Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 20:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତେବେ ପରମେଶ୍ୱର ସ୍ୱପ୍ନ ଯୋଗେ ତାହାକୁ କହିଲେ, “ତୁମ୍ଭେ ମନର ସରଳତାରେ ଏହି କର୍ମ କରିଅଛ; ଏହା ଆମ୍ଭେ ଜାଣୁ; ପୁଣି, ଆମ୍ଭେ ମଧ୍ୟ ଆମ୍ଭ ବିରୁଦ୍ଧରେ ପାପ କରିବାକୁ ତୁମ୍ଭକୁ ବାରଣ କଲୁ; ଏନିମନ୍ତେ ତାଙ୍କୁ ସ୍ପର୍ଶ କରିବାକୁ ତୁମ୍ଭଙ୍କୁ ଦେଲୁ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତେବେ ପରମେଶ୍ଵର ସ୍ଵପ୍ନ ଯୋଗେ ତାହାକୁ କହିଲେ, ତୁମ୍ଭେ ମନର ସରଳତାରେ ଏହି କର୍ମ କରିଅଛ; ଏହା ଆମ୍ଭେ ଜାଣୁ; ପୁଣି ଆମ୍ଭେ ମଧ୍ୟ ଆମ୍ଭ ବିରୁଦ୍ଧରେ ପାପ କରିବାକୁ ତୁମ୍ଭକୁ ବାରଣ କଲୁ; ଏ ନିମନ୍ତେ ତାକୁ ସ୍ପର୍ଶ କରିବାକୁ ତୁମ୍ଭକୁ ଦେଲୁ ନାହିଁ।

Gade chapit la Kopi

ଓଡିଆ ବାଇବେଲ

6 ତେବେ ପରମେଶ୍ୱର ସ୍ୱପ୍ନ ଯୋଗେ ତାହାକୁ କହିଲେ, “ତୁମ୍ଭେ ମନର ସରଳତାରେ ଏହି କର୍ମ କରିଅଛ; ଏହା ଆମ୍ଭେ ଜାଣୁ; ପୁଣି, ଆମ୍ଭେ ମଧ୍ୟ ଆମ୍ଭ ବିରୁଦ୍ଧରେ ପାପ କରିବାକୁ ତୁମ୍ଭକୁ ବାରଣ କଲୁ; ଏ ନିମନ୍ତେ ତାଙ୍କୁ ସ୍ପର୍ଶ କରିବାକୁ ତୁମ୍ଭଙ୍କୁ ଦେଲୁ ନାହିଁ।

Gade chapit la Kopi

ପବିତ୍ର ବାଇବଲ

6 ଏହା ପରେ ପରମେଶ୍ୱର ଅବିମେଲକକୁ ସ୍ୱପ୍ନରେ କହିଲେ, “ହଁ, ମୁଁ ଜାଣେ ତୁମ୍ଭେ ନିର୍ଦ୍ଦୋଷ। ତେଣୁ ମୁଁ ତୁମ୍ଭକୁ ରକ୍ଷା କଲି। ମୁଁ ତୁମ୍ଭକୁ ମୋ’ ବିରୁଦ୍ଧରେ ପାପ କରିବାକୁ ଦେବି ନାହିଁ। ମୁଁ ତୁମ୍ଭକୁ ତାଙ୍କ ସହିତ ସହବାସ କରିବାକୁ ଦେଇ ନ ଥିଲି।

Gade chapit la Kopi




ଆଦି ପୁସ୍ତକ 20:6
22 Referans Kwoze  

କାରଣ ତୁମ୍ଭକୁ ହିଂସା କରିବାରୁ ମୋତେ ବାରଣ କଲେ ଯେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର, ତାହାଙ୍କର ଜୀବିତ ଥିବା ପ୍ରମାଣେ ଏହା ସତ୍ୟ ଯେ, ତୁମ୍ଭେ ଶୀଘ୍ର ମୋତେ ଭେଟିବା ପାଇଁ ଆସି ନ ଥିଲେ, ସକାଳ ଆଲୁଅ ବେଳକୁ ନାବଲର ଗୋଟିଏ ପୁରୁଷ ପିଲା ଅବଶିଷ୍ଟ ନ ଥାଆନ୍ତା।”


ହେ ମୋହର ପ୍ରଭୋ, ସଦାପ୍ରଭୁ ତ ଆପଣଙ୍କୁ ରକ୍ତପାତ ଦୋଷରୁ ଓ ଆପଣଙ୍କ ନିଜ ହସ୍ତରେ ଆତ୍ମ-ପ୍ରତିକାର କରିବାରୁ ବାରଣ କଲେ, ଏହେତୁ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣ ଜୀବିତ ଥିବା ପ୍ରମାଣେ ଆପଣଙ୍କ ଶତ୍ରୁମାନେ ଓ ମୋର ପ୍ରଭୁଙ୍କ ଅମଙ୍ଗଳ ଅନ୍ୱେଷଣକାରୀମାନେ ନାବଲ ପରି ହେଉନ୍ତୁ।


