Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 19:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏହିରୂପେ ସେମାନଙ୍କୁ ବାହାର କରି ଆଣିଲା ଉତ୍ତାରେ ସେମାନଙ୍କ ମଧ୍ୟରୁ ଜଣେ ଲୋଟକୁ କହିଲା, “ପ୍ରାଣରକ୍ଷା ନିମନ୍ତେ ପଳାଅ; ପଛଆଡ଼କୁ ଦୃଷ୍ଟି କର ନାହିଁ ଓ ଏହି ସମସ୍ତ ପ୍ରାନ୍ତର ମଧ୍ୟରେ ହେଁ ରୁହ ନାହିଁ; ପର୍ବତକୁ ପଳାଇ ଯାଅ; ନୋହିଲେ ବିନଷ୍ଟ ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଏହିରୂପେ ସେମାନଙ୍କୁ ବାହାର କରି ଆଣିଲା ଉତ୍ତାରେ ସେମାନଙ୍କ ମଧ୍ୟରୁ ଜଣେ ଲୋଟକୁ କହିଲା, ପ୍ରାଣରକ୍ଷା ନିମନ୍ତେ ପଳାଅ; ପଛଆଡ଼କୁ ଦୃଷ୍ଟି କର ନାହିଁ ଓ ଏହି ସମସ୍ତ ପ୍ରାନ୍ତର ମଧ୍ୟରେ ହେଁ ରୁହ ନାହିଁ; ପର୍ବତକୁ ପଳାଇ ଯାଅ; ନୋହିଲେ ବିନଷ୍ଟ ହେବ।

Gade chapit la Kopi

ଓଡିଆ ବାଇବେଲ

17 ଏହିରୂପେ ସେମାନଙ୍କୁ ବାହାର କରି ଆଣିଲା ଉତ୍ତାରେ ସେମାନଙ୍କ ମଧ୍ୟରୁ ଜଣେ ଲୋଟକୁ କହିଲା, “ପ୍ରାଣରକ୍ଷା ନିମନ୍ତେ ପଳାଅ; ପଛଆଡ଼କୁ ଦୃଷ୍ଟି କର ନାହିଁ ଓ ଏହି ସମସ୍ତ ପ୍ରାନ୍ତର ମଧ୍ୟରେ ହେଁ ରୁହ ନାହିଁ; ପର୍ବତକୁ ପଳାଇ ଯାଅ; ନୋହିଲେ ବିନଷ୍ଟ ହେବ।”

Gade chapit la Kopi

ପବିତ୍ର ବାଇବଲ

17 ସେମାନେ ନଗର ବାହାରକୁ ଆସିବା ମାତ୍ରେ ଜଣେ ସ୍ୱର୍ଗଦୂତ ସେମାନଙ୍କୁ କହିଲେ, “ବର୍ତ୍ତମାନ ତୁମ୍ଭର ଜୀବନ ରକ୍ଷା ପାଇଁ ପଛକୁ ନ ଅନାଇ ଶୀଘ୍ର ଦୌଡ଼। ଏହି ଉପତ୍ୟକାର କୌଣସି ଜାଗାରେ ରୁହ ନାହିଁ। ତୁମ୍ଭେ ପର୍ବତରେ ପହଞ୍ଚିବା ପର୍ଯ୍ୟନ୍ତ ଦୌଡ଼। ଯଦି ତୁମ୍ଭେ ଅଟକି ଯାଅ ତେବେ ଏହି ନଗର ସହିତ ତୁମ୍ଭେ ଧ୍ୱଂସ ପାଇଯିବ।”

Gade chapit la Kopi




ଆଦି ପୁସ୍ତକ 19:17
21 Referans Kwoze  

କିନ୍ତୁ ଯୀଶୁ ତାହାଙ୍କୁ କହିଲେ, “ଯେ ଲଙ୍ଗଳରେ ହାତ ଦେଇ ପଛକୁ ଚାହେଁ, ସେ ଈଶ୍ବରଙ୍କ ରାଜ୍ୟର ଯୋଗ୍ୟ ନୁହେଁ।”


ସେହି ସମୟରେ ଲୋଟର ଭାର୍ଯ୍ୟା ପଛଆଡ଼କୁ ଅନାଇବାରୁ ସେ ଲବଣ ସ୍ତମ୍ଭ ହେଲା।


ତୁମ୍ଭେ ଶୀଘ୍ର ସେହି ସ୍ଥାନକୁ ପଳାଅ, ଯେହେତୁ ତୁମ୍ଭେ ସେଠାରେ ଉପସ୍ଥିତ ନ ହେଲେ, ଆମ୍ଭେ କିଛି କରି ନ ପାରୁ।” ଏଣୁ ସେହି ସ୍ଥାନର ନାମ ସୋୟର ହେଲା।


କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରୁ ଅନେକେ ବାପ୍ତିସ୍ମ ନିମନ୍ତେ ଆସୁଅଛନ୍ତି, ଏହା ଦେଖି ସେ ସେମାନଙ୍କୁ କହିଲେ, “ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା?


