Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 16:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, “ଦେଖ, ତୁମ୍ଭର ଗର୍ଭ ହୋଇଅଛି, ତୁମ୍ଭେ ପୁତ୍ର ପ୍ରସବ କରିବ, ତାହାର ନାମ ଇଶ୍ମାୟେଲ ଦେବ, ଯେହେତୁ ସଦାପ୍ରଭୁ ତୁମ୍ଭ ଦୁଃଖ ଶୁଣିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, ଦେଖ, ତୁମ୍ଭର ଗର୍ଭ ହୋଇଅଛି, ତୁମ୍ଭେ ପୁତ୍ର ପ୍ରସବ କରିବ, ତାହାର ନାମ ଇଶ୍ମାଏଲ (ଅର୍ଥାତ୍, ପରମେଶ୍ଵର ଶୁଣନ୍ତି) ଦେବ, ଯେହେତୁ ସଦାପ୍ରଭୁ ତୁମ୍ଭ ଦୁଃଖ ଶୁଣିଲେ।

Gade chapit la Kopi

ଓଡିଆ ବାଇବେଲ

11 ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, “ଦେଖ, ତୁମ୍ଭର ଗର୍ଭ ହୋଇଅଛି, ତୁମ୍ଭେ ପୁତ୍ର ପ୍ରସବ କରିବ, ତାହାର ନାମ ଇଶ୍ମାୟେଲ ଦେବ, ଯେହେତୁ ସଦାପ୍ରଭୁ ତୁମ୍ଭ ଦୁଃଖ ଶୁଣିଲେ।

Gade chapit la Kopi

ପବିତ୍ର ବାଇବଲ

11 ସଦାପ୍ରଭୁଙ୍କର ଦୂତ ମଧ୍ୟ ଏପରି କହିଲେ, “ହାଗାର ତୁମ୍ଭେ ବର୍ତ୍ତମାନ ଗର୍ଭବତୀ। ତୁମ୍ଭଠାରୁ ଏକ ପୁତ୍ର ସନ୍ତାନ ଜନ୍ମିବ। ତୁମ୍ଭେ ତା'ର ନାମ ଇଶ୍ମାଏଲ ଦେବ। କାରଣ ସଦାପ୍ରଭୁ ଶୁଣିଛନ୍ତି, ତୁମ୍ଭେ ଯେତେବେଳେ ଦୁଃଖ ପାଉଥିଲ।

Gade chapit la Kopi




ଆଦି ପୁସ୍ତକ 16:11
16 Referans Kwoze  

ଏଥିଉତ୍ତାରେ ସଦାପ୍ରଭୁ କହିଲେ, “ଆମ୍ଭେ ମିସର ଦେଶସ୍ଥିତ ଆପଣା ଲୋକମାନଙ୍କର କ୍ଳେଶ ନିତାନ୍ତ ଦେଖିଅଛୁ ଓ କାର୍ଯ୍ୟଶାସକମାନଙ୍କ କାରଣରୁ ହେଉଥିବା ସେମାନଙ୍କ ରୋଦନ ଶୁଣିଅଛୁ; ଆମ୍ଭେ ସେମାନଙ୍କର ଯନ୍ତ୍ରଣା ଜାଣିଅଛୁ।


ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।


ପୁଣି, ସମୟ ଉପସ୍ଥିତ ହୁଅନ୍ତେ, ହାନ୍ନା ଗର୍ଭଧାରଣ କରି ପୁତ୍ର ପ୍ରସବ କଲା; “ଆଉ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, ଏହା କହି ତାହାର ନାମ ଶାମୁୟେଲ (ପରମେଶ୍ୱର ଦତ୍ତ) ରଖିଲା।”


ସେତେବେଳେ ପରମେଶ୍ୱର କହିଲେ, “ତୁମ୍ଭର ଭାର୍ଯ୍ୟା ସାରା ତୁମ୍ଭ ନିମନ୍ତେ ନିଶ୍ଚୟ ପୁତ୍ର ପ୍ରସବ କରିବ, ପୁଣି, ତୁମ୍ଭେ ତାହାର ନାମ ଇସ୍‌ହାକ ରଖିବ, ପୁଣି, ଆମ୍ଭେ ତାହା ସହିତ ଆପଣା ନିୟମ ସ୍ଥିର କରିବା; ତାହା ତାହାର ଭବିଷ୍ୟତ ବଂଶ ପକ୍ଷରେ ଚିରସ୍ଥାୟୀ ନିୟମ ହେବ।


