Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 2:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପରମେଶ୍ୱର ସପ୍ତମ ଦିନରେ ଆପଣାର କାର୍ଯ୍ୟ ସମାପ୍ତ କରି ସେହି ସପ୍ତମ ଦିନରେ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଏଥୁଅନ୍ତେ ପରମେଶ୍ଵର ଆପଣାର କାର୍ଯ୍ୟ ସମାପ୍ତ କରି ସପ୍ତମ ଦିନରେ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।

Gade chapit la Kopi

ଓଡିଆ ବାଇବେଲ

2 ପରମେଶ୍ୱର ସପ୍ତମ ଦିନରେ ଆପଣାର କାର୍ଯ୍ୟ ସମାପ୍ତ କରି ସେହି ସପ୍ତମ ଦିନରେ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।

Gade chapit la Kopi

ପବିତ୍ର ବାଇବଲ

2 ସପ୍ତମ ଦିନରେ, ପରମେଶ୍ୱର ସୃଷ୍ଟିର ପ୍ରତ୍ୟେକ କାର୍ଯ୍ୟ ସମାପ୍ତ କଲେ। ସେଥିପାଇଁ ସପ୍ତମ ଦିନରେ ପରମେଶ୍ୱର ଆପଣାର ସମସ୍ତ କାର୍ଯ୍ୟରୁ ବିଶ୍ରାମ ନେଲେ।

Gade chapit la Kopi




ଆଦି ପୁସ୍ତକ 2:2
11 Referans Kwoze  

କାରଣ ସପ୍ତମ ଦିନ ସମ୍ବନ୍ଧରେ ସେ ଶାସ୍ତ୍ରରେ ଏହା କହିଅଛନ୍ତି, “ଈଶ୍ବର ସପ୍ତମ ଦିନରେ ଆପଣାର ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ;”


ତାହା ଆମ୍ଭ ଓ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗୋଟିଏ ଅନନ୍ତକାଳୀନ ଚିହ୍ନ ହେବ, କାରଣ ସଦାପ୍ରଭୁ ଛଅ ଦିନରେ ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କରି ଆଶ୍ୱାସିତ ହୋଇଥିଲେ।’”


ମାତ୍ର ସପ୍ତମ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ବିଶ୍ରାମ ଦିନ ଅଟେ; ତହିଁରେ ତୁମ୍ଭେ, ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, ତୁମ୍ଭର ଦାସ, କି ତୁମ୍ଭର ଦାସୀ, ତୁମ୍ଭର ଗୋରୁ, କି ତୁମ୍ଭର ଗର୍ଦ୍ଦଭ, ତୁମ୍ଭର କୌଣସି ପଶୁ, କି ତୁମ୍ଭର ନଗରଦ୍ୱାରବର୍ତ୍ତୀ ବିଦେଶୀ, କେହି କୌଣସି କାର୍ଯ୍ୟ କରିବ ନାହିଁ; ତହିଁରେ ତୁମ୍ଭର ଦାସ ଓ ଦାସୀ ତୁମ୍ଭ ପରି ବିଶ୍ରାମ କରିବେ।


ତୁମ୍ଭେ ଛଅ ଦିନ ଆପଣା କର୍ମ କରି ସପ୍ତମ ଦିନରେ ବିଶ୍ରାମ କରିବ, ତହିଁରେ ତୁମ୍ଭର ଗୋରୁ ଓ ଗର୍ଦ୍ଦଭ ବିଶ୍ରାମ ପାଇବେ, ପୁଣି, ତୁମ୍ଭ ଦାସୀପୁତ୍ର ଓ ବିଦେଶୀ ଲୋକ ଆଶ୍ୱାସ ପାଇବେ।


ମାତ୍ର ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୋହର ପିତା ଏପର୍ଯ୍ୟନ୍ତ କାର୍ଯ୍ୟ କରୁଅଛନ୍ତି, ଆଉ ମୁଁ ମଧ୍ୟ କରୁଅଛି।”


ତୁମ୍ଭେ ଯଦି ବିଶ୍ରାମବାର ଲଙ୍ଘନରୁ, ଆମ୍ଭ ପବିତ୍ର ଦିନରେ ନିଜ ଅଭିଳାଷ ଚେଷ୍ଟାରୁ ଆପଣା ପାଦ ଫେରାଅ; ପୁଣି, ବିଶ୍ରାମବାରକୁ ସୁଖଦାୟକ ଓ ସଦାପ୍ରଭୁଙ୍କ ପବିତ୍ର ଦିନକୁ ଆଦରଣୀୟ ବୋଲି କୁହ; ଆଉ, ନିଜ କାର୍ଯ୍ୟ ନ କରି ଅବା ନିଜ ଅଭିଳାଷର ଚେଷ୍ଟା ନ କରି ଅଥବା ନିଜ କଥା ନ କହି ତାହାକୁ ଆଦର କରିବ:


ପରମେଶ୍ୱର ଆପଣା ନିର୍ମିତ ପ୍ରତ୍ୟେକ ବସ୍ତୁ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସମସ୍ତ ଅତ୍ୟୁତ୍ତମ ହେଲା। ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଷଷ୍ଠ ଦିବସ ହେଲା।


ଯେଣୁ ଯେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିଅଛି, ଈଶ୍ବର ଆପଣା କାର୍ଯ୍ୟରୁ ଯେପରି ବିଶ୍ରାମ କଲେ, ସେପରି ସେ ମଧ୍ୟ ଆପଣା କାର୍ଯ୍ୟରୁ ବିଶ୍ରାମ ପ୍ରାପ୍ତ ହୋଇଅଛି।


ପୁଣି, ପରମେଶ୍ୱର ସପ୍ତମ ଦିନକୁ ଆଶୀର୍ବାଦ କରି ପବିତ୍ର କଲେ। ଯେହେତୁ ସେହି ଦିନରେ ପରମେଶ୍ୱର ସୃଷ୍ଟିକରଣରୂପ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।


ଛଅ ଦିନ ପର୍ଯ୍ୟନ୍ତ କାର୍ଯ୍ୟ କରାଯିବ, ମାତ୍ର ସପ୍ତମ ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ମହା ବିଶ୍ରାମବାର ଅଟେ; ସେହି ବିଶ୍ରାମବାରରେ ଯେକେହି କାର୍ଯ୍ୟ କରେ, ନିଶ୍ଚୟ ତାହାର ପ୍ରାଣଦଣ୍ଡ ହେବ।


Swiv nou:

Piblisite


Piblisite