Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 17:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 “ଦେଖ, ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରୁଅଛୁ, ତୁମ୍ଭେ ଅନେକ ଗୋଷ୍ଠୀର ଆଦିପୁରୁଷ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଦେଖ, ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରୁଅଛୁ, ତୁମ୍ଭେ ଅନେକ ଗୋଷ୍ଠୀର ଆଦିପୁରୁଷ ହେବ।

Gade chapit la Kopi

ଓଡିଆ ବାଇବେଲ

4 “ଦେଖ, ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରୁଅଛୁ, ତୁମ୍ଭେ ଅନେକ ଗୋଷ୍ଠୀର ଆଦିପୁରୁଷ ହେବ।

Gade chapit la Kopi

ପବିତ୍ର ବାଇବଲ

4 “ଏହା ହେଉଛି ତୁମ୍ଭ ସହିତ ମୋର ଚୁକ୍ତିର ଏକ ଅଂଶ। ମୁଁ ତୁମ୍ଭକୁ ବହୁଜାତିର ପିତା କରିବି।

Gade chapit la Kopi




ଆଦି ପୁସ୍ତକ 17:4
16 Referans Kwoze  

ପରମେଶ୍ୱର ତାଙ୍କୁ ଆହୁରି କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ତୁମ୍ଭେ ପ୍ରଜାବନ୍ତ ଓ ବହୁବଂଶ ହୁଅ; ତୁମ୍ଭଠାରୁ ଏକ ଗୋଷ୍ଠୀ, ବରଂ ଗୋଷ୍ଠୀ ସମାଜ ଉତ୍ପନ୍ନ ହେବ, ପୁଣି, ତୁମ୍ଭ କଟିଦେଶରୁ ରାଜାଗଣ ଜାତ ହେବେ।


ଆମ୍ଭେ ତୁମ୍ଭଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା, ପୁଣି, ଆମ୍ଭେ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ନାମ ମହତ୍ କରିବା; ତୁମ୍ଭେ ଆଶୀର୍ବାଦର ଆକର ହେବ।


ମାତ୍ର ତାଙ୍କର ପିତା ଅସମ୍ମତ ହୋଇ କହିଲେ, “ହେ ପୁତ୍ର; ତାହା ମୁଁ ଜାଣେ, ମୁଁ ଜାଣେ; ସେ ମଧ୍ୟ ଏକ ଗୋଷ୍ଠୀ ହେବ ଓ ସେ ମଧ୍ୟ ମହାନ ହେବ; ମାତ୍ର ତାହାର କନିଷ୍ଠ ଭ୍ରାତା ତାହାଠାରୁ ଅଧିକ ମହାନ ହେବ ଓ ତାହାର ବଂଶ ବହୁଗୋଷ୍ଠୀକ ହେବେ।”


ତୁମ୍ଭେ ତ କହିଅଛ, ‘ଆମ୍ଭେ ଅବଶ୍ୟ ତୁମ୍ଭର ମଙ୍ଗଳ କରିବା, ପୁଣି, ସମୁଦ୍ରତୀରସ୍ଥ ଯେଉଁ ବାଲି ବାହୁଲ୍ୟ ହେତୁ ଗଣାଯାଇ ନ ପାରେ, ତାହା ତୁଲ୍ୟ ତୁମ୍ଭର ବଂଶ ବୃଦ୍ଧି କରିବା।’”


ତୁମ୍ଭର ଏହି କର୍ମ ସକାଶୁ ଆମ୍ଭେ ଆପଣା ନାମରେ ଶପଥ କରି କହୁଅଛୁ, ଆମ୍ଭେ ତୁମ୍ଭକୁ ଅବଶ୍ୟ ଆଶୀର୍ବାଦ କରି ଆକାଶସ୍ଥ ତାରାଗଣ ଓ ସମୁଦ୍ରର ବାଲି ପରି ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବା; ତୁମ୍ଭର ବଂଶ ଶତ୍ରୁଗଣର ନଗର-ଦ୍ୱାର ଅଧିକାର କରିବେ।


ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, “ଆମ୍ଭେ ତୁମ୍ଭ ବଂଶ ଏପରି ବୃଦ୍ଧି କରିବା, ଯେ ବାହୁଲ୍ୟ ସକାଶୁ ତାହା ଅଗଣ୍ୟ ହେବ।”


ପୁଣି, ପୃଥିବୀର ଧୂଳି ପରି ଆମ୍ଭେ ତୁମ୍ଭର ବଂଶ ବୃଦ୍ଧି କରିବା; କେହି ଯଦି ପୃଥିବୀସ୍ଥ ଧୂଳି ଗଣି ପାରଇ, ତେବେ ତୁମ୍ଭର ବଂଶ ଗଣ୍ୟ ହେବ।


ତହିଁରେ ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭ ଗର୍ଭରେ ଦୁଇ ଗୋଷ୍ଠୀ ଅଛନ୍ତି ଓ ଦୁଇ ଗୋତ୍ର ତୁମ୍ଭ ଉଦରରୁ ବିଭିନ୍ନ ହେବେ; ଏକ ଗୋତ୍ର ଅନ୍ୟ ଗୋତ୍ରଠାରୁ ବଳବାନ ହେବ, ପୁଣି, ଜ୍ୟେଷ୍ଠ କନିଷ୍ଠର ସେବା କରିବ।”


ପୁଣି, କିଣାନ ଦେଶ, ଅର୍ଥାତ୍‍, ଯହିଁରେ ସେମାନେ ପ୍ରବାସ କଲେ, ସେହି ପ୍ରବାସ-ଦେଶ ମଧ୍ୟ ସେମାନଙ୍କୁ ଦେବା ବୋଲି ସେମାନଙ୍କ ସହିତ ନିୟମ ସ୍ଥିର କରିଥିଲୁ।


ସର୍ବଶକ୍ତିମାନ ପରମେଶ୍ୱର ଆଶୀର୍ବାଦ କରି ତୁମ୍ଭକୁ ନାନା ଜନସମାଜ କରିବା ପାଇଁ ଫଳବନ୍ତ ଓ ବହୁ ପ୍ରଜାବନ୍ତ କରନ୍ତୁ।


Swiv nou:

Piblisite


Piblisite