Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 20:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ଅବ୍ରହାମ ଆପଣା ଭାର୍ଯ୍ୟା ସାରା ବିଷୟରେ କହିଲେ, “ସେ ମୋହର ଭଗିନୀ;” ଏହେତୁ ଗରାରର ରାଜା ଅବିମେଲକ ଲୋକ ପଠାଇ ସାରାକୁ ନେଇଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି ଅବ୍ରହାମ ଆପଣା ଭାର୍ଯ୍ୟା ସାରା ବିଷୟରେ କହିଲେ, ସେ ମୋହର ଭଗିନୀ; ଏହେତୁ ଗରାରର ରାଜା ଅବିମେଲକ ଲୋକ ପଠାଇ ସାରାକୁ ନେଇଗଲେ।

Gade chapit la Kopi

ଓଡିଆ ବାଇବେଲ

2 ପୁଣି, ଅବ୍ରହାମ ଆପଣା ଭାର୍ଯ୍ୟା ସାରା ବିଷୟରେ କହିଲେ, “ସେ ମୋହର ଭଗିନୀ; ଏହେତୁ ଗରାରର ରାଜା ଅବିମେଲକ ଲୋକ ପଠାଇ ସାରାକୁ ନେଇଗଲେ।”

Gade chapit la Kopi

ପବିତ୍ର ବାଇବଲ

2 ଯେତେବେଳେ ଗରାରରେ ଥିଲେ, ଅବ୍ରହାମ ଲୋକମାନଙ୍କୁ କହିଲେ, ସାରା ହେଉଛି ତାଙ୍କର ଭଉଣୀ, ଗରାରର ରାଜା ଅବିମେଲକ୍ ଏ କଥା ଶୁଣିଲେ। ଅବିମେଲକ ସାରାଙ୍କୁ ଗ୍ଭହୁଁଥିଲେ। ତେଣୁ ସେ ତାଙ୍କୁ ଆଣିବା ପାଇଁ କେତେକ ଦାସକୁ ପଠାଇଲେ।

Gade chapit la Kopi




ଆଦି ପୁସ୍ତକ 20:2
17 Referans Kwoze  

ପୁଣି, ଫାରୋଙ୍କର ଅଧିପତିମାନେ ତାଙ୍କୁ ଦେଖି ଫାରୋଙ୍କ ଛାମୁରେ ତାଙ୍କର ପ୍ରଶଂସା କରନ୍ତେ, ସେହି ସ୍ତ୍ରୀ ଫାରୋଙ୍କର ଗୃହକୁ ଅଣାଗଲେ।


ତହିଁରେ ସେହି ସ୍ଥାନର ଲୋକମାନେ ତାଙ୍କର ଭାର୍ଯ୍ୟା ବିଷୟରେ ପଚାରନ୍ତେ, ସେ କହିଲେ, “ସେ ମୋହର ଭଗିନୀ,” ଯେହେତୁ ସେହି ସ୍ଥାନର ଲୋକମାନେ ରିବିକା ଲାଗି ମୋତେ ଅବା ବଧ କରିବେ, ଏହା ଭାବି ସେ ତାହାକୁ ଆପଣାର ଭାର୍ଯ୍ୟା ବୋଲି କହିବାକୁ ଭୟ କଲେ; ଯେହେତୁ ସେ ପରମସୁନ୍ଦରୀ ଥିଲା।


ପରସ୍ପର ମିଥ୍ୟା କୁହ ନାହିଁ ତୁମ୍ଭେମାନେ ତ ପୁରାତନ ସ୍ୱଭାବ


ଅତଏବ ମିଥ୍ୟା ପରିତ୍ୟାଗ କରି ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ପ୍ରତିବାସୀ ସହିତ ସତ୍ୟ ଆଳାପ କର, କାରଣ ଆମ୍ଭେମାନେ ପରସ୍ପରର ଅଙ୍ଗପ୍ରତ୍ୟଙ୍ଗ।


ପାପ ନ କରି ସତ୍କର୍ମ କରେ, ଏପରି ଜଣେ ଧାର୍ମିକ ନିଶ୍ଚୟ ପୃଥିବୀରେ ନାହିଁ।


ଯେଣୁ ଧାର୍ମିକ ସାତ ଥର ପଡ଼ିଲେ ହେଁ ପୁନର୍ବାର ଉଠେ; ମାତ୍ର ଦୁଷ୍ଟମାନେ ବିପଦରେ ଝୁଣ୍ଟି ପଡ଼ନ୍ତି।


