Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 18:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତହିଁରେ ସାରା ଅସ୍ୱୀକାର କରି କହିଲେ, “ମୁଁ ହସି ନାହିଁ,” ଯେହେତୁ ସେ ଭୟ କଲେ। ମାତ୍ର ସଦାପ୍ରଭୁ କହିଲେ, “ତୁମ୍ଭେ ଅବଶ୍ୟ ହସିଲ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ତହିଁରେ ସାରା ଅସ୍ଵୀକାର କରି କହିଲେ, ମୁଁ ହସି ନାହିଁ; ଯେହେତୁ ସେ ଭୟ କଲେ। ମାତ୍ର ସେ କହିଲେ, ତୁମ୍ଭେ ଅବଶ୍ୟ ହସିଲ।

Gade chapit la Kopi

ଓଡିଆ ବାଇବେଲ

15 ତହିଁରେ ସାରା ଅସ୍ୱୀକାର କରି କହିଲେ, “ମୁଁ ହସି ନାହିଁ,” ଯେହେତୁ ସେ ଭୟ କଲେ। ମାତ୍ର ସଦାପ୍ରଭୁ କହିଲେ, “ତୁମ୍ଭେ ଅବଶ୍ୟ ହସିଲ।”

Gade chapit la Kopi

ପବିତ୍ର ବାଇବଲ

15 କିନ୍ତୁ ସାରା ଅସ୍ୱୀକାର କରି କହିଲେ, “ମୁଁ ହସି ନ ଥିଲି!” ସେହିପରି ଭୟରେ କହିଥିଲି। କିନ୍ତୁ ସଦାପ୍ରଭୁ କହିଲେ, “ମୁଁ ଜାଣେ ଏହା ସତ୍ୟ ନୁହେଁ। ତୁମ୍ଭେ ହସିଥିଲ!”

Gade chapit la Kopi




ଆଦି ପୁସ୍ତକ 18:15
17 Referans Kwoze  

ଆମ୍ଭମାନଙ୍କର ପାପ ନାହିଁ! ଏହା ଯଦି କହୁ, ତାହାହେଲେ ଆପଣା ଆପଣାକୁ ପ୍ରବଞ୍ଚନା କରୁ, ପୁଣି, ଆମ୍ଭମାନଙ୍କଠାରେ ସତ୍ୟ ନାହିଁ।


ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ; ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ଛାଡ଼େ, ସେ ଦୟା ପାଇବ।


ପୁଣି, ତୁମ୍ଭମାନଙ୍କ ମନରେ ନୂତନୀକୃତ ହୋଇ,


ତେବେ ପରମେଶ୍ୱର କି ତାହା ଅନୁସନ୍ଧାନ କରିବେ ନାହିଁ? କାରଣ ସେ ଅନ୍ତଃକରଣର ଗୁପ୍ତ ବିଷୟସବୁ ଜାଣନ୍ତି।


ଆଉ, ଆମ୍ଭେମାନେ ତ ଜାଣୁ ଯେ, ମୋଶାଙ୍କ ବ୍ୟବସ୍ଥା ଯାହା ଯାହା କୁହେ, ସେହିସବୁ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ କୁହେ, ଯେପରି ପ୍ରତ୍ୟେକ ମୁଖ ବନ୍ଦ କରାଯିବ ଓ ସମସ୍ତ ଜଗତ ଈଶ୍ବରଙ୍କ ବିଚାରରେ ଦଣ୍ଡନୀୟ ହେବ;


ସେଥିରେ ସେହି ଦ୍ୱାରରକ୍ଷିକା ଦାସୀ ପିତରଙ୍କୁ କହିଲା, ତୁମ୍ଭେ ମଧ୍ୟ କଅଣ ଏହି ଲୋକର ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ନୁହଁ? ସେ କହିଲେ, ମୁଁ ନୁହେଁ।


