Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 21:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏଥିଉତ୍ତାରେ ପରମେଶ୍ୱର ବାଳକର ସହାୟ ହୁଅନ୍ତେ, ସେ ବଡ଼ ହେଲା, ପୁଣି, ପ୍ରାନ୍ତରରେ ଥାଇ ଧନୁର୍ଦ୍ଧର ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଅନନ୍ତର ପରମେଶ୍ଵର ବାଳକର ସହାୟ ହୁଅନ୍ତେ, ସେ ବଡ଼ ହେଲା, ପୁଣି ପ୍ରାନ୍ତରରେ ଥାଇ ଧନୁର୍ଦ୍ଧର ହେଲା।

Gade chapit la Kopi

ଓଡିଆ ବାଇବେଲ

20 ଏଥିଉତ୍ତାରେ ପରମେଶ୍ୱର ବାଳକର ସହାୟ ହୁଅନ୍ତେ, ସେ ବଡ଼ ହେଲା, ପୁଣି, ପ୍ରାନ୍ତରରେ ଥାଇ ଧନୁର୍ଦ୍ଧର ହେଲା।

Gade chapit la Kopi

ପବିତ୍ର ବାଇବଲ

20 ପରମେଶ୍ୱରଙ୍କର ଦୟାରୁ ସେହି ବାଳକ ବଡ଼ ହେଲା। ଇଶ୍ମାଏଲ ମରୁଭୂମିରେ ବାସକଲା ଏବଂ ଏକ ଶିକାରୀ ହେଲା। ସେ ଧନୁ ମାରିବା ନିପୁଣଭାବରେ ଶିକ୍ଷା କଲା।

Gade chapit la Kopi




ଆଦି ପୁସ୍ତକ 21:20
13 Referans Kwoze  

ପୁଣି, ଦେଖ, ଆମ୍ଭେ ତୁମ୍ଭର ସହାୟ ଅଟୁ, ଆଉ ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଯିବ, ସେହି ସେହି ସ୍ଥାନରେ ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ପୁନର୍ବାର ତୁମ୍ଭକୁ ଏ ଦେଶକୁ ଆଣିବା; କାରଣ ଆମ୍ଭେ ଯାହା ତୁମ୍ଭକୁ କହିଅଛୁ, ତାହା ସଫଳ ନ କରିବା ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ପରିତ୍ୟାଗ କରିବା ନାହିଁ।”


ମାତ୍ର ସଦାପ୍ରଭୁ ଯୋଷେଫଙ୍କର ସହବର୍ତ୍ତୀ ଥିଲେ, ପୁଣି, ତାଙ୍କ ପ୍ରତି କୃପା ପ୍ରକାଶ କରି କାରାରକ୍ଷକର ଦୃଷ୍ଟିରେ ତାଙ୍କୁ ଅନୁଗ୍ରହପାତ୍ର କଲେ।


ପୁଣି, ସେ ମନୁଷ୍ୟମାନଙ୍କ ମଧ୍ୟରେ ବନ ଗର୍ଦ୍ଦଭ ସ୍ୱରୂପ ହେବ, ତାହାର ହସ୍ତ ସମସ୍ତଙ୍କ ବିରୁଦ୍ଧରେ ଓ ସମସ୍ତଙ୍କ ହସ୍ତ ତାହାର ବିରୁଦ୍ଧରେ ଥିବ, ପୁଣି, ସେ ଆପଣା ଭାଇମାନଙ୍କ ସମ୍ମୁଖରେ ବାସ କରିବ।”


ପୁଣି, ଶିଶୁ ବୃଦ୍ଧି ପାଇ ଆତ୍ମାରେ ଶକ୍ତିମାନ ହେବାକୁ ଲାଗିଲେ ଏବଂ ଇସ୍ରାଏଲ ନିକଟରେ ପ୍ରକାଶିତ ନ ହେବା ପର୍ଯ୍ୟନ୍ତ ପ୍ରାନ୍ତରରେ ରହିଲେ।


ତହିଁରେ ସଦାପ୍ରଭୁଙ୍କ ଦୂତ ତାହାକୁ ଦର୍ଶନ ଦେଇ କହିଲେ, “ହେ ମହାବିକ୍ରମଶାଳୀ ଲୋକ, ସଦାପ୍ରଭୁ ତୁମ୍ଭ ସଙ୍ଗେ ଅଛନ୍ତି।”


ଏଥିଉତ୍ତାରେ ବାଳକମାନେ ବଢ଼ିଲା ଉତ୍ତାରେ ଏଷୌ ମୃଗୟାନିପୁଣ ଓ ବନବିହାରୀ ହେଲା; ପୁଣି, ଯାକୁବ ମୃଦୁ ମନୁଷ୍ୟ ଓ ତମ୍ବୁବାସୀ ହେଲା।


ପୁଣି, ଇଶ୍ମାୟେଲ ବିଷୟରେ ତୁମ୍ଭର ପ୍ରାର୍ଥନା ଶୁଣିଲୁ; ଦେଖ, ଆମ୍ଭେ ତାହାକୁ ଆଶୀର୍ବାଦ କରିବା, ପୁଣି, ବହୁ ପ୍ରଜାବନ୍ତ କରି; ତାହାର ବଂଶ ଅତିଶୟ ବୃଦ୍ଧି କରିବା। ତାହାଠାରୁ ଦ୍ୱାଦଶ ରାଜା ଜାତ ହେବେ ଓ ଆମ୍ଭେ ତାହାକୁ ବଡ଼ ଗୋଷ୍ଠୀ କରିବା।


ସେ ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ହେଲା; ଏଣୁ ଲୋକମାନେ ଏପର୍ଯ୍ୟନ୍ତ ଏହି ଦୃଷ୍ଟାନ୍ତ କହନ୍ତି, “ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ନିମ୍ରୋଦ୍‍ ତୁଲ୍ୟ।”


ଏବେ ବିନୟ କରୁଅଛି, ତୁମ୍ଭେ ଏତେବେଳେ ତୂଣ ଓ ଧନୁକାଦି ଶସ୍ତ୍ର ଘେନି ପ୍ରାନ୍ତରକୁ ଯାଇ ମୋʼ ନିମନ୍ତେ ମୃଗ ଆଣ।


ଆଉ, ଶିଶୁ ବୃଦ୍ଧି ପାଇବାକୁ ଲାଗିଲେ ଓ ଜ୍ଞାନରେ ପୂର୍ଣ୍ଣ ହେଉ ହେଉ ଶକ୍ତିମାନ ହେଲେ, ପୁଣି, ଈଶ୍ବରଙ୍କ ଅନୁଗ୍ରହ ତାହାଙ୍କ ଉପରେ ଥିଲା।


Swiv nou:

Piblisite


Piblisite