Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 16:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 “ଆଗୋ ସାରୀର ଦାସୀ ହାଗାର, ତୁମ୍ଭେ କେଉଁଠାରୁ ଆସିଲ? ପୁଣି, କେଉଁଠାକୁ ଯିବ?” ତହିଁରେ ସେ କହିଲା, “ମୁଁ ଆପଣା ସାଆନ୍ତାଣୀ ସାରୀ ନିକଟରୁ ପଳାଉଅଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଆଗୋ ସାରୀର ଦାସୀ ହାଗାର, ତୁମ୍ଭେ କେଉଁଠାରୁ ଆସିଲ? ପୁଣି କେଉଁଠାକୁ ଯିବ? ତହିଁରେ ସେ କହିଲା, ମୁଁ ଆପଣା ସାଆନ୍ତାଣୀ ସାରୀ ନିକଟରୁ ପଳାଉଅଛି।

Gade chapit la Kopi

ଓଡିଆ ବାଇବେଲ

8 “ଆଗୋ ସାରୀର ଦାସୀ ହାଗାର, ତୁମ୍ଭେ କେଉଁଠାରୁ ଆସିଲ ? ପୁଣି, କେଉଁଠାକୁ ଯିବ ?” ତହିଁରେ ସେ କହିଲା, “ମୁଁ ଆପଣା ସାଆନ୍ତାଣୀ ସାରୀ ନିକଟରୁ ପଳାଉଅଛି।”

Gade chapit la Kopi

ପବିତ୍ର ବାଇବଲ

8 ସଦାପ୍ରଭୁଙ୍କର ଦୂତ କହିଲେ, “ହାଗାର, ସାରୀର ଦାସୀ, ତୁମ୍ଭେ କେଉଁଠାରୁ ଆସିଛ ଓ ତୁମ୍ଭେ କେଉଁଠାକୁ ଯାଉଛ?” ହାଗାର ଉତ୍ତର ଦେଲା, “ମୁଁ ମୋର ମାଲିକାଣୀ ସାରୀ ପାଖରୁ ଦୌଡ଼ି ପଳାଇ ଯାଉଛି।”

Gade chapit la Kopi




ଆଦି ପୁସ୍ତକ 16:8
15 Referans Kwoze  

ତହିଁରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଡାକି କହିଲେ, “ତୁମ୍ଭେ କେଉଁଠାରେ?”


ସେ କହିଲେ, “ତୁମ୍ଭେ କଅଣ କରିଅଛ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଅଛି।


ତୁମ୍ଭ ଉପରେ ଶାସନକର୍ତ୍ତାର ମନରେ ବିରୁଦ୍ଧଭାବ ଉତ୍ପନ୍ନ ହେଲେ, ଆପଣା ସ୍ଥାନ ଛାଡ଼ ନାହିଁ; କାରଣ ଅଧୀନତା ସ୍ୱୀକାର ଦ୍ୱାରା ମହା ମହା ଅନିଷ୍ଟ କ୍ଷାନ୍ତ ହୁଏ।


ଏହେତୁ ଏବେ ମୋର ପ୍ରଭୁ ମହାରାଜ ଆପଣା ଦାସ କଥା ଶୁଣନ୍ତୁ। ଯେବେ ସଦାପ୍ରଭୁ ଆପଣଙ୍କୁ ମୋର ପ୍ରତିକୂଳରେ ପ୍ରବର୍ତ୍ତାଇଥାʼନ୍ତି, ତେବେ ସେ ଉପହାର ଗ୍ରହଣ କରନ୍ତୁ; ମାତ୍ର ଯେବେ ମନୁଷ୍ୟ-ସନ୍ତାନମାନେ ତାହା କରିଥାʼନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଶାପଗ୍ରସ୍ତ ହେଉନ୍ତୁ; କାରଣ ମୁଁ ଯେପରି ସଦାପ୍ରଭୁଙ୍କ ଅଧିକାରରେ ସଂଲଗ୍ନ ହୋଇ ନ ରହିବି, ଏଥିପାଇଁ ସେମାନେ ଆଜି ମୋତେ ତଡ଼ିଦେଇ କହିଅଛନ୍ତି, ‘ଯାଅ ଅନ୍ୟ ଦେବଗଣର ସେବା କର।’


