Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 19:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଆସ, ଆମ୍ଭେମାନେ ପିତାଙ୍କୁ ଦ୍ରାକ୍ଷାରସ ପାନ କରାଇ ପିତାଙ୍କ ବଂଶ ରକ୍ଷା ନିମିତ୍ତ ତାଙ୍କ ସଙ୍ଗେ ଶୟନ କରିବା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ଆସ, ଆମ୍ଭେମାନେ ପିତାଙ୍କୁ ଦ୍ରାକ୍ଷାରସ ପାନ କରାଇ ପିତାଙ୍କ ବଂଶ ରକ୍ଷା ନିମିତ୍ତ ତାଙ୍କ ସଙ୍ଗେ ଶୟନ କରିବା।

Gade chapit la Kopi

ଓଡିଆ ବାଇବେଲ

32 ଆସ, ଆମ୍ଭେମାନେ ପିତାଙ୍କୁ ଦ୍ରାକ୍ଷାରସ ପାନ କରାଇ ପିତାଙ୍କ ବଂଶ ରକ୍ଷା ନିମିତ୍ତ ତାଙ୍କ ସଙ୍ଗେ ଶୟନ କରିବା।”

Gade chapit la Kopi

ପବିତ୍ର ବାଇବଲ

32 ତେଣୁ ଆସ ଆମ୍ଭେ ଆମ୍ଭର ପିତାଙ୍କୁ ମଦ୍ୟପାନ କରାଇବା ତାହାପରେ ଆମ୍ଭେ ତାଙ୍କ ସହିତ ସହବାସ କରିବା, ଏହି ଉପାୟରେ ଆମ୍ଭେ ଆମ୍ଭର ବଂଶ ରକ୍ଷା କରି ପାରିବା।”

Gade chapit la Kopi




ଆଦି ପୁସ୍ତକ 19:32
8 Referans Kwoze  

ଏଥିଉତ୍ତାରେ ସେମାନେ ପରସ୍ପର କହିଲେ, “ଆସ, ଆମ୍ଭେମାନେ ଇଟା ବନାଇ ଉତ୍ତମ ରୂପେ ପୋଡ଼ି ଦେଉ।” ତହିଁରେ ଇଟା ସେମାନଙ୍କର ପ୍ରସ୍ତର ସ୍ୱରୂପ ଓ ମାଟିଆ ତେଲ ସେମାନଙ୍କର ଚୂନ ସ୍ୱରୂପ ହେଲା।


ହେ ଗୁରୁ, ମୋଶା ଆମ୍ଭମାନଙ୍କ ନିମନ୍ତେ ଲେଖିଅଛନ୍ତି ଯେ, ଯଦି କୌଣସି ଲୋକର ଭାଇ ମରେ, ଆଉ ତାହାର ଭାର୍ଯ୍ୟା ଜୀବିତା ଥାଏ, ପୁଣି, ତାହାର କୌଣସି ସନ୍ତାନ ନ ଥାଏ, ତାହାହେଲେ ତାହାର ଭାଇ ତାହାର ଭାର୍ଯ୍ୟାକୁ ଗ୍ରହଣ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବ।


ତହିଁରେ ସେ ଦ୍ରାକ୍ଷାରସ ପାନ କରି ମତ୍ତ ହୋଇ ତମ୍ବୁ ମଧ୍ୟରେ ବିବସ୍ତ୍ର ହୋଇ ପଡ଼ିଲେ।


“କିନ୍ତୁ ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ, କାଳେ ତୁମ୍ଭମାନଙ୍କର ହୃଦୟ ମତ୍ତତା ଓ ମଦ୍ୟପାନରେ ପୁଣି, ଜୀବିକା ସମ୍ବନ୍ଧୀୟ ଚିନ୍ତାରେ ଭାରଗ୍ରସ୍ତ ହୁଏ, ଆଉ ସେହି ଦିନ ହଠାତ୍‍ ତୁମ୍ଭମାନଙ୍କ ଉପରେ ପଡ଼େ;


ତହୁଁ ସେହି ରାତ୍ରରେ ସେମାନେ ଆପଣା ପିତାଙ୍କୁ ଦ୍ରାକ୍ଷାରସ ପାନ କରାନ୍ତେ, ଜ୍ୟେଷ୍ଠା କନ୍ୟା ଉଠିଯାଇ ପିତା ସଙ୍ଗେ ଶୟନ କଲା; ମାତ୍ର ତାହାର ଶୟନ କରିବାର ଓ ଉଠିଯିବାର ଲୋଟ ଜାଣି ପାରିଲା ନାହିଁ।


Swiv nou:

Piblisite


Piblisite