Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 21:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏହେତୁ ସେ ଅବ୍ରହାମଙ୍କୁ କହିଲା, “ତୁମ୍ଭେ ଏହି ଦାସୀକୁ ଓ ଏହାର ପୁତ୍ରକୁ ଦୂର କରିଦିଅ; କାରଣ ଏହି ଦାସୀର ପୁତ୍ର ମୋହର ପୁତ୍ର ଇସ୍‌ହାକ ସହିତ ଉତ୍ତରାଧିକାରୀ ହେବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଏହେତୁ ସେ ଅବ୍ରହାମଙ୍କୁ କହିଲା, ତୁମ୍ଭେ ଏହି ଦାସୀକି ଓ ଏହାର ପୁତ୍ରକୁ ଦୂର କରି ଦିଅ; କାରଣ ଏହି ଦାସୀପୁତ୍ର ମୋହର ପୁତ୍ର ଇସ୍‍ହାକ ସହିତ ଉତ୍ତରାଧିକାରୀ ହେବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

10 ଏହେତୁ ସେ ଅବ୍ରହାମଙ୍କୁ କହିଲା, “ତୁମ୍ଭେ ଏହି ଦାସୀକି ଓ ଏହାର ପୁତ୍ରକୁ ଦୂର କରି ଦିଅ; କାରଣ ଏହି ଦାସୀର ପୁତ୍ର ମୋହର ପୁତ୍ର ଇସ୍‍ହାକ ସହିତ ଉତ୍ତରାଧିକାରୀ ହେବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

10 ସାରା ଅବ୍ରହାମଙ୍କୁ କହିଲେ, “ସେହି ଦାସୀ ଓ ତା'ର ପୁତ୍ରକୁ ଦୂରସ୍ଥାନକୁ ତଡ଼ିଦିଅ। ଯେତେବେଳେ ଆମ୍ଭେ ମରିଯିବା ମୋର ପୁତ୍ର ଇ‌ସ୍‌ହାକ ଆମ୍ଭର ଉତ୍ତରାଧିକାରୀ ହେବ। ମୁଁ ସେହି ଦାସୀର ପୁତ୍ର, ଇ‌ସ୍‌ହାକ ସହିତ ଅଂଶ ଅଧିକାର ପାଉ ବୋଲି ଗ୍ଭହେଁ ନାହିଁ।”

Gade chapit la Kopi




ଆଦି ପୁସ୍ତକ 21:10
17 Referans Kwoze  

ଦାସ ଅନନ୍ତକାଳ ଗୃହରେ ରହେ ନାହିଁ, ପୁତ୍ର ଅନନ୍ତକାଳ ରହେ।


ସେମାନେ ଆମ୍ଭମାନଙ୍କ ମଧ୍ୟରୁ ବାହାରିଲେ, କିନ୍ତୁ ଆମ୍ଭମାନଙ୍କ ଦଳର ଲୋକ ନ ଥିଲେ; କାରଣ ଯଦି ଆମ୍ଭମାନଙ୍କ ଦଳର ଲୋକ ହୋଇଥାଆନ୍ତେ, ତେବେ ଆମ୍ଭମାନଙ୍କ ସହିତ ରହିଥାଆନ୍ତେ; କିନ୍ତୁ ସମସ୍ତେ ଯେ ଆମ୍ଭମାନଙ୍କ ଦଳର ଲୋକ ନୁହଁନ୍ତି, ଏହା ଯେପରି ପ୍ରକାଶ ପାଇବ, ଏଥିନିମନ୍ତେ ସେମାନେ ବାହାରିଗଲେ।


ଅର୍ଥାତ୍‍ ଯେଉଁ ଅକ୍ଷୟ, ଅକଳଙ୍କିତ, ଅଜର ଅଧିକାର ତୁମ୍ଭମାନଙ୍କ ନିମନ୍ତେ ସ୍ୱର୍ଗରେ ସଞ୍ଚିତ ହୋଇଅଛି, ତାହା ପାଇବା ନିମନ୍ତେ ଆପଣାର ମହାଦୟାରେ ଆମ୍ଭମାନଙ୍କୁ ନୂତନ ଜନ୍ମ ଦେଇଅଛନ୍ତି।


ଏଣୁ ତୁମ୍ଭେ ଆଉ ଦାସ ନୁହଁ, କିନ୍ତୁ ପୁତ୍ର, ପୁଣି, ଯଦି ପୁତ୍ର, ତେବେ ଈଶ୍ବରଙ୍କ କର୍ତ୍ତୃକ ଉତ୍ତରାଧିକାରୀ।


