Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 16:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, “ମୋʼ ପ୍ରତି ଏହି ଅନ୍ୟାୟର ଫଳ ତୁମ୍ଭର ହେଉ; ମୁଁ ଆପଣାର ଯେଉଁ ଦାସୀକୁ ତୁମ୍ଭ କ୍ରୋଡ଼ରେ ଦେଇଅଛି, ସେ ଏବେ ଆପଣାର ଗର୍ଭ ଜାଣି ମୋତେ ତୁଚ୍ଛଜ୍ଞାନ କରୁଅଛି; ସଦାପ୍ରଭୁ ତୁମ୍ଭର ଓ ମୋହର ବିଚାର କରନ୍ତୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, ମୋʼ ପ୍ରତି ଏହି ଅନ୍ୟାୟର ଫଳ ତୁମ୍ଭର ହେଉ; ମୁଁ ଆପଣାର ଯେଉଁ ଦାସୀକି ତୁମ୍ଭ କ୍ରୋଡ଼ରେ ଦେଇଅଛି, ସେ ଏବେ ଆପଣାର ଗର୍ଭ ଜାଣି ମୋତେ ତୁଚ୍ଛ ଜ୍ଞାନ କରୁଅଛି; ସଦାପ୍ରଭୁ ତୁମ୍ଭର ଓ ମୋହର ବିଚାର କରନ୍ତୁ।

Gade chapit la Kopi

ଓଡିଆ ବାଇବେଲ

5 ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, “ମୋ’ ପ୍ରତି ଏହି ଅନ୍ୟାୟର ଫଳ ତୁମ୍ଭର ହେଉ; ମୁଁ ଆପଣାର ଯେଉଁ ଦାସୀକୁ ତୁମ୍ଭ କ୍ରୋଡ଼ରେ ଦେଇଅଛି, ସେ ଏବେ ଆପଣାର ଗର୍ଭ ଜାଣି ମୋତେ ତୁଚ୍ଛ ଜ୍ଞାନ କରୁଅଛି; ସଦାପ୍ରଭୁ ତୁମ୍ଭର ଓ ମୋହର ବିଚାର କରନ୍ତୁ।”

Gade chapit la Kopi

ପବିତ୍ର ବାଇବଲ

5 କିନ୍ତୁ ସାରା ଅବ୍ରାମଙ୍କୁ କହିଲେ “ଏହା ତୁମ୍ଭର ଭୁଲ୍ ଯେ ମୋର ଦାସୀ ମୋତେ ଖରାପ ବ୍ୟବହାର କରୁଛି। ମୁଁ ତାକୁ ତୁମ୍ଭକୁ ଦେଇଥିଲି, ତା'ପରେ ସେ ଗର୍ଭବତୀ ହେଲା ଏବଂ ଏହା ପରେ ସେ ମୋତେ ଯେତିକି ସମ୍ମାନ ଦେବା ଉଚିତ୍ ସେତିକି ସମ୍ମାନ ଦେଉ ନାହିଁ। ମୁଁ ଗ୍ଭହୁଁଛି ସଦାପ୍ରଭୁ ତୁମ୍ଭ ଓ ମୋର ବିଗ୍ଭର କରନ୍ତୁ।”

Gade chapit la Kopi




ଆଦି ପୁସ୍ତକ 16:5
12 Referans Kwoze  

ଏହି ବିଷୟରେ ଅବ୍ରହାମଙ୍କର ପରମେଶ୍ୱର, ନାହୋରର ପରମେଶ୍ୱର ଓ ସେମାନଙ୍କ ପୈତୃକ ପରମେଶ୍ୱର ଆମ୍ଭ ଓ ତୁମ୍ଭ ମଧ୍ୟରେ ବିଚାର କରିବେ,” ସେତେବେଳେ ଯାକୁବ ଆପଣା ପିତା ଇସ୍‌ହାକର ଭୟସ୍ଥାନର ଶପଥ କଲା।


ଏଣୁ ସେମାନଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୃଷ୍ଟି କରି ବିଚାର କରନ୍ତୁ; ଯେହେତୁ ତୁମ୍ଭେମାନେ ଫାରୋ ଓ ତାଙ୍କର ଦାସମାନଙ୍କ ସାକ୍ଷାତରେ ଆମ୍ଭମାନଙ୍କୁ ଘୃଣାଯୋଗ୍ୟ କରି ଆମ୍ଭମାନଙ୍କ ହତ୍ୟା ନିମିତ୍ତ ସେମାନଙ୍କ ହସ୍ତରେ ଖଡ୍ଗ ଦେଲ।”


