Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 2:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସଦାପ୍ରଭୁ ପରମେଶ୍ୱର ସେହି ଭୂମିରୁ ନାନାଜାତୀୟ ସୁଦୃଶ୍ୟ ଓ ସୁଖାଦ୍ୟ ବୃକ୍ଷ, ପୁଣି, ସେହି ଉଦ୍ୟାନର ମଧ୍ୟସ୍ଥାନରେ ଅମୃତ ବୃକ୍ଷ ଓ ସଦସତ୍‍ ଜ୍ଞାନଦାୟକ ବୃକ୍ଷ ଉତ୍ପନ୍ନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ସଦାପ୍ରଭୁ ପରମେଶ୍ଵର ସେହି ଭୂମିରୁ ନାନାଜାତୀୟ ସୁଦୃଶ୍ୟ ଓ ସୁଖାଦ୍ୟ ବୃକ୍ଷ, ପୁଣି ସେହି ଉଦ୍ୟାନର ମଧ୍ୟସ୍ଥାନରେ ଅମୃତ ବୃକ୍ଷ ଓ ସଦସତ୍ ଜ୍ଞାନଦାୟକ ବୃକ୍ଷ ଉତ୍ପନ୍ନ କଲେ।

Gade chapit la Kopi

ଓଡିଆ ବାଇବେଲ

9 ସଦାପ୍ରଭୁ ପରମେଶ୍ୱର ସେହି ଭୂମିରୁ ନାନାଜାତୀୟ ସୁଦୃଶ୍ୟ ଓ ସୁଖାଦ୍ୟ ବୃକ୍ଷ, ପୁଣି, ସେହି ଉଦ୍ୟାନର ମଧ୍ୟସ୍ଥାନରେ ଅମୃତ ବୃକ୍ଷ ଓ ସଦସତ୍‍ ଜ୍ଞାନଦାୟକ ବୃକ୍ଷ ଉତ୍ପନ୍ନ କଲେ।

Gade chapit la Kopi

ପବିତ୍ର ବାଇବଲ

9 ସଦାପ୍ରଭୁ ପରମେଶ୍ୱର ପ୍ରତ୍ୟେକ ପ୍ରକାର ବୃକ୍ଷ ଯାହା ଦେଖିବାକୁ ସୁନ୍ଦର ଏବଂ ଖାଦ୍ୟ ପାଇଁ ଭଲ, ପୃଥିବୀରେ ସୃଷ୍ଟି କଲେ। ସେହିପରି ଭାବରେ ଉଦ୍ୟାନର ମଧ୍ୟଭାଗରେ ଜୀବନ ଦାୟକ ବୃକ୍ଷ ଓ ଭଲ ଓ ମନ୍ଦ ବିଷୟରେ ଜ୍ଞାନ ଦେବା ବୃକ୍ଷ ମଧ୍ୟ ଉତ୍ପନ୍ନ କଲେ।

Gade chapit la Kopi




ଆଦି ପୁସ୍ତକ 2:9
19 Referans Kwoze  

ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି, ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ତୋଳି ଖାଇ ଅନନ୍ତଜୀବୀ ନ ହୁଅଇ,”


ଜୀବନ ବୃକ୍ଷର ଅଧିକାରୀ ହେବା ନିମନ୍ତେ ଓ ଦ୍ୱାର ଦେଇ ନଗରୀରେ ପ୍ରବେଶ କରିବା ନିମନ୍ତେ ଯେଉଁମାନେ ଆପଣା ଆପଣା ବସ୍ତ୍ର ଧୌତ କରନ୍ତି, ସେମାନେ ଧନ୍ୟ।


ମଣ୍ଡଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ତାହାକୁ ଆମ୍ଭେ ଈଶ୍ବରଙ୍କ ପାରଦୀଶରେ ଥିବା ଜୀବନ ବୃକ୍ଷର ଫଳ ଖାଇବାକୁ ଦେବୁ।”


