Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 18:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସେହି ସମୟରେ ଅବ୍ରହାମ ଓ ସାରା ବୃଦ୍ଧ ଓ ଗତବୟସ୍କ ଥିଲେ, ପୁଣି, ସାରାଙ୍କର ସ୍ତ୍ରୀଧର୍ମ ନିବୃତ୍ତ ହୋଇଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ସେହି ସମୟରେ ଅବ୍ରହାମ ଓ ସାରା ବୃଦ୍ଧ ଓ ଗତବୟସ୍କ ଥିଲେ, ପୁଣି ସାରାଙ୍କର ସ୍ତ୍ରୀଧର୍ମ ନିବୃତ୍ତ ହୋଇଥିଲା।

Gade chapit la Kopi

ଓଡିଆ ବାଇବେଲ

11 ସେହି ସମୟରେ ଅବ୍ରହାମ ଓ ସାରା ବୃଦ୍ଧ ଓ ଗତବୟସ୍କ ଥିଲେ, ପୁଣି, ସାରାଙ୍କର ସ୍ତ୍ରୀଧର୍ମ ନିବୃତ୍ତ ହୋଇଥିଲା।

Gade chapit la Kopi

ପବିତ୍ର ବାଇବଲ

11 ବର୍ତ୍ତମାନ ଅବ୍ରହାମ ଓ ସାରା ବହୁତ ବୃଦ୍ଧ ହେଲେ। ସାରାର ପିଲା ଜନ୍ମ କରିବା ବୟସ ଅତିକ୍ରମ ହୋଇଥିଲା।

Gade chapit la Kopi




ଆଦି ପୁସ୍ତକ 18:11
14 Referans Kwoze  

ସେତେବେଳେ ଅବ୍ରହାମ ମୁହଁ ମାଡ଼ି ପଡ଼ି ହସିଲେ, ପୁଣି, ମନେ ମନେ କହିଲେ, “ପୁରୁଷର ଶହେ ବର୍ଷ ବୟସରେ କି ସନ୍ତାନ ଜାତ ହେବ? ନବେ ବର୍ଷ ବୟସ୍କା ସାରା କି ପ୍ରସବ କରିବ?”


କାରଣ ଈଶ୍ବର ଯେ ମୃତମାନଙ୍କ ମଧ୍ୟରୁ ସୁଦ୍ଧା ଉତ୍ଥାପନ କରିବାକୁ ସମର୍ଥ, ଆକ୍ଷରିକ ଭାବେ, ସେ ମଧ୍ୟ ତାହାଙ୍କୁ ଦୃଷ୍ଟାନ୍ତଭାବେ ମୃତ୍ୟୁରୁ ଫେରି ପାଇଲେ।


ପୁଣି, ଦେଖ, ତୁମ୍ଭର ଆତ୍ମୀୟା ଏଲୀଶାବେଥ ମଧ୍ୟ ବୃଦ୍ଧା ବୟସରେ ଗୋଟିଏ ପୁତ୍ର ଗର୍ଭରେ ଧାରଣ କରିଅଛନ୍ତି। ଯେ ବନ୍ଧ୍ୟା ବୋଲି ଖ୍ୟାତ, ତାଙ୍କର ଏବେ ଛଅ ମାସ ହେଲାଣି;


ଏଥିରେ ଜିଖରୀୟ ଦୂତଙ୍କୁ କହିଲେ, ମୁଁ କେଉଁ ଚିହ୍ନ ଦ୍ୱାରା ଏହା ଜାଣିବି? କାରଣ ମୁଁ ତ ବୃଦ୍ଧ, ପୁଣି, ମୋହର ଭାର୍ଯ୍ୟାଙ୍କ ବୟସ ଅଧିକ ହେଲାଣି।


କିନ୍ତୁ ସେମାନଙ୍କର ସନ୍ତାନ ନ ଥିଲା, କାରଣ ଏଲୀଶାବେଥ ବନ୍ଧ୍ୟା ଥିଲେ, ପୁଣି, ଉଭୟଙ୍କ ବୟସ ଅଧିକ ହୋଇଯାଇଥିଲା।


ଆଉ, ଯଦି ସ୍ତ୍ରୀ ରଜସ୍ୱଳା ହୁଏ ଓ ତାହାର ଦେହରୁ ରକ୍ତ ଝରେ, ତେବେ ସେ ସାତ ଦିନ ଆପଣା ଅଶୁଚିତାରେ ରହିବ; ପୁଣି, ଯେକେହି ତାହାକୁ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


ସେତେବେଳେ ରାହେଲ ପିତାକୁ କହିଲା, “ମୁଁ ଆପଣଙ୍କ ଛାମୁରେ ଉଠି ପାରିଲି ନାହିଁ ବୋଲି ମୋହର ପ୍ରଭୁ କ୍ରୋଧ ନ କରନ୍ତୁ, କାରଣ ମୁଁ ସ୍ତ୍ରୀଧର୍ମିଣୀ ହୋଇଅଛି।” ଏହିରୂପେ ସେ ଅନ୍ୱେଷଣ କଲେ ହେଁ ଠାକୁରମାନଙ୍କୁ ପାଇଲା ନାହିଁ।


ଅବ୍ରହାମଙ୍କର ଅନେଶ୍ୱତ ବର୍ଷ ବୟସରେ ତାଙ୍କର ଲିଙ୍ଗାଗ୍ର ଚର୍ମ ଛେଦନ ହେଲା।


ସେ ଆହୁରି କହିଲେ, “ସାରା ସନ୍ତାନମାନଙ୍କୁ ସ୍ତନପାନ କରାଇବ, ଏ କଥା ଅବ୍ରହାମଙ୍କୁ କିଏ କହିପାରନ୍ତା? ଯେହେତୁ ମୁଁ ଏବେ ତାଙ୍କର ବୃଦ୍ଧାବସ୍ଥାରେ ପୁତ୍ର ପ୍ରସବ କଲି।”


ସେହି ସମୟରେ ଅବ୍ରହାମ ବୃଦ୍ଧ ଓ ଗତବୟସ୍କ ଥିଲେ, ପୁଣି, ସଦାପ୍ରଭୁ ଅବ୍ରହାମଙ୍କୁ ସବୁ ବିଷୟରେ ଆଶୀର୍ବାଦ କରିଥିଲେ।


ପୁଣି, ମୋʼ ପ୍ରଭୁଙ୍କ ଭାର୍ଯ୍ୟା ସାରା ବୃଦ୍ଧାବସ୍ଥାରେ ତାଙ୍କ ପାଇଁ ଏକ ପୁତ୍ର ପ୍ରସବ କରିଅଛନ୍ତି ଓ ସେ ତାଙ୍କୁ ଆପଣା ସର୍ବସ୍ୱ ଦେଇଅଛନ୍ତି।


ଏହି ସମୟରେ ଯିହୋଶୂୟ ବୃଦ୍ଧ ଓ ଗତବୟସ୍କ ହୋଇଥିଲେ; ପୁଣି ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭେ ବୃଦ୍ଧ ଓ ଗତବୟସ୍କ ହେଲ; ମାତ୍ର ଏବେ ହେଁ ବହୁତ ଦେଶ ଅଧିକାର କରିବାକୁ ଅବଶିଷ୍ଟ ଅଛି।


Swiv nou:

Piblisite


Piblisite