Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 20:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି, ସେ ସାରାକୁ କହିଲେ, “ଦେଖ, ଆମ୍ଭେ ତୁମ୍ଭ ଭ୍ରାତାକୁ ସହସ୍ର ଖଣ୍ଡ ରୂପା ଦେଲୁ; ଦେଖ, ତାହା ତୁମ୍ଭ ପ୍ରତି ଘଟିଥିବା ସକଳ ବିଷୟ ନିମନ୍ତେ ସମସ୍ତଙ୍କ ସାକ୍ଷାତରେ ଚକ୍ଷୁର ଆବରଣ ସ୍ୱରୂପ; ଆଉ ସମସ୍ତ ବିଷୟରେ ତୁମ୍ଭ ପ୍ରତି ନ୍ୟାୟବିଚାର କରାଗଲା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ପୁଣି ସେ ସାରାକୁ କହିଲେ, ଦେଖ, ଆମ୍ଭେ ତୁମ୍ଭ ଭ୍ରାତାକୁ ସହସ୍ର ଖଣ୍ତ ରୂପା ଦେଲୁ; ଦେଖ, ତାହା ତୁମ୍ଭ ପ୍ରତି ଘଟିଥିବା ସକଳ ବିଷୟ ନିମନ୍ତେ ସମସ୍ତଙ୍କ ସାକ୍ଷାତରେ ଚକ୍ଷୁର ଆବରଣ ସ୍ଵରୂପ; ଆଉ ସମସ୍ତ ବିଷୟରେ ତୁମ୍ଭ ପ୍ରତି ନ୍ୟାୟ ବିଚାର କରାଗଲା।

Gade chapit la Kopi

ଓଡିଆ ବାଇବେଲ

16 ପୁଣି, ସେ ସାରାକୁ କହିଲେ, “ଦେଖ, ଆମ୍ଭେ ତୁମ୍ଭ ଭ୍ରାତାକୁ ସହସ୍ର ଖଣ୍ଡ ରୂପା ଦେଲୁ; ଦେଖ, ତାହା ତୁମ୍ଭ ପ୍ରତି ଘଟିଥିବା ସକଳ ବିଷୟ ନିମନ୍ତେ ସମସ୍ତଙ୍କ ସାକ୍ଷାତରେ ଚକ୍ଷୁର ଆବରଣ ସ୍ୱରୂପ; ଆଉ ସମସ୍ତ ବିଷୟରେ ତୁମ୍ଭ ପ୍ରତି ନ୍ୟାୟ ବିଚାର କରାଗଲା।”

Gade chapit la Kopi

ପବିତ୍ର ବାଇବଲ

16 ଅବିମେଲକ ସାରାକୁ କହିଲେ, “ମୁଁ ତୁମ୍ଭର ଭାଇକୁ ସହସ୍ର ରୂପା ଖଣ୍ଡ ଦେଉଛି। ମୁଁ ଏପରି କରୁଛି କାରଣ ମୁଁ ଅନୁତପ୍ତ ଯେ ଯାହା କରିଛି ଭୁଲ୍ କରିଛି। ମୁଁ ଗ୍ଭହେଁ ପ୍ରତ୍ୟେକେ ଦେଖନ୍ତୁ ଓ ହୃ‌ଦ୍‌ବୋଧ କରନ୍ତୁ ଯେ, ମୁଁ ଠିକ୍ କରୁଛି ବୋଲି।”

Gade chapit la Kopi




ଆଦି ପୁସ୍ତକ 20:16
11 Referans Kwoze  

ଗୁପ୍ତ ପ୍ରେମଠାରୁ ପ୍ରକାଶିତ ଅନୁଯୋଗ ଭଲ।


ସେହି ବ୍ୟକ୍ତି କି ନିଜେ ମୋତେ କହି ନ ଥିଲା ଯେ, ସେ ମୋହର ଭଗିନୀ? ପୁଣି, ସେହି ସ୍ତ୍ରୀ ନିଜେ କହିଲା କି ସେ ମୋହର ଭ୍ରାତା; ଏଣୁ ମନର ସରଳତା ଓ ହସ୍ତର ନିର୍ଦ୍ଦୋଷତାରେ ମୁଁ ଏହି କାର୍ଯ୍ୟ କରିଅଛି।”