କାରଣ ଅଧିକାର ଯଦି ମୋଶାଙ୍କ ବ୍ୟବସ୍ଥାମୂଳକ ହୁଏ, ତେବେ ତାହା ଆଉ ପ୍ରତିଜ୍ଞାମୂଳକ ନୁହେଁ; କିନ୍ତୁ ଈଶ୍ବର ପ୍ରତିଜ୍ଞା ଦ୍ୱାରା ଅବ୍ରହାମଙ୍କୁ ତାହା ଦାନ କରିଅଛନ୍ତି।


ସେଥିରେ ରାଜା ପରିଚାରକମାନଙ୍କୁ କହିଲେ, ‘ଏହାର ହାତଗୋଡ଼ ବାନ୍ଧି ଏହାକୁ ବାହାର ଅନ୍ଧକାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।


ଅବ୍ରହାମଙ୍କର ପୁତ୍ର ଇସ୍‌ହାକଙ୍କର ବଂଶାବଳୀ। ଅବ୍ରହାମ ଇସ୍‌ହାକଙ୍କୁ ଜାତ କଲେ;


ମାତ୍ର ଅବ୍ରହାମ ଉପପତ୍ନୀମାନଙ୍କ ସନ୍ତାନଗଣକୁ କିଛି କିଛି ଦେଇ ଆପଣା ଜୀବଦ୍ଦଶାରେ ଇସ୍‌ହାକ ନିକଟରୁ ସେମାନଙ୍କୁ ପୂର୍ବଦିଗସ୍ଥ ଦେଶରେ ରହିବାକୁ ବିଦାୟ କଲେ।


ଏଥିଉତ୍ତାରେ ଅବ୍ରହାମ ହସ୍ତ ବିସ୍ତାରି ପୁତ୍ରକୁ ବଧ କରିବା ନିମନ୍ତେ ଛୁରିକା ଧରିଲେ।


ସେତେବେଳେ ଅବ୍ରହାମ କହିଲେ, “ଏ ଦେଶରେ ପରମେଶ୍ୱରଙ୍କ ପ୍ରତି କିଛି ଭୟ ନାହିଁ; ଏନିମନ୍ତେ ମୁଁ ଭାବିଲି, ଏମାନେ ଅବା ମୋହର ଭାର୍ଯ୍ୟା ଲୋଭରେ ମୋତେ ବଧ କରିବେ।


ମାତ୍ର ଆଗାମୀ ବର୍ଷର ଏହି ସମୟରେ ସାରାର ଗର୍ଭରୁ ଯେଉଁ ଇସ୍‌ହାକ ଜନ୍ମିବ, ତାହା ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରିବା।”


ସେତେବେଳେ ପରମେଶ୍ୱର କହିଲେ, “ତୁମ୍ଭର ଭାର୍ଯ୍ୟା ସାରା ତୁମ୍ଭ ନିମନ୍ତେ ନିଶ୍ଚୟ ପୁତ୍ର ପ୍ରସବ କରିବ, ପୁଣି, ତୁମ୍ଭେ ତାହାର ନାମ ଇସ୍‌ହାକ ରଖିବ, ପୁଣି, ଆମ୍ଭେ ତାହା ସହିତ ଆପଣା ନିୟମ ସ୍ଥିର କରିବା; ତାହା ତାହାର ଭବିଷ୍ୟତ ବଂଶ ପକ୍ଷରେ ଚିରସ୍ଥାୟୀ ନିୟମ ହେବ।


ନିନ୍ଦକକୁ ବାହାର କରିଦିଅ, ତହିଁରେ କଳି ବାହାରି ଯିବ; ପୁଣି, ବିରୋଧ ଓ ଅପମାନ ନିବୃତ୍ତ ହେବ।


ମାତ୍ର ଗିଲୀୟଦର ଭାର୍ଯ୍ୟା ତାହାର କେତେକ ପୁତ୍ର ପ୍ରସବ କଲା, ପୁଣି ତାହାର ଭାର୍ଯ୍ୟାର ପୁତ୍ରମାନେ ବଢ଼ନ୍ତେ, ସେମାନେ ଯିପ୍ତହଙ୍କୁ ତଡ଼ିଦେଇ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ପିତୃଗୃହରେ ଅଧିକାର ପାଇବ ନାହିଁ; କାରଣ ତୁମ୍ଭେ ଅନ୍ୟ ସ୍ତ୍ରୀର ପୁତ୍ର।”


Swiv nou:

Piblisite


Piblisite