Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 21:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେତେବେଳେ ଅବ୍ରହାମ ସାରାର ଗର୍ଭଜାତ ନିଜ ପୁତ୍ରର ନାମ ଇସ୍‌ହାକ ରଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେତେବେଳେ ଅବ୍ରହାମ ସାରାର ଗର୍ଭଜାତ ନିଜ ପୁତ୍ରର ନାମ ଇସ୍‍ହାକ (ହାସ୍ୟ) ରଖିଲେ।

Gade chapit la Kopi

ଓଡିଆ ବାଇବେଲ

3 ସେତେବେଳେ ଅବ୍ରହାମ ସାରାର ଗର୍ଭଜାତ ନିଜ ପୁତ୍ରର ନାମ ଇସ୍‍ହାକ ରଖିଲେ।

Gade chapit la Kopi

ପବିତ୍ର ବାଇବଲ

3 ସାରା ଏକ ପୁତ୍ର ସନ୍ତାନ ଜନ୍ମ ଦେଲେ, ଏବଂ ଅବ୍ରହାମ ତାଙ୍କର ନାମକରଣ କରି ତା'ର ନାମ ଦେଲେ ଇ‌ସ୍‌ହାକ,

Gade chapit la Kopi




ଆଦି ପୁସ୍ତକ 21:3
11 Referans Kwoze  

ସେତେବେଳେ ପରମେଶ୍ୱର କହିଲେ, “ତୁମ୍ଭର ଭାର୍ଯ୍ୟା ସାରା ତୁମ୍ଭ ନିମନ୍ତେ ନିଶ୍ଚୟ ପୁତ୍ର ପ୍ରସବ କରିବ, ପୁଣି, ତୁମ୍ଭେ ତାହାର ନାମ ଇସ୍‌ହାକ ରଖିବ, ପୁଣି, ଆମ୍ଭେ ତାହା ସହିତ ଆପଣା ନିୟମ ସ୍ଥିର କରିବା; ତାହା ତାହାର ଭବିଷ୍ୟତ ବଂଶ ପକ୍ଷରେ ଚିରସ୍ଥାୟୀ ନିୟମ ହେବ।


କିଅବା ଅବ୍ରହାମଙ୍କ ବଂଶ ବୋଲି ଯେ ସମସ୍ତେ ସନ୍ତାନ, ତାହା ନୁହେଁ; କିନ୍ତୁ “ଇସ୍‌ହାକଙ୍କଠାରେ ତୁମ୍ଭର ବଂଶ ଖ୍ୟାତ ହେବ।”


ଆଉ ସାରା କହିଲେ, “ପରମେଶ୍ୱର ମୋତେ ହସାଇଲେ, ଏହା ଶୁଣି ସମସ୍ତେ ମୋʼ ସହିତ ହସିବେ।”


ଇସ୍‌ହାକଙ୍କଠାରୁ ତୁମ୍ଭର ବଂଶ ଖ୍ୟାତ ହେବ, ସେହି ବ୍ୟକ୍ତି ଆପଣାର ଅଦ୍ୱିତୀୟ ପୁତ୍ରଙ୍କୁ ଉତ୍ସର୍ଗ କରିବାକୁ ଯାଉଥିଲେ,


ଅବ୍ରହାମ ଇସ୍‌ହାକଙ୍କୁ ଜନ୍ମ ଦେଲେ, ଇସ୍‌ହାକ ଯାକୁବଙ୍କୁ ଜନ୍ମ ଦେଲେ, ଯାକୁବ, ଯିହୂଦା ଓ ତାହାଙ୍କ ଭାଇମାନଙ୍କୁ ଜନ୍ମ ଦେଲେ,


ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମଙ୍କୁ ସେହି ନଦୀ ସେପାରିରୁ ନେଇ କିଣାନ ଦେଶର ସର୍ବତ୍ର ଭ୍ରମଣ କରାଇଲୁ ଓ ତାହାର ବଂଶକୁ ବହୁପ୍ରଜ କଲୁ ଓ ତାହାକୁ ଇସ୍‌ହାକ ଦେଲୁ।


ଆଉ, ସେ ତାହାଙ୍କୁ ସୁନ୍ନତର ନିୟମ ପ୍ରଦାନ କଲେ, ପୁଣି, ତଦନୁସାରେ ଅବ୍ରହାମ ଇସ୍‌ହାକଙ୍କୁ ଜନ୍ମ ଦେଇ ଅଷ୍ଟମ ଦିନରେ ତାହାଙ୍କୁ ସୁନ୍ନତ କଲେ; ଇସ୍‌ହାକ ଯାକୁବଙ୍କୁ ପୁଣି, ଯାକୁବ ବାର ଜଣ ପିତୃକୁଳପତିଙ୍କୁ ଜନ୍ମ ଦେଇ ସେପରି କଲେ।


ସେତେବେଳେ ସେ କହିଲେ, “ତୁମ୍ଭେ ଏବେ ଆପଣା ପୁତ୍ରକୁ, ତୁମ୍ଭର ଅଦ୍ୱିତୀୟ ପୁତ୍ରକୁ, ଅର୍ଥାତ୍‍, ତୁମ୍ଭେ ଯାହାକୁ ସ୍ନେହ କର, ସେହି ଇସ୍‌ହାକକୁ ଘେନି ମୋରୀୟା ଦେଶକୁ ଯାଅ; ପୁଣି, ଆମ୍ଭେ ସେହି ଦେଶରେ ଯେଉଁ ପର୍ବତ କହିବା, ସେହି ପର୍ବତ ଉପରେ ତାହାକୁ ହୋମାର୍ଥେ ବଳିଦାନ କର।”


ସେତେବେଳେ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭେ ଏହି ବାଳକ ଓ ତୁମ୍ଭ ଦାସୀ ନିମନ୍ତେ ଦୁଃଖିତ ହୁଅ ନାହିଁ; ସାରା ତୁମ୍ଭକୁ ଯାହା କହୁଅଛି, ତାହାର ସେହି କଥାରେ ମନୋଯୋଗ କର; ଯେହେତୁ ଇସ୍‌ହାକଠାରୁ ତୁମ୍ଭର ବଂଶ ବିଖ୍ୟାତ ହେବ।


ମାତ୍ର ଆଗାମୀ ବର୍ଷର ଏହି ସମୟରେ ସାରାର ଗର୍ଭରୁ ଯେଉଁ ଇସ୍‌ହାକ ଜନ୍ମିବ, ତାହା ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରିବା।”


ଅବ୍ରହାମଙ୍କର ପୁତ୍ର ଇସ୍‌ହାକଙ୍କର ବଂଶାବଳୀ। ଅବ୍ରହାମ ଇସ୍‌ହାକଙ୍କୁ ଜାତ କଲେ;


Swiv nou:

Piblisite


Piblisite