Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 15:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହିଁରେ ଅବ୍ରାମ ଉତ୍ତର କଲେ, “ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ମୋତେ କʼଣ ଦେବ? ମୁଁ ତ ନିଃସନ୍ତାନ ହୋଇ ପ୍ରସ୍ଥାନ କରୁଅଛି, ପୁଣି, ଦମ୍ମେଶକୀୟ ଇଲୀୟେଜର ମୋʼ ଗୃହର ଧନାଧିକାରୀ ଅଟେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତହିଁରେ ଅବ୍ରାମ ଉତ୍ତର କଲେ, ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ମୋତେ କଅଣ ଦେବ? ମୁଁ ତ ନିଃସନ୍ତାନ ହୋଇ ପ୍ରସ୍ଥାନ କରୁଅଛି, ପୁଣି ଦମ୍ମେସକୀୟ ଇଲୀୟେଜର ମୋʼ ଗୃହର ଧନାଧିକାରୀ ଅଟେ।

Gade chapit la Kopi

ଓଡିଆ ବାଇବେଲ

2 ତହିଁରେ ଅବ୍ରାମ ଉତ୍ତର କଲେ, “ହେ ପ୍ରଭୁ ସଦାପ୍ରଭୁ, ତୁମ୍ଭେ ମୋତେ କ’ଣ ଦେବ ? ମୁଁ ତ ନିଃସନ୍ତାନ ହୋଇ ପ୍ରସ୍ଥାନ କରୁଅଛି, ପୁଣି, ଦମ୍ମେଶକୀୟ ଇଲୀୟେଜର ମୋ’ ଗୃହର ଧନାଧିକାରୀ ଅଟେ।”

Gade chapit la Kopi

ପବିତ୍ର ବାଇବଲ

2 କିନ୍ତୁ ଅବ୍ରାମ କହିଲେ, “ସଦାପ୍ରଭୁ ପରମେଶ୍ୱର, ମୋତେ ପୁରସ୍କାର ଦେଇ କ’ଣ ଭଲ ହେବ? ମୁଁ ସନ୍ତାନ ବିନା ମରିବାକୁ ଯାଉଛି। ସେଥିପାଇଁ ଦମ୍ମେସକର ମୋର ମୁଖ୍ୟ ସେବକ ଇଲିୟେଜର ମୋର ସମ୍ପତ୍ତି ଅଧିକାର କରିବ।”

Gade chapit la Kopi




ଆଦି ପୁସ୍ତକ 15:2
21 Referans Kwoze  

ଆଉ, ସେ ତାହାଙ୍କୁ ସେଥିରେ କୌଣସି ଅଧିକାର ଦେଲେ ନାହିଁ, ନା, ଏକ ପାଦ ପରିମିତ ଭୂମି ହିଁ ଦେଲେ ନାହିଁ, ପୁଣି, ସେତେବେଳେ ତାହାଙ୍କର ସନ୍ତାନ ନ ଥିଲେ ସୁଦ୍ଧା ସେ ତାହାଙ୍କୁ ଓ ତାହାଙ୍କ ଭବିଷ୍ୟତ ବଂଶଧରକୁ ତାହା ଅଧିକାର କରିବା ନିମନ୍ତେ ଦେବେ ବୋଲି ପ୍ରତିଜ୍ଞା କଲେ।


ଇସ୍‌ହାକଙ୍କର ସେହି ଭାର୍ଯ୍ୟା ବନ୍ଧ୍ୟା ହେବାରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସଦାପ୍ରଭୁ ତାଙ୍କର ପ୍ରାର୍ଥନା ଶୁଣନ୍ତେ, ତାହାର ଭାର୍ଯ୍ୟା ରିବିକା ଗର୍ଭବତୀ ହେଲା।


