Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 18:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହିଁରେ ଅବ୍ରହାମ ଶୀଘ୍ର ତମ୍ବୁଗୃହକୁ ସାରା ନିକଟକୁ ଯାଇ କହିଲେ, “ତିନି ସେର ଉତ୍ତମ ମଇଦା ନେଇ ଛାଣି ଶୀଘ୍ର ରୁଟି ପ୍ରସ୍ତୁତ କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତହିଁରେ ଅବ୍ରହାମ ଶୀଘ୍ର ତମ୍ଵୁ ଗୃହକୁ ସାରା ନିକଟକୁ ଯାଇ କହିଲେ, ତିନି ସେର ଉତ୍ତମ ମଇଦା ନେଇ ଛାଣି ଶୀଘ୍ର ରୋଟୀ ପ୍ରସ୍ତୁତ କର।

Gade chapit la Kopi

ଓଡିଆ ବାଇବେଲ

6 ତହିଁରେ ଅବ୍ରହାମ ଶୀଘ୍ର ତମ୍ବୁ ଗୃହକୁ ସାରା ନିକଟକୁ ଯାଇ କହିଲେ, “ତିନି ସେର ଉତ୍ତମ ମଇଦା ନେଇ ଛାଣି ଶୀଘ୍ର ରୁଟି ପ୍ରସ୍ତୁତ କର।”

Gade chapit la Kopi

ପବିତ୍ର ବାଇବଲ

6 ଅବ୍ରହାମ ଶୀଘ୍ର ତମ୍ବୁ ଭିତରକୁ ପ୍ରବେଶ କରି ସାରାକୁ କହିଲେ, “ତିନି ସେର ଉତ୍ତମ ମଇଦା ନେଇ ଛାଣି ଶୀଘ୍ର ରୋଟୀ ପ୍ରସ୍ତୁତ କର।”

Gade chapit la Kopi




ଆଦି ପୁସ୍ତକ 18:6
15 Referans Kwoze  

ସେ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ, “ସ୍ୱର୍ଗରାଜ୍ୟ ଖମୀର ସଦୃଶ; ଜଣେ ସ୍ତ୍ରୀ ତାହା ନେଇ ମହଣେ ମଇଦା ମଧ୍ୟରେ ଘୋଡ଼ାଇ ରଖିଲା ଆଉ ସେ ଶେଷରେ ସମସ୍ତ ଖମୀରମୟ ହେଲା।”


କୁଣ୍ଠିତ ନ ହୋଇ ପରସ୍ପରର ଆତିଥ୍ୟ କର;


ଆତିଥ୍ୟସତ୍କାର ନ ପାସୋର, ଯେଣୁ ତଦ୍ୱାରା କେହି କେହି ଅଜ୍ଞାତସାରରେ ଦୂତମାନଙ୍କୁ ଆତିଥ୍ୟ କରିଅଛନ୍ତି।


କାରଣ, ହେ ଭାଇମାନେ, ତୁମ୍ଭେମାନେ ସ୍ୱାଧୀନତା ନିମନ୍ତେ ଆହୂତ ହୋଇଅଛ; କେବଳ ତୁମ୍ଭର ସ୍ୱାଧୀନତାକୁ ଶାରୀରିକ ଅଭିଳାଷ ପୂରଣ ନିମନ୍ତେ ସୁଯୋଗ ସ୍ୱରୂପେ ବ୍ୟବହାର ନ କର, ବରଂ ପ୍ରେମରେ ପରସ୍ପରର ସେବା କର।


ସାଧୁମାନଙ୍କ ଅଭାବ ମୋଚନ କର; ଆତିଥ୍ୟ ସତ୍କାରରେ ପ୍ରସ୍ତୁତ ହୁଅ।


ପୁଣି, ସେ ଓ ତାହାଙ୍କର ପରିବାର ବାପ୍ତିଜିତ ହେଲା ଉତ୍ତାରେ ସେ ଆମ୍ଭମାନଙ୍କୁ ବିନତି କରି କହିଲେ, ଆପଣମାନେ ଯଦି ମୋତେ ପ୍ରଭୁଙ୍କ ନିକଟରେ ବିଶ୍ୱସ୍ତ ବୋଲି ବିଚାର କରିଥାଆନ୍ତି, ତେବେ ମୋହର ଗୃହକୁ ଆସି ବାସ କରନ୍ତୁ; ଆଉ ସେ ଆମ୍ଭମାନଙ୍କୁ ବାଧ୍ୟ କଲେ।


