Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 19:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ଆରଦିନ ସେହି ଜ୍ୟେଷ୍ଠା କନ୍ୟା କନିଷ୍ଠାକୁ କହିଲା, “ଦେଖ, ମୁଁ ଗତ ରାତ୍ର ପିତାଙ୍କ ସଙ୍ଗରେ ଶୟନ କଲି, ଆସ, ଆଜି ରାତ୍ର ମଧ୍ୟ ପିତାଙ୍କୁ ଦ୍ରାକ୍ଷାରସ ପାନ କରାଉ; ତହୁଁ ତୁମ୍ଭେ ଯାଇ ପିତାଙ୍କ ବଂଶ ରକ୍ଷାର୍ଥେ ତାଙ୍କ ସଙ୍ଗେ ଶୟନ କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ଆର ଦିନ ସେହି ଜ୍ୟେଷ୍ଠା କନ୍ୟା କନିଷ୍ଠାକୁ କହିଲା, ଦେଖ, ମୁଁ ଗତ ରାତ୍ର ପିତାଙ୍କ ସଙ୍ଗରେ ଶୟନ କଲି, ଆସ, ଆଜ ରାତ୍ର ମଧ୍ୟ ପିତାଙ୍କୁ ଦ୍ରାକ୍ଷାରସ ପାନ କରାଉ; ତହୁଁ ତୁମ୍ଭେ ଯାଇ ପିତାଙ୍କ ବଂଶ ରକ୍ଷାର୍ଥେ ତାଙ୍କ ସଙ୍ଗେ ଶୟନ କର।

Gade chapit la Kopi

ଓଡିଆ ବାଇବେଲ

34 ଆର ଦିନ ସେହି ଜ୍ୟେଷ୍ଠା କନ୍ୟା କନିଷ୍ଠାକୁ କହିଲା, “ଦେଖ, ମୁଁ ଗତ ରାତ୍ର ପିତାଙ୍କ ସଙ୍ଗରେ ଶୟନ କଲି, ଆସ, ଆଜ ରାତ୍ର ମଧ୍ୟ ପିତାଙ୍କୁ ଦ୍ରାକ୍ଷାରସ ପାନ କରାଉ; ତହୁଁ ତୁମ୍ଭେ ଯାଇ ପିତାଙ୍କ ବଂଶ ରକ୍ଷାର୍ଥେ ତାଙ୍କ ସଙ୍ଗେ ଶୟନ କର।”

Gade chapit la Kopi

ପବିତ୍ର ବାଇବଲ

34 ତା’ ପରଦିନ ବଡ଼ ଝିଅ ସାନ ଝିଅକୁ କହିଲା, “ଗତ ରାତିରେ ମୁଁ ପିତାଙ୍କ ନିକଟରେ ଶୟନ କରିଥିଲି। ଆସ ତାଙ୍କୁ ପୁଣି ଆଜି ମଦ୍ୟପାନ କରାଇବା, ତା'ପରେ ତୁ ତାଙ୍କ ସାଙ୍ଗରେ ଯାଇ ସହବାସ କର। ଏହି ଉପାୟରେ ଆମ୍ଭେ ଆମ୍ଭର ସନ୍ତାନମାନଙ୍କୁ ଜନ୍ମ କରିବା। ଆଉ ଆମ୍ଭେ ଆମ୍ଭର ପିତାଙ୍କ ମାଧ୍ୟମରେ ଆମ୍ଭର ପରିବାର ନଷ୍ଟ ହେବାରୁ ରକ୍ଷା କରି ପାରିବା।”

Gade chapit la Kopi




ଆଦି ପୁସ୍ତକ 19:34
7 Referans Kwoze  

ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କʼଣ ଲଜ୍ଜିତ ହେଲେ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, ସେମାନଙ୍କ ପ୍ରତିଫଳ ପ୍ରାପ୍ତିର ସମୟରେ ସେମାନେ ନିପାତିତ ହେବେ।


ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କି ଲଜ୍ଜିତ ହେଲେ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପ୍ରତିଫଳ ଦେବା ବେଳେ ସେମାନେ ନିପାତିତ ହେବେ।”


ହେ ସଦାପ୍ରଭୁ, ତୁମ୍ଭର ଚକ୍ଷୁ କʼଣ ସତ୍ୟତା ପ୍ରତି ଦୃଷ୍ଟି ନ କରେ? ତୁମ୍ଭେ ସେମାନଙ୍କୁ ପ୍ରହାର କରିଅଛ, ମାତ୍ର ସେମାନେ ଦୁଃଖିତ ହେଲେ ନାହିଁ; ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ, ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି; ସେମାନେ ଆପଣା ଆପଣା ମୁଖ ପାଷାଣ ଅପେକ୍ଷା କଠିନ କରିଅଛନ୍ତି; ସେମାନେ ଫେରି ଆସିବାକୁ ଅସ୍ୱୀକାର କରିଅଛନ୍ତି।


ଏହେତୁ ବୃଷ୍ଟି ନିବାରିତ ହୋଇଅଛି ଓ ଶେଷ ବର୍ଷା ହୋଇ ନାହିଁ; ତଥାପି ତୁମ୍ଭେ ବେଶ୍ୟାର କପାଳ ଧାରଣ କରିଅଛ, ତୁମ୍ଭେ ଲଜ୍ଜିତା ହେବାକୁ ଅସମ୍ମତା ହୋଇଅଛ।


ସେମାନଙ୍କ ମୁଖର ଆକାର ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦିଏ; ପୁଣି, ସେମାନେ ସଦୋମର ନ୍ୟାୟ ଆପଣାମାନଙ୍କ ପାପ ପ୍ରକାଶ କରି ଗୋପନ କରନ୍ତି ନାହିଁ। ସେମାନଙ୍କ ପ୍ରାଣର ସନ୍ତାପ ହେବ! କାରଣ ସେମାନେ ଆପଣାମାନଙ୍କର ଅନିଷ୍ଟ ଆପେ କରିଅଛନ୍ତି।


ତହୁଁ ସେହି ରାତ୍ରରେ ସେମାନେ ଆପଣା ପିତାଙ୍କୁ ଦ୍ରାକ୍ଷାରସ ପାନ କରାନ୍ତେ, ଜ୍ୟେଷ୍ଠା କନ୍ୟା ଉଠିଯାଇ ପିତା ସଙ୍ଗେ ଶୟନ କଲା; ମାତ୍ର ତାହାର ଶୟନ କରିବାର ଓ ଉଠିଯିବାର ଲୋଟ ଜାଣି ପାରିଲା ନାହିଁ।


ତହିଁରେ ସେମାନେ ସେହି ରାତ୍ରିରେ ମଧ୍ୟ ପିତାଙ୍କୁ ଦ୍ରାକ୍ଷାରସ ପାନ କରାନ୍ତେ, କନିଷ୍ଠା କନ୍ୟା ଉଠି ତାହା ସଙ୍ଗେ ଶୟନ କଲା; ମାତ୍ର ତାହାର ଶୟନ କରିବାର ଓ ଉଠିଯିବାର ଲୋଟ ଜାଣି ପାରିଲା ନାହିଁ।


Swiv nou:

Piblisite


Piblisite