ରାଜାର ଅନ୍ତଃକରଣ ସଦାପ୍ରଭୁଙ୍କ ହସ୍ତରେ ଜଳପ୍ରଣାଳୀ ତୁଲ୍ୟ ଥାଏ; ସେ ଯେଉଁଆଡ଼େ ଇଚ୍ଛା, ସେଆଡ଼େ ତାହା ଫେରାନ୍ତି।


ଏଉତ୍ତାରେ ସେମାନେ ଯାତ୍ରା କଲେ; ସେତେବେଳେ ଚତୁର୍ଦ୍ଦିଗସ୍ଥ ନଗରରେ ପରମେଶ୍ୱରଙ୍କଠାରୁ ଭୟ ଉପସ୍ଥିତ ହେବାରୁ ସେମାନେ ଯାକୁବଙ୍କର ପୁତ୍ରମାନଙ୍କୁ ଗୋଡ଼ାଇଲେ ନାହିଁ।


ତଥାପି ତୁମ୍ଭମାନଙ୍କ ପିତା ମୋତେ ପ୍ରବଞ୍ଚନା କରି ଦଶ ଥର ମୋହର ବେତନ ପରିବର୍ତ୍ତନ କରିଅଛନ୍ତି; ମାତ୍ର ପରମେଶ୍ୱର ତାଙ୍କୁ ମୋହର କ୍ଷତି କରିବାକୁ ଦେଇ ନାହାନ୍ତି।


କାରଣ ଅଧର୍ମର ନିଗୂଢ଼ତତ୍ତ୍ୱ ବର୍ତ୍ତମାନ ସୁଦ୍ଧା କାର୍ଯ୍ୟ କରୁଅଛି, ବାଧା ଦେଉଥିବା ବ୍ୟକ୍ତି ବାହାର ନ ହେବା ପର୍ଯ୍ୟନ୍ତ ତାହା କାର୍ଯ୍ୟ କରୁଥିବ।


କାରଣ ସଦାପ୍ରଭୁ ପରମେଶ୍ୱର ସୂର୍ଯ୍ୟ ଓ ଢାଲ ଅଟନ୍ତି; ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ; ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ।


କାରଣ ଆମ୍ଭେ ତୁମ୍ଭ ସମ୍ମୁଖରୁ ଅନ୍ୟ ଦେଶୀୟ ଲୋକମାନଙ୍କୁ ଦୂର କରିବା ଓ ତୁମ୍ଭର ସୀମା ବିସ୍ତାର କରିବା, ପୁଣି, ତୁମ୍ଭେ ବର୍ଷ ମଧ୍ୟରେ ତିନି ଥର ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବା ନିମନ୍ତେ ଗମନ କଲେ, ତୁମ୍ଭ ଭୂମି ପ୍ରତି କେହି ଲୋଭ କରିବ ନାହିଁ।


ଏଣୁ ପ୍ରଭୁ ଏହା କହନ୍ତି, “ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ବାହାରି ଆସ, ଆଉ ପୃଥକ ହୁଅ, ଆଉ, ଅଶୁଚି ପଦାର୍ଥ ସ୍ପର୍ଶ କର ନାହିଁ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା”


ତହିଁରେ ସେମାନେ ଯେପରି ଆପଣା ଆପଣା ମନ୍ତ୍ରଣାନୁସାରେ ଚାଲିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ହୃଦୟର କଠିନତାନୁସାରେ ଛାଡ଼ିଦେଲୁ।


ମୁଁ ତୁମ୍ଭ ବିରୁଦ୍ଧରେ, କେବଳ ତୁମ୍ଭ ବିରୁଦ୍ଧରେ ପାପ କରିଅଛି, ଆଉ, ତୁମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ କରିଅଛି; ତେଣୁ ତୁମ୍ଭେ କଥା କହିବା ବେଳେ ଧାର୍ମିକ ଓ ବିଚାର କରିବା ବେଳେ ନିର୍ଦ୍ଦୋଷ ହେବ।


ଏହି ଗୃହରେ ମୋʼ ଠାରୁ ବଡ଼ କେହି ନାହିଁ; ତୁମ୍ଭେ ତାଙ୍କର ଭାର୍ଯ୍ୟା, ଏନିମନ୍ତେ କେବଳ ତୁମ୍ଭ ଛଡ଼ା ମୋʼ ପ୍ରତି ଆଉ କିଛି ମନା ନାହିଁ। ଏହେତୁ ମୁଁ କିପରି ଏଡ଼େ ବଡ଼ ଦୁଷ୍ଟତା ଓ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିପାରେ?”