“ସେମାନଙ୍କୁ ଆମ୍ଭେ ଆମ୍ଭ ଗୃହ ମଧ୍ୟରେ ଓ ଆମ୍ଭ ପ୍ରାଚୀର ଭିତରେ ପୁତ୍ରକନ୍ୟା ଅପେକ୍ଷା ଉତ୍ତମ ସ୍ମରଣାର୍ଥକ ସ୍ତମ୍ଭ ଓ ନାମ ଦେବା; ଆମ୍ଭେ ସେମାନଙ୍କୁ ଅନନ୍ତକାଳସ୍ଥାୟୀ ନାମ ଦେବା, ତାହା କଟା ହେବ ନାହିଁ।


ଯେଉଁ ଦାସ ବୁଦ୍ଧିପୂର୍ବକ ଚଳେ, ସେ ଲଜ୍ଜାଦାୟୀ ପୁତ୍ର ଉପରେ କର୍ତ୍ତୃତ୍ୱ କରେ, ପୁଣି, ଭାଇମାନଙ୍କ ସଙ୍ଗରେ ଅଧିକାରର ବାଣ୍ଟ ପାଏ।


ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର।


ପୁଣି, ସେ ଏକ ମାନତ ମନାସି କହିଲା; “ହେ ସୈନ୍ୟାଧିପତି ସଦାପ୍ରଭୋ, ଯେବେ ତୁମ୍ଭେ ଆପଣା ଦାସୀର ଦୁଃଖ ପ୍ରତି ନିତାନ୍ତ ଦୃଷ୍ଟିପାତ କରିବ ଓ ମୋତେ ସ୍ମରଣ କରି ଆପଣା ଦାସୀକୁ ପାସୋରିବ ନାହିଁ, ମାତ୍ର ଆପଣା ଦାସୀକୁ ଗୋଟିଏ ପୁରୁଷ-ସନ୍ତାନ ଦେବ, ତେବେ ମୁଁ ତାହାର ଯାବଜ୍ଜୀବନ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କରିବି ଓ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ।”


ଏଥିଉତ୍ତାରେ ଯୋଷେଫ ଆପଣା ଗୃହାଧ୍ୟକ୍ଷକୁ ଆଜ୍ଞା ଦେଲେ, “ଏହି ଲୋକମାନଙ୍କ ପଟରେ ଯେତେ ଶସ୍ୟ ଧରଇ, ସେତେ ପରିପୂର୍ଣ୍ଣ କରିଦିଅ, ପୁଣି, ପ୍ରତ୍ୟେକର ଟଙ୍କା ପ୍ରତ୍ୟେକର ପଟ-ମୁଖରେ ରଖ।


ତେଣୁ ସେମାନେ ଯୋଷେଫଙ୍କ ଗୃହାଧ୍ୟକ୍ଷ ନିକଟକୁ ଯାଇ ଗୃହର ପ୍ରବେଶ ସ୍ଥାନରେ ତାହା ସହିତ କଥାବାର୍ତ୍ତା କରି କହିଲେ,


ଏଥିଉତ୍ତାରେ ସେହି ଦାସ ଆପଣା ପ୍ରଭୁର ଓଟମାନଙ୍କ ମଧ୍ୟରୁ ଦଶଟା ଓଟ ଓ ଆପଣା ପ୍ରଭୁର ସର୍ବପ୍ରକାର ଉତ୍ତମ ଦ୍ରବ୍ୟ ହସ୍ତରେ ଘେନି ପ୍ରସ୍ଥାନ କରି ଅରାମନହରୟିମ୍‍ ଦେଶର ନାହୋର ନଗରକୁ ଯାତ୍ରା କଲା।


ଆଶାସିଦ୍ଧିର ବିଳମ୍ବ ମନର ପୀଡ଼ାଜନକ; ମାତ୍ର ବାଞ୍ଛାର ସିଦ୍ଧି ଜୀବନ-ବୃକ୍ଷ ସ୍ୱରୂପ।


ଏହି ଗୃହରେ ମୋʼ ଠାରୁ ବଡ଼ କେହି ନାହିଁ; ତୁମ୍ଭେ ତାଙ୍କର ଭାର୍ଯ୍ୟା, ଏନିମନ୍ତେ କେବଳ ତୁମ୍ଭ ଛଡ଼ା ମୋʼ ପ୍ରତି ଆଉ କିଛି ମନା ନାହିଁ। ଏହେତୁ ମୁଁ କିପରି ଏଡ଼େ ବଡ଼ ଦୁଷ୍ଟତା ଓ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିପାରେ?”