ତହିଁରେ ସେ ଖଣ୍ଡେ ଲିଖନ ପଟା ମାଗି ଏହା ଲେଖିଲେ, ତାହାର ନାମ ଯୋହନ। ଏଥିରେ ସମସ୍ତେ ଚକିତ ହେଲେ।


ଡାମରା କାଉର ଛୁଆମାନେ ପରମେଶ୍ୱରଙ୍କ ନିକଟରେ ରାବ କରି ଖାଦ୍ୟ ଅଭାବରେ ଭ୍ରମଣ କଲା ବେଳେ କିଏ ତାହାକୁ ଆହାର ଯୋଗାଇ ଦିଏ?


ଯେହେତୁ ଦେଖ, ଇସ୍ରାଏଲ-ସନ୍ତାନଗଣର କ୍ରନ୍ଦନ ଆମ୍ଭର କର୍ଣ୍ଣଗୋଚର ହୋଇଅଛି; ଆହୁରି ମିସରୀୟ ଲୋକମାନେ ସେମାନଙ୍କ ପ୍ରତି ଯେଉଁ ଅତ୍ୟାଚାର ବ୍ୟବହାର କରନ୍ତି, ତାହା ଆମ୍ଭେ ଦେଖିଅଛୁ।


ଆଉ ଦେଖ, ତୁମ୍ଭେ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କରିବ ଓ ତାହାଙ୍କ ନାମ ଯୀଶୁ ଦେବ।


କିନ୍ତୁ ଦୂତ ତାହାଙ୍କୁ କହିଲେ, ଜିଖରୀୟ, ଭୟ କର ନାହିଁ, କାରଣ ତୁମ୍ଭର ନିବେଦନ ଶୁଣାଯାଇଅଛି, ଆଉ ତୁମ୍ଭର ଭାର୍ଯ୍ୟା ଏଲୀଶାବେଥ ତୁମ୍ଭ ନିମନ୍ତେ ଗୋଟିଏ ପୁତ୍ର ପ୍ରସବ କରିବେ, ପୁଣି, ତୁମ୍ଭେ ତାହାର ନାମ ଯୋହନ ଦେବ।


କାରଣ ସେ ଦୁଃଖୀର ଦୁଃଖ ତୁଚ୍ଛ କି ଘୃଣା କରି ନାହାନ୍ତି। କିଅବା ସେ ତାହାଠାରୁ ଆପଣା ମୁଖ ଲୁଚାଇ ନାହାନ୍ତି; ମାତ୍ର ସେ ତାହାଙ୍କୁ ଡାକନ୍ତେ, ସେ ଶୁଣିଲେ।


ତହୁଁ ସେମାନେ ଭୋଜନ କରିବାକୁ ବସିଲେ; ସେମାନେ ଅନାଇ ଦେଖିଲେ, ଯେ ଗିଲୀୟଦରୁ ଏକ ଦଳ ଇଶ୍ମାୟେଲୀୟ ପଥିକ ଓଟ ଉପରେ ସୁଗନ୍ଧି ଦ୍ରବ୍ୟ ଓ ଗୁଗ୍ଗୁଳ ଓ ଗନ୍ଧରସ ଘେନି ମିସର ଦେଶକୁ ଯାଉଅଛନ୍ତି।


ସେତେବେଳେ ପରମେଶ୍ୱର ବାଳକର ରବ ଶୁଣିଲେ; ପୁଣି, ପରମେଶ୍ୱରଙ୍କ ଦୂତ ଆକାଶରୁ ଡାକି ହାଗାରଙ୍କୁ କହିଲେ, “ଆଗୋ ହାଗାର, ତୁମ୍ଭର କଅଣ ହେଲା? ଭୟ କର ନାହିଁ; କାରଣ, ଯେଉଁ ସ୍ଥାନରେ ବାଳକ ଅଛି, ସେହି ସ୍ଥାନରେ ପରମେଶ୍ୱର ତାହାର ରବ ଶୁଣିଅଛନ୍ତି।


Swiv nou:

Piblisite


Piblisite