ୟକର୍ମ କରାଇଲେ; ସେହି ସମସ୍ତ ନିର୍ଦ୍ଦୟ ଭାବରେ କରାଇଲେ।


ଅର୍ଥାତ୍‍, କିପରି ଆମ୍ଭମାନଙ୍କର ପୂର୍ବପୁରୁଷମାନେ ମିସରକୁ ଗଲେ ଓ ମିସରରେ ଦୀର୍ଘ କାଳ ବାସ କଲେ ଆଉ ମିସରୀୟମାନେ ଆମ୍ଭମାନଙ୍କ ପ୍ରତି ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପ୍ରତି କୁବ୍ୟବହାର କଲେ, ତାହା ତୁମ୍ଭେ ଜାଣ।


Swiv nou:

Piblisite


Piblisite