ପୁଣି, ସେ ସେହି ଦାସକୁ ପଚାରିଲା, “ଆମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଯେ କ୍ଷେତ୍ର ମଧ୍ୟରେ ଆସୁଅଛି, ସେହି ପୁରୁଷ କିଏ?” ତହିଁରେ ଦାସ ଉତ୍ତର କଲା, “ସେ ମୋହର ପ୍ରଭୁ,” ଏଣୁ ରିବିକା ଘୋଡ଼ଣୀ ନେଇ ଆପଣାକୁ ଆଚ୍ଛାଦନ କଲା।


ଆମ୍ଭେ ଯେତେ ଲୋକଙ୍କୁ ପ୍ରେମ କରୁ, ସେମାନଙ୍କୁ ଅନୁଯୋଗ ଓ ଶାସନ କରିଥାଉ; ଅତଏବ ଉଦ୍‍ଯୋଗୀ ହୋଇ ମନ-ପରିବର୍ତ୍ତନ କର।


ତହିଁରେ ଜାହାଜର ଅଧ୍ୟକ୍ଷ ତାଙ୍କ ନିକଟକୁ ଆସି କହିଲେ, “ହେ ନିଦ୍ରାଳୁ, କଅଣ କରୁଅଛ? ଉଠ, ତୁମ୍ଭ ଦେବତାଙ୍କ ନିକଟରେ ପ୍ରାର୍ଥନା କର, କେଜାଣି ତୁମ୍ଭର ଦେବତା ଆମ୍ଭମାନଙ୍କ ବିଷୟରେ ମନୋଯୋଗ କରିବେ ଓ ଆମ୍ଭେମାନେ ବିନଷ୍ଟ ନୋହିବୁ।”


ସୁବର୍ଣ୍ଣ କର୍ଣ୍ଣକୁଣ୍ଡଳ ଓ ଶୁଦ୍ଧ ସୁବର୍ଣ୍ଣର ଅଳଙ୍କାର ଯେପରି, ମନୋଯୋଗକାରୀ କର୍ଣ୍ଣ ପ୍ରତି ଜ୍ଞାନବାନ ଭର୍ତ୍ସନାକାରୀ ସେପରି।


ଯେଉଁ ଲୋକ ଅନୁଶାସନ ଭଲ ପାଏ, ସେ ଜ୍ଞାନ ଭଲ ପାଏ; ମାତ୍ର ଯେ ଅନୁଯୋଗ ଘୃଣା କରେ, ସେ ପଶୁ ତୁଲ୍ୟ।


ଏଥିଉତ୍ତାରେ ଅବିମେଲକ ସବୁ ଲୋକଙ୍କୁ ଏହି ଆଜ୍ଞା ଦେଲେ, “ଯେକେହି ସେହି ମନୁଷ୍ୟକୁ କିଅବା ତାହାର ଭାର୍ଯ୍ୟାକୁ ସ୍ପର୍ଶ କରିବ, ତାହାର ପ୍ରାଣଦଣ୍ଡ ଅବଶ୍ୟ ହେବ।”


ଏଥିଉତ୍ତାରେ ଅବ୍ରହାମ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ପରମେଶ୍ୱର ଅବିମେଲକଙ୍କୁ ଓ ତାଙ୍କ ଭାର୍ଯ୍ୟାକୁ ଓ ତାହାର ଦାସୀଗଣକୁ ସୁସ୍ଥ କଲେ; ତହିଁରେ ସେମାନଙ୍କର ସନ୍ତାନସନ୍ତତି ଜାତ ହେଲେ।


Swiv nou:

Piblisite


Piblisite