ଏଣୁ ସେ ଆପଣା ଗୃହର ସର୍ବକାର୍ଯ୍ୟାଧ୍ୟକ୍ଷ ବୃଦ୍ଧ ଦାସକୁ କହିଲେ, “ମୁଁ ବିନୟ କରୁଅଛି, ତୁମ୍ଭେ ମୋʼ ଜଙ୍ଘରେ ହସ୍ତ ଦିଅ;


ଏଥିଉତ୍ତାରେ ସେ ଆପଣା ଦାସମାନଙ୍କୁ ଦୁଇ ଦଳ କରି ରାତ୍ରିକାଳରେ ଶତ୍ରୁମାନଙ୍କୁ ଆକ୍ରମଣ କଲେ, ପୁଣି, ଦମ୍ମେଶକର ଉତ୍ତରସ୍ଥିତ ହୋବା ପର୍ଯ୍ୟନ୍ତ ସେମାନଙ୍କର ପଛେ ପଛେ ଗୋଡ଼ାଇଲେ।


ସେହି ଘଟଣା ଉତ୍ତାରେ ଦର୍ଶନ ଦ୍ୱାରା ସଦାପ୍ରଭୁଙ୍କର ବାକ୍ୟ ଅବ୍ରାମଙ୍କ ନିକଟରେ ଉପସ୍ଥିତ ହେଲା, “ହେ ଅବ୍ରାମ, ଭୟ କର ନାହିଁ, ଆମ୍ଭେ ତୁମ୍ଭର ଢାଲ ଓ ମହାପୁରସ୍କାର ସ୍ୱରୂପ।”


ପୁଣି, ଅବ୍ରାମ କହିଲେ, “ଦେଖ, ତୁମ୍ଭେ ମୋତେ ସନ୍ତାନ ଦେଲ ନାହିଁ, ଏଣୁ ମୋʼ ଗୃହଜାତ କୌଣସି ଲୋକ ମୋହର ଉତ୍ତରାଧିକାରୀ ହେବ।”


ଦମ୍ମେଶକ ବିଷୟକ ଭାବବାଣୀ। ଦେଖ, ଦମ୍ମେଶକ ଆଉ ନଗର ନ ହୋଇ ଦୂରୀକୃତ ହୋଇଅଛି, ତାହା କାନ୍ଥଡ଼ାର ଢ଼ିପି ହେବ।


ଦମ୍ମେଶକର ବିଷୟ। “ହମାତ୍‍ ଓ ଅର୍ପଦ ଲଜ୍ଜିତ ହେଉଅଛନ୍ତି, କାରଣ ସେମାନେ ଅମଙ୍ଗଳର ବାର୍ତ୍ତା ଶୁଣିଅଛନ୍ତି, ସେମାନେ ତରଳି ଯାଇଅଛନ୍ତି; ସମୁଦ୍ରରେ ଉଦ୍‍ବେଗ ଦେଖାଯାଉଅଛି, ତାହା ସୁସ୍ଥିର ହୋଇ ନ ପାରେ।


ତହିଁରେ ଶସ୍ୟକଟାଳିମାନଙ୍କ ଉପରେ ନିଯୁକ୍ତ ଯୁବା ଉତ୍ତର ଦେଇ କହିଲା, “ଯେଉଁ ମୋୟାବ ଦେଶୀୟା ଯୁବତୀ ନୟମୀ ସହିତ ମୋୟାବ ଦେଶରୁ ଆସିଅଛି, ସେ ଏହି।


Swiv nou:

Piblisite


Piblisite