Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 19:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି, ଲୋଟକୁ ଡାକି କହିଲେ, “ଆଜି ରାତ୍ରିରେ ଯେଉଁ ମନୁଷ୍ୟମାନେ ତୁମ୍ଭ ଘରକୁ ଆସିଲେ, ସେମାନେ କାହାନ୍ତି? ସେମାନଙ୍କୁ ବାହାର କରି ଆମ୍ଭମାନଙ୍କ ପାଖକୁ ଆଣ। ଆମ୍ଭେମାନେ ସେମାନଙ୍କଠାରେ ଉପଗତ ହେବା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପୁଣି ଲୋଟକୁ ଡାକି କହିଲେ, ଆଜି ରାତ୍ରିରେ ଯେଉଁ ମନୁଷ୍ୟମାନେ ତୁମ୍ଭ ଘରକୁ ଆସିଲେ, ସେମାନେ କାହାନ୍ତି? ସେମାନଙ୍କୁ ବାହାର କରି ଆମ୍ଭମାନଙ୍କ ପାଖକୁ ଆଣ। ଆମ୍ଭେମାନେ ସେମାନଙ୍କଠାରେ ଉପଗତ ହେବା।

Gade chapit la Kopi

ଓଡିଆ ବାଇବେଲ

5 ପୁଣି, ଲୋଟକୁ ଡାକି କହିଲେ, “ଆଜି ରାତ୍ରିରେ ଯେଉଁ ମନୁଷ୍ୟମାନେ ତୁମ୍ଭ ଘରକୁ ଆସିଲେ, ସେମାନେ କାହାନ୍ତି ? ସେମାନଙ୍କୁ ବାହାର କରି ଆମ୍ଭମାନଙ୍କ ପାଖକୁ ଆଣ। ଆମ୍ଭେମାନେ ସେମାନଙ୍କଠାରେ ଉପଗତ ହେବା।”

Gade chapit la Kopi

ପବିତ୍ର ବାଇବଲ

5 “ଆଜି ରାତ୍ରରେ ଯେଉଁ ଦୁଇଜଣ ମନୁଷ୍ୟ ତୁମ୍ଭ ଘରକୁ ଆସିଥିଲେ ସେମାନେ କାହାନ୍ତି? ସେମାନଙ୍କୁ ବାହାରକୁ ଆଣ ଆମ୍ଭେମାନେ ତାଙ୍କ ସହିତ ଯୌନ ସମ୍ପର୍କ କରିବା।”

Gade chapit la Kopi




ଆଦି ପୁସ୍ତକ 19:5
23 Referans Kwoze  

ସେମାନେ ଆପଣା ଆପଣା ମନକୁ ଖୁସି କଲା ବେଳେ, ଦେଖ, ନଗରର ଲୋକ କେତେକ ଦୁଷ୍ଟ ଲୋକମାନେ କବାଟରେ ମାରି ମାରି ଘରର ଚାରିପାଖ ଘେରିଲେ; ପୁଣି ସେମାନେ ସେହି ଗୃହକର୍ତ୍ତା ବୃଦ୍ଧ ଲୋକକୁ କହିଲେ, “ତୁମ୍ଭ ଗୃହକୁ ଯେଉଁ ମନୁଷ୍ୟ ଆସିଅଛି, ତାହାକୁ ବାହାରକୁ ଆଣ, ଆମ୍ଭେମାନେ ତାହା ସହିତ ଶାରୀରିକ ସମ୍ବନ୍ଧ କରିବା।”


ସେହିପରି ସଦୋମ ଓ ଗମୋରା ପୁଣି, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ନଗରନିବାସୀମାନେ ବ୍ୟଭିଚାର ଓ ଅସ୍ୱାଭାବିକ କାମୁକତାରେ ଆସକ୍ତ ହେବାରୁ ଅନନ୍ତ ଅଗ୍ନିରୂପ ଦଣ୍ଡ ଭୋଗ କରି ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛନ୍ତି।


ସେମାନଙ୍କ ମୁଖର ଆକାର ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦିଏ; ପୁଣି, ସେମାନେ ସଦୋମର ନ୍ୟାୟ ଆପଣାମାନଙ୍କ ପାପ ପ୍ରକାଶ କରି ଗୋପନ କରନ୍ତି ନାହିଁ। ସେମାନଙ୍କ ପ୍ରାଣର ସନ୍ତାପ ହେବ! କାରଣ ସେମାନେ ଆପଣାମାନଙ୍କର ଅନିଷ୍ଟ ଆପେ କରିଅଛନ୍ତି।


ତୁମ୍ଭେ ସ୍ତ୍ରୀର ନ୍ୟାୟ ପୁରୁଷ ସହିତ ସଂସର୍ଗ କରିବ ନାହିଁ, ତାହା ଘୃଣାଯୋଗ୍ୟ କର୍ମ।


ଏହା ଜାଣି ଯଦି କେହି ମୋଶାଙ୍କ ବ୍ୟବସ୍ଥାର ଉଚିତ୍ ବ୍ୟବହାର କରେ, ତେବେ ତାହା ଯେ ଉତ୍ତମ, ଏହା ଅାମ୍ଭେମାନେ ଜାଣୁ;


ଅବା, ଅଧାର୍ମିକମାନେ ଯେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍‍ ଆଚାରୀ