ସେହି ନଦୀର ଉଭୟ ପାର୍ଶ୍ୱରେ ଦ୍ୱାଦଶ ଥର ଫଳଦାୟକ ଜୀବନ-ବୃକ୍ଷ ଅଛି, ସେଥିରେ ପ୍ରତିମାସରେ ଫଳ ଫଳେ, ପୁଣି, ସେହି ବୃକ୍ଷର ପତ୍ର ଜାତିସମୂହର ଆରୋଗ୍ୟକାରକ।


ଆଉ, ନଦୀ ନିକଟରେ ତହିଁର ତୀର ଉପରେ, ଏପାଖରେ ଓ ସେପାଖରେ ସର୍ବପ୍ରକାର ଭୋଜନାର୍ଥ ଫଳବୃକ୍ଷ ହେବ, ତହିଁର ପତ୍ର ମଳିନ ହେବ ନାହିଁ, କିଅବା ତହିଁର ଫଳର ଅଭାବ ହେବ ନାହିଁ; ସେହି ଜଳସବୁ ପବିତ୍ର ସ୍ଥାନରୁ ନିର୍ଗତ ହେବା ସକାଶୁ ବୃକ୍ଷ ପ୍ରତି ମାସ ନୂତନ ଫଳ ଫଳିବ ଓ ତହିଁର ଫଳ ଆହାରାର୍ଥେ ଓ ତହିଁର ପତ୍ର ଆରୋଗ୍ୟାର୍ଥେ ହେବ।”


ଧାର୍ମିକର ଫଳ ଜୀବନଦାୟକ ବୃକ୍ଷ ଅଟେ, ପୁଣି, ଯେ ଜ୍ଞାନବାନ, ସେ ଅନ୍ୟମାନଙ୍କର ଆତ୍ମା ଲାଭ କରେ।


ଯେଉଁମାନେ ତାହାର ଆଶ୍ରୟ ନିଅନ୍ତି, ସେମାନଙ୍କ ପ୍ରତି ସେ ଜୀବନଦାୟକ ବୃକ୍ଷ ସ୍ୱରୂପ; ଯେଉଁ ଲୋକ ତାହା ଧରି ରଖେ, ସେ ଧନ୍ୟ।


କେବଳ ଉଦ୍ୟାନର ମଧ୍ୟସ୍ଥିତ ବୃକ୍ଷର ଫଳ ବିଷୟରେ ପରମେଶ୍ୱର କହିଅଛନ୍ତି, ‘ତୁମ୍ଭେମାନେ ତାହା ଖାଇବ ନାହିଁ ଓ ଛୁଇଁବ ନାହିଁ, ତାହା କଲେ ମରିବ।’”


ମାତ୍ର, ସଦସତ୍‍ ଜ୍ଞାନଦାୟକ ବୃକ୍ଷର ଫଳ ଭୋଜନ କରିବ ନାହିଁ, ଯେହେତୁ ଯେଉଁ ଦିନ ତାହା ଖାଇବ, ସେହି ଦିନ ନିତାନ୍ତ ମରିବ।”


ଆମ୍ଭେ ତାହାକୁ ଗର୍ତ୍ତ ଅବରୋହଣକାରୀମାନଙ୍କ ସହିତ ପାତାଳକୁ ପକାଇଦେବା ବେଳେ, ତାହାର ପତନ ଶବ୍ଦରେ ଗୋଷ୍ଠୀୟମାନଙ୍କୁ କମ୍ପିତ କରାଇଲୁ; ପୁଣି, ଏଦନର, ଅର୍ଥାତ୍‍, ଲିବାନୋନର ମନୋନୀତ ଓ ସର୍ବୋତ୍ତମ ଜଳପାୟୀ ବୃକ୍ଷସକଳ ଅଧୋଭୁବନରେ ସାନ୍ତ୍ୱନା ପାଇଲେ।