ଏଥିଉତ୍ତାରେ ଅବ୍ରାମ ହାଗାରର ସହବାସ କରନ୍ତେ, ସେ ଗର୍ଭବତୀ ହେଲା; ପୁଣି, ଆପଣାର ଗର୍ଭ ହୋଇଅଛି, ଏହା ଜାଣି ସେ ନିଜ ସାଆନ୍ତାଣୀଙ୍କୁ ତୁଚ୍ଛଜ୍ଞାନ କରିବାକୁ ଲାଗିଲା।


ଅବ୍ରାମଙ୍କର ଭାର୍ଯ୍ୟା ସାରୀ ନିଃସନ୍ତାନା ଥିଲେ, ପୁଣି, ହାଗାର ନାମ୍ନୀ ତାଙ୍କର ଏକ ମିସରୀୟା ଦାସୀ ଥିଲା।


ସେତେବେଳେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, “ତୁମ୍ଭେ ଆପଣା ସାଆନ୍ତାଣୀ ନିକଟକୁ ଫେରିଯାଇ ନମ୍ର ଭାବରେ ତାଙ୍କର ହସ୍ତର ବଶୀଭୂତା ହୁଅ।”


ଆଉ ସେ ସେଠାସ୍ଥିତ ଏକ ଗହ୍ୱରରେ ଉପସ୍ଥିତ ହୋଇ ରାତ୍ରି କ୍ଷେପଣ କଲେ; ସେତେବେଳେ ଦେଖ, ସଦାପ୍ରଭୁଙ୍କ ବାକ୍ୟ ତାଙ୍କ ନିକଟରେ ଉପସ୍ଥିତ ହେଲା ଓ ସେ ତାଙ୍କୁ କହିଲେ, “ଏଲୀୟ, ତୁମ୍ଭେ ଏଠାରେ କʼଣ କରୁଅଛ?”


ତହୁଁ ଏଲୀୟ ତାହା ଶୁଣନ୍ତେ, ଆପଣା ବସ୍ତ୍ରରେ ମୁଖ ଆଚ୍ଛାଦନ କରି ବାହାରେ ଯାଇ ଗହ୍ୱର-ମୁଖ ନିକଟରେ ଠିଆ ହେଲେ। ତହିଁରେ ଦେଖ, ଏକ ରବ ତାଙ୍କ ନିକଟରେ ଉପସ୍ଥିତ ହୋଇ କହିଲା, “ଏଲୀୟ, ତୁମ୍ଭେ ଏଠାରେ କଅଣ କରୁଅଛ?”


ସେତେବେଳେ ପରମେଶ୍ୱର ବାଳକର ରବ ଶୁଣିଲେ; ପୁଣି, ପରମେଶ୍ୱରଙ୍କ ଦୂତ ଆକାଶରୁ ଡାକି ହାଗାରଙ୍କୁ କହିଲେ, “ଆଗୋ ହାଗାର, ତୁମ୍ଭର କଅଣ ହେଲା? ଭୟ କର ନାହିଁ; କାରଣ, ଯେଉଁ ସ୍ଥାନରେ ବାଳକ ଅଛି, ସେହି ସ୍ଥାନରେ ପରମେଶ୍ୱର ତାହାର ରବ ଶୁଣିଅଛନ୍ତି।


ପୁଣି ସେ ଲୋକ ଅନାଇ ନଗରର ଦାଣ୍ଡରେ ସେହି ପଥିକକୁ ଦେଖିଲା ଓ ସେହି ବୃଦ୍ଧ ଲୋକ ପଚାରିଲା, “ତୁମ୍ଭେ କେଉଁଠାକୁ ଯାଉଅଛ? ପୁଣି କେଉଁଠାରୁ ଆସିଅଛ?”


ମାତ୍ର ସେ ଭିତରକୁ ଯାଇ ଆପଣା ପ୍ରଭୁ ସମ୍ମୁଖରେ ଠିଆ ହେଲା। ତହିଁରେ ଇଲୀଶାୟ ତାହାକୁ ପଚାରିଲେ, “ଗିହେଜୀ, ତୁମ୍ଭେ କେଉଁଠାରୁ ଆସିଲ?” ତହୁଁ ସେ କହିଲା, “ଆପଣଙ୍କ ଦାସ କେଉଁଠାକୁ ଯାଇ ନାହିଁ।”


Swiv nou:

Piblisite


Piblisite