ତଥାପି ଦେଶରେ ଯେଉଁ ଅଦ୍ଭୁତ କାର୍ଯ୍ୟ ହୋଇଥିଲା, ତହିଁର ବିବରଣ ପଚାରିବା ନିମିତ୍ତ ତାଙ୍କ ନିକଟକୁ ବାବିଲୀୟ ଅଧିପତିମାନଙ୍କ ପ୍ରେରିତ ଦୂତମାନଙ୍କ କାର୍ଯ୍ୟ ସମ୍ବନ୍ଧରେ ଯେପରି ସେ ଆପଣା ଅନ୍ତଃକରଣର ସମସ୍ତ ଭାବ ଜାଣି ପାରିବେ, ଏଥିପାଇଁ ପରମେଶ୍ୱର ତାଙ୍କର ପରୀକ୍ଷା ନେବା ସକାଶେ ତାଙ୍କୁ ଛାଡ଼ିଦେଲେ।


ପୁଣି ହନାନିର ପୁତ୍ର ଯେହୂ ଦର୍ଶକ ତାଙ୍କୁ ଭେଟିବାକୁ ବାହାରକୁ ଯାଇ ଯିହୋଶାଫଟ୍‍ ରାଜାଙ୍କୁ କହିଲା, “ଦୁଷ୍ଟମାନଙ୍କର ସାହାଯ୍ୟ କରିବା, ପୁଣି ଯେଉଁମାନେ ସଦାପ୍ରଭୁଙ୍କୁ ଘୃଣା କରନ୍ତି, ସେମାନଙ୍କୁ ପ୍ରେମ କରିବା କି ତୁମ୍ଭର କର୍ତ୍ତବ୍ୟ? ଏହି କାର୍ଯ୍ୟ ହେତୁ ସଦାପ୍ରଭୁଙ୍କଠାରୁ ତୁମ୍ଭ ଉପରେ କୋପ ଉପସ୍ଥିତ।


ଏଥିଉତ୍ତାରେ ଅବିମେଲକ ଇସ୍‌ହାକଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ନିକଟରୁ ପ୍ରସ୍ଥାନ କର, ଯେହେତୁ ତୁମ୍ଭେ ଆମ୍ଭମାନଙ୍କଠାରୁ ଅଧିକ ବଳବାନ ହୋଇଅଛ।”


ପୂର୍ବେ ଅବ୍ରହାମଙ୍କର, ବର୍ତ୍ତମାନ ସମୟରେ ଯେରୂପ ଦୁର୍ଭିକ୍ଷ ହୋଇଥିଲା, ସେହି ଦେଶରେ ଆଉ ଥରେ ସେରୂପ ଦୁର୍ଭିକ୍ଷ ଉପସ୍ଥିତ ହୁଅନ୍ତେ, ଇସ୍‌ହାକ ଗରାରରେ ପଲେଷ୍ଟୀୟମାନଙ୍କ ରାଜା ଅବିମେଲକ ନିକଟକୁ ଗଲେ।


ସେ ମୋହର ଭଗିନୀ, ଏହା ସତ୍ୟ, ଯେହେତୁ ସେ ମୋହର ପିତୃକନ୍ୟା, ମାତୃକନ୍ୟା ନୁହେଁ, ପୁଣି, ମୋହର ଭାର୍ଯ୍ୟା ହେଲା।


ସେତେବେଳେ ମାରେଶା-ନିବାସୀ ଦୋଦବାହୁର ପୁତ୍ର ଇଲୀୟେଜର ଯିହୋଶାଫଟ୍‍ଙ୍କ ବିରୁଦ୍ଧରେ ଏହି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କହିଲା, “ତୁମ୍ଭେ ଅହସୀୟ ସଙ୍ଗେ ମିଶିଅଛ, ଏହେତୁ ସଦାପ୍ରଭୁ ତୁମ୍ଭର କର୍ମସବୁ ବିନାଶ କରିଅଛନ୍ତି।” ତହିଁରେ ସେହି ସବୁ ଜାହାଜ ଭାଙ୍ଗିଗଲା ଓ ତର୍ଶୀଶକୁ ଯାଇ ପାରିଲା ନାହିଁ।


ଏହି ସମୟରେ ଅବିମେଲକ ଓ ଫୀଖୋଲ ନାମକ ତାଙ୍କର ସେନାପତି ଅବ୍ରହାମଙ୍କୁ କହିଲେ, “ପରମେଶ୍ୱର ତୁମ୍ଭର ସବୁ କାର୍ଯ୍ୟରେ ସହାୟ ଅଟନ୍ତି।


ଲୋକଭୟ ଫାନ୍ଦଜନକ; ମାତ୍ର ସଦାପ୍ରଭୁଙ୍କଠାରେ ଯେ ନିର୍ଭର ରଖେ, ସେ ସୁରକ୍ଷିତ ହେବ।


ଆପଣା ପ୍ରତିବାସୀର ସ୍ତ୍ରୀଠାରେ ଯେଉଁ ବ୍ୟକ୍ତି ଗମନ କରେ, ସେ ତଦ୍ରୂପ; ଯେ ତାହାକୁ ଛୁଏଁ, ସେ ଅଦଣ୍ଡିତ ନୋହିବ।


Swiv nou:

Piblisite


Piblisite