ମୁଁ ଜୀବନଦାୟକ ଆହାର।


ଏହିରୂପେ ତୁମ୍ଭେ ଐଶ୍ୱର୍ଯ୍ୟରେ ଓ ମହତ୍ତ୍ୱରେ ଏଦନସ୍ଥ ବୃକ୍ଷସମୂହର ମଧ୍ୟରେ କାହାର ତୁଲ୍ୟ? ତଥାପି ତୁମ୍ଭେ ଏଦନସ୍ଥ ବୃକ୍ଷଗଣର ସହିତ ଅଧୋଭୁବନକୁ ଅଣାଯିବ; ତୁମ୍ଭେ ଅସୁନ୍ନତ ଲୋକମାନଙ୍କ ମଧ୍ୟରେ ଖଡ୍ଗହତ ଲୋକମାନଙ୍କ ସହିତ ଶୟନ କରିବ। ଏହି ଫାରୋ ଓ ତାହାର ସମସ୍ତ ଲୋକ ଏପରି ଅଟନ୍ତି, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”


କାରଣ ତୁମ୍ଭେ ଆପଣା ଦୁଷ୍ଟତାରେ ନିର୍ଭର ରଖିଅଛ; ତୁମ୍ଭେ କହିଅଛ, “କେହି ଆମ୍ଭକୁ ଦେଖୁ ନାହିଁ,” ତୁମ୍ଭର ଜ୍ଞାନ ଓ ବିଦ୍ୟା ତୁମ୍ଭକୁ ବିପଥଗାମୀ କରିଅଛି; ପୁଣି ତୁମ୍ଭେ ଆପଣା ମନେ ମନେ କହିଅଛ, “ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ;”


ଆମ୍ଭେ ମିଥ୍ୟାବାଦୀମାନଙ୍କର (ଦତ୍ତ) ଲକ୍ଷଣସବୁ ବିଫଳ କରୁ ଓ ମନ୍ତ୍ରଜ୍ଞମାନଙ୍କୁ ଉନ୍ମତ୍ତ କରୁ; ଆମ୍ଭେ ଜ୍ଞାନୀମାନଙ୍କୁ ପଛକୁ ହଟାଇ ଦେଉ ଓ ସେମାନଙ୍କର ଜ୍ଞାନ ମୂର୍ଖତା କରୁ;


ଦେବପ୍ରସାଦ ସମ୍ବନ୍ଧରେ ମୋହର ଉତ୍ତର ଏହି, ଆମ୍ଭ ସମସ୍ତଙ୍କର ଜ୍ଞାନ ଅଛି ବୋଲି ତୁମ୍ଭେମାନେ ଯାହା କହୁଅଛ, ତାହା ଆମ୍ଭେମାନେ ଜାଣୁ। ଜ୍ଞାନ ଅହଙ୍କାର ଜନ୍ମାଏ, କିନ୍ତୁ ପ୍ରେମରୁ ନିଷ୍ଠା ଜାତ ହୁଏ।


ଆଉ ଯେବେ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ତାହାଙ୍କ ଆଜ୍ଞାନୁସାରେ ଏହି ସମସ୍ତ ଆଜ୍ଞା ପାଳନ କରିବାକୁ ମନୋଯୋଗ କରିବା, ତେବେ ତାହା ଆମ୍ଭମାନଙ୍କ ନିମନ୍ତେ ଧାର୍ମିକତା ହେବ।”


ଏହିରୂପେ ସେ ଆଦମଙ୍କୁ ତଡ଼ିଦେଲେ; ପୁଣି, ଅମୃତ ବୃକ୍ଷର ପଥ ରକ୍ଷା କରିବା ନିମିତ୍ତ ଏଦନ ଉଦ୍ୟାନର ପୂର୍ବ ଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ୍ଗ ସ୍ଥାପନ କଲେ।


ବରଞ୍ଚ ପରମେଶ୍ୱର ଜାଣନ୍ତି, ତୁମ୍ଭେମାନେ ଯେଉଁ ଦିନ ତାହା ଖାଇବ, ସେହି ଦିନ ତୁମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ ହେବ, ତହିଁରେ ତୁମ୍ଭେମାନେ ପରମେଶ୍ୱରଙ୍କ ପରି ଭଲ ଓ ମନ୍ଦର ଜ୍ଞାନ ପାଇବ।”


Swiv nou:

Piblisite


Piblisite