ପୁଣି, କେହି ଯେ ମନୁଷ୍ୟ ବିଷୟରେ ସାକ୍ଷ୍ୟ ଦେବ, ଏହା ତାହାଙ୍କର ପ୍ରୟୋଜନ ନ ଥିଲା, ଯେଣୁ ମନୁଷ୍ୟ ଅନ୍ତରରେ କଅଣ ଅଛି, ତାହା ସେ ଆପେ ଜାଣିଥିଲେ।


ସେମାନେ ଯେ ମନେ ମନେ ଏପରି ତର୍କବିତର୍କ କରୁଅଛନ୍ତି, ତାହା ଯୀଶୁ ନିଜ ଆତ୍ମାରେ ସେହିକ୍ଷଣି ଜ୍ଞାତ ହୋଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି ଏହି ସମସ୍ତ ତର୍କବିତର୍କ କରୁଅଛ?


ସତ୍ୟବାଦୀ ଓଷ୍ଠ ନିତ୍ୟସ୍ଥାୟୀ ହେବ; ମାତ୍ର ମିଥ୍ୟାବାଦୀ ଜିହ୍ୱା ପଲକ ମାତ୍ର।


ସେ ତାହାକୁ କହିଲା, “ତୁମ୍ଭେ ଏକ ମୂଢ଼ା ସ୍ତ୍ରୀ ପରି କଥା କହୁଅଛ, ଆମ୍ଭେମାନେ କି ପରମେଶ୍ୱରଙ୍କ ହସ୍ତରୁ ମଙ୍ଗଳ ଗ୍ରହଣ କରିବା ଆଉ, ଅମଙ୍ଗଳ କʼଣ ଗ୍ରହଣ କରିବା ନାହିଁ?” ଏହିସବୁରେ ଆୟୁବ ଆପଣା ଓଷ୍ଠରେ ପାପ କଲା ନାହିଁ।


ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଭଉଣୀ, ଏହା କହିବ; ତହିଁରେ ତୁମ୍ଭ ସକାଶେ ମୋହର ମଙ୍ଗଳ ହେବ ଓ ତୁମ୍ଭ ସକାଶୁ ମୋʼ ପ୍ରାଣ ରକ୍ଷା ପାଇବ।”


ଏଥିଉତ୍ତାରେ ସଦାପ୍ରଭୁ କୟିନଙ୍କୁ ପଚାରିଲେ, “ତୁମ୍ଭ ଭାଇ ହେବଲ କେଉଁଠାରେ?” ସେ କହିଲେ, “ମୁଁ ଜାଣେ ନାହିଁ, ମୁଁ କʼଣ ମୋʼ ଭାଇର ରକ୍ଷକ?”


ପରସ୍ପର ମିଥ୍ୟା କୁହ ନାହିଁ ତୁମ୍ଭେମାନେ ତ ପୁରାତନ ସ୍ୱଭାବ


ସଦାପ୍ରଭୁଙ୍କ ନିମନ୍ତେ କୌଣସି କର୍ମ କଠିନ ଅଟେ କି? ଏହି ଋତୁ ପୁନର୍ବାର ଉପସ୍ଥିତ ହେଲେ, ନିରୂପିତ ସମୟରେ ଆମ୍ଭେ ଫେରି ଆସିବା, ସେହି ସମୟରେ ସାରାର (କୋଳରେ) ପୁତ୍ର ଥିବ।”


ଏଥିଉତ୍ତାରେ ସେହି ଲୋକମାନେ ସେଠାରୁ ଉଠି ସଦୋମ ଆଡ଼କୁ ପ୍ରସ୍ଥାନ କରନ୍ତେ, ଅବ୍ରହାମ ବାଟ ଦେଖାଇବାକୁ ସେମାନଙ୍କ ସଙ୍ଗେ ସଙ୍ଗେ ଚାଲିଲେ।


ହଁ, ତୁମ୍ଭ ସକାଶୁ ଆମ୍ଭେମାନେ ଦିନସାରା ହତ ହେଉଅଛୁ; ଆମ୍ଭେମାନେ ହତ୍ୟା ନିମନ୍ତେ ଆନୀତ ମେଷ ତୁଲ୍ୟ ଗଣିତ ହେଉଅଛୁ।


Swiv nou:

Piblisite


Piblisite