Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 19:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ଦ୍ୱାର ନିକଟବର୍ତ୍ତୀ ସାନ ଓ ବଡ଼ ସମସ୍ତଙ୍କୁ ଅନ୍ଧ କରାଇଲେ; ତହିଁରେ ସେମାନେ ଦ୍ୱାର ଖୋଜୁ ଖୋଜୁ ପରିଶ୍ରାନ୍ତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପୁଣି ଦ୍ଵାର ନିକଟବର୍ତ୍ତୀ ସାନ ଓ ବଡ଼ ସମସ୍ତଙ୍କୁ ଅନ୍ଧ କରାଇଲେ; ତହିଁରେ ସେମାନେ ଦ୍ଵାର ଖୋଜୁ ଖୋଜୁ ପରିଶ୍ରା; ହେଲେ।

Gade chapit la Kopi

ଓଡିଆ ବାଇବେଲ

11 ପୁଣି, ଦ୍ୱାର ନିକଟବର୍ତ୍ତୀ ସାନ ଓ ବଡ଼ ସମସ୍ତଙ୍କୁ ଅନ୍ଧ କରାଇଲେ; ତହିଁରେ ସେମାନେ ଦ୍ୱାର ଖୋଜୁ ଖୋଜୁ ପରିଶ୍ରାନ୍ତ ହେଲେ।

Gade chapit la Kopi

ପବିତ୍ର ବାଇବଲ

11 ତା'ପରେ ବାହାରେ ଥିବା ସମସ୍ତ ଯୁବା ଓ ବୃଦ୍ଧ ଲୋକ ଅନ୍ଧ ହୋଇଗଲେ। ତେଣୁ ସେଇ ଲୋକମାନେ ଘରର ଫାଟକ ପାଇଲେ ନାହିଁ।

Gade chapit la Kopi




ଆଦି ପୁସ୍ତକ 19:11
7 Referans Kwoze  

ଏଥିଉତ୍ତାରେ ସୈନ୍ୟମାନେ ଇଲୀଶାୟଙ୍କ ନିକଟକୁ ଓହ୍ଲାଇ ଆସନ୍ତେ, ସେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ମୁଁ ବିନୟ କରୁଅଛି, ଏହି ଲୋକମାନଙ୍କୁ ଅନ୍ଧତାରେ ଆଘାତ କର।” ଏଥିରେ ସଦାପ୍ରଭୁ ଇଲୀଶାୟଙ୍କର ବାକ୍ୟାନୁସାରେ ସେମାନଙ୍କୁ ଅନ୍ଧତାରେ ଆଘାତ କଲେ।


ଆଉ ଏବେ ଦେଖ, ପ୍ରଭୁଙ୍କର ହସ୍ତ ତୁମ୍ଭ ଉପରେ ରହିଅଛି, ତୁମ୍ଭେ ଅନ୍ଧ ହୋଇ କେତେକ ସମୟ ପର୍ଯ୍ୟନ୍ତ ସୂର୍ଯ୍ୟ ଦେଖିବ ନାହିଁ। ସେହିକ୍ଷଣି କୁହୁଡ଼ି ଓ ଅନ୍ଧକାର ତାହାକୁ ଘୋଡ଼ାଇ ପକାଇଲା, ତେଣୁ ତାହାକୁ ହାତ ଧରି ବାଟ କଢ଼ାଇବା ନିମନ୍ତେ ସେ ଏଣେ-ତେଣେ ଦରାଣ୍ଡି ଲୋକ ଖୋଜିବାକୁ ଲାଗିଲା।


ତୁମ୍ଭେ ଆପଣା ପଥ ପରିବର୍ତ୍ତନ କରିବା ପାଇଁ କାହିଁକି ଏଣେତେଣେ ମିଥ୍ୟାରେ ଏତେ ଭ୍ରମଣ କରୁଅଛ? ତୁମ୍ଭେ ଅଶୂରର ବିଷୟରେ ଯେପରି ଲଜ୍ଜିତା ହୋଇଥିଲ, ସେପରି ମିସରର ବିଷୟରେ ହେଁ ଲଜ୍ଜିତା ହେବ।


ତୁମ୍ଭେ ଆପଣା ମାର୍ଗର ଦୀର୍ଘତା ହେତୁ କ୍ଳାନ୍ତ ହୋଇଥିଲ, ତଥାପି ଆଉ ଭରସା ନାହିଁ ବୋଲି କହିଲ ନାହିଁ; ତୁମ୍ଭର ବଳ ସତେଜ ହେଲା ବୋଲି ବୋଧ ପାଇଲ, ଏଥିପାଇଁ ତୁମ୍ଭେ କ୍ଳାନ୍ତ ହେଲ ନାହିଁ।


ପ୍ରତ୍ୟେକ ମୂର୍ଖର ପରିଶ୍ରମ ତାହାକୁ କ୍ଳାନ୍ତ କରେ, କାରଣ କିପରି ନଗରକୁ ଯିବାର ହୁଏ, ତାହା ସେ ଜାଣେ ନାହିଁ।


ଏଥିଉତ୍ତାରେ ସେହି ବ୍ୟକ୍ତିମାନେ ଲୋଟକୁ କହିଲେ, “ଏହି ସ୍ଥାନରେ ତୁମ୍ଭର ଆଉ କିଏ କିଏ ଅଛନ୍ତି? ଜୁଆଁଇ ଓ ତୁମ୍ଭର ପୁତ୍ରକନ୍ୟାଦି ଯେତେ ଲୋକ ଏହି ନଗରରେ ଅଛନ୍ତି, ସେ ସମସ୍ତଙ୍କୁ ଏହି ସ୍ଥାନରୁ ନେଇଯାଅ;


Swiv nou:

Piblisite


Piblisite