Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 18:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏଥିଉତ୍ତାରେ ଅବ୍ରହାମ ଗୋଠକୁ ଶୀଘ୍ର ଯାଇ ଉତ୍ତମ କୋମଳ ଗୋବତ୍ସ ଆଣି ଦାସକୁ ଦିଅନ୍ତେ, ସେ ତାହା ଶୀଘ୍ର ରାନ୍ଧିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଅନନ୍ତର ଅବ୍ରହାମ ଗୋଠକୁ ଶୀଘ୍ର ଯାଇ ଉତ୍ତମ କୋମଳ ଗୋବତ୍ସ ଆଣି ଦାସକୁ ଦିଅନ୍ତେ, ସେ ତାହା ଶୀଘ୍ର ରାନ୍ଧିଲା।

Gade chapit la Kopi

ଓଡିଆ ବାଇବେଲ

7 ଏଥିଉତ୍ତାରେ ଅବ୍ରହାମ ଗୋଠକୁ ଶୀଘ୍ର ଯାଇ ଉତ୍ତମ କୋମଳ ଗୋବତ୍ସ ଆଣି ଦାସକୁ ଦିଅନ୍ତେ, ସେ ତାହା ଶୀଘ୍ର ରାନ୍ଧିଲା।

Gade chapit la Kopi

ପବିତ୍ର ବାଇବଲ

7 ଏହା ପରେ ଅବ୍ରହାମ ଗୁହାଳକୁ ଦୌଡ଼ିଲେ। ଅବ୍ରହାମ ତାଙ୍କର ଏକ ସୁନ୍ଦର ବାଛୁରି ଆଣିଲେ ଓ ତାଙ୍କର ଦାସକୁ ନିର୍ଦ୍ଦେଶ ଦେଲେ, ଶୀଘ୍ର ଏହାକୁ ଖାଦ୍ୟ ପ୍ରସ୍ତୁତ କର।

Gade chapit la Kopi




ଆଦି ପୁସ୍ତକ 18:7
11 Referans Kwoze  

କିନ୍ତୁ ତୁମ୍ଭର ଏହି ଯେଉଁ ପୁଅ ବେଶ୍ୟାମାନଙ୍କ ସହିତ ତୁମ୍ଭର ସବୁ ଧନ ଖାଇ ଉଡ଼ାଇ ଦେଇଅଛି, ଯେତେବେଳେ ସେ ଆସିଲା, ସେତେବେଳେ ତୁମ୍ଭେ ତାହା ପାଇଁ ହୃଷ୍ଟ ପୃଷ୍ଟ ପଶୁଟି ମାରିଲ।


ସେ ତାହାକୁ କହିଲା, ତୁମ୍ଭର ଭାଇ ଆସିଅଛନ୍ତି, ଆଉ ତୁମ୍ଭର ବାପା ତାହାଙ୍କୁ ସୁସ୍ଥ ଶରୀରରେ ପାଇବାରୁ ହୃଷ୍ଟ ପୃଷ୍ଟ ପଶୁଟିଏ ମାରିଅଛନ୍ତି।


ପୁଣି, ହୃଷ୍ଟ ପୃଷ୍ଟ ପଶୁଟି ଆଣି ମାର; ଆସ, ଆମ୍ଭେମାନେ ଭୋଜନ କରି ଉତ୍ସବ କରୁ,


ପୁଣି, ଥରେ ସେ ଅନ୍ୟ ଦାସମାନଙ୍କୁ ପଠାଇ କହିଲେ, ‘ନିମନ୍ତ୍ରିତ ଲୋକମାନଙ୍କୁ କୁହ, ଦେଖନ୍ତୁ, ଆମ୍ଭେ ଆପଣା ଭୋଜ ପ୍ରସ୍ତୁତ କରିଅଛୁ, ଆମ୍ଭର ବୃଷ ଓ ହୃଷ୍ଟପୁଷ୍ଟ ପଶୁଗୁଡ଼ିକ ମରାଯାଇଅଛି, ସମସ୍ତ ହିଁ ପ୍ରସ୍ତୁତ, ଆପଣମାନେ ବିବାହ ଉତ୍ସବକୁ ଆସନ୍ତୁ,’


ମାତ୍ର ଆପଣା ପଲର ପୁଂପଶୁ ଥିଲେ ହେଁ ଯେଉଁ ପ୍ରତାରକ ମାନତ କରି ପ୍ରଭୁଙ୍କ ଉଦ୍ଦେଶ୍ୟରେ ଖୁନ୍ତବିଶିଷ୍ଟ ପଶୁ ଉତ୍ସର୍ଗ କରେ, ସେ ଅଭିଶପ୍ତ ହେଉ; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ମହାନ ରାଜା ଅଟୁ ଓ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ଭୟଙ୍କର ଅଟେ।”


ସେମାନେ ହସ୍ତୀଦନ୍ତ ଶଯ୍ୟାରେ ଶୟନ କରନ୍ତି ଓ ଖଟ ଉପରେ ଆପଣା ଆପଣା ଶରୀର ଲମ୍ବାଉଅଛନ୍ତି, ଆଉ ପଲରୁ ମେଷଶାବକ ଓ ଗୋଠରୁ ଗୋବତ୍ସ ଆଣି ଭୋଜନ କରନ୍ତି;


ମାତ୍ର ଲୋଟ ଅତିଶୟ ବଳାଇବାରୁ ସେମାନେ ତାହା ସହିତ ଯାଇ ତାହାର ଘରେ ପ୍ରବେଶ କଲେ; ତହୁଁ ସେ ସେମାନଙ୍କର ପାଇଁ ତାଡ଼ିଶୂନ୍ୟ ରୁଟି ଆଦି ଖାଦ୍ୟଦ୍ରବ୍ୟ ପ୍ରସ୍ତୁତ କରନ୍ତେ, ସେମାନେ ଭୋଜନ କଲେ।


ତହିଁରେ ଅବ୍ରହାମ ଶୀଘ୍ର ତମ୍ବୁଗୃହକୁ ସାରା ନିକଟକୁ ଯାଇ କହିଲେ, “ତିନି ସେର ଉତ୍ତମ ମଇଦା ନେଇ ଛାଣି ଶୀଘ୍ର ରୁଟି ପ୍ରସ୍ତୁତ କର।”


ସେତେବେଳେ ସେ ଦହି, ଦୁଗ୍ଧ ଓ ପକ୍ୱ ଗୋବତ୍ସ ଆଣି ସେମାନଙ୍କ ନିକଟରେ ରଖିଲେ, ପୁଣି, ସେମାନଙ୍କ ଭୋଜନ ସମୟରେ ବୃକ୍ଷ ମୂଳେ ସେମାନଙ୍କ ନିକଟରେ ଛିଡ଼ା ହେଲେ।


ସେତେବେଳେ ସେ ସ୍ତ୍ରୀର ଗୃହରେ ଗୋଟିଏ ହୃଷ୍ଟପୁଷ୍ଟ ବାଛୁରି ଥିଲା; ଏଣୁ ସେ ଶୀଘ୍ର ତାକୁ ମାରିଲା ଓ ମଇଦା ନେଇ ତାହା ଦଳି ତାଡ଼ିଶୂନ୍ୟ ରୁଟି ପ୍ରସ୍ତୁତ କଲା।


Swiv nou:

Piblisite


Piblisite