ମାତ୍ର ମହାତ୍ମା ମାହାତ୍ମ୍ୟର ମନ୍ତ୍ରଣା କରେ ଓ ସେ ମାହାତ୍ମ୍ୟର ଚେଷ୍ଟାରେ ସ୍ଥିର ରହିବ।


ଯେହେତୁ ଆପଣମାନେ ଆପଣଙ୍କ ଦାସଙ୍କ ନିକଟକୁ ଆସିଅଛନ୍ତି, ଏଥିପାଇଁ ମୋତେ କିଛି ଖାଦ୍ୟଦ୍ରବ୍ୟ ଆଣିବାକୁ ଦିଅନ୍ତୁ, ପୁଣି ଭୋଜନ କଲା ପରେ ଆପଣମାନେ ଗମନ କରିବେ।” ସେତେବେଳେ ସେମାନେ କହିଲେ, “ଯାହା କହୁଅଛ, ତାହା କର।”


ଏଥିଉତ୍ତାରେ ଅବ୍ରହାମ ଗୋଠକୁ ଶୀଘ୍ର ଯାଇ ଉତ୍ତମ କୋମଳ ଗୋବତ୍ସ ଆଣି ଦାସକୁ ଦିଅନ୍ତେ, ସେ ତାହା ଶୀଘ୍ର ରାନ୍ଧିଲା।


ମାତ୍ର ଲୋଟ ଅତିଶୟ ବଳାଇବାରୁ ସେମାନେ ତାହା ସହିତ ଯାଇ ତାହାର ଘରେ ପ୍ରବେଶ କଲେ; ତହୁଁ ସେ ସେମାନଙ୍କର ପାଇଁ ତାଡ଼ିଶୂନ୍ୟ ରୁଟି ଆଦି ଖାଦ୍ୟଦ୍ରବ୍ୟ ପ୍ରସ୍ତୁତ କରନ୍ତେ, ସେମାନେ ଭୋଜନ କଲେ।


ତହୁଁ ଗିଦିୟୋନ୍‍ ଭିତରକୁ ଯାଇ ଏକ ଛେଳିଛୁଆ ଓ ଏକ ଐଫା ମଇଦାର ତାଡ଼ିଶୂନ୍ୟ ପିଠା ପ୍ରସ୍ତୁତ କଲେ; ମାଂସ ଗୋଟିଏ ଡାଲାରେ ଓ ଝୋଳ ଗୋଟିଏ କହ୍ରାଇରେ ରଖି ବାହାରେ ତାହାଙ୍କ ନିକଟକୁ ଆଣି ଅଲୋନ ବୃକ୍ଷ ମୂଳେ ଥୋଇଲେ।


ସେତେବେଳେ ସେ ସ୍ତ୍ରୀର ଗୃହରେ ଗୋଟିଏ ହୃଷ୍ଟପୁଷ୍ଟ ବାଛୁରି ଥିଲା; ଏଣୁ ସେ ଶୀଘ୍ର ତାକୁ ମାରିଲା ଓ ମଇଦା ନେଇ ତାହା ଦଳି ତାଡ଼ିଶୂନ୍ୟ ରୁଟି ପ୍ରସ୍ତୁତ କଲା।


ଏଣୁ ଅମ୍ନୋନ ରୋଗର ବାହାନା କରି ପଡ଼ି ରହିଲା; ପୁଣି ରାଜା ତାହାକୁ ଦେଖିବାକୁ ଆସନ୍ତେ, ଅମ୍ନୋନ ରାଜାଙ୍କୁ କହିଲା, “ଦୟାକରି ମୋʼ ଭଗିନୀ ତାମରକୁ ଆସିବାକୁ ଦେଉନ୍ତୁ, ପୁଣି ମୁଁ ଦେଖିବା ସମୟରେ ସେ ମୋʼ ନିମନ୍ତେ ଦୁଇ ରୁଟି ପ୍ରସ୍ତୁତ କରୁ, ତହିଁରେ ମୁଁ ତାହା ହାତରୁ ଖାଇବି।”


ତୁମ୍ଭର ଆଜ୍ଞାସବୁ ପାଳିବାକୁ ସତ୍ୱର ହେଲି ଓ ବିଳମ୍ବ କଲି ନାହିଁ।


Swiv nou:

Piblisite


Piblisite