ପୁଣି, ଶମରୀୟା ତୁମ୍ଭ ପାପର ଅର୍ଦ୍ଧେକ ପାପ କରି ନାହିଁ; ମାତ୍ର ତୁମ୍ଭେ ସେମାନଙ୍କ ଅପେକ୍ଷା ଆପଣା ଘୃଣାଯୋଗ୍ୟ କ୍ରିୟା ଅଧିକ ବଢ଼ାଇଅଛ ଓ ଆପଣାର କୃତ ସକଳ ଘୃଣାଯୋଗ୍ୟ କ୍ରିୟା ଦ୍ୱାରା ତୁମ୍ଭେ ଆପଣା ଭଗିନୀଗଣକୁ ଧାର୍ମିକ ପରି କରିଅଛ।


କିନ୍ତୁ ଦୁଷ୍ଟ ଲୋକେ ଓ ଠକ ଲୋକମାନେ ଭ୍ରାନ୍ତି ଜନ୍ମାଇ ଓ ଭ୍ରାନ୍ତ ହୋଇ ଅଧିକରୁ ଅଧିକ ଦୁଷ୍ଟ ହୋଇ ଉଠିବେ।


ଦେଖ, ତୁମ୍ଭ ଭଗିନୀ ସଦୋମର ଏହି ଅଧର୍ମ ଥିଲା; ତାହାର ଓ ତାହାର କନ୍ୟାଗଣର ଅହଙ୍କାର, ଭକ୍ଷ୍ୟର ପୂର୍ଣ୍ଣତା ଓ ସମୃଦ୍ଧି ଜନିତ ଶାନ୍ତି ଥିଲା, ସେ ଦରିଦ୍ର ଓ ଦୀନହୀନଙ୍କର ହସ୍ତ ସବଳ କଲା ନାହିଁ।


ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କି ଲଜ୍ଜିତ ହେଲେ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପ୍ରତିଫଳ ଦେବା ବେଳେ ସେମାନେ ନିପାତିତ ହେବେ।”


ଏହେତୁ ବୃଷ୍ଟି ନିବାରିତ ହୋଇଅଛି ଓ ଶେଷ ବର୍ଷା ହୋଇ ନାହିଁ; ତଥାପି ତୁମ୍ଭେ ବେଶ୍ୟାର କପାଳ ଧାରଣ କରିଅଛ, ତୁମ୍ଭେ ଲଜ୍ଜିତା ହେବାକୁ ଅସମ୍ମତା ହୋଇଅଛ।


ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ଅତି ଅଳ୍ପ ଲୋକ ଅବଶିଷ୍ଟ ରଖି ନ ଥିଲେ, ଆମ୍ଭେମାନେ ସଦୋମର ତୁଲ୍ୟ ହୋଇଥାʼନ୍ତୁ, ଆମ୍ଭେମାନେ ହମୋରାର ତୁଲ୍ୟ ହୋଇଥାʼନ୍ତୁ।


ପୁଣି, ପୁରୁଷ ଯଦି ପୁରୁଷ ସହିତ ସ୍ତ୍ରୀ ତୁଲ୍ୟ ଯୌନ ସମ୍ପର୍କ ରଖେ, ତେବେ ସେ ଦୁହେଁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସେମାନେ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।


ଆଉ, ଅନେକେ ସେମାନଙ୍କ କାମୁକତାର ଅନୁଗାମୀ ହେବେ, ଫଳତଃ ଏମାନଙ୍କ ହେତୁ ସତ୍ୟ ମାର୍ଗ ନିନ୍ଦିତ ହେବ।


ପୁଣି, ସେ ଦୂରାଚାରୀମାନଙ୍କ କାମୁକତାପୂର୍ଣ୍ଣ ଆଚରଣରେ ବ୍ୟଥିତ ଧାର୍ମିକ ଲୋଟଙ୍କୁ ଉଦ୍ଧାର କଲେ,


ତହିଁରେ ଲୋଟ ବାହାରକୁ ଆସି ଦ୍ୱାର ବନ୍ଦ କରି କହିଲା,


ଇସ୍ରାଏଲର କନ୍ୟାମାନଙ୍କ ମଧ୍ୟରୁ କେହି ବେଶ୍ୟାବୃତ୍ତି କରିବ ନାହିଁ, କିଅବା ଇସ୍ରାଏଲର ପୁତ୍ରମାନଙ୍କ ମଧ୍ୟରୁ କେହି ସଦୋମୀ ହେବ ନାହିଁ।


ପୁଣି, ଦେଶରେ ମଧ୍ୟ ସଦୋମୀ ଲୋକେ ଥିଲେ; ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇଥିଲେ, ସେମାନଙ୍କର ସମସ୍ତ ଘୃଣାଯୋଗ୍ୟ କର୍ମାନୁସାରେ ସେମାନେ କର୍ମ କଲେ।


ତାଙ୍କର ପିତା ଆସାଙ୍କର ସମୟରେ ଯେଉଁ ସଦୋମୀମାନେ ଅବଶିଷ୍ଟ ରହିଥିଲେ, ସେମାନଙ୍କୁ ସେ ଦେଶରୁ ଦୂର କରିଦେଲେ।


ପୁଣି, ସେମାନେ ଅହଙ୍କାରିଣୀ ଥିଲେ ଓ ଆମ୍ଭ ସମ୍ମୁଖରେ ଘୃଣାଯୋଗ୍ୟ କ୍ରିୟା କଲେ; ଏହେତୁ ଆମ୍ଭକୁ ଯେପରି ଭଲ ଦିଶିଲା, ସେହିପରି ଆମ୍ଭେ ସେମାନଙ୍କୁ ଦୂର କଲୁ।


Swiv nou:

Piblisite


Piblisite