ପଳାଅ, ଆପଣା ଆପଣା ପ୍ରାଣ ରକ୍ଷା କର ଓ ପ୍ରାନ୍ତରସ୍ଥ ଝାଉଁ ବୃକ୍ଷ ତୁଲ୍ୟ ହୁଅ।


ତହୁଁ ଏଲୀୟ ଏହା ଦେଖି ଆପଣା ପ୍ରାଣ ସକାଶେ ଉଠିଯାଇ ଯିହୁଦାର ବେର୍‍ଶେବା ନଗରରେ ଉପସ୍ଥିତ ହେଲେ ଓ ସେଠାରେ ଆପଣା ଦାସକୁ ଛାଡ଼ିଲେ।


ସେତେବେଳେ ଲୋଟ ଅନାଇ ଦେଖିଲେ, ସୋୟର ପର୍ଯ୍ୟନ୍ତ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନ ପରି ସର୍ବତ୍ର ସଜଳ ଓ ମିସର ଦେଶ ତୁଲ୍ୟ ଅଟଇ; କାରଣ ସେହି ସମୟରେ ସଦୋମ ଓ ହମୋରା ସଦାପ୍ରଭୁଙ୍କ ଦ୍ୱାରା ବିନଷ୍ଟ ହୋଇ ନ ଥିଲା।


ମୁଁ ପର୍ବତଗଣ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରିବି; କେଉଁଠାରୁ ମୋହର ସାହାଯ୍ୟ ଆସିବ?


ତହୁଁ ଦାଉଦଙ୍କୁ ଜଗି ସକାଳେ ବଧ କରିବା ପାଇଁ ତାଙ୍କର ଗୃହକୁ ଶାଉଲ ଦୂତମାନଙ୍କୁ ପଠାଇଲେ; ଏଥିରେ ଦାଉଦଙ୍କର ଭାର୍ଯ୍ୟା ମୀଖଲ ତାଙ୍କୁ କହିଲା, “ତୁମ୍ଭେ ଆଜି ରାତ୍ରି ଆପଣା ପ୍ରାଣରକ୍ଷା ନ କଲେ, କାଲି ହତ ହେବ।”


ଏଥିଉତ୍ତାରେ ସେହି ବ୍ୟକ୍ତିମାନେ ସେହିଠାରୁ ବାହୁଡ଼ି ସଦୋମ ଆଡ଼କୁ ଗମନ କଲେ; ମାତ୍ର ଅବ୍ରହାମ ସେ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଛାମୁରେ ଛିଡ଼ା ହୋଇ ରହିଲେ।


ତେବେ ଏପରି ମହାପରିତ୍ରାଣ ଅବହେଳା କଲେ ଆମ୍ଭେମାନେ କିପରି ରକ୍ଷା ପାଇବା? ତାହା ତ ପ୍ରଥମରେ ପ୍ରଭୁଙ୍କ ଦ୍ୱାରା କଥିତ ହୋଇ ଶ୍ରବଣ କରିଥିବା ବ୍ୟକ୍ତିମାନଙ୍କ ଦ୍ୱାରା ଆମ୍ଭମାନଙ୍କ ନିକଟରେ ପ୍ରମାଣସିଦ୍ଧ ହେଲା;


ସେହି ସୀଦ୍ଦୀମ ପଦାରେ ମାଟିଆ ତୈଳର ଅନେକ ଖାତ ଥିଲା; ସଦୋମ ଓ ହମୋରାର ରାଜାଗଣ ପଳାଇ ଯାଉ ଯାଉ ତହିଁ ମଧ୍ୟରେ ପଡ଼ିଲେ, ପୁଣି, ଯେଉଁମାନେ ଅବଶିଷ୍ଟ ରହିଲେ, ସେମାନେ ପର୍ବତକୁ ପଳାଇଗଲେ।


ତହିଁରେ ଲୋଟ ଉତ୍ତର କଲା, “ହେ ମୋହର ପ୍ରଭୋ, ଏପରି ନ ହେଉ;


ଏଥିଉତ୍ତାରେ ଲୋଟ ସୋୟରରେ ବାସ କରିବାକୁ ଭୟ କରି ସେଠାରୁ ବାହାରି ଆପଣାର ଦୁଇ କନ୍ୟାଙ୍କୁ ଘେନି ପର୍ବତରେ ବାସ କଲା; ତହିଁରେ ସେ ଓ ତାହାର ଦୁଇ କନ୍ୟା ଗିରି କନ୍ଦରରେ ବାସ କଲେ।


ତହୁଁ ସେ ମଣ୍ଡଳୀକୁ କହିଲେ, “ବିନୟ କରୁଅଛି, ତୁମ୍ଭେମାନେ ଏହି ଦୁଷ୍ଟ ଲୋକମାନଙ୍କ ତମ୍ବୁରୁ ଉଠିଯାଅ ଓ ସେମାନଙ୍କର କିଛିମାତ୍ର ସ୍ପର୍ଶ କର ନାହିଁ, ନୋହିଲେ ତୁମ୍ଭେମାନେ ସେମାନଙ୍କ ପାପସମୂହରେ ବିନଷ୍ଟ ହେବ।”


ଏହେତୁ ବିନୟ କରୁଅଛି, ଏବେ ଆସ, ମୁଁ ତୁମ୍ଭକୁ ପରାମର୍ଶ ଦେବି; ତହିଁରେ ତୁମ୍ଭେ ଆପଣା ପ୍ରାଣ ଓ ଆପଣା ପୁତ୍ର ଶଲୋମନର ପ୍ରାଣ ରକ୍ଷା କରିବ।


କାରଣ ଭକ୍ଷ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର ଶ୍ରେଷ୍ଠ।


Swiv nou:

Piblisite


Piblisite