ଯେହେତୁ ଅବ୍ରହାମଙ୍କର ଭାର୍ଯ୍ୟା ସାରା ସକାଶେ ସଦାପ୍ରଭୁ ଅବିମେଲକଙ୍କ ଗୃହସ୍ଥିତ ଲୋକମାନଙ୍କର ଗର୍ଭରୋଧ କରିଥିଲେ।


ଆଉ, ଏଥିପାଇଁ ସେମାନେ ଯେପରି ମିଥ୍ୟାରେ ବିଶ୍ୱାସ କରନ୍ତି, ସେଥିନିମନ୍ତେ ଈଶ୍ବର ସେମାନଙ୍କ ନିକଟକୁ ଭ୍ରାନ୍ତିଜନକ ଶକ୍ତି ପଠାଇଅଛନ୍ତି,


ତୁମ୍ଭେମାନେ ଯେଉଁ ସବୁ ବିଷୟ ଲେଖିଅଛ, ସେହି ସବୁର ଉତ୍ତର ଏହି, ସ୍ତ୍ରୀଲୋକକୁ ସ୍ପର୍ଶ ନ କରିବା ପୁରୁଷ ପକ୍ଷରେ ଭଲ;


“କେହି ଯଦି ପାପ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରେ, ଅର୍ଥାତ୍‍, ଗଚ୍ଛିତ ବା ହସ୍ତରେ ସମର୍ପିତ କିଅବା ଅପହୃତ ଦ୍ରବ୍ୟ ବିଷୟରେ ଆପଣା ପ୍ରତିବାସୀ ସହିତ ଅସତ୍ୟ ବ୍ୟବହାର କରେ, ଅଥବା ଆପଣା ପ୍ରତିବାସୀ ପ୍ରତି ଅନ୍ୟାୟ କରେ;


ଏଥିଉତ୍ତାରେ ଅବିମେଲକ ସବୁ ଲୋକଙ୍କୁ ଏହି ଆଜ୍ଞା ଦେଲେ, “ଯେକେହି ସେହି ମନୁଷ୍ୟକୁ କିଅବା ତାହାର ଭାର୍ଯ୍ୟାକୁ ସ୍ପର୍ଶ କରିବ, ତାହାର ପ୍ରାଣଦଣ୍ଡ ଅବଶ୍ୟ ହେବ।”


କେବଳ ଉଦ୍ୟାନର ମଧ୍ୟସ୍ଥିତ ବୃକ୍ଷର ଫଳ ବିଷୟରେ ପରମେଶ୍ୱର କହିଅଛନ୍ତି, ‘ତୁମ୍ଭେମାନେ ତାହା ଖାଇବ ନାହିଁ ଓ ଛୁଇଁବ ନାହିଁ, ତାହା କଲେ ମରିବ।’”


ଆଉ, ସେ ବିଚାରାସନରେ ବସିଥିବା ସମୟରେ ତାହାଙ୍କ ସ୍ତ୍ରୀ ତାହାଙ୍କ ପାଖକୁ କହି ପଠାଇଲେ, ସେହି ଧାର୍ମିକ ଲୋକଙ୍କ କଥାରେ ତୁମ୍ଭେ ଆଦୌ ହାତ ଦିଅ ନାହିଁ, କାରଣ ତାହାଙ୍କ ଯୋଗୁଁ ମୁଁ ଆଜି ସ୍ୱପ୍ନରେ ବହୁତ କଷ୍ଟ ଭୋଗିଅଛି।


ମାତ୍ର ପରମେଶ୍ୱର ରାତ୍ରିକାଳେ ସ୍ୱପ୍ନରେ ଅରାମୀୟ ଲାବନ ନିକଟରେ ଉପସ୍ଥିତ ହୋଇ ତାହାକୁ କହିଲେ, “ସାବଧାନ, ଯାକୁବକୁ ଭଲ ମନ୍ଦ କିଛି କୁହ ନାହିଁ।”


ଆପଣା ପ୍ରତିବାସୀର ସ୍ତ୍ରୀଠାରେ ଯେଉଁ ବ୍ୟକ୍ତି ଗମନ କରେ, ସେ ତଦ୍ରୂପ; ଯେ ତାହାକୁ ଛୁଏଁ, ସେ ଅଦଣ୍ଡିତ ନୋହିବ।


Swiv nou:

Piblisite


Piblisite