ହେ ମୋହର ପରମେଶ୍ୱର, ହେ ମୋହର ପ୍ରଭୋ, ଜାଗି ଉଠ, ମୋହର ବିଚାର ଓ ବିବାଦ ନିଷ୍ପତ୍ତି କରିବା ପାଇଁ ଜାଗ୍ରତ ହୁଅ।


ସଦାପ୍ରଭୁ ଗୋଷ୍ଠୀୟମାନଙ୍କ ପ୍ରତି ବିଚାର ସାଧନ କରନ୍ତି; ହେ ସଦାପ୍ରଭୋ, ମୋହର ଧର୍ମ ଓ ମୋହର ଆନ୍ତରିକ ସରଳତାନୁସାରେ ମୋହର ବିଚାର କର।


ଏହିରୂପେ, ତାହାର ପିତା ଯିହୋୟାଦା ଯୋୟାଶ୍‍ ରାଜାଙ୍କ ପ୍ରତି ଯେଉଁ ଦୟା ପ୍ରକାଶ କରିଥିଲା, ତାହା ସ୍ମରଣ ନ କରି ସେ ତାହାର ପୁତ୍ରକୁ ବଧ କଲେ। ପୁଣି, ସେ ମରଣକାଳରେ କହିଲା, “ସଦାପ୍ରଭୁ ଏଥିପ୍ରତି ଦୃଷ୍ଟିପାତ କରନ୍ତୁ ଓ ତହିଁର ପରିଶୋଧ ନେଉନ୍ତୁ।”


ହେ ପରମେଶ୍ୱର, ମୋହର ବିଚାର କର ଓ ଅଧାର୍ମିକ ଗୋଷ୍ଠୀ ବିରୁଦ୍ଧରେ ମୋହର ଗୁହାରି ନିଷ୍ପତ୍ତି କର; ପ୍ରବଞ୍ଚକ ଓ ଅନ୍ୟାୟକାରୀ ମନୁଷ୍ୟଠାରୁ ମୋତେ ଉଦ୍ଧାର କର।


ଏଥିଉତ୍ତାରେ ଅବ୍ରାମ ହାଗାରର ସହବାସ କରନ୍ତେ, ସେ ଗର୍ଭବତୀ ହେଲା; ପୁଣି, ଆପଣାର ଗର୍ଭ ହୋଇଅଛି, ଏହା ଜାଣି ସେ ନିଜ ସାଆନ୍ତାଣୀଙ୍କୁ ତୁଚ୍ଛଜ୍ଞାନ କରିବାକୁ ଲାଗିଲା।


ଏହେତୁ ମୁଁ ତୁମ୍ଭ ବିରୁଦ୍ଧରେ କୌଣସି ପାପ କରି ନାହିଁ, ମାତ୍ର ତୁମ୍ଭେ ମୋହର ବିରୁଦ୍ଧରେ ଯୁଦ୍ଧ କରିବାରେ ମୋʼ ପ୍ରତି ଅନ୍ୟାୟ କର୍ମ କରୁଅଛ; ସଦାପ୍ରଭୁ ଯେ ବିଚାରକର୍ତ୍ତା, ସେ ଆଜି ଇସ୍ରାଏଲ-ସନ୍ତାନଗଣ ଓ ଅମ୍ମୋନ-ସନ୍ତାନଗଣ ମଧ୍ୟରେ ବିଚାରକର୍ତ୍ତା ହେଉନ୍ତୁ।”


ସିୟୋନ ନିବାସିନୀ କହିବ, “ମୋʼ ପ୍ରତି ଓ ମୋʼ ମାଂସ ପ୍ରତି କୃତ ଦୌରାତ୍ମ୍ୟ ବାବିଲ ଉପରେ ବର୍ତ୍ତୁ” ଓ ଯିରୂଶାଲମ କହିବ, “ମୋʼ ରକ୍ତର ଦାୟ କଲ୍‍ଦୀୟ ନିବାସୀମାନଙ୍କ ଉପରେ ବର୍ତ୍ତୁ।”


ଦାଉଦ ଶାଉଲଙ୍କୁ ଏହିସବୁ କଥା କହିସାରିଲା ଉତ୍ତାରେ ଶାଉଲ କହିଲେ, “ଆମ୍ଭର ପୁତ୍ର ଦାଉଦ, ଏ କʼଣ ତୁମ୍ଭର ରବ?” ତହୁଁ ଶାଉଲ ରବ ଉଠାଇ ରୋଦନ କଲେ।


Swiv nou:

Piblisite


Piblisite